< ଯିରିମୀୟ 24 >
1 ବାବିଲର ରାଜା ନବୂଖଦ୍ନିତ୍ସର, ଯିହୋୟାକୀମ୍ର ପୁତ୍ର, ଯିହୁଦାର ରାଜା ଯିହୋୟାଖୀନ୍କୁ ଓ ଯିହୁଦାର ଅଧିପତିମାନଙ୍କୁ, ଶିଳ୍ପକର ଓ କର୍ମକାରକମାନଙ୍କ ସହିତ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇଗଲା ଉତ୍ତାରେ ସଦାପ୍ରଭୁ ମୋତେ ଏକ ଦର୍ଶନ ଦେଖାଇଲେ, ଆଉ ଦେଖ, ସଦାପ୍ରଭୁଙ୍କର ମନ୍ଦିର ସମ୍ମୁଖରେ ଦୁଇ ଡାଲା ଡିମ୍ବିରି ଫଳ ରଖାଯାଇଅଛି।
Показа мне Господь, и се, две кошницы полны смоквий поставлены пред храмом Господним, повнегда преведе Навуходоносор царь Вавилонский Иехонию сына Иоакимова, царя Иудина, и началников его и художников, и узников и богатых от Иерусалима, и преведе их в Вавилон.
2 ଏକ ଡାଲାରେ ଆଦ୍ୟପକ୍ୱ ଡିମ୍ବିରି ଫଳ ତୁଲ୍ୟ ଅତି ଉତ୍ତମ ଡିମ୍ବିରି ଥିଲା; ପୁଣି, ଅନ୍ୟ ଡାଲାରେ ଅତି ମନ୍ଦ ଡିମ୍ବିରି ଫଳ ଥିଲା, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ନ ପାରେ।
Кошница едина смоквий добрых зело, яко обычай смоквам быти первых времен, и кошница другая смоквий злых зело, ихже ясти не возможно за худость их.
3 ତେବେ ସଦାପ୍ରଭୁ ମୋତେ କହିଲେ, “ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ଡିମ୍ବିରି ଫଳ, ଉତ୍ତମ ଡିମ୍ବିରି ଅତି ଉତ୍ତମ ଓ ମନ୍ଦ ଡିମ୍ବିରି ଅତି ମନ୍ଦ, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ନ ପାରେ।”
И рече Господь ко мне: что ты видиши, Иеремие? И рекох: смокви, смокви добрыя, добры зело: и злыя, злы зело, ихже ясти не возможно за худость их.
4 ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା।
И бысть слово Господне ко мне, рекущее:
5 “ଯଥା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ଯେଉଁ ନିର୍ବାସିତ ଯିହୁଦୀୟମାନଙ୍କୁ ଏହି ସ୍ଥାନରୁ କଲ୍ଦୀୟମାନଙ୍କର ଦେଶକୁ ପଠାଇଅଛୁ, ସେମାନଙ୍କର ମଙ୍ଗଳ ନିମନ୍ତେ ଆମ୍ଭେ ସେମାନଙ୍କୁ ଏହି ଉତ୍ତମ ଡିମ୍ବିରି ଫଳ ତୁଲ୍ୟ ଜ୍ଞାନ କରିବା।
сия глаголет Господь Бог Израилев: якоже смокви сия благи, тако познаю преселеных Иудеев, ихже послах от места сего в землю Халдейску во благая:
6 କାରଣ ଆମ୍ଭେ ମଙ୍ଗଳ ପାଇଁ ସେମାନଙ୍କ ପ୍ରତି ଆପଣା ଦୃଷ୍ଟି ରଖିବା ଓ ସେମାନଙ୍କୁ ପୁନର୍ବାର ଏହି ଦେଶକୁ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିର୍ମାଣ କରିବା ଓ ଭଗ୍ନ କରିବା ନାହିଁ; ଆମ୍ଭେ ସେମାନଙ୍କୁ ରୋପଣ କରିବା ଓ ଉତ୍ପାଟନ କରିବା ନାହିଁ।
и утвержу очи Мои на них во благая и преведу их паки в землю сию во благая: и возсозижду их и не разорю, и насажду их и не исторгну:
7 ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଜାଣିବାର ମନ ସେମାନଙ୍କୁ ଦେବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା; କାରଣ ସେମାନେ ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସିବେ।
и дам им сердце, да уведят Мя, яко Аз есмь Господь, и будут Мне в люди, и Аз буду им в Бога: понеже обратятся ко Мне всем сердцем своим.
8 ଆଉ, ଯେପରି ସେହି ମନ୍ଦ ଡିମ୍ବିରି ଫଳ ଏଡ଼େ ମନ୍ଦ ହେବାରୁ ଭୋଜନ କରାଯାଇ ନ ପାରେ, ସେପରି ସଦାପ୍ରଭୁ କହନ୍ତି, ଆମ୍ଭେ ନିଶ୍ଚୟ ଯିହୁଦାର ରାଜା ସିଦିକୀୟକୁ, ତାହାର ଅଧିପତିଗଣକୁ ଓ ଯିରୂଶାଲମର ଯେଉଁ ଅବଶିଷ୍ଟାଂଶ ଲୋକେ ଏହି ଦେଶରେ ଅଛନ୍ତି, ସେମାନଙ୍କୁ ଓ ଯେଉଁମାନେ ମିସର ଦେଶରେ ବାସ କରନ୍ତି, ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା।
И якоже смокви злыя, ихже ясти не возможно за худость их, сия рече Господь, тако предам Седекию царя Иудина и началники его и останок от Иерусалима, иже осташа во граде сем и иже обитают во земли Египетстей,
9 ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ିଦେବା, ସେହି ସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ, ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା।
и дам их в расточение и озлобление всем царствам земным, и будут в поношение и в притчу, и в ненависть и в проклятие во всех местех, в няже извергох их:
10 ପୁଣି, ଆମ୍ଭେ ସେମାନଙ୍କୁ ଓ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଲୁ, ତହିଁରୁ ସେମାନେ ଯେପର୍ଯ୍ୟନ୍ତ ଉଚ୍ଛିନ୍ନ ନ ହୁଅନ୍ତି, ସେପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ମଧ୍ୟକୁ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା।”
и послю на них мечь и глад и пагубу, дондеже изчезнут от земли, юже дах им и отцем их.