< ଯିରିମୀୟ 21 >

1 ସିଦିକୀୟ ରାଜା ଯେଉଁ ସମୟରେ ମଲ୍‍କୀୟର ପୁତ୍ର ପଶ୍‍ହୂରକୁ ଓ ମାସେୟର ପୁତ୍ର ସଫନୀୟ ଯାଜକକୁ ଯିରିମୀୟଙ୍କ ନିକଟକୁ ପଠାଇ କହିଲା,
耶和华的话临到耶利米。那时,西底家王打发玛基雅的儿子巴施户珥和玛西雅的儿子祭司西番雅去见耶利米,说:
2 “ଯଥା, ବିନୟ କରୁଅଛୁ, ତୁମ୍ଭେ ଆମ୍ଭମାନଙ୍କ ପକ୍ଷରୁ ସଦାପ୍ରଭୁଙ୍କୁ ପଚାର; କାରଣ ବାବିଲର ରାଜା ନବୂଖଦ୍‍ନିତ୍ସର ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛି; କେଜାଣି ସଦାପ୍ରଭୁ ଆପଣାର ସକଳ ଆଶ୍ଚର୍ଯ୍ୟ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରିବେ, ତାହାହେଲେ ସେ ଆମ୍ଭମାନଙ୍କ ନିକଟରୁ ଉଠି ପ୍ରସ୍ଥାନ କରିବ,” ସେସମୟରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା।
“请你为我们求问耶和华;因为巴比伦王尼布甲尼撒来攻击我们,或者耶和华照他一切奇妙的作为待我们,使巴比伦王离开我们上去。”
3 ତହିଁରେ ଯିରିମୀୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସିଦିକୀୟକୁ ଏହି କଥା କହିବ;
耶利米对他们说:“你们当对西底家这样说:
4 ‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ତୁମ୍ଭେମାନେ ଆପଣା ହସ୍ତସ୍ଥିତ ଯେଉଁ ସକଳ ଯୁଦ୍ଧାସ୍ତ୍ର ଦ୍ୱାରା ବାବିଲର ରାଜା ଓ ତୁମ୍ଭମାନଙ୍କର ଅବରୋଧକାରୀ କଲ୍‍ଦୀୟମାନଙ୍କ ସହିତ ପ୍ରାଚୀରର ବାହାରେ ଯୁଦ୍ଧ କରୁଅଛ, ଆମ୍ଭେ ସେହି ସବୁକୁ ଫେରାଇ ଦେବା ଓ ଆମ୍ଭେ ଏହି ନଗର ମଧ୍ୟରେ ସେସବୁକୁ ସଂଗ୍ରହ କରିବା।
‘耶和华—以色列的 神如此说:我要使你们手中的兵器,就是你们在城外与巴比伦王和围困你们的迦勒底人打仗的兵器翻转过来,又要使这些都聚集在这城中。
5 ପୁଣି, ଆମ୍ଭେ ଆପେ ବିସ୍ତୃତ ହସ୍ତ ଓ ବଳବାନ ବାହୁ ଦ୍ୱାରା କ୍ରୋଧରେ, ପ୍ରଚଣ୍ଡ ରୋଷରେ ଓ ମହାକୋପରେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା।
并且我要在怒气、忿怒,和大恼恨中,用伸出来的手,并大能的膀臂,亲自攻击你们;
6 ଆଉ, ଆମ୍ଭେ ଏହି ନଗରବାସୀ ମନୁଷ୍ୟ ଓ ପଶୁ ସମସ୍ତଙ୍କୁ ସଂହାର କରିବା; ସେମାନେ ମହାମାରୀରେ ମରିବେ।
又要击打这城的居民,连人带牲畜都必遭遇大瘟疫死亡。
7 ଆଉ, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍‍, ଏହି ନଗରର ଯେଉଁ ସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।’
以后我要将犹大王西底家和他的臣仆百姓,就是在城内,从瘟疫、刀剑、饥荒中剩下的人,都交在巴比伦王尼布甲尼撒的手中和他们仇敌,并寻索其命的人手中。巴比伦王必用刀击杀他们,不顾惜,不可怜,不怜悯。这是耶和华说的。’
