< ଯିରିମୀୟ 2 >
1 ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
Neno la Bwana lilinijia kusema,
2 “ଯାଅ ଓ ଯିରୂଶାଲମର କର୍ଣ୍ଣଗୋଚରରେ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭ ଯୌବନାବସ୍ଥାର ଭକ୍ତି, ତୁମ୍ଭ ବିବାହ ସମୟର ପ୍ରେମ, ତୁମ୍ଭେ ପ୍ରାନ୍ତରରେ ଅବୁଣା ଦେଶରେ କିରୂପେ ଆମ୍ଭ ପଶ୍ଚାଦ୍ଗମନ କଲ, ଏହା ତୁମ୍ଭ ପକ୍ଷରେ ଆମ୍ଭେ ସ୍ମରଣ କରୁଅଛୁ।
“Nenda ukahubiri masikioni mwa watu wa Yerusalemu: “‘Nakumbuka moyo wako wa uchaji katika ujana wako, jinsi ulivyonipenda kama bibi arusi na kunifuata katika jangwa lile lote, katika nchi isiyopandwa mbegu.
3 ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର, ତାହାଙ୍କ ଆୟର ପ୍ରଥମ ଫଳ ସ୍ୱରୂପ ଥିଲା। ଯେଉଁମାନେ ତାହାକୁ ଗ୍ରାସ କରନ୍ତି, ସେସମସ୍ତେ ଦୋଷୀ ଗଣାଯିବେ; ସେମାନଙ୍କ ପ୍ରତି ଅମଙ୍ଗଳ ଘଟିବ,” ଏହା ସଦାପ୍ରଭୁ କହନ୍ତି।
Israeli alikuwa mtakatifu kwa Bwana, kama malimbuko ya kwanza ya mavuno yake; wote waliowaangamiza walihesabiwa kuwa na hatia, nayo maafa yaliwakumba,’” asema Bwana.
4 ହେ ଯାକୁବର ବଂଶ, ଆଉ ହେ ଇସ୍ରାଏଲ ବଂଶର ଗୋଷ୍ଠୀସବୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ;
Sikia neno la Bwana, ee nyumba ya Yakobo, nanyi nyote jamaa za nyumba ya Israeli.
5 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ, ସେମାନେ ଆମ୍ଭଠାରୁ ଦୂରକୁ ଯାଇଅଛନ୍ତି ଓ ଅସାର ପ୍ରତିମାଗଣର ପଶ୍ଚାଦ୍ଗମନ କରି ନିଜେ ଅସାର ହୋଇଅଛନ୍ତି?
Hivi ndivyo asemavyo Bwana: “Je, baba zenu waliona kosa gani kwangu, hata wakatangatanga mbali nami hivyo? Walifuata sanamu zisizofaa, nao wenyewe wakawa hawafai.
6 ଅଥବା ‘ଯେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ଯେ ପ୍ରାନ୍ତରର, ମରୁଭୂମି ଓ ଗର୍ତ୍ତମୟ ଦେଶର, ଆଉ ନିର୍ଜଳ ଓ ମୃତ୍ୟୁୁଚ୍ଛାୟାରୂପ ଦେଶର, ପୁଣି ପଥିକବିହୀନ ଓ ନିବାସୀଶୂନ୍ୟ ଦେଶର ମଧ୍ୟରେ ଆମ୍ଭମାନଙ୍କୁ କଢ଼ାଇ ଆଣିଲେ, ସେହି ସଦାପ୍ରଭୁ କାହାନ୍ତି,’ ଏହା ସେମାନେ କହିଲେ ନାହିଁ।
Hawakuuliza, ‘Yuko wapi Bwana, aliyetupandisha kutoka Misri na kutuongoza kupitia nyika kame, kupitia nchi ya majangwa na mabonde, nchi ya ukame na giza, nchi ambayo hakuna mtu asafiriye ndani yake wala hakuna mtu aishiye humo?’
