< ଯିରିମୀୟ 19 >

1 ସଦାପ୍ରଭୁ ଏହି କଥା କହିଲେ, “ତୁମ୍ଭେ ଯାଇ କୁମ୍ଭକାରର ଏକ ମୃତ୍ତିକା ପାତ୍ର କ୍ରୟ କର, ଆଉ ଲୋକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ଓ ଯାଜକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ନେଇ,
Saaledes sagde HERREN: Gaa hen og køb dig et Krus hos Pottemageren, tag nogle af Folkets og Præsternes Ældste med
2 ହାର୍ଶିତ୍‍ ଦ୍ୱାରର ପ୍ରବେଶ ସ୍ଥାନର ନିକଟସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରି ଯାଅ, ଆଉ ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, ତାହା ସେ ସ୍ଥାନରେ ପ୍ରଚାର କର;
og gaa ud i Hinnoms Søns Dal ved Indgangen til Potteskaarporten og udraab der de Ord, jeg taler til dig!
3 ଆଉ କୁହ, ‘ହେ ଯିହୁଦାର ରାଜାଗଣ ଓ ଯିରୂଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ପ୍ରତି ଅମଙ୍ଗଳ ଘଟାଇବା, ତାହା ଯେ ଶୁଣେ, ତାହାର କର୍ଣ୍ଣ ଶିହରି ଉଠିବ।
Du skal sige: Hør HERRENS Ord, Judas Konger og Jerusalems Borgere: Saa siger Hærskarers HERRE, Israels Gud: Se, jeg sender over dette Sted en Ulykke, saa det skal ringe for Ørene paa enhver, der hører derom,
4 କାରଣ ସେମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଏହି ସ୍ଥାନକୁ ପରର ସ୍ଥାନ ବୋଲି ଜ୍ଞାନ କରି ତହିଁ ମଧ୍ୟରେ ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଓ ଯିହୁଦାର ରାଜାମାନେ ଯେଉଁ ଅନ୍ୟ ଦେବଗଣକୁ ଜାଣିଲେ ନାହିଁ, ସେମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି ଓ ଏହି ସ୍ଥାନକୁ ନିର୍ଦ୍ଦୋଷମାନଙ୍କ ରକ୍ତରେ ପରିପୂର୍ଣ୍ଣ କରିଅଛନ୍ତି।
fordi de forlod mig og gjorde dette Sted fremmed og tændte Offerild der for andre Guder, som hverken de eller deres Fædre før kendte til, og Judas Konger fyldte dette Sted med skyldfries Blod,
5 ପୁଣି, ଆପଣା ପୁତ୍ରଗଣକୁ ହୋମବଳି ରୂପେ ବାଲ୍‍ଦେବ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ବାଲ୍‍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି; ତାହା ଆମ୍ଭେ ଆଦେଶ କରି ନାହୁଁ, କି କହି ନାହୁଁ, କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ।
og de byggede Ba'alshøjene for at brænde deres Børn i Ild som Brændofre til Ba'al, hvad jeg ikke havde paabudt eller talt om, og hvad aldrig var opkommet i min Tanke.
6 ଏଥିନିମନ୍ତେ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଏହି ସ୍ଥାନ ତୋଫତ୍‍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ବୋଲି ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି।
Se, derfor skal Dage komme, lyder det fra HERREN, da dette Sted ikke mere skal hedde Tofet og Hinnoms Søns Dal, men Morddalen.
7 ପୁଣି, ଆମ୍ଭେ ଏହି ସ୍ଥାନରେ ଯିହୁଦାର ଓ ଯିରୂଶାଲମର ମନ୍ତ୍ରଣା ବ୍ୟର୍ଥ କରିବା; ପୁଣି, ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ ଖଡ୍ଗ ଦ୍ୱାରା ଓ ସେମାନଙ୍କ ପ୍ରାଣ ଅନ୍ୱେଷଣକାରୀମାନଙ୍କ ହସ୍ତ ଦ୍ୱାରା ସେମାନଙ୍କୁ ନିପାତ କରିବା; ଆଉ, ଆମ୍ଭେ ଖେଚର ପକ୍ଷୀଗଣକୁ ଓ ଭୂଚର ପଶୁଗଣକୁ ସେମାନଙ୍କର ଶବ ଖାଦ୍ୟ ନିମନ୍ତେ ଦେବା।
Jeg gør Juda og Jerusalem raadvilde paa dette Sted og lader dem falde for Sværdet for deres Fjenders Øjne og for deres Haand, som staar dem efter Livet, og jeg giver Himmelens Fugle og Jordens Dyr deres Lig til Føde.
8 ଆମ୍ଭେ ଏହି ନଗରକୁ ବିସ୍ମୟର ଓ ଶୀସ୍‍ ଶବ୍ଦର ପାତ୍ର କରିବା; ଆଉ, ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ତହିଁ ପ୍ରତି ଘଟିତ ସକଳ ଉତ୍ପାତ ସକାଶୁ ବିସ୍ମିତ ହୋଇ ଶୀସ୍‍ ଶବ୍ଦ କରିବ।
Jeg gør denne By til Gru og Spot; alle, der kommer forbi, skal grue og spotte over alle dens Saar.
