< ଯିରିମୀୟ 18 >

1 ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କ ନିକଟରୁ ଏହି ବାକ୍ୟ ଉପସ୍ଥିତ ହେଲା;
Hili ndilo neno lililomjia Yeremia kutoka kwa Bwana:
2 “ତୁମ୍ଭେ ଉଠି କୁମ୍ଭକାରର ଗୃହକୁ ଯାଅ, ସେଠାରେ ଆମ୍ଭେ ତୁମ୍ଭକୁ ଆପଣା ବାକ୍ୟ ଶୁଣାଇବା।”
“Shuka uende mpaka nyumba ya mfinyanzi, nami huko nitakupa ujumbe wangu.”
3 ତେବେ ମୁଁ କୁମ୍ଭକାର ଗୃହକୁ ଗଲି, ଆଉ ଦେଖ, ସେ ଚକ୍ରରେ ଆପଣା କର୍ମ କରୁଥିଲା।
Kwa hiyo nikashuka mpaka kwenye nyumba ya mfinyanzi, nikamkuta akifinyanga kwa gurudumu lake.
4 କୁମ୍ଭକାର ମୃତ୍ତିକାର ଯେଉଁ ପାତ୍ର ନିର୍ମାଣ କରୁଥିଲା, ତାହା ତାହାର ହସ୍ତରେ ବିଗିଡ଼ି ଯିବାରୁ କୁମ୍ଭକାର ତାହା ନେଇ ଆପଣା ଇଚ୍ଛାନୁସାରେ ଆଉ ଗୋଟିଏ ପାତ୍ର ନିର୍ମାଣ କଲା।
Lakini chombo alichokuwa akikifinyanga kutokana na udongo kilivunjika mikononi mwake, hivyo mfinyanzi akakifanya kuwa chombo kingine, umbo jingine kama vile ilivyoonekana vyema kwake yeye.
5 ତହୁଁ ମୋʼ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
Kisha neno la Bwana likanijia kusema:
6 ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ବଂଶ, ଆମ୍ଭେ କି ଏହି କୁମ୍ଭକାର ପରି ତୁମ୍ଭ ପ୍ରତି କରି ନ ପାରୁ? ହେ ଇସ୍ରାଏଲ ବଂଶ, ଦେଖ, ଯେପରି ମୃତ୍ତିକା କୁମ୍ଭକାରର ହସ୍ତରେ, ସେପରି ତୁମ୍ଭେମାନେ ଆମ୍ଭ ହସ୍ତରେ ଅଛ।
“Ee nyumba ya Israeli, je, siwezi kuwafanyia kama huyu mfinyanzi afanyavyo?” asema Bwana. “Kama vile udongo ulivyo katika mikono ya mfinyanzi, ndivyo mlivyo katika mkono wangu, ee nyumba ya Israeli.
7 ଯେତେବେଳେ ଆମ୍ଭେ କୌଣସି ଗୋଷ୍ଠୀ ଓ ରାଜ୍ୟ ବିଷୟରେ ଉତ୍ପାଟନ ଓ ଅଧଃପତନ ଓ ବିନାଶର କଥା କହିବା;
Ikiwa wakati wowote nikitangaza kuwa taifa au ufalme utangʼolewa, utaangushwa na kuangamizwa,
8 ସେତେବେଳେ ଯେଉଁ ଗୋଷ୍ଠୀ ବିଷୟରେ ଆମ୍ଭେ କହିଅଛୁ, ସେମାନେ ଯଦି ଆପଣା ଆପଣା ଦୁଷ୍କର୍ମରୁ ଫେରନ୍ତି, ତେବେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ଆମ୍ଭେ ମନରେ କଲୁ, ତହିଁରୁ ଆମ୍ଭେ କ୍ଷାନ୍ତ ହେବା।
ikiwa lile taifa nililolionya litatubia uovu wake, ndipo nitakapokuwa na huruma, wala sitawapiga kwa maafa niliyokuwa nimewakusudia.
9 ପୁଣି, ଯେତେବେଳେ ଆମ୍ଭେ କୌଣସି ଗୋଷ୍ଠୀକୁ ରାଜ୍ୟ ବିଷୟରେ ଗଠନ ଓ ରୋପଣର କଥା କହିବା;
Ikiwa wakati mwingine nitatangaza kuwa taifa ama utawala ujengwe na kuwekwa wakfu,
10 ସେତେବେଳେ ସେ ଯଦି ଆମ୍ଭର ରବ ନ ମାନି ଆମ୍ଭ ଦୃଷ୍ଟିରେ ଦୁଷ୍କର୍ମ କରେ, ତେବେ ଆମ୍ଭେ ତାହା ପ୍ରତି ଯେଉଁ ମଙ୍ଗଳ କରିବାର କଥା କହିଲୁ, ତହିଁରୁ ଆମ୍ଭେ କ୍ଷାନ୍ତ ହେବା।
ikiwa utafanya maovu mbele zangu na hukunitii, ndipo nitakapoghairi makusudio yangu mema niliyokuwa nimeyakusudia.
