< ଯିରିମୀୟ 23 >
1 ସଦାପ୍ରଭୁ କହନ୍ତି, “ଯେଉଁ ପାଳକମାନେ ଆମ୍ଭ ଚରାସ୍ଥାନର ମେଷମାନଙ୍କୁ ନଷ୍ଟ ଓ ଛିନ୍ନଭିନ୍ନ କରନ୍ତି, ସେମାନେ ସନ୍ତାପର ପାତ୍ର!”
“Maye kubelusi abachitha izimvu zedlelo lami njalo bezihlakaza!” kutsho uThixo.
2 ଏନିମନ୍ତେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କର ପାଳନକାରୀ ପାଳକମାନଙ୍କ ବିରୁଦ୍ଧରେ ଏହି କଥା କହନ୍ତି; “ତୁମ୍ଭେମାନେ ଆମ୍ଭର ପଲକୁ ଛିନ୍ନଭିନ୍ନ କରି ଦୂରକୁ ତଡ଼ି ଦେଇଅଛ ଓ ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରି ନାହଁ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ ଦୁଷ୍କର୍ମର ପ୍ରତିଫଳ ଦେବା।
Ngakho uThixo, uNkulunkulu ka-Israyeli, uthi kubelusi abelusa abantu bami: “Ngenxa yokuthi lina lihlakaze umhlambi wami lawuxotshela khatshana kalaze lawunaka, ngizakwehlisela isijeziso phezu kwenu ngenxa yobubi elibenzileyo,” kutsho uThixo.
3 ପୁଣି, ଆମ୍ଭେ ଯେଉଁ ଯେଉଁ ଦେଶକୁ ଆପଣା ପଲକୁ ତଡ଼ି ଦେଇଅଛୁ, ସେହି ସବୁ ଦେଶରୁ ସେମାନଙ୍କର ଅବଶିଷ୍ଟାଂଶ ସଂଗ୍ରହ କରିବା, ଆଉ ପୁନର୍ବାର ସେମାନଙ୍କୁ ସେମାନଙ୍କ ଖୁଆଡ଼କୁ ଆଣିବା; ତହିଁରେ ସେମାନେ ପ୍ରଜାବନ୍ତ ଓ ବହୁସଂଖ୍ୟକ ହେବେ।
“Mina ngokwami ngizabutha insalela zezimvu zami emazweni wonke engangizixotshele kuwo ngizibuyisele edlelweni lazo, lapho ezizazalana khona zande.
4 ଆଉ, ଆମ୍ଭେ ସେମାନଙ୍କ ଉପରେ ପାଳକଗଣ ନିଯୁକ୍ତ କରିବା, ସେମାନେ ସେମାନଙ୍କୁ ଚରାଇବେ; ପୁଣି, ସେମାନେ ଆଉ ଭୀତ କି ନିରାଶ ହେବେ ନାହିଁ, କିଅବା ସେମାନଙ୍କର କେହି ଅନୁପସ୍ଥିତ ହେବେ ନାହିଁ, ଏହା ସଦାପ୍ରଭୁ କହନ୍ତି।
Ngizazilethela abelusi abazazelusa, njalo kazisayikwesaba loba zithuthumele, loba enye yazo ilahleke,” kutsho uThixo.
5 ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଦାଉଦ-ବଂଶରେ ଏକ ଧାର୍ମିକ ଶାଖା ଉତ୍ପନ୍ନ କରିବା, ଏପରି ସମୟ ଆସୁଅଛି, ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ ଓ ଜ୍ଞାନରେ ବ୍ୟବହାର କରିବେ, ପୁଣି ଦେଶରେ ସୁବିଚାର ଓ ନ୍ୟାୟ ପ୍ରଚଳିତ କରିବେ।
UThixo uthi, “Ziyeza insuku, lapho uDavida ngizamvusela uGatsha olulungileyo, iNkosi ezabusa ngokuhlakanipha, yenze okulungileyo, lokufaneleyo elizweni.
