< ଯିରିମୀୟ 24 >

1 ବାବିଲର ରାଜା ନବୂଖଦ୍‍ନିତ୍ସର, ଯିହୋୟାକୀମ୍‍ର ପୁତ୍ର, ଯିହୁଦାର ରାଜା ଯିହୋୟାଖୀନ୍‍କୁ ଓ ଯିହୁଦାର ଅଧିପତିମାନଙ୍କୁ, ଶିଳ୍ପକର ଓ କର୍ମକାରକମାନଙ୍କ ସହିତ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇଗଲା ଉତ୍ତାରେ ସଦାପ୍ରଭୁ ମୋତେ ଏକ ଦର୍ଶନ ଦେଖାଇଲେ, ଆଉ ଦେଖ, ସଦାପ୍ରଭୁଙ୍କର ମନ୍ଦିର ସମ୍ମୁଖରେ ଦୁଇ ଡାଲା ଡିମ୍ବିରି ଫଳ ରଖାଯାଇଅଛି।
巴比倫王拿步高從耶路撒冷將猶大王約雅金的兒子耶苛尼雅和猶大的眾王侯,技工和鐵匠,擄到巴比倫去以後,上主使我見到一個神視:看,有兩筐無花果放在上主的殿前:
2 ଏକ ଡାଲାରେ ଆଦ୍ୟପକ୍ୱ ଡିମ୍ବିରି ଫଳ ତୁଲ୍ୟ ଅତି ଉତ୍ତମ ଡିମ୍ବିରି ଥିଲା; ପୁଣି, ଅନ୍ୟ ଡାଲାରେ ଅତି ମନ୍ଦ ଡିମ୍ବିରି ଫଳ ଥିଲା, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ନ ପାରେ।
一筐內裝的是很好的無花果,好像是初熟的無花果;另一筐內裝的卻是很壞的無花果,壞得幾乎不能吃。
3 ତେବେ ସଦାପ୍ରଭୁ ମୋତେ କହିଲେ, “ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ଡିମ୍ବିରି ଫଳ, ଉତ୍ତମ ଡିମ୍ବିରି ଅତି ଉତ୍ତମ ଓ ମନ୍ଦ ଡିମ୍ବିରି ଅତି ମନ୍ଦ, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ନ ପାରେ।”
於是上主問我說:「耶肋米亞,你看見什麼﹖」我答說:「無花果:好的無花果實在好,壞的也實在壞,壞得至於不能吃。」
4 ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା।
那時,有上主的話傳給我說:「
5 “ଯଥା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ଯେଉଁ ନିର୍ବାସିତ ଯିହୁଦୀୟମାନଙ୍କୁ ଏହି ସ୍ଥାନରୁ କଲ୍‍ଦୀୟମାନଙ୍କର ଦେଶକୁ ପଠାଇଅଛୁ, ସେମାନଙ୍କର ମଙ୍ଗଳ ନିମନ୍ତେ ଆମ୍ଭେ ସେମାନଙ୍କୁ ଏହି ଉତ୍ତମ ଡିମ୍ବିରି ଫଳ ତୁଲ୍ୟ ଜ୍ଞାନ କରିବା।
上主,以色列的天主這樣說:我要惠然眷顧,我從這裏遣往加色丁地去的猶大俘虜,像這些好無花果一樣;
6 କାରଣ ଆମ୍ଭେ ମଙ୍ଗଳ ପାଇଁ ସେମାନଙ୍କ ପ୍ରତି ଆପଣା ଦୃଷ୍ଟି ରଖିବା ଓ ସେମାନଙ୍କୁ ପୁନର୍ବାର ଏହି ଦେଶକୁ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିର୍ମାଣ କରିବା ଓ ଭଗ୍ନ କରିବା ନାହିଁ; ଆମ୍ଭେ ସେମାନଙ୍କୁ ରୋପଣ କରିବା ଓ ଉତ୍ପାଟନ କରିବା ନାହିଁ।
好好照顧他們,領他們回到這地方來;從新建樹他們,不再拆毀;從新栽培他們,不再拔除;
7 ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଜାଣିବାର ମନ ସେମାନଙ୍କୁ ଦେବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା; କାରଣ ସେମାନେ ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସିବେ।
賦給他們一顆認識我的心,知道只有我是上主;他們要作我的人民,我要作他們的天主;因為他們要全心回頭歸向我。
8 ଆଉ, ଯେପରି ସେହି ମନ୍ଦ ଡିମ୍ବିରି ଫଳ ଏଡ଼େ ମନ୍ଦ ହେବାରୁ ଭୋଜନ କରାଯାଇ ନ ପାରେ, ସେପରି ସଦାପ୍ରଭୁ କହନ୍ତି, ଆମ୍ଭେ ନିଶ୍ଚୟ ଯିହୁଦାର ରାଜା ସିଦିକୀୟକୁ, ତାହାର ଅଧିପତିଗଣକୁ ଓ ଯିରୂଶାଲମର ଯେଉଁ ଅବଶିଷ୍ଟାଂଶ ଲୋକେ ଏହି ଦେଶରେ ଅଛନ୍ତି, ସେମାନଙ୍କୁ ଓ ଯେଉଁମାନେ ମିସର ଦେଶରେ ବାସ କରନ୍ତି, ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା।
至於人怎樣對待那些壞的,壞得不可吃的無花果──上主這樣說──我也要怎樣對待猶大王漆德克雅和他的王侯,以及留在此地並住在埃及地的耶路撒冷遺民,
9 ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ିଦେବା, ସେହି ସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ, ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା।
使他們成為地上各或恐怖的對象;在我驅逐他們所到的地方,成為人侮辱、譏笑、嘲弄和詛咒的對象;
10 ପୁଣି, ଆମ୍ଭେ ସେମାନଙ୍କୁ ଓ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଲୁ, ତହିଁରୁ ସେମାନେ ଯେପର୍ଯ୍ୟନ୍ତ ଉଚ୍ଛିନ୍ନ ନ ହୁଅନ୍ତି, ସେପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ମଧ୍ୟକୁ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା।”
給他們招來戰爭、饑荒和瘟疫,直到他們由我賜給他們和他們祖先的地上完全消滅。

< ଯିରିମୀୟ 24 >