< ଯିରିମୀୟ 22 >
1 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯିହୁଦାର ରାଜଗୃହକୁ ଯାଇ ସେଠାରେ ଏହି କଥା କୁହ।
Yehova anandiwuza kuti, “Pita ku nyumba ya mfumu ya ku Yuda ndipo ukayiwuze kuti,
2 ଯଥା, ହେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ଯିହୁଦାର ରାଜନ୍, ତୁମ୍ଭେ ତୁମ୍ଭର ଦାସଗଣ ଓ ଏହିସବୁ ଦ୍ୱାର ଦେଇ ପ୍ରବେଶକାରୀ ତୁମ୍ଭର ଲୋକମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ।
‘Imva mawu a Yehova, iwe mfumu ya ku Yuda, amene umakhala pa mpando waufumu wa Davide; iwe, nduna zako pamodzi ndi anthu ako amene amalowera pa zipata izi.
3 ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ନ୍ୟାୟବିଚାର ଓ ଧାର୍ମିକତା ବ୍ୟବହାର କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର; ପୁଣି, ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ୟାୟ ଓ ଉପଦ୍ରବ କର ନାହିଁ, କିଅବା ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ କର ନାହିଁ।
Yehova akuti, uziweruza molungama ndi mosakondera. Uzipulumutsa munthu amene walandidwa katundu mʼdzanja la womuzunza. Usazunze kapena kupondereza mlendo, ana amasiye kapena akazi amasiye. Usaphe munthu wosalakwa pa malo pano.
4 କାରଣ ଯଦି ତୁମ୍ଭେମାନେ ପ୍ରକୃତରେ ଏହିସବୁ କାର୍ଯ୍ୟ କରିବ, ତେବେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ରାଜାଗଣ ରଥରେ ଓ ଅଶ୍ୱରେ ଚଢ଼ି, ସେ, ତାହାର ଦାସଗଣ ଓ ଲୋକମାନେ ଏହି ଗୃହର ଦ୍ୱାର ଦେଇ ପ୍ରବେଶ କରିବେ।
Pakuti ngati udzamvera malamulo awa, ndiye kuti mafumu onse okhala pa mpando waufumu wa Davide azidzalowabe pa zipata za nyumba yaufumu ino, atakwera magaleta ndi akavalo, iwowo pamodzi ndi nduna zawo ndi anthu awo.
5 ମାତ୍ର ଯଦି ତୁମ୍ଭେମାନେ ଏହିସବୁ କଥା ଶୁଣିବ ନାହିଁ, ତେବେ ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ନାମରେ ଶପଥ କରୁଅଛୁ ଯେ, ଏହି ଗୃହ ଉଚ୍ଛିନ୍ନ ହେବ।
Koma ngati sumvera malamulo awa, akutero Yehova, ndikulumbira pali Ine ndemwe kuti nyumba ino yaufumu idzasanduka bwinja.’”
6 କାରଣ ଯିହୁଦାର ରାଜଗୃହ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆମ୍ଭ ପ୍ରତି ଗିଲୀୟଦ ଓ ଲିବାନୋନର ଶୃଙ୍ଗ ସ୍ୱରୂପ ଅଟ; ତଥାପି ଆମ୍ଭେ ନିଶ୍ଚୟ ତୁମ୍ଭକୁ ପ୍ରାନ୍ତର ଓ ନିବାସୀବିହୀନ ନଗରସମୂହର ସ୍ୱରୂପ କରିବା।
Pakuti zimene Yehova akunena za nyumba yaufumu ya mfumu ya ku Yuda ndi izi: “Ngakhale iwe uli ngati Giliyadi kwa Ine, ngati msonga ya phiri la Lebanoni, komabe ndidzakusandutsa chipululu, ngati mizinda yopanda anthu.
7 ପୁଣି, ତୁମ୍ଭ ବିରୁଦ୍ଧରେ ବିନାଶକଗଣକୁ ପ୍ରତ୍ୟେକର ଅସ୍ତ୍ର ସହିତ ପ୍ରସ୍ତୁତ କରିବା; ତହିଁରେ ସେମାନେ ତୁମ୍ଭର ଉତ୍ତମ ଏରସ ବୃକ୍ଷସବୁ କାଟି ଅଗ୍ନିରେ ପକାଇଦେବେ।
Ndidzatuma anthu oti adzakuwononge, munthu aliyense ali ndi zida zake, ndipo adzadula mikungudza yako yokongola nadzayiponya pa moto.