9 ଆଉ, ସେମାନଙ୍କର ଶତ୍ରୁମାନେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନେ ସେମାନଙ୍କୁ ଅବରୋଧ କରିବା ଓ ସଙ୍କଟରେ ପକାଇବା ସମୟରେ ଆମ୍ଭେ ସେମାନଙ୍କୁ ଆପଣା ଆପଣା ପୁତ୍ରକନ୍ୟାର ମାଂସ ଭୋଜନ କରାଇବା ଓ ପ୍ରତ୍ୟେକେ ଆପଣା ଆପଣା ମିତ୍ରର ମାଂସ ଖାଇବେ।’
Jeg lader dem æde deres Sønners og Døtres Kød, den ene skal æde den andens Kød under Belejringen og den Trængsel, deres Fjender og de, der staar dem efter Livet, volder dem.
10 ଆଉ, ତୁମ୍ଭେ ତୁମ୍ଭ ସଙ୍ଗୀ ଲୋକମାନଙ୍କ ସାକ୍ଷାତରେ ସେହି ପାତ୍ର ଭାଙ୍ଗି ସେମାନଙ୍କୁ କହିବ,
Knus saa Kruset i de Mænds Paasyn, der følger med dig,
11 ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଯେପରି କେହି କୁମ୍ଭକାରର ପାତ୍ର ଭାଙ୍ଗି ପକାଇଲେ ତାହା ପୁନର୍ବାର ଯୋଡ଼ାଯାଇ ନ ପାରେ, ଆମ୍ଭେ ସେହିପରି ଏହି ଲୋକମାନଙ୍କୁ ଓ ଏହି ନଗରକୁ ଭାଙ୍ଗି ପକାଇବା; ତହିଁରେ କବର ସ୍ଥାନର ଅଭାବ ନ ହେବା ଯାଏ ଲୋକମାନେ ତୋଫତ୍‍ରେ କବର ଦେବେ।
og sig til dem: Saa siger Hærskarers HERRE: Jeg vil knuse dette Folk og denne By, som man knuser et Lerkar, saa det ikke kan heles igen. De døde skal jordes i Tofet, fordi Pladsen til at jorde paa ikke slaar til.
12 ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନ ପ୍ରତି ଓ ତହିଁର ନିବାସୀମାନଙ୍କ ପ୍ରତି ଏହି କାର୍ଯ୍ୟ କରିବା, ଆମ୍ଭେ ଏହି ନଗରକୁ ତୋଫତ୍‍ ତୁଲ୍ୟ କରିବା।
Saaledes vil jeg gøre med dette Sted og dets Indbyggere, lyder det fra HERREN, idet jeg gør denne By til et Tofet:
13 ତହିଁରେ ଅଶୁଚିକୃତ ଯିରୂଶାଲମସ୍ଥ ସକଳ ଗୃହ ଓ ଯିହୁଦାର ରାଜାଗଣର ଗୃହ, ଅର୍ଥାତ୍‍, ଯେସକଳ ଗୃହର ଛାତ ଉପରେ ସେମାନେ ଆକାଶମଣ୍ଡଳସ୍ଥ ସୈନ୍ୟଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି ଓ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଅଛନ୍ତି, ସେସକଳ ତୋଫତ୍‍ ସ୍ଥାନ ତୁଲ୍ୟ ହେବ।’”
Jerusalems og Judas Kongers Huse skal blive urene som Tofets Sted, alle de Huse, paa hvis Tage de tændte Offerild for al Himmelens Hær og udgød Drikofre for andre Guder.
14 ଏଥିଉତ୍ତାରେ ସଦାପ୍ରଭୁ ଯିରିମୀୟଙ୍କୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବା ନିମନ୍ତେ ଯେଉଁ ତୋଫତ୍‍କୁ ପଠାଇଥିଲେ, ସେ ସେହି ସ୍ଥାନରୁ ଆସିଲେ ଓ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ଠିଆ ହୋଇ ସମସ୍ତ ଲୋକଙ୍କୁ କହିଲେ;
Derpaa gik Jeremias fra Tofet, hvorhen HERREN havde sendt ham for at profetere, og stod frem i Forgaarden til HERRENS Hus og sagde til alt Folket:
15 “ସୈନ୍ୟାଧିପତି ସଦାପ୍ରଭୁ ଓ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧରେ ଯେଉଁ ଯେଉଁ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ସେମାନେ ଆମ୍ଭର ବାକ୍ୟରେ ଅବଧାନ ନ କରିବା ପାଇଁ ଆପଣାମାନଙ୍କର ଗ୍ରୀବା ଶକ୍ତ କରିଅଛନ୍ତି।”
Saa siger Hærskarers HERRE, Israels Gud: Se, over denne By og alle Byerne, der hører til den, sender jeg al den Ulykke, jeg har truet den med, fordi de gjorde Nakken stiv og ikke hørte mine Ord.

< ଯିରିମୀୟ 19 >