< ଯିରିମୀୟ 22 >

1 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯିହୁଦାର ରାଜଗୃହକୁ ଯାଇ ସେଠାରେ ଏହି କଥା କୁହ।
Thus says the Lord; Go you, and go down to the house of the king of Juda, and you shall speak there this word,
2 ଯଥା, ହେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ଯିହୁଦାର ରାଜନ୍‍, ତୁମ୍ଭେ ତୁମ୍ଭର ଦାସଗଣ ଓ ଏହିସବୁ ଦ୍ୱାର ଦେଇ ପ୍ରବେଶକାରୀ ତୁମ୍ଭର ଲୋକମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ।
and you shall say, Hear the word of the Lord, O king of Juda, that sit on the throne of David, you, and your house, and your people, and they that go in at these gates:
3 ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ନ୍ୟାୟବିଚାର ଓ ଧାର୍ମିକତା ବ୍ୟବହାର କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର; ପୁଣି, ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ୟାୟ ଓ ଉପଦ୍ରବ କର ନାହିଁ, କିଅବା ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ କର ନାହିଁ।
thus says the Lord; Execute you judgment and justice, and rescue the spoiled out of the hand of him that wrongs him: and oppress not the stranger, and orphan, and widow, and sin not, and shed no innocent blood in this place.
4 କାରଣ ଯଦି ତୁମ୍ଭେମାନେ ପ୍ରକୃତରେ ଏହିସବୁ କାର୍ଯ୍ୟ କରିବ, ତେବେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ରାଜାଗଣ ରଥରେ ଓ ଅଶ୍ୱରେ ଚଢ଼ି, ସେ, ତାହାର ଦାସଗଣ ଓ ଲୋକମାନେ ଏହି ଗୃହର ଦ୍ୱାର ଦେଇ ପ୍ରବେଶ କରିବେ।
For if you will indeed perform this word, then shall there enter in by the gates of this house kings sitting upon the throne of David, and riding on chariots and horses, they, and their servants, and their people.
5 ମାତ୍ର ଯଦି ତୁମ୍ଭେମାନେ ଏହିସବୁ କଥା ଶୁଣିବ ନାହିଁ, ତେବେ ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ନାମରେ ଶପଥ କରୁଅଛୁ ଯେ, ଏହି ଗୃହ ଉଚ୍ଛିନ୍ନ ହେବ।
But if you will not perform these words, by myself have I sworn, says the Lord, that this house shall be [brought] to desolation.
6 କାରଣ ଯିହୁଦାର ରାଜଗୃହ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆମ୍ଭ ପ୍ରତି ଗିଲୀୟଦ ଓ ଲିବାନୋନର ଶୃଙ୍ଗ ସ୍ୱରୂପ ଅଟ; ତଥାପି ଆମ୍ଭେ ନିଶ୍ଚୟ ତୁମ୍ଭକୁ ପ୍ରାନ୍ତର ଓ ନିବାସୀବିହୀନ ନଗରସମୂହର ସ୍ୱରୂପ କରିବା।
For thus says the Lord concerning the house of the king of Juda; You are Galaad to me, [and] the head of Libanus: [yet] surely I will make you a desert, [even] cities that shall not be inhabited:
7 ପୁଣି, ତୁମ୍ଭ ବିରୁଦ୍ଧରେ ବିନାଶକଗଣକୁ ପ୍ରତ୍ୟେକର ଅସ୍ତ୍ର ସହିତ ପ୍ରସ୍ତୁତ କରିବା; ତହିଁରେ ସେମାନେ ତୁମ୍ଭର ଉତ୍ତମ ଏରସ ବୃକ୍ଷସବୁ କାଟି ଅଗ୍ନିରେ ପକାଇଦେବେ।
and I will bring upon you a destroying man, and his axe: and they shall cut down your choice cedars, and cast [them] into the fire.
8 ଆଉ, ଅନେକ ଦେଶୀୟ ଲୋକ ଏହି ନଗର ନିକଟ ଦେଇ ଗତାୟାତ କରୁ କରୁ ପ୍ରତ୍ୟେକେ, ଆପଣା ଆପଣା ସଙ୍ଗୀକୁ କହିବେ, ‘ସଦାପ୍ରଭୁ କି ନିମନ୍ତେ ଏହି ବୃହତ ନଗରକୁ ଏପରି କଲେ?’
And nations shall pass through this city, and each shall say to his neighbor, Why has the Lord done thus to this great city?