8 ଆଉ, ଅନେକ ଦେଶୀୟ ଲୋକ ଏହି ନଗର ନିକଟ ଦେଇ ଗତାୟାତ କରୁ କରୁ ପ୍ରତ୍ୟେକେ, ଆପଣା ଆପଣା ସଙ୍ଗୀକୁ କହିବେ, ‘ସଦାପ୍ରଭୁ କି ନିମନ୍ତେ ଏହି ବୃହତ ନଗରକୁ ଏପରି କଲେ?’
“Pamene anthu a mitundu ina adzadutsa pa mzinda umenewu adzafunsana kuti, ‘Chifukwa chiyani Yehova wachita chinthu chotere pa mzinda waukuluwu?’
9 ତହିଁରେ ସେମାନେ ଉତ୍ତର କରିବେ, ‘କାରଣ ଏହି, ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିୟମ ପରିତ୍ୟାଗ କରି ଅନ୍ୟ ଦେବଗଣକୁ ପ୍ରଣାମ ଓ ସେବା କଲେ।’”
Ndipo yankho lake lidzakhala lakuti, ‘Chifukwa anasiya pangano limene anapangana ndi Yehova Mulungu wawo ndipo anapembedza ndi kutumikira milungu ina.’”
10 ତୁମ୍ଭେମାନେ ମୃତ ଲୋକ ସକାଶେ ରୋଦନ କର ନାହିଁ, କିଅବା ତାହା ସକାଶେ ବିଳାପ କର ନାହିଁ; ମାତ୍ର ପ୍ରସ୍ଥାନ କରିବା ଲୋକ ନିମନ୍ତେ ଅତିଶୟ କ୍ରନ୍ଦନ କର; କାରଣ ସେ ଆଉ ଫେରି ଆସିବ ନାହିଁ, କିଅବା ଆପଣା ଜନ୍ମ ଦେଶ ଆଉ ଦେଖିବ ନାହିଁ।
Musayilire mfumu Yosiya, musamuyimbire nyimbo womwalirayo; mʼmalo mwake, mulire kwambiri chifukwa cha Yehowahazi amene wapita ku ukapolo, chifukwa sadzabwereranso kapena kuonanso dziko lake lobadwira.
11 ଯେହେତୁ ଯିହୁଦାର ରାଜା ଯୋଶୀୟର ପୁତ୍ର ଶଲ୍ଲୁମ୍ ଯେ ଆପଣା ପିତା ଯୋଶୀୟର ପଦରେ ରାଜତ୍ୱ କଲା ଓ ଏହି ସ୍ଥାନରୁ ବାହାରିଗଲା, ତାହାର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;
Pakuti zimene Yehova akunena za Yehowahazi mwana wa Yosiya, amene anatenga mpando waufumu wa Yuda mʼmalo mwa abambo ake koma nʼkuwusiya ndi izi: “Iye sadzabwereranso.
12 “ସେ ଏହି ସ୍ଥାନକୁ ଆଉ ଫେରି ଆସିବ ନାହିଁ; ମାତ୍ର ସେ ଯେଉଁ ସ୍ଥାନକୁ ବନ୍ଦୀତ୍ୱ ଅବସ୍ଥାରେ ନୀତ ହୋଇଅଛି, ସେହି ସ୍ଥାନରେ ମରିବ ଓ ସେ ଏହି ଦେଶ ଆଉ ଦେଖିବ ନାହିଁ।”
Iyeyo adzafera ku ukapoloko. Sadzalionanso dziko lino.”
13 “ଯେଉଁ ଲୋକ ଅଧର୍ମରେ ଆପଣା ଗୃହ ଓ ଅନ୍ୟାୟରେ ଆପଣା କୋଠରିମାନ ନିର୍ମାଣ କରେ; ଯେ ବିନା ବେତନରେ ଆପଣା ପ୍ରତିବାସୀକୁ ସେବା କରାଏ ଓ ତାହାର ବେତନ ତାହାକୁ ନ ଦିଏ;
“Tsoka kwa munthu womanga nyumba yake mopanda chilungamo, womanga zipinda zake zosanja monyenga, pogwiritsa ntchito abale ake mwathangata, osawapatsa malipiro a ntchito yawo.