7 ପୁଣି, ତୁମ୍ଭେମାନେ ଯେପରି ଫଳ ଓ ଅତ୍ୟୁତ୍ତମ ଦ୍ରବ୍ୟ ଭୋଜନ କରିବ, ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଏକ ଅତି ଉର୍ବରା ଦେଶକୁ ଆଣିଲୁ; ମାତ୍ର ତୁମ୍ଭେମାନେ ପ୍ରବେଶ କରି ଆମ୍ଭ ଦେଶକୁ ଅଶୁଚି ଓ ଆମ୍ଭ ଅଧିକାରକୁ ଘୃଣାସ୍ପଦ କଲ।
Niliwaleta katika nchi yenye wingi wa vitu ili mpate kula matunda yake na utajiri wa mazao yake. Lakini mkaja na kuinajisi nchi yangu, na kuufanya urithi wangu chukizo.
8 ‘ସଦାପ୍ରଭୁ କାହାନ୍ତି,’ ଏହା ଯାଜକମାନେ କହିଲେ ନାହିଁ, ଆଉ ଯେଉଁମାନେ ବ୍ୟବସ୍ଥା ହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ; ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟଦ୍ବକ୍ତାମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନର ପଶ୍ଚାଦ୍ଗମନ କଲେ।
Makuhani hawakuuliza, ‘Yuko wapi Bwana?’ Wale wanaoshughulikia sheria hawakunijua mimi; viongozi waliasi dhidi yangu. Manabii walitabiri kwa jina la Baali, wakifuata sanamu zisizofaa.
9 ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କ ସହିତ ଆହୁରି ପ୍ରତିବାଦ କରିବା ଓ ତୁମ୍ଭମାନଙ୍କ ସନ୍ତାନଗଣର ସନ୍ତାନ ସହିତ ଆମ୍ଭେ ପ୍ରତିବାଦ କରିବା।
“Kwa hiyo naleta tena mashtaka dhidi yako,” asema Bwana. “Nami nitaleta mashtaka dhidi ya watoto wa watoto wako.
10 ପାର ହୋଇ କିତ୍ତୀୟମାନଙ୍କର ଦ୍ୱୀପସମୂହକୁ ଯାଇ ଦେଖ, ଆଉ କେଦାରକୁ ଲୋକ ପଠାଅ ଓ ସୂକ୍ଷ୍ମ ରୂପେ ବିବେଚନା କର; ଆଉ ଦେଖ, ଏପରି କାର୍ଯ୍ୟ କି କେବେ ହୋଇଅଛି?
Vuka, nenda ngʼambo mpaka pwani ya Kitimu nawe uangalie, tuma watu waende Kedari, wachunguze kwa makini, uone kama kumekuwepo kitu kama hiki.
11 ଦେବତାମାନେ ଈଶ୍ୱର ନୋହିଲେ ହେଁ କୌଣସି ଦେଶୀୟ ଲୋକେ କି ଆପଣା ଦେବତାମାନଙ୍କୁ ବଦଳ କରିଅଛନ୍ତି? ମାତ୍ର ଆମ୍ଭର ଲୋକମାନେ ନିଷ୍ଫଳ ବସ୍ତୁ ନିମନ୍ତେ ଆପଣାମାନଙ୍କର ଗୌରବସ୍ୱରୂପଙ୍କୁ ବଦଳ କରିଅଛନ୍ତି।
Je, taifa limebadili miungu yake wakati wowote? (Hata ingawa hao si miungu kamwe.) Lakini watu wangu wamebadili Utukufu wao kwa sanamu zisizofaa kitu.
12 ହେ ଆକାଶମଣ୍ଡଳ, ଏଥିରେ ଚମତ୍କୃତ ହୁଅ ଓ ମହାଭୟଗ୍ରସ୍ତ ହୋଇ ସଙ୍କୁଚିତ ହୁଅ, ଏହା ସଦାପ୍ରଭୁ କହନ୍ତି।
Shangaeni katika hili, ee mbingu, nanyi tetemekeni kwa hofu kuu,” asema Bwana.