9 ତହିଁରେ ସେମାନେ ଉତ୍ତର କରିବେ, ‘କାରଣ ଏହି, ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିୟମ ପରିତ୍ୟାଗ କରି ଅନ୍ୟ ଦେବଗଣକୁ ପ୍ରଣାମ ଓ ସେବା କଲେ।’”
And they shall say, Because they forsook the covenant of the Lord their God, and worshipped strange gods, and served them.
10 ତୁମ୍ଭେମାନେ ମୃତ ଲୋକ ସକାଶେ ରୋଦନ କର ନାହିଁ, କିଅବା ତାହା ସକାଶେ ବିଳାପ କର ନାହିଁ; ମାତ୍ର ପ୍ରସ୍ଥାନ କରିବା ଲୋକ ନିମନ୍ତେ ଅତିଶୟ କ୍ରନ୍ଦନ କର; କାରଣ ସେ ଆଉ ଫେରି ଆସିବ ନାହିଁ, କିଅବା ଆପଣା ଜନ୍ମ ଦେଶ ଆଉ ଦେଖିବ ନାହିଁ।
Weep not for the dead, nor lament for him: weep bitterly for him that goes away: for he shall return no more, nor see his native land.
11 ଯେହେତୁ ଯିହୁଦାର ରାଜା ଯୋଶୀୟର ପୁତ୍ର ଶଲ୍ଲୁମ୍‍ ଯେ ଆପଣା ପିତା ଯୋଶୀୟର ପଦରେ ରାଜତ୍ୱ କଲା ଓ ଏହି ସ୍ଥାନରୁ ବାହାରିଗଲା, ତାହାର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;
For thus says the Lord concerning Sellem the son of Josias, who reigns in the place of Josias his father, who has gone forth out of this place; He shall not return there any more:
12 “ସେ ଏହି ସ୍ଥାନକୁ ଆଉ ଫେରି ଆସିବ ନାହିଁ; ମାତ୍ର ସେ ଯେଉଁ ସ୍ଥାନକୁ ବନ୍ଦୀତ୍ୱ ଅବସ୍ଥାରେ ନୀତ ହୋଇଅଛି, ସେହି ସ୍ଥାନରେ ମରିବ ଓ ସେ ଏହି ଦେଶ ଆଉ ଦେଖିବ ନାହିଁ।”
but in that place whither I have carried him captive, there shall he die, and shall see this land no more.
13 “ଯେଉଁ ଲୋକ ଅଧର୍ମରେ ଆପଣା ଗୃହ ଓ ଅନ୍ୟାୟରେ ଆପଣା କୋଠରିମାନ ନିର୍ମାଣ କରେ; ଯେ ବିନା ବେତନରେ ଆପଣା ପ୍ରତିବାସୀକୁ ସେବା କରାଏ ଓ ତାହାର ବେତନ ତାହାକୁ ନ ଦିଏ;
He that builds his house not with justice, and his upper chambers not with judgment, who works by means of his neighbor for nothing, and will by no means give him his reward.
14 ଯେ କହେ, ‘ଆମ୍ଭେ ଆପଣା ପାଇଁ ଏକ ପ୍ରଶସ୍ତ ଗୃହ ଓ ବୃହତ କୋଠରିମାନ ନିର୍ମାଣ କରିବା’ ଓ ଯେ ଆପଣା ପାଇଁ ଝରକା କାଟେ, ଆଉ ଏରସ କାଷ୍ଠରେ ଗୃହର ଭିତର ଛାତ କରେ ଓ ରକ୍ତବର୍ଣ୍ଣର ରଙ୍ଗ ଲେପନ କରେ, ସେ ସନ୍ତାପର ପାତ୍ର!
You have built for yourself a well-proportioned house, airy chambers, fitted with windows, and wainscoted with cedar, and painted with vermilion.
15 ତୁମ୍ଭେ ଏରସ କାଷ୍ଠ ବିଷୟରେ ବଡ଼ ହେବା ପାଇଁ ଯତ୍ନ କରିବା ହେତୁରୁ କି ରାଜତ୍ୱ କରିବ? ତୁମ୍ଭର ପିତା କି ଭୋଜନପାନ କରି ବିଚାର ଓ ଧର୍ମାଚରଣ କଲା ନାହିଁ? ତହିଁରେ ତାହାର ମଙ୍ଗଳ ହେଲା।
Shall you reign, because you are provoked with your father Achaz? they shall not eat, and they shall not drink: it is better for you to execute judgment and justice.