14 ଯେ କହେ, ‘ଆମ୍ଭେ ଆପଣା ପାଇଁ ଏକ ପ୍ରଶସ୍ତ ଗୃହ ଓ ବୃହତ କୋଠରିମାନ ନିର୍ମାଣ କରିବା’ ଓ ଯେ ଆପଣା ପାଇଁ ଝରକା କାଟେ, ଆଉ ଏରସ କାଷ୍ଠରେ ଗୃହର ଭିତର ଛାତ କରେ ଓ ରକ୍ତବର୍ଣ୍ଣର ରଙ୍ଗ ଲେପନ କରେ, ସେ ସନ୍ତାପର ପାତ୍ର!
Munthuyo amati, ‘Ndidzadzimangira nyumba yayikulu ya zipinda zikuluzikulu zamʼmwamba.’ Kotero ndidzapanga mazenera akuluakulu, ndi kukhomamo matabwa a mkungudza ndi kukongoletsa ndi makaka ofiira.
15 ତୁମ୍ଭେ ଏରସ କାଷ୍ଠ ବିଷୟରେ ବଡ଼ ହେବା ପାଇଁ ଯତ୍ନ କରିବା ହେତୁରୁ କି ରାଜତ୍ୱ କରିବ? ତୁମ୍ଭର ପିତା କି ଭୋଜନପାନ କରି ବିଚାର ଓ ଧର୍ମାଚରଣ କଲା ନାହିଁ? ତହିଁରେ ତାହାର ମଙ୍ଗଳ ହେଲା।
“Kodi kukhala ndi nyumba ya mkungudza wambiri zingachititse iwe kukhala mfumu? Ganiza za abambo ako. Suja anali ndi zonse zakudya ndi zakumwa. Abambo ako ankaweruza molungama ndi mosakondera, ndipo zonse zinkawayendera bwino.
16 ସେ ଦରିଦ୍ର ଓ ଦୀନହୀନମାନଙ୍କ ଗୁହାରି ବିଚାର କଲା, ତହିଁରେ ମଙ୍ଗଳ ହେଲା। ସଦାପ୍ରଭୁ କହନ୍ତି, ଏହା କି ଆମ୍ଭଙ୍କୁ ଜ୍ଞାତ ହେବାର ନୁହେଁ?
Iye ankateteza anthu osauka ndi osowa, ndipo zonse zinkamuyendera bwino. Kodi zimenezi sindiye tanthauzo la kudziwa Ine?” akutero Yehova.
17 ମାତ୍ର ତୁମ୍ଭର ଚକ୍ଷୁ ଓ ତୁମ୍ଭର ଅନ୍ତଃକରଣ, ଆପଣାର ଲୋଭ, ନିର୍ଦ୍ଦୋଷର ରକ୍ତପାତ, ଉପଦ୍ରବ ଓ ଦୌରାତ୍ମ୍ୟ କରିବା ଛଡ଼ା ଆଉ କାହିଁରେ ନାହିଁ।”
“Koma maso ako ndi mtima sizili penanso, koma zili pa phindu lachinyengo, pa zopha anthu osalakwa ndi pa kuzunza ndi pakulamulira mwankhanza.”
18 ଏଥିପାଇଁ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; “ଲୋକମାନେ, ହାୟ, ଆମ୍ଭର ଭାଇ! ଅବା ହାୟ, ଭଉଣୀ! କହି ତାହା ପାଇଁ ବିଳାପ କରିବେ ନାହିଁ; ‘ହାୟ, ପ୍ରଭୁ!’ ଅବା ‘ହାୟ, ତାଙ୍କର ମହିମା!’ ଏହା କହି ଲୋକେ ତାହା ପାଇଁ ବିଳାପ କରିବେ ନାହିଁ।
Nʼchifukwa chake Yehova ponena za Yehoyakimu mwana wa Yosiya mfumu ya ku Yuda akuti, “Anthu sadzamulira maliro kapena kunena kuti, ‘Kalanga ine, mʼbale wanga! Kalanga ine mlongo wanga! Anthu ake sadzamulira maliro kuti, Kalanga ine, mbuye wathu! Taonani ulemerero wake wapita!’