11 ଏନିମନ୍ତେ ଏବେ ତୁମ୍ଭେ ଯିହୁଦାର ଲୋକମାନଙ୍କ ଓ ଯିରୂଶାଲମ ନିବାସୀମାନଙ୍କ ନିକଟକୁ ଯାଇ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ସଂକଳ୍ପ କରୁଅଛୁ; ଏବେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେର, ପୁଣି ଆପଣା ଆପଣା ପଥ ଓ ଆପଣା ଆପଣା କ୍ରିୟାର ଶୋଧନ କର।’
“Basi kwa hiyo waambie watu wa Yuda na wale waishio Yerusalemu, ‘Hili ndilo asemalo Bwana: Tazama! Ninaandaa maafa kwa ajili yenu, nami ninabuni mabaya dhidi yenu. Kwa hiyo geukeni kutoka njia zenu mbaya, kila mmoja wenu, tengenezeni njia zenu na matendo yenu.’
12 ମାତ୍ର ସେମାନେ କହନ୍ତି, ‘ଭରସା ନାହିଁ; କାରଣ ଆମ୍ଭେମାନେ ଆପଣା ଆପଣା ସଂକଳ୍ପ ଅନୁସାରେ ଚାଲିବା ଓ ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ କର୍ମ କରିବା।’
Lakini wao watajibu, ‘Hakuna faida. Tutaendelea na mipango yetu wenyewe, kila mmoja wetu atafuata ukaidi wa moyo wake mbaya.’”
13 ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଏବେ ନାନା ଦେଶୀୟମାନଙ୍କ ମଧ୍ୟରେ ପଚାର, ଏପରି କଥା କିଏ ଶୁଣିଅଛି; ଇସ୍ରାଏଲର ଅନୂଢ଼ା କନ୍ୟା ଅତ୍ୟନ୍ତ ରୋମାଞ୍ଚଜନକ କାର୍ଯ୍ୟ କରିଅଛି।
Kwa hiyo hili ndilo asemalo Bwana: “Ulizia miongoni mwa mataifa: Ni nani alishasikia jambo kama hili? Jambo la kutisha sana limefanywa na Bikira Israeli.
14 ଲିବାନୋନର ହିମ କି କ୍ଷେତ୍ରସ୍ଥ ଶୈଳରେ ଅଭାବ ହେବ? କିଅବା ଦୂରରୁ ପ୍ରବାହିତ ସୁଶୀତଳ ଜଳସ୍ରୋତ କି ଶୁଷ୍କ ହେବ?
Je, barafu ya Lebanoni iliwahi kutoweka kwenye miteremko yake ya mawe wakati wowote? Je, maji yake baridi yatokayo katika vyanzo vilivyo mbali yaliwahi kukoma kutiririka wakati wowote?
15 ମାତ୍ର ଆମ୍ଭର ଲୋକମାନେ ଆମ୍ଭକୁ ପାସୋରି ଅସାର ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି, ଆଉ ସେମାନେ ଅପ୍ରସ୍ତୁତ ମାର୍ଗର ନାନା ଉପପଥରେ ସେମାନଙ୍କୁ ଗମନ କରାଇବା ନିମନ୍ତେ ସେମାନଙ୍କ ପଥରେ, ପୁରାତନ ପଥରେ ସେମାନଙ୍କର ବିଘ୍ନ ଜନ୍ମାଇ ଅଛନ୍ତି;
Lakini watu wangu wamenisahau mimi, wanafukizia uvumba sanamu zisizofaa kitu, zilizowafanya wajikwae katika njia zao na katika mapito ya zamani. Zimewafanya wapite kwenye vichochoro na kwenye barabara ambazo hazikujengwa.
16 ଏଥିରେ ସେମାନଙ୍କର ଦେଶକୁ ବିସ୍ମୟର ଓ ନିତ୍ୟ ଶୀସ୍‍ ଶବ୍ଦର ପାତ୍ର କରନ୍ତି; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମୟାପନ୍ନ ହୋଇ ଆପଣା ମସ୍ତକ ହଲାଇବ।
Nchi yao itaharibiwa, itakuwa kitu cha kudharauliwa daima; wote wapitao karibu nayo watashangaa na kutikisa vichwa vyao.
17 ଆମ୍ଭେ ଶତ୍ରୁ ସମ୍ମୁଖରେ ପୂର୍ବୀୟ ବାୟୁ ଦ୍ୱାରା ଛିନ୍ନ ହେଲା ପରି ସେମାନଙ୍କୁ ଛିନ୍ନଭିନ୍ନ କରିବା; ଆମ୍ଭେ ସେମାନଙ୍କ ବିପଦ ଦିନରେ ସେମାନଙ୍କ ପ୍ରତି ଅଭିମୁଖ ନ ହୋଇ ବିମୁଖ ହେବା।”
Kama upepo utokao mashariki, nitawatawanya mbele ya adui zao; nitawapa kisogo wala sio uso, katika siku ya maafa yao.”