13 କାରଣ ଆମ୍ଭର ଲୋକମାନେ ଦୁଇଟି ଦୋଷ କରିଅଛନ୍ତି; ସେମାନେ ଅମୃତ ଜଳର ନିର୍ଝର ସ୍ୱରୂପ ଯେ ଆମ୍ଭେ, ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଆପଣାମାନଙ୍କ ନିମନ୍ତେ ନାନା କୂପ ଖୋଳିଅଛନ୍ତି, ସେସବୁ ଭଗ୍ନ କୂପ, ଜଳଧାରଣ କରି ନ ପାରେ।
“Watu wangu wametenda dhambi mbili: Wameniacha mimi, niliye chemchemi ya maji yaliyo hai, nao wamejichimbia visima vyao wenyewe, visima vilivyobomoka, visivyoweza kuhifadhi maji.
14 ଇସ୍ରାଏଲ କି ଦାସ? ସେ କି ଗୃହଜାତ ଜନ୍ମରୁ ଦାସ? ତେବେ ସେ କାହିଁକି ଲୁଟିତ ଦ୍ରବ୍ୟ ହୋଇଅଛି?
Je, Israeli ni mtumishi, yaani mtumwa kwa kuzaliwa? Kwa nini basi amekuwa mateka?
15 ଯୁବା ସିଂହମାନେ ତାହା ଉପରେ ଗର୍ଜ୍ଜନ ଓ ହୁଙ୍କାର କରିଅଛନ୍ତି ଓ ସେମାନେ ତାହାର ଦେଶ ଉଜାଡ଼ କରିଅଛନ୍ତି; ତାହାର ନଗରସବୁ ଦଗ୍ଧ ହୋଇ ନିବାସବିହୀନ ହୋଇଅଛି।
Simba wamenguruma; wamemngurumia. Wameifanya nchi yake kuwa ukiwa; miji yake imeteketezwa, nayo imeachwa haina watu.
16 ଆହୁରି ନୋଫର ଓ ତଫନ୍ହେଷର ସନ୍ତାନଗଣ ତୁମ୍ଭ ମସ୍ତକର ମୁକୁଟକୁ ଭାଙ୍ଗିଅଛନ୍ତି।
Pia watu wa Memfisi na Tahpanhesi wamevunja taji ya kichwa chako.
17 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପଥରେ କଢ଼ାଇ ଘେନିଯିବା ସମୟରେ ତୁମ୍ଭେ ତାହାଙ୍କୁ ପରିତ୍ୟାଗ କରିବାରୁ ଏହା କି ଆପଣା ପ୍ରତି ଆପେ ଘଟାଇ ନାହଁ?
Je, hukujiletea hili wewe mwenyewe kwa kumwacha Bwana, Mungu wako alipowaongoza njiani?
18 ଆଉ, ଏବେ ଶୀହୋରର ଜଳ ପାନ କରିବା ନିମନ୍ତେ ତୁମ୍ଭେ ମିସରର ପଥରେ କାହିଁକି ଯାଉଅଛ? ଅଥବା ଫରାତ୍ ନଦୀର ଜଳ ପାନ କରିବା ନିମନ୍ତେ ତୁମ୍ଭେ ଅଶୂରର ପଥରେ କାହିଁକି ଯାଉଅଛ?
Sasa kwa nini uende Misri kunywa maji ya Shihori? Nawe kwa nini kwenda Ashuru kunywa maji ya Mto Frati?