19 ତାହାର କବର ଗଧର କବର ତୁଲ୍ୟ ହେବ, ସେ ଘୋଷଡ଼ା ଯାଇ ଯିରୂଶାଲମର ଦ୍ୱାର ବାହାରେ ପକାଯିବ।”
Adzayikidwa ngati bulu, kuchita kumuguguza ndi kukamutaya kunja kwa zipata za Yerusalemu.”
20 “ତୁମ୍ଭେ ଲିବାନୋନକୁ ଯାଇ କ୍ରନ୍ଦନ କର; ତୁମ୍ଭେ ବାଶନରେ ଉଚ୍ଚସ୍ୱର କର ଓ ଅବାରୀମ୍ରୁ କ୍ରନ୍ଦନ କର; କାରଣ ତୁମ୍ଭର ପ୍ରେମକାରୀ ସମସ୍ତେ ବିନଷ୍ଟ ହୋଇଅଛନ୍ତି।
“Tsono inu anthu a ku Yerusalemu, pitani ku mapiri a Lebanoni kuti mukalire mofuwula kumeneko, mawu anu akamveke mpaka ku Basani. Mulire mofuwula muli ku Abarimu chifukwa abwenzi ako onse awonongeka.
21 ଆମ୍ଭେ ତୁମ୍ଭର ସମୃଦ୍ଧି ସମୟରେ ତୁମ୍ଭକୁ କଥା କହିଲୁ; ମାତ୍ର ତୁମ୍ଭେ କହିଲ, ‘ମୁଁ ଶୁଣିବି ନାହିଁ;’ ଆମ୍ଭ ବାକ୍ୟରେ ଅବଧାନ ନ କରିବାର ବାଲ୍ୟକାଳରୁ ତୁମ୍ଭର ଏପରି ବ୍ୟବହାର ହୋଇଅଛି।
Ndinakuchenjezani pamene munali pa mtendere. Koma inu munati, ‘Sindidzamvera.’ Umu ndi mmene mwakhala mukuchitira kuyambira mukali aangʼono. Simunandimvere Ine.
22 ବାୟୁ ତୁମ୍ଭର ସମସ୍ତ ମେଷପାଳକଙ୍କୁ ଚରାଇବ ଓ ତୁମ୍ଭର ପ୍ରେମକାରୀମାନେ ବନ୍ଦୀତ୍ୱ ସ୍ଥାନକୁ ଯିବେ; ସେହି ସମୟରେ ତୁମ୍ଭେ ଆପଣାର ସକଳ ଦୁଷ୍ଟତା ସକାଶୁ ନିଶ୍ଚୟ ଲଜ୍ଜିତା ଓ ବ୍ୟାକୁଳିତା ହେବ।
Mphepo idzakuchotserani abusa anu onse, ndipo abwenzi anu adzatengedwa ku ukapolo. Pamenepo mudzachita manyazi ndi kunyozedwa chifukwa cha zoyipa zanu zonse.
23 ହେ ଲିବାନୋନ ନିବାସିନୀ, ଏରସ ବୃକ୍ଷ ବନରେ ବସା କରିଅଛ ଯେ ତୁମ୍ଭେ, ଯେତେବେଳେ ପ୍ରସବବେଦନା ତୁଲ୍ୟ ତୁମ୍ଭର ବେଦନା ଉପସ୍ଥିତ ହେବ, ସେତେବେଳେ ତୁମ୍ଭର ଅବସ୍ଥା ବଡ଼ ଶୋଚନୀୟ ହେବ।”
Inu amene mumakhala mʼnyumba ya ku Lebanoni, amene munamanga nyumba zanu pakati pa mikungudza, mudzabuwula kwambiri pamene zowawa zidzakugwerani, zonga za mkazi pa nthawi yake yochira!
24 “ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଯିହୁଦାର ରାଜା ଯିହୋୟାକୀମ୍ର ପୁତ୍ର କନୀୟ ଆମ୍ଭ ଦକ୍ଷିଣ ହସ୍ତରେ ମୋହର ତୁଲ୍ୟ ହେଲେ ହେଁ ଆମ୍ଭେ ତୁମ୍ଭକୁ ସେଠାରୁ କାଢ଼ି ପକାଇବା;
“Pali Ine wamoyo, akutero Yehova, ngakhale iwe, Yehoyakini mwana wa Yehoyakimu mfumu ya ku Yuda, ukanakhala ngati mphete ya ku dzanja langa lamanja, ndikanakuvula nʼkukutaya.