18 ତେବେ ସେମାନେ କହିଲେ, “ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍‍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ୱା ଦ୍ୱାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ।”
Wakasema, “Njooni, tutunge hila dhidi ya Yeremia; kwa kuwa kufundisha sheria kwa kuhani hakutapotea, wala shauri litokalo kwa mwenye hekima, wala neno la manabii. Hivyo njooni, tumshambulie kwa ndimi zetu na tusijali chochote asemacho.”
19 ହେ ସଦାପ୍ରଭୁ, ମୋʼ ପ୍ରତି ମନୋଯୋଗ କର ଓ ମୋʼ ସଙ୍ଗେ ବିରୋଧକାରୀମାନଙ୍କର କଥାରେ ଅବଧାନ କର।
Nisikilize, Ee Bwana, sikia wanayosema washtaki wangu!
20 ମଙ୍ଗଳର ପରିଶୋଧରେ କି ଅମଙ୍ଗଳ କରାଯିବ? କାରଣ ସେମାନେ ମୋʼ ପ୍ରାଣ ପାଇଁ ଗର୍ତ୍ତ ଖୋଳିଅଛନ୍ତି। ମୁଁ ସେମାନଙ୍କଠାରୁ ତୁମ୍ଭର ପ୍ରଚଣ୍ଡ କ୍ରୋଧ ଫେରାଇବା ନିମନ୍ତେ ସେମାନଙ୍କ ପକ୍ଷରେ ମଙ୍ଗଳଜନକ କଥା କହିବା ପାଇଁ କିପରି ତୁମ୍ଭ ସମ୍ମୁଖରେ ଠିଆ ହେଲି, ଏହା ସ୍ମରଣ କର।
Je, mema yalipwe kwa mabaya? Lakini wao wamenichimbia shimo. Kumbuka kwamba nilisimama mbele yako na kunena mema kwa ajili yao, ili wewe ugeuze hasira yako kali mbali nao.
21 ଏହେତୁ ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଦୁର୍ଭିକ୍ଷରେ ସମର୍ପଣ କର ଓ ସେମାନଙ୍କୁ ଖଡ୍ଗର ପରାକ୍ରମରେ ଛାଡ଼ିଦିଅ; ଆଉ, ସେମାନଙ୍କର ଭାର୍ଯ୍ୟାମାନେ ସନ୍ତାନହୀନା ଓ ବିଧବା ହେଉନ୍ତୁ ଓ ସେମାନଙ୍କର ପୁରୁଷମାନେ ମୃତ୍ୟୁୁରେ ସଂହାରିତ ହେଉନ୍ତୁ ଓ ସେମାନଙ୍କର ଯୁବାଗଣ ଯୁଦ୍ଧରେ ଖଡ୍ଗରେ ହତ ହେଉନ୍ତୁ।
Kwa hiyo uwaache watoto wao waone njaa; uwaache wauawe kwa makali ya upanga. Wake zao wasiwe na watoto, na wawe wajane; waume wao wauawe, nao vijana wao waume wachinjwe kwa upanga vitani.
22 ତୁମ୍ଭେ ଯେଉଁ ସମୟରେ ହଠାତ୍‍ ସେମାନଙ୍କ ବିରୁଦ୍ଧରେ ସୈନ୍ୟଦଳ ଆଣିବ, ସେହି ସମୟରେ ସେମାନଙ୍କର ସକଳ ଗୃହରୁ କ୍ରନ୍ଦନର ସ୍ୱର ଶୁଣାଯାଉ; କାରଣ ସେମାନେ ମୋତେ ଧରିବା ପାଇଁ ଗର୍ତ୍ତ ଖୋଳିଅଛନ୍ତି ଓ ମୋʼ ଚରଣ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି।
Kilio na kisikike kutoka kwenye nyumba zao ghafula uwaletapo adui dhidi yao, kwa kuwa wamechimba shimo ili kunikamata na wameitegea miguu yangu mitego.
23 ତଥାପି ହେ ସଦାପ୍ରଭୁ, ମୋତେ ବଧ କରିବା ପାଇଁ ସେମାନଙ୍କର ମନ୍ତ୍ରଣାସବୁ ତୁମ୍ଭେ ଜାଣୁଅଛ; ତୁମ୍ଭେ ସେମାନଙ୍କର ଅଧର୍ମ କ୍ଷମା କର ନାହିଁ, କିଅବା ତୁମ୍ଭ ଦୃଷ୍ଟିରୁ ସେମାନଙ୍କ ପାପ ଲିଭାଇ ଦିଅ ନାହିଁ; ମାତ୍ର ସେମାନେ ତୁମ୍ଭ ସମ୍ମୁଖରେ ନିପାତିତ ହେଉନ୍ତୁ; ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କ ପ୍ରତି ବ୍ୟବହାର କର।
Lakini unajua, Ee Bwana, hila zao zote za kuniua. Usiyasamehe makosa yao wala usifute dhambi zao mbele za macho yako. Wao na waangamizwe mbele zako; uwashughulikie wakati wa hasira yako.

< ଯିରିମୀୟ 18 >