19 ତୁମ୍ଭ ନିଜର ଦୁଷ୍ଟତା ତୁମ୍ଭକୁ ଶାସ୍ତି ଦେବ ଓ ତୁମ୍ଭର ବିପଥଗମନ ତୁମ୍ଭକୁ ଅନୁଯୋଗ କରିବ; ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପରିତ୍ୟାଗ କରିବାର ଓ ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାର ଯେ ମନ୍ଦ ଓ ତିକ୍ତ ବିଷୟ, ଏହା ଜ୍ଞାତ ହୋଇ ବୁଝ।
Uovu wako utakuadhibu; kurudi nyuma kwako kutakukemea. Basi kumbuka, utambue jinsi lilivyo ovu na chungu kwako unapomwacha Bwana Mungu wako na kutokuwa na hofu yangu,” asema Bwana, Bwana Mwenye Nguvu Zote.
20 ପୂର୍ବକାଳରେ ଆମ୍ଭେ ତୁମ୍ଭର ଯୁଆଳି ଭାଙ୍ଗି ତୁମ୍ଭର ବନ୍ଧନସକଳ ଛେଦନ କଲୁ; ଆଉ, ତୁମ୍ଭେ କହିଲ, ‘ଆମ୍ଭେ ଦାସ୍ୟକର୍ମ କରିବା ନାହିଁ;’ କାରଣ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ସବୁଜ ବୃକ୍ଷ ତଳେ ତୁମ୍ଭେ ବ୍ୟଭିଚାର କରିବା ପାଇଁ ନତ ହୋଇଅଛ।
“Zamani nilivunja nira yako na kukatilia mbali vifungo vyako; ukasema, ‘Sitakutumikia!’ Naam kweli, kwenye kila kilima kirefu na chini ya kila mti uliotanda matawi yake ulijilaza kama kahaba.
21 ତଥାପି ଆମ୍ଭେ ତୁମ୍ଭକୁ ସର୍ବତୋଭାବେ ପ୍ରକୃତ ବୀଜରୁ ଉତ୍ପନ୍ନ ଉତ୍ତମ ଦ୍ରାକ୍ଷାଲତା କରି ରୋପଣ କରିଥିଲୁ; ତେବେ ତୁମ୍ଭେ କିପରି ଆମ୍ଭ ନିକଟରେ ବିଜାତୀୟ ଦ୍ରାକ୍ଷାଲତାରୁ ଉତ୍ପନ୍ନ ବିକୃତ ଚାରା ହେଲ?
Nilikupanda ukiwa mzabibu ulio bora sana, mkamilifu na wa mbegu nzuri. Ilikuwaje basi ukawa kinyume nami, ukaharibika na kuwa mzabibu mwitu?
22 ପ୍ରଭୁ, ସଦାପ୍ରଭୁ କହନ୍ତି, ଯଦ୍ୟପି ତୁମ୍ଭେ ଆପଣାକୁ ସୋଡ଼ାରେ ଧୌତ କର ଓ ବହୁତ ସାବୁନ ଲଗାଅ, ତଥାପି ଆମ୍ଭ ଦୃଷ୍ଟିରେ ତୁମ୍ଭ ଅଧର୍ମ ଚିହ୍ନିତ ହୋଇ ରହିଅଛି।
Hata ujisafishe kwa magadi na kutumia sabuni nyingi, bado doa la hatia yako liko mbele zangu,” asema Bwana Mwenyezi.