6 ତାହାଙ୍କ ସମୟରେ ଯିହୁଦା ପରିତ୍ରାଣ ପାଇବ ଓ ଇସ୍ରାଏଲ ନିରାପଦରେ ବାସ କରିବ; ପୁଣି, ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମରେ ସେ ବିଖ୍ୟାତ ହେବେ।
Ensukwini zayo uJuda uzasindiswa, lo-Israyeli ahlale evikelekile. Ibizo azabizwa ngalo yileli elithi: UThixo Oyikulunga Kwethu.”
7 ଏଣୁକରି ‘ସଦାପ୍ରଭୁ କହନ୍ତି, ଦେଖ, ଇସ୍ରାଏଲ-ସନ୍ତାନଗଣକୁ ଯେ ମିସର ଦେଶରୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ, ଯେଉଁ ସମୟରେ ଲୋକମାନେ ଏହି କଥା କହିବେ ନାହିଁ;’
UThixo uthi, “Ngakho-ke, insuku ziyeza, lapho abantu bengasayikuthi, ‘Ngeqiniso elinjengoba uThixo ekhona, yena owakhupha u-Israyeli eGibhithe,’
8 ମାତ୍ର ‘ଇସ୍ରାଏଲ କୁଳଜାତ ବଂଶକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେଇଥିଲୁ, ସେହି ସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ ବୋଲି କହିବେ,’ ଏପରି ସମୟ ଆସୁଅଛି; ଆଉ, ସେମାନେ ଆପଣାମାନଙ୍କ ଦେଶରେ ବାସ କରିବେ।”
kodwa bazakuthi, ‘Ngeqiniso elinjengoba uThixo ekhona, yena owakhipha izizukulwane zika-Israyeli elizweni elisenyakatho lakuwo wonke amazwe abaxotshela kuwo.’ Lapho-ke bazahlala elizweni labo.”
9 ଭବିଷ୍ୟଦ୍ବକ୍ତାମାନଙ୍କ ବିଷୟ। ମୋର ଅନ୍ତରସ୍ଥ ହୃଦୟ ଭଗ୍ନ ହୋଇଅଛି, ମୋର ଅସ୍ଥିସବୁ କମ୍ପୁଅଛି; ସଦାପ୍ରଭୁଙ୍କର ଓ ତାହାଙ୍କ ପବିତ୍ର ବାକ୍ୟ ହେତୁରୁ ମୁଁ ମତ୍ତ ଲୋକ ତୁଲ୍ୟ ଓ ଦ୍ରାକ୍ଷାରସରେ ପରାଜିତ ଲୋକ ତୁଲ୍ୟ ଅଛି।
Mayelana labaphrofethi: Inhliziyo yami idabukile ngaphakathi kwami; wonke amathambo ami ayaqhaqhazela. Ngifana lomuntu odakiweyo, lanjengomuntu owehlulwa liwayini, ngenxa kaThixo lamazwi akhe angcwele.
10 କାରଣ ଦେଶ ବ୍ୟଭିଚାରୀଗଣରେ ପରିପୂର୍ଣ୍ଣ ଓ ଅଭିଶାପ ସକାଶୁ ଦେଶ ଶୋକ କରୁଅଛି; ପ୍ରାନ୍ତରସ୍ଥ ଚରାସ୍ଥାନସବୁ ଶୁଷ୍କ ହୋଇଅଛି ଓ ଲୋକମାନଙ୍କର ବ୍ୟବହାର ମନ୍ଦ, ଆଉ ସେମାନଙ୍କର ପରାକ୍ରମ ନ୍ୟାୟସଙ୍ଗତ ନୁହେଁ।
Ilizwe leli ligcwele izifebe; ngenxa yesiqalekiso ilizwe lomile lamadlelo enkangala abunile. Abaphrofethi balandela indlela embi, basebenzisa amandla abo ngokungalungi.
11 “କାରଣ ଭବିଷ୍ୟଦ୍ବକ୍ତା ଓ ଯାଜକ ଉଭୟ ପାଷାଣ୍ଡ; ହଁ, ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ଗୃହ ମଧ୍ୟରେ ସେମାନଙ୍କର ଦୁଷ୍କ୍ରିୟା ଦେଖିଅଛୁ।
“Umphrofethi lomphristi kabakholwa kunkulunkulu; lasethempelini lami ngiyabufumana ububi babo,” kutsho uThixo.