16 ସେ ଦରିଦ୍ର ଓ ଦୀନହୀନମାନଙ୍କ ଗୁହାରି ବିଚାର କଲା, ତହିଁରେ ମଙ୍ଗଳ ହେଲା। ସଦାପ୍ରଭୁ କହନ୍ତି, ଏହା କି ଆମ୍ଭଙ୍କୁ ଜ୍ଞାତ ହେବାର ନୁହେଁ?
They understood not, they judged not the cause of the afflicted, nor the cause of the poor: is not this your not knowing me? says the Lord.
17 ମାତ୍ର ତୁମ୍ଭର ଚକ୍ଷୁ ଓ ତୁମ୍ଭର ଅନ୍ତଃକରଣ, ଆପଣାର ଲୋଭ, ନିର୍ଦ୍ଦୋଷର ରକ୍ତପାତ, ଉପଦ୍ରବ ଓ ଦୌରାତ୍ମ୍ୟ କରିବା ଛଡ଼ା ଆଉ କାହିଁରେ ନାହିଁ।”
Behold, your eyes are not good, nor your heart, but [they go] after your covetousness, and after the innocent blood to shed it, and after acts of injustice and slaughter, to commit them.
18 ଏଥିପାଇଁ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; “ଲୋକମାନେ, ହାୟ, ଆମ୍ଭର ଭାଇ! ଅବା ହାୟ, ଭଉଣୀ! କହି ତାହା ପାଇଁ ବିଳାପ କରିବେ ନାହିଁ; ‘ହାୟ, ପ୍ରଭୁ!’ ଅବା ‘ହାୟ, ତାଙ୍କର ମହିମା!’ ଏହା କହି ଲୋକେ ତାହା ପାଇଁ ବିଳାପ କରିବେ ନାହିଁ।
Therefore thus says the Lord concerning Joakim son of Josias, king of Juda, even concerning this man; they shall not bewail him, [saying], Ah brother! neither shall they at all weep for him, [saying], Alas Lord.
19 ତାହାର କବର ଗଧର କବର ତୁଲ୍ୟ ହେବ, ସେ ଘୋଷଡ଼ା ଯାଇ ଯିରୂଶାଲମର ଦ୍ୱାର ବାହାରେ ପକାଯିବ।”
He shall be buried with the burial of an ass; he shall be dragged roughly along and cast outside the gate of Jerusalem.
20 “ତୁମ୍ଭେ ଲିବାନୋନକୁ ଯାଇ କ୍ରନ୍ଦନ କର; ତୁମ୍ଭେ ବାଶନରେ ଉଚ୍ଚସ୍ୱର କର ଓ ଅବାରୀମ୍‍ରୁ କ୍ରନ୍ଦନ କର; କାରଣ ତୁମ୍ଭର ପ୍ରେମକାରୀ ସମସ୍ତେ ବିନଷ୍ଟ ହୋଇଅଛନ୍ତି।
Go up to Libanus, and cry; and utter your voice to Basan, and cry aloud to the extremity of the sea: for all your lovers are destroyed.
21 ଆମ୍ଭେ ତୁମ୍ଭର ସମୃଦ୍ଧି ସମୟରେ ତୁମ୍ଭକୁ କଥା କହିଲୁ; ମାତ୍ର ତୁମ୍ଭେ କହିଲ, ‘ମୁଁ ଶୁଣିବି ନାହିଁ;’ ଆମ୍ଭ ବାକ୍ୟରେ ଅବଧାନ ନ କରିବାର ବାଲ୍ୟକାଳରୁ ତୁମ୍ଭର ଏପରି ବ୍ୟବହାର ହୋଇଅଛି।
I spoke to you on [occasion of] your trespass, but you said, I will not listen. This [has been] your way from your youth, you have not listened to my voice.
22 ବାୟୁ ତୁମ୍ଭର ସମସ୍ତ ମେଷପାଳକଙ୍କୁ ଚରାଇବ ଓ ତୁମ୍ଭର ପ୍ରେମକାରୀମାନେ ବନ୍ଦୀତ୍ୱ ସ୍ଥାନକୁ ଯିବେ; ସେହି ସମୟରେ ତୁମ୍ଭେ ଆପଣାର ସକଳ ଦୁଷ୍ଟତା ସକାଶୁ ନିଶ୍ଚୟ ଲଜ୍ଜିତା ଓ ବ୍ୟାକୁଳିତା ହେବ।
The wind shall tend all your shepherds, and your lovers shall go into captivity; for then shall you be ashamed and disgraced because of all your lovers.
