< ଯିରିମୀୟ 22 >
1 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯିହୁଦାର ରାଜଗୃହକୁ ଯାଇ ସେଠାରେ ଏହି କଥା କୁହ।
Ainsi parle l’Éternel: Descends dans la maison du roi de Juda, et là prononce cette parole.
2 ଯଥା, ହେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ଯିହୁଦାର ରାଜନ୍, ତୁମ୍ଭେ ତୁମ୍ଭର ଦାସଗଣ ଓ ଏହିସବୁ ଦ୍ୱାର ଦେଇ ପ୍ରବେଶକାରୀ ତୁମ୍ଭର ଲୋକମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ।
Tu diras: Écoute la parole de l’Éternel, roi de Juda, qui es assis sur le trône de David, toi, tes serviteurs, et ton peuple, qui entrez par ces portes!
3 ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ନ୍ୟାୟବିଚାର ଓ ଧାର୍ମିକତା ବ୍ୟବହାର କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର; ପୁଣି, ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ୟାୟ ଓ ଉପଦ୍ରବ କର ନାହିଁ, କିଅବା ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ କର ନାହିଁ।
Ainsi parle l’Éternel: Pratiquez la justice et l’équité; délivrez l’opprimé des mains de l’oppresseur; ne maltraitez pas l’étranger, l’orphelin et la veuve; n’usez pas de violence, et ne répandez point de sang innocent dans ce lieu.
4 କାରଣ ଯଦି ତୁମ୍ଭେମାନେ ପ୍ରକୃତରେ ଏହିସବୁ କାର୍ଯ୍ୟ କରିବ, ତେବେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ରାଜାଗଣ ରଥରେ ଓ ଅଶ୍ୱରେ ଚଢ଼ି, ସେ, ତାହାର ଦାସଗଣ ଓ ଲୋକମାନେ ଏହି ଗୃହର ଦ୍ୱାର ଦେଇ ପ୍ରବେଶ କରିବେ।
Car si vous agissez selon cette parole, les rois assis sur le trône de David entreront par les portes de cette maison, montés sur des chars et sur des chevaux, eux, leurs serviteurs et leur peuple.
5 ମାତ୍ର ଯଦି ତୁମ୍ଭେମାନେ ଏହିସବୁ କଥା ଶୁଣିବ ନାହିଁ, ତେବେ ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ନାମରେ ଶପଥ କରୁଅଛୁ ଯେ, ଏହି ଗୃହ ଉଚ୍ଛିନ୍ନ ହେବ।
Mais si vous n’écoutez pas ces paroles, je le jure par moi-même, dit l’Éternel, cette maison deviendra une ruine.
6 କାରଣ ଯିହୁଦାର ରାଜଗୃହ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆମ୍ଭ ପ୍ରତି ଗିଲୀୟଦ ଓ ଲିବାନୋନର ଶୃଙ୍ଗ ସ୍ୱରୂପ ଅଟ; ତଥାପି ଆମ୍ଭେ ନିଶ୍ଚୟ ତୁମ୍ଭକୁ ପ୍ରାନ୍ତର ଓ ନିବାସୀବିହୀନ ନଗରସମୂହର ସ୍ୱରୂପ କରିବା।
Car ainsi parle l’Éternel sur la maison du roi de Juda: Tu es pour moi comme Galaad, comme le sommet du Liban; Mais certes, je ferai de toi un désert, Une ville sans habitants.
7 ପୁଣି, ତୁମ୍ଭ ବିରୁଦ୍ଧରେ ବିନାଶକଗଣକୁ ପ୍ରତ୍ୟେକର ଅସ୍ତ୍ର ସହିତ ପ୍ରସ୍ତୁତ କରିବା; ତହିଁରେ ସେମାନେ ତୁମ୍ଭର ଉତ୍ତମ ଏରସ ବୃକ୍ଷସବୁ କାଟି ଅଗ୍ନିରେ ପକାଇଦେବେ।
Je prépare contre toi des destructeurs, Chacun avec ses armes; Ils abattront tes plus beaux cèdres, Et les jetteront au feu.