12 ଏଣୁକରି ସେମାନଙ୍କର ପଥ ଅନ୍ଧକାରାବୃତ ଖସଡ଼ା ସ୍ଥାନ ହେବ; ସେମାନେ ତାଡ଼ିତ ହୋଇ ତହିଁରେ ପଡ଼ିବେ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନଙ୍କୁ ପ୍ରତିଫଳ ଦେବାର ବର୍ଷ ଆଣିବା।
“Ngakho indlela yabo izatshelela; bazaxotshelwa emnyameni njalo lapho bazakuwa. Ngizabehlisela umonakalo ngomnyaka wokujeziswa kwabo,” kutsho uThixo.
13 ଆହୁରି, ଆମ୍ଭେ ଶମରୀୟାର ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଅଜ୍ଞାନତା ଦେଖିଅଛୁ; ସେମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ଆମ୍ଭର ଇସ୍ରାଏଲ ଲୋକମାନଙ୍କୁ ଭ୍ରାନ୍ତ କରାଇଲେ।
“Phakathi kwabaphrofethi baseSamariya ngabona into eyenyanyekayo: Baphrofetha ngoBhali njalo baholela abantu bami ekulahlekeni.
14 ଯିରୂଶାଲମର ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ହିଁ ଆମ୍ଭେ ରୋମାଞ୍ଚଜନକ ବିଷୟ ଦେଖିଅଛୁ; ସେମାନେ ପରଦାର ଗମନ କରନ୍ତି, ମିଥ୍ୟାଚରଣ କରନ୍ତି ଓ ଦୁଷ୍କର୍ମକାରୀମାନଙ୍କର ହସ୍ତ ଏପରି ସବଳ କରନ୍ତି ଯେ, ସେମାନଙ୍କର କେହି ଆପଣା ଆପଣା ଦୁଷ୍ଟତାରୁ ଫେରନ୍ତି ନାହିଁ; ସେମାନେ ସମସ୍ତେ ଆମ୍ଭ ପ୍ରତି ସଦୋମର ତୁଲ୍ୟ ଓ ତହିଁର ନିବାସୀମାନେ ହମୋରାର ସମାନ ଅଟନ୍ତି।”
Lakubaphrofethi baseJerusalema sengibone into eyesabekayo: Bayafeba baphile ngamanga. Baqinisa izandla zabenza okubi, ukuba kungabikhona oguquka ebubini bakhe. Kimi bonke banjengeSodoma; abantu baseJerusalema banjengeGomora.”
15 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଭବିଷ୍ୟଦ୍ବକ୍ତାମାନଙ୍କ ବିଷୟରେ ଏହି କଥା କହନ୍ତି; “ଦେଖ, ଆମ୍ଭେ ସେମାନଙ୍କୁ ତିକ୍ତ ଫଳ ଭୋଜନ କରାଇବା ଓ ବିଷବୃକ୍ଷର ରସ ପାନ କରାଇବା; କାରଣ ଯିରୂଶାଲମର ଭବିଷ୍ୟଦ୍ବକ୍ତାଗଣଠାରୁ ଦେଶଯାକରେ ଅଧାର୍ମିକତା ବ୍ୟାପିଅଛି।”
Ngakho, mayelana labaphrofethi uThixo uSomandla uthi: “Ngizabenza badle ukudla okubabayo, banathe lamanzi aletshefu, ngoba kusukela kubaphrofethi baseJerusalema ukungakholwa kuNkulunkulu sekugcwele ilizwe lonke.”
16 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର ବାକ୍ୟ ତୁମ୍ଭେମାନେ ଶୁଣ ନାହିଁ; ସେମାନେ ତୁମ୍ଭମାନଙ୍କୁ ଅସାରତା ଶିଖାନ୍ତି; ସେମାନେ ଆପଣା ହୃଦୟର ଦର୍ଶନ କଥା କହନ୍ତି ଓ ସେମାନେ ସଦାପ୍ରଭୁଙ୍କ ମୁଖର କଥା କହନ୍ତି ନାହିଁ।
UThixo uSomandla uthi: “Lingalaleli okuphrofethwa ngabaphrofethi kini; balenza lithembe amanga. Bakhuluma imibono evela ezingqondweni zabo, engaveli emlonyeni kaThixo.
