< ଯିରିମୀୟ 21 >
1 ସିଦିକୀୟ ରାଜା ଯେଉଁ ସମୟରେ ମଲ୍କୀୟର ପୁତ୍ର ପଶ୍ହୂରକୁ ଓ ମାସେୟର ପୁତ୍ର ସଫନୀୟ ଯାଜକକୁ ଯିରିମୀୟଙ୍କ ନିକଟକୁ ପଠାଇ କହିଲା,
Parole du Seigneur qui vint à Jérémie, quand le roi Sédécias lui eut envoyé Paschor, fils de Melchias, et Sophonie, fils de Balaie le prêtre, disant:
2 “ଯଥା, ବିନୟ କରୁଅଛୁ, ତୁମ୍ଭେ ଆମ୍ଭମାନଙ୍କ ପକ୍ଷରୁ ସଦାପ୍ରଭୁଙ୍କୁ ପଚାର; କାରଣ ବାବିଲର ରାଜା ନବୂଖଦ୍ନିତ୍ସର ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛି; କେଜାଣି ସଦାପ୍ରଭୁ ଆପଣାର ସକଳ ଆଶ୍ଚର୍ଯ୍ୟ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରିବେ, ତାହାହେଲେ ସେ ଆମ୍ଭମାନଙ୍କ ନିକଟରୁ ଉଠି ପ୍ରସ୍ଥାନ କରିବ,” ସେସମୟରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା।
Interroge le Seigneur à notre sujet; car le roi de Babylone s'est levé contre nous; demande si le Seigneur fera selon ses merveilles, et si l'ennemi s'éloignera de nous.
3 ତହିଁରେ ଯିରିମୀୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସିଦିକୀୟକୁ ଏହି କଥା କହିବ;
Et Jérémie leur répondit: Parlez ainsi à Sédécias, roi de Juda:
4 ‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ତୁମ୍ଭେମାନେ ଆପଣା ହସ୍ତସ୍ଥିତ ଯେଉଁ ସକଳ ଯୁଦ୍ଧାସ୍ତ୍ର ଦ୍ୱାରା ବାବିଲର ରାଜା ଓ ତୁମ୍ଭମାନଙ୍କର ଅବରୋଧକାରୀ କଲ୍ଦୀୟମାନଙ୍କ ସହିତ ପ୍ରାଚୀରର ବାହାରେ ଯୁଦ୍ଧ କରୁଅଛ, ଆମ୍ଭେ ସେହି ସବୁକୁ ଫେରାଇ ଦେବା ଓ ଆମ୍ଭେ ଏହି ନଗର ମଧ୍ୟରେ ସେସବୁକୁ ସଂଗ୍ରହ କରିବା।
Voici ce que dit le Seigneur: Je ferai retourner contre vous les armes que vous prendrez pour combattre les Chaldéens, qui vous assiègent et entourent vos remparts; et je rassemblerai ceux-ci au milieu de votre ville,
5 ପୁଣି, ଆମ୍ଭେ ଆପେ ବିସ୍ତୃତ ହସ୍ତ ଓ ବଳବାନ ବାହୁ ଦ୍ୱାରା କ୍ରୋଧରେ, ପ୍ରଚଣ୍ଡ ରୋଷରେ ଓ ମହାକୋପରେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା।
Et je vous combattrai dans les transports d'une grande colère avec ma main étendue et mon bras tout-puissant.
6 ଆଉ, ଆମ୍ଭେ ଏହି ନଗରବାସୀ ମନୁଷ୍ୟ ଓ ପଶୁ ସମସ୍ତଙ୍କୁ ସଂହାର କରିବା; ସେମାନେ ମହାମାରୀରେ ମରିବେ।
Et tout ce qui habite cette ville, hommes et bétail, je les frapperai d'une grande peste, et ils mourront,
7 ଆଉ, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍, ଏହି ନଗରର ଯେଉଁ ସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।’
Et après cela voici ce que dit le Seigneur: Sédécias, roi de Juda, et ses serviteurs et ceux du peuple de cette ville, que la peste, la famine, et le glaive n'auront pas enlevés, je les livrerai à leurs ennemis qui en veulent à leur vie; et ceux-ci les passeront au fil de l'épée; je ne les épargnerai pas et je n'aurai d'eux aucune pitié.