8 ଆଉ, ଅନେକ ଦେଶୀୟ ଲୋକ ଏହି ନଗର ନିକଟ ଦେଇ ଗତାୟାତ କରୁ କରୁ ପ୍ରତ୍ୟେକେ, ଆପଣା ଆପଣା ସଙ୍ଗୀକୁ କହିବେ, ‘ସଦାପ୍ରଭୁ କି ନିମନ୍ତେ ଏହି ବୃହତ ନଗରକୁ ଏପରି କଲେ?’
Des nations nombreuses passeront près de cette ville, Et elles se diront l’une à l’autre: Pourquoi l’Éternel a-t-il ainsi traité cette grande ville?
9 ତହିଁରେ ସେମାନେ ଉତ୍ତର କରିବେ, ‘କାରଣ ଏହି, ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିୟମ ପରିତ୍ୟାଗ କରି ଅନ୍ୟ ଦେବଗଣକୁ ପ୍ରଣାମ ଓ ସେବା କଲେ।’”
Et l’on répondra: Parce qu’ils ont abandonné L’alliance de l’Éternel, leur Dieu, Parce qu’ils se sont prosternés devant d’autres dieux et les ont servis.
10 ତୁମ୍ଭେମାନେ ମୃତ ଲୋକ ସକାଶେ ରୋଦନ କର ନାହିଁ, କିଅବା ତାହା ସକାଶେ ବିଳାପ କର ନାହିଁ; ମାତ୍ର ପ୍ରସ୍ଥାନ କରିବା ଲୋକ ନିମନ୍ତେ ଅତିଶୟ କ୍ରନ୍ଦନ କର; କାରଣ ସେ ଆଉ ଫେରି ଆସିବ ନାହିଁ, କିଅବା ଆପଣା ଜନ୍ମ ଦେଶ ଆଉ ଦେଖିବ ନାହିଁ।
Ne pleurez point celui qui est mort, Et ne vous lamentez pas sur lui; Pleurez, pleurez celui qui s’en va, Car il ne reviendra plus, Il ne reverra plus le pays de sa naissance.
11 ଯେହେତୁ ଯିହୁଦାର ରାଜା ଯୋଶୀୟର ପୁତ୍ର ଶଲ୍ଲୁମ୍ ଯେ ଆପଣା ପିତା ଯୋଶୀୟର ପଦରେ ରାଜତ୍ୱ କଲା ଓ ଏହି ସ୍ଥାନରୁ ବାହାରିଗଲା, ତାହାର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;
Car ainsi parle l’Éternel sur Schallum, fils de Josias, roi de Juda, Qui régnait à la place de Josias, son père, Et qui est sorti de ce lieu: Il n’y reviendra plus;
12 “ସେ ଏହି ସ୍ଥାନକୁ ଆଉ ଫେରି ଆସିବ ନାହିଁ; ମାତ୍ର ସେ ଯେଉଁ ସ୍ଥାନକୁ ବନ୍ଦୀତ୍ୱ ଅବସ୍ଥାରେ ନୀତ ହୋଇଅଛି, ସେହି ସ୍ଥାନରେ ମରିବ ଓ ସେ ଏହି ଦେଶ ଆଉ ଦେଖିବ ନାହିଁ।”
Mais il mourra dans le lieu où on l’emmène captif, Et il ne verra plus ce pays.