17 ସେମାନେ ଆମ୍ଭର ଅବଜ୍ଞାକାରୀମାନଙ୍କୁ ଅନୁକ୍ଷଣେ କହନ୍ତି, ସଦାପ୍ରଭୁ କହିଅଛନ୍ତି, ‘ତୁମ୍ଭମାନଙ୍କର ଶାନ୍ତି ହେବ;’ ପୁଣି, ଯେଉଁମାନେ ଆପଣା ଆପଣା ହୃଦୟର ଅବାଧ୍ୟତାନୁସାରେ ଆଚରଣ କରନ୍ତି, ସେହି ପ୍ରତ୍ୟେକ ଲୋକଙ୍କୁ ସେମାନେ କହନ୍ତି, ‘ତୁମ୍ଭମାନଙ୍କ ପ୍ରତି କୌଣସି ଅମଙ୍ଗଳ ଘଟିବ ନାହିଁ।’”
Bahlala besithi kulabo abangidelelayo, ‘UThixo uthi: Lizakuba lokuthula.’ Lakubo bonke abalandela inkani yezinhliziyo zabo bathi, ‘Akulabubi obuzalehlela.’
18 ମାତ୍ର ସଦାପ୍ରଭୁଙ୍କର ବାକ୍ୟ ପ୍ରତ୍ୟକ୍ଷରେ ଶୁଣିବା ପାଇଁ କିଏ ତାହାଙ୍କ ଆଗରେ ଠିଆ ହୋଇଅଛି? କିଏ ଆମ୍ଭର ବାକ୍ୟ ମନ ଦେଇ ଶୁଣିଅଛି?
Kodwa nguphi wabo owake wema emhlanganweni kaThixo ukuba abone kumbe ezwe ilizwi lakhe na? Ngubani olilaleleyo walizwa ilizwi lakhe?
19 ଦେଖ, ସଦାପ୍ରଭୁଙ୍କର ତୋଫାନ, ତାହାଙ୍କର ପ୍ରଚଣ୍ଡ କ୍ରୋଧ, ହଁ, ଘୂର୍ଣ୍ଣାୟମାନ ତୋଫାନ ବାହାର ହୋଇଅଛି; ତାହା ଦୁଷ୍ଟମାନଙ୍କ ମସ୍ତକରେ ଲାଗିବ।
Khangelani, isiphepho sikaThixo sizaphutsha silulaka, isavunguzane esibhoda ngolaka phezu kwamakhanda ababi.
20 ଯେପର୍ଯ୍ୟନ୍ତ ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରନ୍ତି, ସେପର୍ଯ୍ୟନ୍ତ ତାହାଙ୍କ କ୍ରୋଧ ଫେରିବ ନାହିଁ; ତୁମ୍ଭେମାନେ ଶେଷ କାଳରେ ତାହା ସମ୍ପୂର୍ଣ୍ଣ ରୂପେ ବୁଝିବ।
Ulaka lukaThixo kaluyikuphela aze azifeze ngokupheleleyo injongo zenhliziyo yakhe. Ensukwini ezizayo lizakuzwisisa kuhle lokhu.
21 “ଆମ୍ଭେ ଏହି ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇଲୁ ନାହିଁ, ତଥାପି ସେମାନେ ଦୌଡ଼ିଲେ; ଆମ୍ଭେ ସେମାନଙ୍କୁ କଥା କହିଲୁ ନାହିଁ, ତଥାପି ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
Abaphrofethi laba angibathumanga; kodwa bagijima lemibiko yabo; kangizange ngikhulume labo, kodwa sebephrofethile.