25 ପୁଣି, ଯେଉଁମାନେ ତୁମ୍ଭର ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି ଓ ଯେଉଁମାନଙ୍କ ବିଷୟରେ ତୁମ୍ଭେ ଭୟ କରୁଅଛ, ସେମାନଙ୍କ ହସ୍ତରେ, ଅର୍ଥାତ୍, ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ କଲ୍ଦୀୟମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପି ଦେବା।
Ndidzakupereka kwa amene akufuna kukupha, amene iwe umawaopa. Ndidzakupereka kwa Nebukadinezara, mfumu ya ku Babuloni ndi anthu ake.
26 ଆଉ, ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ପ୍ରସବକାରିଣୀ ମାତାକୁ, ଯେଉଁ ଦେଶରେ ତୁମ୍ଭମାନଙ୍କର ଜନ୍ମ ହୋଇ ନ ଥିଲା, ଏପରି ଏକ ଦେଶରେ ତୁମ୍ଭମାନଙ୍କୁ ନିକ୍ଷେପ କରିବା। ଆଉ, ସେଠାରେ ତୁମ୍ଭେମାନେ ମରିବ।
Iwe pamodzi ndi amayi ako amene anakubereka ndidzakupititsani ku dziko lachilendo. Ngakhale inu simunabadwire kumeneko, komabe mudzafera komweko.
27 ମାତ୍ର ଯେଉଁ ଦେଶକୁ ଫେରି ଆସିବା ପାଇଁ ସେମାନଙ୍କର ପ୍ରାଣ ଅତିଶୟ ଲାଳସା କରେ, ସେ ଦେଶକୁ ସେମାନେ ଫେରି ଆସିବେ ନାହିଁ।”
Simudzabwereranso ku dziko limene mudzafuna kubwerera.”
28 ଏହି କନୀୟ କି ତୁଚ୍ଛୀକୃତ ଭଗ୍ନ ପାତ୍ର? ସେ କି ଅପ୍ରୀତିକର ପାତ୍ର? ସେ ଓ ତାହାର ବଂଶ କାହିଁକି ଦୂରୀକୃତ ହୋଇ ସେମାନଙ୍କ ଅଜ୍ଞାତ ଦେଶରେ ନିକ୍ଷିପ୍ତ ହେଲେ।
Kodi Yehoyakini wakhala ngati mbiya yonyozeka, yosweka imene anthu sakuyifunanso? Kodi nʼchifukwa chake iye pamodzi ndi ana ake, achotsedwa nʼkutayidwa ku dziko limene iwo sakulidziwa?
29 ହେ ପୃଥିବୀ, ପୃଥିବୀ, ପୃଥିବୀ, ସଦାପ୍ରଭୁଙ୍କର ବାକ୍ୟ ଶୁଣ।
Iwe dziko, dziko, dziko, Imva mawu a Yehova!
30 ସଦାପ୍ରଭୁ ଏହି କଥା କହନ୍ତି, “ଏହି ମନୁଷ୍ୟ ନିଃସନ୍ତାନ, ଏହି ପୁରୁଷର ଆପଣା ଜୀବନ ମଧ୍ୟରେ ଉନ୍ନତି ହେବ ନାହିଁ ବୋଲି ତୁମ୍ଭେମାନେ ଲେଖ; କାରଣ ତାହାର ବଂଶୀୟ କୌଣସି ଲୋକ ଦାଉଦଙ୍କ ସିଂହାସନୋପବିଷ୍ଟ ହୋଇ ଓ ଯିହୁଦାର ଉପରେ ଆଉ କର୍ତ୍ତୃତ୍ୱ କରି ସମୃଦ୍ଧି ହେବ ନାହିଁ।”
Yehova akuti, “Munthu ameneyu mumutenge ngati wopanda ana, munthu amene sadzakhala wochita bwino pamoyo wake wonse, pakuti palibe ndi mmodzi yemwe mwa zidzukulu zake zomwe zidzachita bwino. Palibe amene adzathe kukhala pa mpando waufumu wa Davide ndi kulamulira Yuda.”