13 “ଯେଉଁ ଲୋକ ଅଧର୍ମରେ ଆପଣା ଗୃହ ଓ ଅନ୍ୟାୟରେ ଆପଣା କୋଠରିମାନ ନିର୍ମାଣ କରେ; ଯେ ବିନା ବେତନରେ ଆପଣା ପ୍ରତିବାସୀକୁ ସେବା କରାଏ ଓ ତାହାର ବେତନ ତାହାକୁ ନ ଦିଏ;
Malheur à celui qui bâtit sa maison par l’injustice, Et ses chambres par l’iniquité; Qui fait travailler son prochain sans le payer, Sans lui donner son salaire;
14 ଯେ କହେ, ‘ଆମ୍ଭେ ଆପଣା ପାଇଁ ଏକ ପ୍ରଶସ୍ତ ଗୃହ ଓ ବୃହତ କୋଠରିମାନ ନିର୍ମାଣ କରିବା’ ଓ ଯେ ଆପଣା ପାଇଁ ଝରକା କାଟେ, ଆଉ ଏରସ କାଷ୍ଠରେ ଗୃହର ଭିତର ଛାତ କରେ ଓ ରକ୍ତବର୍ଣ୍ଣର ରଙ୍ଗ ଲେପନ କରେ, ସେ ସନ୍ତାପର ପାତ୍ର!
Qui dit: Je me bâtirai une maison vaste, Et des chambres spacieuses; Et qui s’y fait percer des fenêtres, La lambrisse de cèdre, Et la peint en couleur rouge!
15 ତୁମ୍ଭେ ଏରସ କାଷ୍ଠ ବିଷୟରେ ବଡ଼ ହେବା ପାଇଁ ଯତ୍ନ କରିବା ହେତୁରୁ କି ରାଜତ୍ୱ କରିବ? ତୁମ୍ଭର ପିତା କି ଭୋଜନପାନ କରି ବିଚାର ଓ ଧର୍ମାଚରଣ କଲା ନାହିଁ? ତହିଁରେ ତାହାର ମଙ୍ଗଳ ହେଲା।
Est-ce que tu règnes, parce que tu as de la passion pour le cèdre? Ton père ne mangeait-il pas, ne buvait-il pas? Mais il pratiquait la justice et l’équité, Et il fut heureux;
16 ସେ ଦରିଦ୍ର ଓ ଦୀନହୀନମାନଙ୍କ ଗୁହାରି ବିଚାର କଲା, ତହିଁରେ ମଙ୍ଗଳ ହେଲା। ସଦାପ୍ରଭୁ କହନ୍ତି, ଏହା କି ଆମ୍ଭଙ୍କୁ ଜ୍ଞାତ ହେବାର ନୁହେଁ?
Il jugeait la cause du pauvre et de l’indigent, Et il fut heureux. N’est-ce pas là me connaître? Dit l’Éternel.
17 ମାତ୍ର ତୁମ୍ଭର ଚକ୍ଷୁ ଓ ତୁମ୍ଭର ଅନ୍ତଃକରଣ, ଆପଣାର ଲୋଭ, ନିର୍ଦ୍ଦୋଷର ରକ୍ତପାତ, ଉପଦ୍ରବ ଓ ଦୌରାତ୍ମ୍ୟ କରିବା ଛଡ଼ା ଆଉ କାହିଁରେ ନାହିଁ।”
Mais tu n’as des yeux et un cœur Que pour te livrer à la cupidité, Pour répandre le sang innocent, Et pour exercer l’oppression et la violence.
18 ଏଥିପାଇଁ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; “ଲୋକମାନେ, ହାୟ, ଆମ୍ଭର ଭାଇ! ଅବା ହାୟ, ଭଉଣୀ! କହି ତାହା ପାଇଁ ବିଳାପ କରିବେ ନାହିଁ; ‘ହାୟ, ପ୍ରଭୁ!’ ଅବା ‘ହାୟ, ତାଙ୍କର ମହିମା!’ ଏହା କହି ଲୋକେ ତାହା ପାଇଁ ବିଳାପ କରିବେ ନାହିଁ।
C’est pourquoi ainsi parle l’Éternel sur Jojakim, fils de Josias, roi de Juda: On ne le pleurera pas, en disant: Hélas, mon frère! Hélas, ma sœur! On ne le pleurera pas, en disant: Hélas, seigneur! Hélas, sa majesté!