22 ମାତ୍ର ଯେବେ ସେମାନେ ଆମ୍ଭ ସଭାରେ ଠିଆ ହୋଇଥାʼନ୍ତେ, ତେବେ ଆମ୍ଭ ଲୋକମାନଙ୍କୁ ଆମ୍ଭର ବାକ୍ୟ ଶୁଣାଇଥାʼନ୍ତେ ଓ ସେମାନଙ୍କ କୁପଥରୁ, ସେମାନଙ୍କ କୁକ୍ରିୟାରୁ ସେମାନଙ୍କୁ ଫେରାଇଥାʼନ୍ତେ।
Kodwa aluba babekhona emhlanganweni wami, ngabe bamemezela amazwi ami ebantwini bami njalo ngabe babaphendula ezindleleni zabo ezimbi lasezenzweni zabo ezimbi.”
23 ସଦାପ୍ରଭୁ କହନ୍ତି, ଆମ୍ଭେ କି ନିକଟରେ ପରମେଶ୍ୱର ଅଟୁ ଓ ଦୂରରେ ପରମେଶ୍ୱର ନୋହୁଁ?
UThixo uthi, “NginguNkulunkulu oseduze kuphela, uNkulunkulu ongekho khatshana na?
24 ସଦାପ୍ରଭୁ କହନ୍ତି, ଆମ୍ଭେ ଯେଉଁ ସ୍ଥାନରେ ଦେଖି ନ ପାରିବୁ, ଏପରି ଗୁପ୍ତ ସ୍ଥାନରେ କି କେହି ଆପଣାକୁ ଲୁଚାଇ ପାରେ? ସଦାପ୍ରଭୁ କହନ୍ତି, ଆମ୍ଭେ କି ସ୍ୱର୍ଗ ଓ ମର୍ତ୍ତ୍ୟ ବ୍ୟାପି ନ ଥାଉ?
Umuntu angacatsha endaweni efihlakeleyo ukuba ngingamboni na?” kutsho uThixo. “Angithi ngigcwele ezulwini lasemhlabeni na?” kutsho uThixo.
25 ‘ଆମ୍ଭେ ସ୍ୱପ୍ନ ଦେଖିଅଛୁ, ଆମ୍ଭେ ସ୍ୱପ୍ନ ଦେଖିଅଛୁ ବୋଲି କହି’ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର କଥା ଆମ୍ଭେ ଶୁଣିଅଛୁ।
“Ngikuzwile okutshiwo ngabaphrofethi abaphrofetha amanga ngebizo lami. Bathi, ‘Ngiphuphile! Ngiphuphile!’
26 ଯେଉଁ ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ଅର୍ଥାତ୍, ଯେଉଁମାନେ ନିଜ ଅନ୍ତଃକରଣର କପଟତାର ଭବିଷ୍ୟଦ୍ବକ୍ତା ଅଟନ୍ତି, ସେମାନଙ୍କ ଅନ୍ତଃକରଣରେ ଏହା କେତେ କାଳ ଥିବ?
Koze kube nini lokhu kuqhubeka ezinhliziyweni zalaba abaphrofethi abalamanga na?
27 ସେମାନଙ୍କର ପିତୃପୁରୁଷମାନେ ଯେପରି ବାଲ୍ଦେବ ସକାଶେ ଆମ୍ଭ ନାମ ପାସୋରି ପକାଇଲେ, ସେପରି ସେମାନେ ଆପଣା ଆପଣା ପ୍ରତିବାସୀ ନିକଟରେ ନିଜ ସ୍ୱପ୍ନ କଥା କହି ଆମ୍ଭ ଲୋକମାନଙ୍କୁ ଆମ୍ଭର ନାମ ବିସ୍ମୃତ କରାଇବାକୁ ବିଚାର କରନ୍ତି।
Bacabanga ukuthi amaphupho abawatshelanayo azakwenza abantu bami bakhohlwe ibizo lami, njengabokhokho babo abakhohlwa ibizo lami ngenxa yokukhonza uBhali.
