< ଯିରିମୀୟ 19 >
1 ସଦାପ୍ରଭୁ ଏହି କଥା କହିଲେ, “ତୁମ୍ଭେ ଯାଇ କୁମ୍ଭକାରର ଏକ ମୃତ୍ତିକା ପାତ୍ର କ୍ରୟ କର, ଆଉ ଲୋକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ଓ ଯାଜକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ନେଇ,
Esto es lo que dice el Señor: Ve y compra una vasija de barro a un alfarero. Lleva contigo a algunos de los ancianos del pueblo y a los jefes de los sacerdotes,
2 ହାର୍ଶିତ୍ ଦ୍ୱାରର ପ୍ରବେଶ ସ୍ଥାନର ନିକଟସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରି ଯାଅ, ଆଉ ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, ତାହା ସେ ସ୍ଥାନରେ ପ୍ରଚାର କର;
y pasa por la Puerta de la Cerámica Rota hasta el valle de Ben-hinom. Anuncia este mensaje que te doy.
3 ଆଉ କୁହ, ‘ହେ ଯିହୁଦାର ରାଜାଗଣ ଓ ଯିରୂଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ପ୍ରତି ଅମଙ୍ଗଳ ଘଟାଇବା, ତାହା ଯେ ଶୁଣେ, ତାହାର କର୍ଣ୍ଣ ଶିହରି ଉଠିବ।
Díganles: Escuchen lo que dice el Señor, reyes de Judá y pueblo que vive en Jerusalén. Esto es lo que dice el Señor Todopoderoso, el Dios de Israel: Voy a hacer caer sobre este lugar un desastre tal que hará retumbar los oídos de cualquiera que lo oiga.
4 କାରଣ ସେମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଏହି ସ୍ଥାନକୁ ପରର ସ୍ଥାନ ବୋଲି ଜ୍ଞାନ କରି ତହିଁ ମଧ୍ୟରେ ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଓ ଯିହୁଦାର ରାଜାମାନେ ଯେଉଁ ଅନ୍ୟ ଦେବଗଣକୁ ଜାଣିଲେ ନାହିଁ, ସେମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି ଓ ଏହି ସ୍ଥାନକୁ ନିର୍ଦ୍ଦୋଷମାନଙ୍କ ରକ୍ତରେ ପରିପୂର୍ଣ୍ଣ କରିଅଛନ୍ତି।
Mi pueblo me ha abandonado y ha hecho de éste un lugar donde se adoran dioses extranjeros. Han quemado en él incienso a otros dioses que ni ellos ni sus antepasados ni los reyes de Judá conocían. Han llenado este lugar con la sangre de gente inocente.
5 ପୁଣି, ଆପଣା ପୁତ୍ରଗଣକୁ ହୋମବଳି ରୂପେ ବାଲ୍ଦେବ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି; ତାହା ଆମ୍ଭେ ଆଦେଶ କରି ନାହୁଁ, କି କହି ନାହୁଁ, କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ।
Han construido santuarios paganos a Baal donde queman a sus hijos en el fuego como ofrendas a Baal. Esto es algo que nunca ordené ni siquiera mencioné. Nunca pensé en algo así.
6 ଏଥିନିମନ୍ତେ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଏହି ସ୍ଥାନ ତୋଫତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ବୋଲି ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି।
Así que ¡cuidado! Se acerca el momento, declara el Señor, en que en lugar de Tofet y el Valle de Hinom este lugar será llamado el Valle de la Matanza.
7 ପୁଣି, ଆମ୍ଭେ ଏହି ସ୍ଥାନରେ ଯିହୁଦାର ଓ ଯିରୂଶାଲମର ମନ୍ତ୍ରଣା ବ୍ୟର୍ଥ କରିବା; ପୁଣି, ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ ଖଡ୍ଗ ଦ୍ୱାରା ଓ ସେମାନଙ୍କ ପ୍ରାଣ ଅନ୍ୱେଷଣକାରୀମାନଙ୍କ ହସ୍ତ ଦ୍ୱାରା ସେମାନଙ୍କୁ ନିପାତ କରିବା; ଆଉ, ଆମ୍ଭେ ଖେଚର ପକ୍ଷୀଗଣକୁ ଓ ଭୂଚର ପଶୁଗଣକୁ ସେମାନଙ୍କର ଶବ ଖାଦ୍ୟ ନିମନ୍ତେ ଦେବା।
Aquí mismo, en este lugar, voy a echar a perder los planes de Judá y Jerusalén. Dejaré que sus enemigos que quieren matarlos vengan y hagan exactamente eso. Sus cadáveres serán alimento para las aves de rapiña y los animales salvajes.
8 ଆମ୍ଭେ ଏହି ନଗରକୁ ବିସ୍ମୟର ଓ ଶୀସ୍ ଶବ୍ଦର ପାତ୍ର କରିବା; ଆଉ, ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ତହିଁ ପ୍ରତି ଘଟିତ ସକଳ ଉତ୍ପାତ ସକାଶୁ ବିସ୍ମିତ ହୋଇ ଶୀସ୍ ଶବ୍ଦ କରିବ।
Voy a hacer de esta ciudad un lugar desolado y burlado. Todos los que pasen por allí se horrorizarán, se escandalizarán de todo su daño.