23 ‘ଆମ୍ଭେ ଅଶୁଚି ନୋହୁଁ, ଆମ୍ଭେ ବାଲ୍ ଦେବଗଣର ପଶ୍ଚାଦ୍ଗାମୀ ହୋଇ ନାହୁଁ ବୋଲି’ ତୁମ୍ଭେ କିପରି କହିପାର? ଉପତ୍ୟକାରେ ତୁମ୍ଭ ଗତାୟାତ ପଥ ଦେଖ, ଯାହା ତୁମ୍ଭେ କରିଅଛ, ତାହା ଜ୍ଞାତ ହୁଅ; ତୁମ୍ଭେ ଆପଣା ପଥରେ ଭ୍ରମଣକାରିଣୀ ଦ୍ରୁତଗାମିନୀ ଉଷ୍ଟ୍ରୀ;
“Wawezaje kusema, ‘Mimi si najisi, sijawafuata Mabaali’? Kumbuka jinsi ulivyotenda kule bondeni; fikiri uliyoyafanya. Wewe ni ngamia jike mwenye mbio ukikimbia hapa na pale,
24 ତୁମ୍ଭେ ପ୍ରାନ୍ତର ପରିଚିତା ବନ୍ୟ ଗର୍ଦ୍ଦଭୀ ଅଟ; ସେ ଆପଣା ଅଭିଳାଷକ୍ରମେ ବାୟୁ ଆଘ୍ରାଣ କରେ, ତାହାର ଋତୁ ସମୟରେ କିଏ ତାହାକୁ ଫେରାଇ ପାରଇ? ତାହାର ଅନ୍ବେଷଣକାରୀମାନଙ୍କର ଆପଣାମାନଙ୍କୁ କ୍ଳାନ୍ତ କରିବାର ପ୍ରୟୋଜନ ନାହିଁ; ସେମାନେ ତାହାର ନିୟମିତ ମାସରେ ତାହାକୁ ପାଇବେ।
punda-mwitu aliyezoea jangwa, anayenusa upepo katika tamaa yake kubwa: katika wakati wake wa kuhitaji mbegu ni nani awezaye kumzuia? Madume yoyote yanayomfuatilia hayana haja ya kujichosha; wakati wa kupandwa kwake watampata tu.
25 ‘ତୁମ୍ଭେ ଆପଣା ଚରଣ ପାଦୁକାରହିତ ଓ କଣ୍ଠ ଶୁଷ୍କ ହେବାକୁ ଦିଅ ନାହିଁ; ମାତ୍ର ତୁମ୍ଭେ କହିଲ, ଆଉ ଭରସା ନାହିଁ; ନା, କାରଣ ମୁଁ ବିଦେଶୀୟମାନଙ୍କୁ ପ୍ରେମ କରିଅଛି ଓ ମୁଁ ସେମାନଙ୍କର ପଶ୍ଚାଦ୍ଗାମିନୀ ହେବି।’
Usikimbie hadi miguu yako iwe haina viatu, na koo lako liwe limekauka. Lakini ulisema, ‘Haina maana! Ninaipenda miungu ya kigeni, nami lazima niifuatie.’
26 ଚୋର ଧରା ପଡ଼ିଲେ ଯେପରି ଲଜ୍ଜିତ ହୁଏ, ସେପରି ଇସ୍ରାଏଲ ବଂଶ, ସେମାନଙ୍କର ରାଜାଗଣ, ସେମାନଙ୍କର ଅଧିପତିଗଣ, ସେମାନଙ୍କର ଯାଜକଗଣ ଓ ସେମାନଙ୍କର ଭବିଷ୍ୟଦ୍ବକ୍ତାଗଣ ସମସ୍ତେ ଲଜ୍ଜିତ ହୋଇଅଛନ୍ତି;
“Kama vile mwizi aaibikavyo wakati amekamatwa, hivyo ndivyo nyumba ya Israeli inavyoaibishwa: wao wenyewe, wafalme wao na maafisa wao, makuhani wao na manabii wao.
27 ସେମାନେ ଖଣ୍ଡେ କାଠମୁଣ୍ଡାକୁ କହନ୍ତି, ‘ତୁମ୍ଭେ ଆମ୍ଭର ପିତା’ ଓ ପଥରକୁ କହନ୍ତି, ‘ତୁମ୍ଭେ ଆମ୍ଭକୁ ଜନ୍ମ କରିଅଛ,’ ସେମାନେ ଆମ୍ଭ ଆଡ଼କୁ ମୁଖ ନ ଫେରାଇ ଆପଣା ଆପଣା ପିଠି ଫେରାଇ ଅଛନ୍ତି; ବିପଦ ସମୟରେ ସେମାନେ କହିବେ, ‘ତୁମ୍ଭେ ଉଠ, ଆମ୍ଭମାନଙ୍କୁ ଉଦ୍ଧାର କର।’
Wanaiambia miti, ‘Wewe ndiwe baba yangu,’ nalo jiwe, ‘Wewe ndiwe uliyenizaa.’ Wamenipa visogo vyao wala hawakunigeuzia nyuso zao; lakini wakiwa katika taabu, wanasema, ‘Njoo utuokoe!’