28 ଯେଉଁ ଭବିଷ୍ୟଦ୍ବକ୍ତା ସ୍ୱପ୍ନ ଦେଖିଅଛି, ସେ ସ୍ୱପ୍ନ କଥା ପ୍ରକାଶ କରୁ, ପୁଣି ଯେ ଆମ୍ଭର ବାକ୍ୟ ପାଇଅଛି, ସେ ବିଶ୍ୱସ୍ତ ରୂପେ ଆମ୍ଭର ବାକ୍ୟ କହୁ। ସଦାପ୍ରଭୁ କହନ୍ତି, ଶସ୍ୟ ନିକଟରେ ପାଳ କଅଣ?
Akuthi umphrofethi ophupha iphupho kalitsho, kodwa lowo olelizwi lami kalikhulume ngobuqotho, ngoba amakhoba angenzani lamabele na?” kutsho uThixo.
29 ସଦାପ୍ରଭୁ କହନ୍ତି, ଆମ୍ଭର ବାକ୍ୟ କି ଅଗ୍ନି ସ୍ୱରୂପ ନୁହେଁ? ଓ ପାଷାଣ ଖଣ୍ଡବିଖଣ୍ଡକାରୀ ହାତୁଡ଼ି ତୁଲ୍ୟ ନୁହେଁ?
“Ilizwi lami kalinjengomlilo,” kutsho uThixo, “lanjengesando esidabula idwala libe yizicucu na?”
30 ଏଥିପାଇଁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ଭବିଷ୍ୟଦ୍ବକ୍ତାମାନେ, ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀଠାରୁ ଆମ୍ଭର ବାକ୍ୟ ହରଣ କରନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ।
UThixo uthi, “Ngakho, ngimelana labaphrofethi abantshontsha kwabanye amazwi okuthiwa avela kimi.
31 ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆପଣା ଆପଣା ଜିହ୍ୱା ବ୍ୟବହାର କରି, ‘ସେ କହନ୍ତି’ ବୋଲି କହନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ।
Yebo, ngimelana labaphrofethi abasebenzisa indimi zabo kodwa bathi, ‘UThixo uthi,’
32 ସଦାପ୍ରଭୁ କହନ୍ତି, ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।
Ngeqiniso, ngimelana lalabo abaphrofetha amaphupho amanga,” kutsho uThixo. “Bayawatsho baholele abantu bami ekulahlekeni ngamanga abo lamawala, ikanti angizange ngibathume kumbe ngibakhethe. Kababasizi ngalutho abantu laba,” kutsho uThixo.
33 ପୁଣି, ଯେତେବେଳେ ଏହି ଲୋକମାନେ, ଅବା ଭବିଷ୍ୟଦ୍ବକ୍ତା, ଅବା କୌଣସି ଯାଜକ ତୁମ୍ଭକୁ ପଚାରିବେ, ‘ସଦାପ୍ରଭୁଙ୍କର ଭାରୋକ୍ତି କଅଣ?’ ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ଭାରୋକ୍ତି କଅଣ! ଆମ୍ଭେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବା, ଏହା ସଦାପ୍ରଭୁଙ୍କର ଉକ୍ତି।’
“Nxa abantu laba, loba umphrofethi kumbe umphristi, bebuza besithi, ‘Izilo likaThixo kuyini?’ wothi kubo, ‘Izilo liphi? Ngizakulahla, kutsho uThixo.’
34 ଆଉ, ‘ସଦାପ୍ରଭୁଙ୍କର ପ୍ରତ୍ୟାଦେଶ,’ ଏହି କଥା ଭବିଷ୍ୟଦ୍ବକ୍ତା, ଯାଜକ ଓ ଲୋକମାନେ କହିଲେ, ଆମ୍ଭେ ସେ ଲୋକକୁ ଓ ତାହାର ବଂଶକୁ ଶାସ୍ତି ଦେବା।
Nxa umphrofethi loba umphristi kumbe omunye umuntu esithi, ‘Leli lizilo likaThixo,’ lowomuntu ngizamjezisa kanye labendlu yakhe.
35 ତୁମ୍ଭେମାନେ ପ୍ରତ୍ୟେକ ଲୋକ ଆପଣା ଆପଣା ପ୍ରତିବାସୀକୁ ଓ ଆପଣା ଭ୍ରାତାକୁ ଏହି କଥା କହିବ, ‘ସଦାପ୍ରଭୁ କି ଉତ୍ତର ଦେଇଅଛନ୍ତି? ଓ ସଦାପ୍ରଭୁ କି କଥା କହିଅଛନ୍ତି?’