23 ହେ ଲିବାନୋନ ନିବାସିନୀ, ଏରସ ବୃକ୍ଷ ବନରେ ବସା କରିଅଛ ଯେ ତୁମ୍ଭେ, ଯେତେବେଳେ ପ୍ରସବବେଦନା ତୁଲ୍ୟ ତୁମ୍ଭର ବେଦନା ଉପସ୍ଥିତ ହେବ, ସେତେବେଳେ ତୁମ୍ଭର ଅବସ୍ଥା ବଡ଼ ଶୋଚନୀୟ ହେବ।”
O you that dwell in Libanus, making your nest in the cedars, you shall groan heavily, when pangs as of a travailing woman are come upon you.
24 “ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଯିହୁଦାର ରାଜା ଯିହୋୟାକୀମ୍‍ର ପୁତ୍ର କନୀୟ ଆମ୍ଭ ଦକ୍ଷିଣ ହସ୍ତରେ ମୋହର ତୁଲ୍ୟ ହେଲେ ହେଁ ଆମ୍ଭେ ତୁମ୍ଭକୁ ସେଠାରୁ କାଢ଼ି ପକାଇବା;
[As] I live, says the Lord, though Jechonias son of Joakim king of Juda were indeed the seal upon my right hand, thence would I pluck you;
25 ପୁଣି, ଯେଉଁମାନେ ତୁମ୍ଭର ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି ଓ ଯେଉଁମାନଙ୍କ ବିଷୟରେ ତୁମ୍ଭେ ଭୟ କରୁଅଛ, ସେମାନଙ୍କ ହସ୍ତରେ, ଅର୍ଥାତ୍‍, ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ଓ କଲ୍‍ଦୀୟମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପି ଦେବା।
and I will deliver you into the hands of them that seek your life, before whom you are afraid, into the hands of the Chaldeans.
26 ଆଉ, ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ପ୍ରସବକାରିଣୀ ମାତାକୁ, ଯେଉଁ ଦେଶରେ ତୁମ୍ଭମାନଙ୍କର ଜନ୍ମ ହୋଇ ନ ଥିଲା, ଏପରି ଏକ ଦେଶରେ ତୁମ୍ଭମାନଙ୍କୁ ନିକ୍ଷେପ କରିବା। ଆଉ, ସେଠାରେ ତୁମ୍ଭେମାନେ ମରିବ।
And I will cast forth you, and your mother that bore you, into a land where you were not born; and there you shall die.
27 ମାତ୍ର ଯେଉଁ ଦେଶକୁ ଫେରି ଆସିବା ପାଇଁ ସେମାନଙ୍କର ପ୍ରାଣ ଅତିଶୟ ଲାଳସା କରେ, ସେ ଦେଶକୁ ସେମାନେ ଫେରି ଆସିବେ ନାହିଁ।”
But they shall by no means return to the land which they long for in their souls.
28 ଏହି କନୀୟ କି ତୁଚ୍ଛୀକୃତ ଭଗ୍ନ ପାତ୍ର? ସେ କି ଅପ୍ରୀତିକର ପାତ୍ର? ସେ ଓ ତାହାର ବଂଶ କାହିଁକି ଦୂରୀକୃତ ହୋଇ ସେମାନଙ୍କ ଅଜ୍ଞାତ ଦେଶରେ ନିକ୍ଷିପ୍ତ ହେଲେ।
Jechonias is dishonored as a good-for-nothing vessel; for he is thrown out and cast forth into a land which he knew not.
29 ହେ ପୃଥିବୀ, ପୃଥିବୀ, ପୃଥିବୀ, ସଦାପ୍ରଭୁଙ୍କର ବାକ୍ୟ ଶୁଣ।
Land, land, hear the word of the Lord.
30 ସଦାପ୍ରଭୁ ଏହି କଥା କହନ୍ତି, “ଏହି ମନୁଷ୍ୟ ନିଃସନ୍ତାନ, ଏହି ପୁରୁଷର ଆପଣା ଜୀବନ ମଧ୍ୟରେ ଉନ୍ନତି ହେବ ନାହିଁ ବୋଲି ତୁମ୍ଭେମାନେ ଲେଖ; କାରଣ ତାହାର ବଂଶୀୟ କୌଣସି ଲୋକ ଦାଉଦଙ୍କ ସିଂହାସନୋପବିଷ୍ଟ ହୋଇ ଓ ଯିହୁଦାର ଉପରେ ଆଉ କର୍ତ୍ତୃତ୍ୱ କରି ସମୃଦ୍ଧି ହେବ ନାହିଁ।”
Write you this man an outcast: for there shall none of his seed at all grow up to sit on the throne of David, [or as] a prince yet in Juda.

< ଯିରିମୀୟ 22 >