28 ମାତ୍ର ତୁମ୍ଭେ ନିଜ ପାଇଁ ଯେଉଁ ଦେବତାମାନଙ୍କୁ ନିର୍ମାଣ କରିଅଛ, ସେମାନେ କାହାନ୍ତି? ସେମାନେ ଉଠନ୍ତୁ, ଯେବେ ପାରନ୍ତି, ତେବେ ତୁମ୍ଭ ବିପଦ ସମୟରେ ତୁମ୍ଭକୁ ଉଦ୍ଧାର କରନ୍ତୁ; କାରଣ ହେ ଯିହୁଦା, ତୁମ୍ଭ ନଗରସମୂହର ସଂଖ୍ୟା ପ୍ରମାଣେ ତୁମ୍ଭର ଦେବତାମାନେ ଅଛନ୍ତି।
Iko wapi basi ile miungu mliyojitengenezea? Yenyewe na ije kama inaweza kuwaokoa wakati mko katika taabu! Kwa maana mna miungu mingi kama mlivyo na miji, ee Yuda.
29 ତୁମ୍ଭେମାନେ କାହିଁକି ଆମ୍ଭ ସଙ୍ଗେ ବିବାଦ କରିବ? ସଦାପ୍ରଭୁ କହନ୍ତି, ତୁମ୍ଭେ ସମସ୍ତେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛ।
“Kwa nini mnaleta mashtaka dhidi yangu? Ninyi nyote mmeniasi,” asema Bwana.
30 ଆମ୍ଭେ ବ୍ୟର୍ଥରେ ତୁମ୍ଭ ସନ୍ତାନଗଣକୁ ଆଘାତ କରିଅଛୁ; ସେମାନେ ଶାସ୍ତି ଗ୍ରାହ୍ୟ କଲେ ନାହିଁ; ତୁମ୍ଭମାନଙ୍କର ନିଜ ଖଡ୍ଗ, ବିନାଶକ ସିଂହ ତୁଲ୍ୟ ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାଗଣଙ୍କୁ ଗ୍ରାସ କରିଅଛି।
“Nimeadhibu watu wako bure tu, hawakujirekebisha. Upanga wako umewala manabii wako kama simba mwenye njaa.
31 ହେ ବର୍ତ୍ତମାନ କାଳର ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଆଲୋଚନା କର, ଆମ୍ଭେ କି ଇସ୍ରାଏଲ ପ୍ରତି ପ୍ରାନ୍ତର ସ୍ୱରୂପ, ଅବା ନିବିଡ଼ ଅନ୍ଧକାରମୟ ଦେଶ ସ୍ୱରୂପ ହୋଇଅଛୁ? ଆମ୍ଭର ଲୋକମାନେ କାହିଁକି କହୁଅଛନ୍ତି, ‘ଆମ୍ଭେମାନେ ବନ୍ଧନଛିଣ୍ଡା ହୋଇଅଛୁ; ଆମ୍ଭେମାନେ ଆଉ ତୁମ୍ଭ ନିକଟକୁ ଆସିବୁ ନାହିଁ?’
“Enyi wa kizazi hiki, tafakarini neno la Bwana: “Je, nimekuwa jangwa kwa Israeli au nchi ya giza kuu? Kwa nini watu wangu wanasema, ‘Sisi tuko huru kuzurura, hatutarudi kwako tena’?