8 ପୁଣି, ତୁମ୍ଭେ ଏହି ଲୋକମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରେ ଜୀବନର ପଥ ଓ ମୃତ୍ୟୁର ପଥ ରଖୁଅଛୁ।
“你要对这百姓说:‘耶和华如此说:看哪,我将生命的路和死亡的路摆在你们面前。
9 ଯେଉଁ ଲୋକ ଏହି ନଗର ମଧ୍ୟରେ ରହିବ, ସେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ; ମାତ୍ର ଯେଉଁ ଲୋକ ବାହାରିଯାଇ ତୁମ୍ଭମାନଙ୍କର ଅବରୋଧକାରୀ କଲ୍‍ଦୀୟମାନଙ୍କର ପକ୍ଷ ହେବ, ସେ ବଞ୍ଚିବ ଓ ତାହାର ପ୍ରାଣ ତାହା ପ୍ରତି ଲୁଟିତ ଦ୍ରବ୍ୟ ତୁଲ୍ୟ ହେବ।
住在这城里的必遭刀剑、饥荒、瘟疫而死;但出去归降围困你们迦勒底人的必得存活,要以自己的命为掠物。
10 କାରଣ ସଦାପ୍ରଭୁ କହନ୍ତି, ମଙ୍ଗଳର ନିମନ୍ତେ ନୁହେଁ, ପୁଣି ଅମଙ୍ଗଳର ନିମନ୍ତେ ଏହି ନଗର ପ୍ରତି ଆମ୍ଭେ ଆପଣା ମୁଖ ରଖିଅଛୁ; ତାହା ବାବିଲ ରାଜାର ହସ୍ତଗତ କରାଯିବ ଓ ସେ ଅଗ୍ନିରେ ତାହା ଦଗ୍ଧ କରିବ।
耶和华说:我向这城变脸,降祸不降福;这城必交在巴比伦王的手中,他必用火焚烧。’”
11 ଆଉ, ଯିହୁଦାର ରାଜବଂଶ ବିଷୟରେ ତୁମ୍ଭେମାନେ ‘ସଦାପ୍ରଭୁଙ୍କର ବାକ୍ୟ ଶୁଣ;
“至于犹大王的家,你们当听耶和华的话。
12 ହେ ଦାଉଦ ବଂଶ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପ୍ରଭାତରେ ବିଚାର ନିଷ୍ପତ୍ତି କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର, ନୋହିଲେ ତୁମ୍ଭମାନଙ୍କ ଦୁଷ୍ଟାଚରଣ ହେତୁରୁ ଆମ୍ଭର ପ୍ରଚଣ୍ଡ କ୍ରୋଧ ଅଗ୍ନି ତୁଲ୍ୟ ବାହାରି ଦଗ୍ଧ କରିବ ଓ କେହି ତାହା ଲିଭାଇ ପାରିବ ନାହିଁ।’
大卫家啊,耶和华如此说: 你们每早晨要施行公平, 拯救被抢夺的脱离欺压人的手, 恐怕我的忿怒因你们的恶行发作, 如火着起,甚至无人能以熄灭。
13 ହେ ଉପତ୍ୟକା ଓ କ୍ଷେତ୍ରସ୍ଥ ଶୈଳନିବାସିନୀ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ତୁମ୍ଭେମାନେ କହୁଅଛ, ‘ଆମ୍ଭମାନଙ୍କ ବିରୁଦ୍ଧରେ କିଏ ଆସିବ? ଅବା କିଏ ଆମ୍ଭମାନଙ୍କ ନିବାସ ସ୍ଥାନରେ ପ୍ରବେଶ କରିବ?’
耶和华说:住山谷和平原磐石上的居民, 你们说:谁能下来攻击我们? 谁能进入我们的住处呢? 看哪,我与你们为敌。
14 ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କ କର୍ମର ଫଳାନୁସାରେ ତୁମ୍ଭମାନଙ୍କୁ ଶାସ୍ତି ଦେବା; ପୁଣି, ଆମ୍ଭେ ତାହାର ବନରେ ଅଗ୍ନି ଜ୍ୱଳାଇବା, ତହିଁରେ ତାହା ତାହାର ଚତୁର୍ଦ୍ଦିଗସ୍ଥ ସକଳ ଗ୍ରାସ କରିବ।”
耶和华又说: 我必按你们做事的结果刑罚你们; 我也必使火在耶路撒冷的林中着起, 将她四围所有的尽行烧灭。”

< ଯିରିମୀୟ 21 >