Lokhu yikho omunye wenu ohlala ekutsho kumngane wakhe loba isihlobo sakhe ukuthi: ‘Impendulo kaThixo ithini na?’ loba ‘UThixo utheni?’
36 ପୁଣି, ‘ସଦାପ୍ରଭୁଙ୍କର ପ୍ରତ୍ୟାଦେଶ’ ବୋଲି ଆଉ ଉଚ୍ଚାରଣ କରିବ ନାହିଁ; କାରଣ ପ୍ରତ୍ୟେକ ମନୁଷ୍ୟର ନିଜ କଥା ତାହାର ପ୍ରତ୍ୟାଦେଶ ହେବ; ଯେହେତୁ ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର, ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ବାକ୍ୟସକଳ ବିପରୀତ କରିଅଛ।
Kodwa akumelanga lithi ‘izilo likaThixo’ futhi, ngoba umuntu wonke ilizwi lakhe liba lizilo lakhe ngoba liyawahlanekela amazwi kaNkulunkulu ophilayo, uThixo uSomandla, uNkulunkulu wethu.
37 ତୁମ୍ଭେ ଭବିଷ୍ୟଦ୍ବକ୍ତାଙ୍କୁ ଏହି କଥା କହିବ, ‘ସଦାପ୍ରଭୁ କି ଉତ୍ତର ଦେଇଅଛନ୍ତି?’ ଓ ‘ସଦାପ୍ରଭୁ କି କଥା କହିଅଛନ୍ତି?’
Lokhu yikho elihlala likutsho kumphrofethi ukuthi, ‘Impendulo kaThixo kuwe ithini?’ loba ‘UThixo utheni?’
38 ମାତ୍ର ‘ସଦାପ୍ରଭୁଙ୍କର ଭାରୋକ୍ତି,’ ଏହି କଥା ଯେବେ ତୁମ୍ଭେମାନେ କୁହ, ତେବେ ତହିଁ ସକାଶୁ ସଦାପ୍ରଭୁ କହନ୍ତି: ‘ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଲୋକ ପଠାଇ,’ ‘ସଦାପ୍ରଭୁଙ୍କର ଭାରୋକ୍ତି’ ବୋଲି କହିବାକୁ ନିଷେଧ କରିଅଛୁ, ତଥାପି ତୁମ୍ଭେମାନେ ‘ସଦାପ୍ରଭୁଙ୍କର ଭାରୋକ୍ତି ବୋଲି କହୁଅଛ।’
Lanxa lina lisithi, ‘Leli lizilo likaThixo,’ uThixo uthi: Lasebenzisa amazwi athi, ‘Leli lizilo likaThixo.’ Lanxa mina ngalitshela ukuthi lingabokuthi, ‘Leli lizilo likaThixo.’
39 ଏଣୁକରି ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ନିତାନ୍ତ ପାସୋରିବା, ପୁଣି, ତୁମ୍ଭମାନଙ୍କୁ ଓ ଯେଉଁ ନଗର ଆମ୍ଭେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦେଇଅଛୁ, ତାହାକୁ ଆମ୍ଭ ଛାମୁରୁ ଦୂର କରିବା;
Ngakho, ngeqiniso ngizalikhohlwa ngiliphosele khatshana lami kanye ledolobho engalinika lona lina labokhokho benu.
40 ଆଉ, ଯାହା ବିସ୍ମୃତ ହେବ ନାହିଁ, ଏପରି ନିତ୍ୟସ୍ଥାୟୀ ଦୁର୍ନାମ ଓ ଚିରସ୍ଥାୟୀ ଲଜ୍ଜା ଆମ୍ଭେ ତୁମ୍ଭମାନଙ୍କୁ ଭୋଗ କରାଇବା।”
Ngizalehlisela ihlazo elingapheliyo lokuyangeka okungayikukhohlakala.”