32 କନ୍ୟା କି ଆପଣା ଅଳଙ୍କାର ଓ ବିବାହିତା କନ୍ୟା କି ଆପଣା ଭୂଷଣ ପାସୋରି ପାରେ? ତଥାପି ଆମ୍ଭର ଲୋକେ ଆମ୍ଭକୁ ଅସଂଖ୍ୟ ଦିନ ପାସୋରିଅଛନ୍ତି।
Je, mwanamwali husahau vito vyake, au bibi arusi mapambo yake ya arusi? Lakini watu wangu wamenisahau mimi, tena kwa siku zisizo na hesabu.
33 ତୁମ୍ଭେ ପ୍ରେମର ଚେଷ୍ଟାରେ କିପରି ଆପଣା ପଥ ସଜାଡ଼ୁଅଛ! ଏହି କାରଣରୁ ଦୁଷ୍ଟା ସ୍ତ୍ରୀମାନଙ୍କୁ ହିଁ ତୁମ୍ଭେ ଆପଣା ପଥ ଶିଖାଇଅଛ।
Je, wewe una ustadi kiasi gani katika kufuatia mapenzi! Hata wale wanawake wabaya kuliko wote wanaweza kujifunza kutokana na njia zako.
34 ଆହୁରି, ତୁମ୍ଭ ବସ୍ତ୍ରର ଅଞ୍ଚଳରେ ନିର୍ଦ୍ଦୋଷ ଦୀନହୀନମାନଙ୍କ ପ୍ରାଣର ରକ୍ତ ଦେଖାଯାଏ; ତାହା ସିନ୍ଧି କାଟିବା ସ୍ଥାନରେ ନୁହେଁ, ମାତ୍ର ଏହିସବୁର ଉପରେ ଆମ୍ଭେ ଦେଖିଅଛୁ।
Katika nguo zako watu huona damu ya uhai ya maskini wasio na hatia, ingawa hukuwakamata wakivunja nyumba. Lakini katika haya yote
35 ତଥାପି ତୁମ୍ଭେ କହିଲ, ‘ଆମ୍ଭେ ନିର୍ଦ୍ଦୋଷ; ଅବଶ୍ୟ ଆମ୍ଭଠାରୁ ତାହାଙ୍କର କ୍ରୋଧ ଫେରିଅଛି।’ ତୁମ୍ଭେ କହୁଅଛ, ‘ଆମ୍ଭେ ପାପ କରି ନାହୁଁ,’ ଏହେତୁ ଦେଖ, ଆମ୍ଭେ ତୁମ୍ଭର ବିଚାର କରିବା।
unasema, ‘Sina hatia; Mungu hajanikasirikia.’ Lakini nitakuhukumu kwa sababu unasema, ‘Mimi sijatenda dhambi.’
36 ତୁମ୍ଭେ ଆପଣା ପଥ ପରିବର୍ତ୍ତନ କରିବା ପାଇଁ କାହିଁକି ଏଣେତେଣେ ମିଥ୍ୟାରେ ଏତେ ଭ୍ରମଣ କରୁଅଛ? ତୁମ୍ଭେ ଅଶୂରର ବିଷୟରେ ଯେପରି ଲଜ୍ଜିତା ହୋଇଥିଲ, ସେପରି ମିସରର ବିଷୟରେ ହେଁ ଲଜ୍ଜିତା ହେବ।
Kwa nini unatangatanga sana, kubadili njia zako? Utakatishwa tamaa na Misri kama ulivyokatishwa na Ashuru.
37 ତୁମ୍ଭେ ଆପଣା ମୁଣ୍ଡରେ ହାତ ଦେଇ ତାହା ନିକଟରୁ ମଧ୍ୟ ବାହାରି ଯିବ; କାରଣ ସଦାପ୍ରଭୁ ତୁମ୍ଭର ବିଶ୍ୱାସପାତ୍ରମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି ଓ ସେମାନଙ୍କ ଦ୍ୱାରା ତୁମ୍ଭେ କୃତକାର୍ଯ୍ୟ ହେବ ନାହିଁ।
Pia utaondoka mahali hapo ukiwa umeweka mikono kichwani, kwa kuwa Bwana amewakataa wale unaowatumainia; hutasaidiwa nao.