19 ତାହାର କବର ଗଧର କବର ତୁଲ୍ୟ ହେବ, ସେ ଘୋଷଡ଼ା ଯାଇ ଯିରୂଶାଲମର ଦ୍ୱାର ବାହାରେ ପକାଯିବ।”
Il aura la sépulture d’un âne, Il sera traîné et jeté hors des portes de Jérusalem.
20 “ତୁମ୍ଭେ ଲିବାନୋନକୁ ଯାଇ କ୍ରନ୍ଦନ କର; ତୁମ୍ଭେ ବାଶନରେ ଉଚ୍ଚସ୍ୱର କର ଓ ଅବାରୀମ୍ରୁ କ୍ରନ୍ଦନ କର; କାରଣ ତୁମ୍ଭର ପ୍ରେମକାରୀ ସମସ୍ତେ ବିନଷ୍ଟ ହୋଇଅଛନ୍ତି।
Monte sur le Liban, et crie! Élève ta voix sur le Basan! Crie du haut d’Abarim! Car tous ceux qui t’aimaient sont brisés.
21 ଆମ୍ଭେ ତୁମ୍ଭର ସମୃଦ୍ଧି ସମୟରେ ତୁମ୍ଭକୁ କଥା କହିଲୁ; ମାତ୍ର ତୁମ୍ଭେ କହିଲ, ‘ମୁଁ ଶୁଣିବି ନାହିଁ;’ ଆମ୍ଭ ବାକ୍ୟରେ ଅବଧାନ ନ କରିବାର ବାଲ୍ୟକାଳରୁ ତୁମ୍ଭର ଏପରି ବ୍ୟବହାର ହୋଇଅଛି।
Je t’ai parlé dans le temps de ta prospérité; Tu disais: Je n’écouterai pas. C’est ainsi que tu as agi dès ta jeunesse; Tu n’as pas écouté ma voix.
22 ବାୟୁ ତୁମ୍ଭର ସମସ୍ତ ମେଷପାଳକଙ୍କୁ ଚରାଇବ ଓ ତୁମ୍ଭର ପ୍ରେମକାରୀମାନେ ବନ୍ଦୀତ୍ୱ ସ୍ଥାନକୁ ଯିବେ; ସେହି ସମୟରେ ତୁମ୍ଭେ ଆପଣାର ସକଳ ଦୁଷ୍ଟତା ସକାଶୁ ନିଶ୍ଚୟ ଲଜ୍ଜିତା ଓ ବ୍ୟାକୁଳିତା ହେବ।
Tous tes pasteurs seront la pâture du vent, Et ceux qui t’aiment iront en captivité; C’est alors que tu seras dans la honte, dans la confusion, A cause de toute ta méchanceté.
23 ହେ ଲିବାନୋନ ନିବାସିନୀ, ଏରସ ବୃକ୍ଷ ବନରେ ବସା କରିଅଛ ଯେ ତୁମ୍ଭେ, ଯେତେବେଳେ ପ୍ରସବବେଦନା ତୁଲ୍ୟ ତୁମ୍ଭର ବେଦନା ଉପସ୍ଥିତ ହେବ, ସେତେବେଳେ ତୁମ୍ଭର ଅବସ୍ଥା ବଡ଼ ଶୋଚନୀୟ ହେବ।”
Toi qui habites sur le Liban, Qui as ton nid dans les cèdres, Combien tu gémiras quand les douleurs t’atteindront, Douleurs semblables à celles d’une femme en travail!
24 “ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଯିହୁଦାର ରାଜା ଯିହୋୟାକୀମ୍ର ପୁତ୍ର କନୀୟ ଆମ୍ଭ ଦକ୍ଷିଣ ହସ୍ତରେ ମୋହର ତୁଲ୍ୟ ହେଲେ ହେଁ ଆମ୍ଭେ ତୁମ୍ଭକୁ ସେଠାରୁ କାଢ଼ି ପକାଇବା;
Je suis vivant! Dit l’Éternel, Quand Jeconia, fils de Jojakim, roi de Juda, serait Un anneau à ma main droite, Je t’arracherais de là.