8 ପୁଣି, ତୁମ୍ଭେ ଏହି ଲୋକମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରେ ଜୀବନର ପଥ ଓ ମୃତ୍ୟୁର ପଥ ରଖୁଅଛୁ।
Et je dis à ce peuple: Ainsi parle le Seigneur: Voilà que j'ai mis devant vos yeux le chemin de la vie et le chemin de la mort;
9 ଯେଉଁ ଲୋକ ଏହି ନଗର ମଧ୍ୟରେ ରହିବ, ସେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ; ମାତ୍ର ଯେଉଁ ଲୋକ ବାହାରିଯାଇ ତୁମ୍ଭମାନଙ୍କର ଅବରୋଧକାରୀ କଲ୍ଦୀୟମାନଙ୍କର ପକ୍ଷ ହେବ, ସେ ବଞ୍ଚିବ ଓ ତାହାର ପ୍ରାଣ ତାହା ପ୍ରତି ଲୁଟିତ ଦ୍ରବ୍ୟ ତୁଲ୍ୟ ହେବ।
Celui qui demeurera dans cette ville mourra par le glaive ou la famine; et celui qui en sortira pour se soumettre aux Chaldéens assiégeants vivra, et sa vie lui sera comme un butin, et il vivra.
10 କାରଣ ସଦାପ୍ରଭୁ କହନ୍ତି, ମଙ୍ଗଳର ନିମନ୍ତେ ନୁହେଁ, ପୁଣି ଅମଙ୍ଗଳର ନିମନ୍ତେ ଏହି ନଗର ପ୍ରତି ଆମ୍ଭେ ଆପଣା ମୁଖ ରଖିଅଛୁ; ତାହା ବାବିଲ ରାଜାର ହସ୍ତଗତ କରାଯିବ ଓ ସେ ଅଗ୍ନିରେ ତାହା ଦଗ୍ଧ କରିବ।
Car j'ai arrêté ma face sur cette ville, pour son malheur, et non pour son bien. Elle sera livrée aux mains du roi de Babylone, elle sera brûlée par le feu.
11 ଆଉ, ଯିହୁଦାର ରାଜବଂଶ ବିଷୟରେ ତୁମ୍ଭେମାନେ ‘ସଦାପ୍ରଭୁଙ୍କର ବାକ୍ୟ ଶୁଣ;
Maison du roi de Juda, écoutez la parole du Seigneur.
12 ହେ ଦାଉଦ ବଂଶ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପ୍ରଭାତରେ ବିଚାର ନିଷ୍ପତ୍ତି କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର, ନୋହିଲେ ତୁମ୍ଭମାନଙ୍କ ଦୁଷ୍ଟାଚରଣ ହେତୁରୁ ଆମ୍ଭର ପ୍ରଚଣ୍ଡ କ୍ରୋଧ ଅଗ୍ନି ତୁଲ୍ୟ ବାହାରି ଦଗ୍ଧ କରିବ ଓ କେହି ତାହା ଲିଭାଇ ପାରିବ ନାହିଁ।’
Maison de David, voici ce que dit le Seigneur: Rendez la justice dès le matin; marchez avec droiture et délivrez l'homme dépouillé des mains du spoliateur, afin que ma colère ne s'allume plus comme la flamme; car elle brûlera, et nul ne pourra l'éteindre.
13 ହେ ଉପତ୍ୟକା ଓ କ୍ଷେତ୍ରସ୍ଥ ଶୈଳନିବାସିନୀ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ତୁମ୍ଭେମାନେ କହୁଅଛ, ‘ଆମ୍ଭମାନଙ୍କ ବିରୁଦ୍ଧରେ କିଏ ଆସିବ? ଅବା କିଏ ଆମ୍ଭମାନଙ୍କ ନିବାସ ସ୍ଥାନରେ ପ୍ରବେଶ କରିବ?’
Voilà que je suis contre toi, habitant de la plaine dans la vallée de Sor, et contre vous tous qui dites: Qui nous effrayera? qui entrera dans nos demeures?
14 ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କ କର୍ମର ଫଳାନୁସାରେ ତୁମ୍ଭମାନଙ୍କୁ ଶାସ୍ତି ଦେବା; ପୁଣି, ଆମ୍ଭେ ତାହାର ବନରେ ଅଗ୍ନି ଜ୍ୱଳାଇବା, ତହିଁରେ ତାହା ତାହାର ଚତୁର୍ଦ୍ଦିଗସ୍ଥ ସକଳ ଗ୍ରାସ କରିବ।”
C'est moi. Je mettrai le feu à la forêt, et l'incendie dévorera tout ce qui l'entoure.