9 ଆଉ, ସେମାନଙ୍କର ଶତ୍ରୁମାନେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନେ ସେମାନଙ୍କୁ ଅବରୋଧ କରିବା ଓ ସଙ୍କଟରେ ପକାଇବା ସମୟରେ ଆମ୍ଭେ ସେମାନଙ୍କୁ ଆପଣା ଆପଣା ପୁତ୍ରକନ୍ୟାର ମାଂସ ଭୋଜନ କରାଇବା ଓ ପ୍ରତ୍ୟେକେ ଆପଣା ଆପଣା ମିତ୍ରର ମାଂସ ଖାଇବେ।’
El asedio de sus enemigos que quieren matarlos será tan terrible que haré que se coman unos a otros, incluso a sus propios hijos e hijas.
10 ଆଉ, ତୁମ୍ଭେ ତୁମ୍ଭ ସଙ୍ଗୀ ଲୋକମାନଙ୍କ ସାକ୍ଷାତରେ ସେହି ପାତ୍ର ଭାଙ୍ଗି ସେମାନଙ୍କୁ କହିବ,
Entonces rompe la vasija delante de la gente que está contigo.
11 ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଯେପରି କେହି କୁମ୍ଭକାରର ପାତ୍ର ଭାଙ୍ଗି ପକାଇଲେ ତାହା ପୁନର୍ବାର ଯୋଡ଼ାଯାଇ ନ ପାରେ, ଆମ୍ଭେ ସେହିପରି ଏହି ଲୋକମାନଙ୍କୁ ଓ ଏହି ନଗରକୁ ଭାଙ୍ଗି ପକାଇବା; ତହିଁରେ କବର ସ୍ଥାନର ଅଭାବ ନ ହେବା ଯାଏ ଲୋକମାନେ ତୋଫତ୍ରେ କବର ଦେବେ।
Diles: Esto es lo que dice el Señor Todopoderoso: Voy a destrozar esta nación y esta ciudad, como se destroza una vasija de barro para que no se pueda reparar jamás. La gente enterrará a sus muertos en Tofet hasta que se llene.
12 ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନ ପ୍ରତି ଓ ତହିଁର ନିବାସୀମାନଙ୍କ ପ୍ରତି ଏହି କାର୍ଯ୍ୟ କରିବା, ଆମ୍ଭେ ଏହି ନଗରକୁ ତୋଫତ୍ ତୁଲ୍ୟ କରିବା।
Esto es lo que voy a hacer con este lugar y con la gente que vive aquí, declara el Señor. Convertiré esta ciudad en Tofet.
13 ତହିଁରେ ଅଶୁଚିକୃତ ଯିରୂଶାଲମସ୍ଥ ସକଳ ଗୃହ ଓ ଯିହୁଦାର ରାଜାଗଣର ଗୃହ, ଅର୍ଥାତ୍, ଯେସକଳ ଗୃହର ଛାତ ଉପରେ ସେମାନେ ଆକାଶମଣ୍ଡଳସ୍ଥ ସୈନ୍ୟଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି ଓ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଅଛନ୍ତି, ସେସକଳ ତୋଫତ୍ ସ୍ଥାନ ତୁଲ୍ୟ ହେବ।’”
Todas las casas de Jerusalén y los palacios de los reyes de Judá se volverán inmundos como Tofet, porque todas son casas en cuyos tejados se quemaba incienso al sol, a la luna y a las estrellas, y se derramaban libaciones a otros dioses.
14 ଏଥିଉତ୍ତାରେ ସଦାପ୍ରଭୁ ଯିରିମୀୟଙ୍କୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବା ନିମନ୍ତେ ଯେଉଁ ତୋଫତ୍କୁ ପଠାଇଥିଲେ, ସେ ସେହି ସ୍ଥାନରୁ ଆସିଲେ ଓ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ଠିଆ ହୋଇ ସମସ୍ତ ଲୋକଙ୍କୁ କହିଲେ;
Jeremías regresó de Tofet, adonde el Señor lo había enviado a entregar este mensaje. Fue y se puso de pie en el patio del Templo del Señor y anunció a todos:
15 “ସୈନ୍ୟାଧିପତି ସଦାପ୍ରଭୁ ଓ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧରେ ଯେଉଁ ଯେଉଁ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ସେମାନେ ଆମ୍ଭର ବାକ୍ୟରେ ଅବଧାନ ନ କରିବା ପାଇଁ ଆପଣାମାନଙ୍କର ଗ୍ରୀବା ଶକ୍ତ କରିଅଛନ୍ତି।”
Esto es lo que dice el Señor Todopoderoso, el Dios de Israel: ¡Cuidado! Estoy a punto de hacer caer sobre esta ciudad y sobre todos sus pueblos circundantes todos los desastres de los que les advertí, porque se han negado obstinadamente a escuchar lo que digo.