25 ପୁଣି, ଯେଉଁମାନେ ତୁମ୍ଭର ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି ଓ ଯେଉଁମାନଙ୍କ ବିଷୟରେ ତୁମ୍ଭେ ଭୟ କରୁଅଛ, ସେମାନଙ୍କ ହସ୍ତରେ, ଅର୍ଥାତ୍, ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ କଲ୍ଦୀୟମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପି ଦେବା।
Je te livrerai entre les mains de ceux qui en veulent à ta vie, Entre les mains de ceux devant qui tu trembles, Entre les mains de Nebucadnetsar, roi de Babylone, Entre les mains des Chaldéens.
26 ଆଉ, ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ପ୍ରସବକାରିଣୀ ମାତାକୁ, ଯେଉଁ ଦେଶରେ ତୁମ୍ଭମାନଙ୍କର ଜନ୍ମ ହୋଇ ନ ଥିଲା, ଏପରି ଏକ ଦେଶରେ ତୁମ୍ଭମାନଙ୍କୁ ନିକ୍ଷେପ କରିବା। ଆଉ, ସେଠାରେ ତୁମ୍ଭେମାନେ ମରିବ।
Je te jetterai, toi et ta mère qui t’a enfanté, Dans un autre pays où vous n’êtes pas nés, Et là vous mourrez;
27 ମାତ୍ର ଯେଉଁ ଦେଶକୁ ଫେରି ଆସିବା ପାଇଁ ସେମାନଙ୍କର ପ୍ରାଣ ଅତିଶୟ ଲାଳସା କରେ, ସେ ଦେଶକୁ ସେମାନେ ଫେରି ଆସିବେ ନାହିଁ।”
Mais dans le pays où ils auront le désir de retourner, Ils ne retourneront pas.
28 ଏହି କନୀୟ କି ତୁଚ୍ଛୀକୃତ ଭଗ୍ନ ପାତ୍ର? ସେ କି ଅପ୍ରୀତିକର ପାତ୍ର? ସେ ଓ ତାହାର ବଂଶ କାହିଁକି ଦୂରୀକୃତ ହୋଇ ସେମାନଙ୍କ ଅଜ୍ଞାତ ଦେଶରେ ନିକ୍ଷିପ୍ତ ହେଲେ।
Est-il donc un vase méprisé, brisé, ce Jeconia? Est-il un objet auquel on n’attache aucun prix? Pourquoi sont-ils jetés, lui et sa postérité, Lancés dans un pays qu’ils ne connaissent pas?
29 ହେ ପୃଥିବୀ, ପୃଥିବୀ, ପୃଥିବୀ, ସଦାପ୍ରଭୁଙ୍କର ବାକ୍ୟ ଶୁଣ।
Terre, terre, terre, Écoute la parole de l’Éternel!
30 ସଦାପ୍ରଭୁ ଏହି କଥା କହନ୍ତି, “ଏହି ମନୁଷ୍ୟ ନିଃସନ୍ତାନ, ଏହି ପୁରୁଷର ଆପଣା ଜୀବନ ମଧ୍ୟରେ ଉନ୍ନତି ହେବ ନାହିଁ ବୋଲି ତୁମ୍ଭେମାନେ ଲେଖ; କାରଣ ତାହାର ବଂଶୀୟ କୌଣସି ଲୋକ ଦାଉଦଙ୍କ ସିଂହାସନୋପବିଷ୍ଟ ହୋଇ ଓ ଯିହୁଦାର ଉପରେ ଆଉ କର୍ତ୍ତୃତ୍ୱ କରି ସମୃଦ୍ଧି ହେବ ନାହିଁ।”
Ainsi parle l’Éternel: Inscrivez cet homme comme privé d’enfants, Comme un homme dont les jours ne seront pas prospères; Car nul de ses descendants ne réussira A s’asseoir sur le trône de David Et à régner sur Juda.