< ଯିରିମୀୟ 25 >

1 ଯୋଶୀୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ଯିହୁଦାର ସମଗ୍ର ଲୋକ ବିଷୟରେ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ସେହି ବର୍ଷ ବାବିଲର ରାଜା ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ପ୍ରଥମ ବର୍ଷ ଥିଲା;
Yehova anayankhula ndi Yeremiya za anthu onse a ku Yuda mʼchaka chachinayi cha ufumu wa Yehoyakimu mwana wa Yosiya mfumu ya ku Yuda, chimene chinali chaka choyamba cha ufumu wa Nebukadinezara mfumu ya ku Babuloni.
2 ଯିରିମୀୟ ଭବିଷ୍ୟଦ୍‍ବକ୍ତା ଯିହୁଦାର ସମସ୍ତ ଲୋକ ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ନିକଟରେ ସେହି ବାକ୍ୟ ପ୍ରଚାର କରି କହିଲେ;
Choncho mneneri Yeremiya anawuza anthu onse a ku Yuda pamodzi ndi onse amene amakhala mu Yerusalemu kuti:
3 “ଆମୋନ୍‍ର ପୁତ୍ର ଯିହୁଦାର ରାଜା ଯୋଶୀୟଙ୍କ ରାଜତ୍ଵର ତ୍ରୟୋଦଶ ବର୍ଷଠାରୁ ଆଜି ପର୍ଯ୍ୟନ୍ତ ଏହି ତେଇଶ ବର୍ଷଯାକ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହୋଇଅଛି ଓ ମୁଁ ପ୍ରତ୍ୟୁଷରେ ଉଠି ତାହା ତୁମ୍ଭମାନଙ୍କୁ କହିଅଛି, ମାତ୍ର ତାହା ତୁମ୍ଭେମାନେ ଶୁଣି ନାହଁ।
Kwa zaka 23, kuyambira chaka cha 13 cha ufumu wa Yosiya mwana wa Amoni mfumu ya ku Yuda mpaka lero lino, Yehova wakhala akundipatsa mauthenga ake ndipo ine ndakhala ndikuyankhula ndi inu kawirikawiri, koma inu simunamvere.
4 ଆଉ, ସଦାପ୍ରଭୁ ପ୍ରତ୍ୟୁଷରେ ଉଠି ଆପଣାର ସମସ୍ତ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି, ମାତ୍ର ତୁମ୍ଭେମାନେ ଶୁଣି ନାହଁ, କିଅବା ଶୁଣିବା ପାଇଁ କର୍ଣ୍ଣପାତ କରି ନାହଁ।
Ndipo ngakhale Yehova kawirikawiri wakhala akukutumizirani atumiki ake onse, aneneri, inuyo simunamvere kapena kutchera khutu.
5 ମୁଁ କହିଅଛି, ‘ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା କୁପଥରୁ ଓ ଆପଣା ଆପଣା ଆଚରଣର ଦୁଷ୍ଟତାରୁ ଫେର, ତହିଁରେ ସଦାପ୍ରଭୁ ପୁରାତନ କାଳରୁ ସଦାକାଳ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁ ମଧ୍ୟରେ ତୁମ୍ଭେମାନେ ବାସ କରିବ;
Aneneriwo ankanena kuti, “Ngati aliyense wa inu abwerere, kusiya njira zake zoyipa ndi machitidwe ake oyipa, ndiye kuti mudzakhala mʼdziko limene Yehova anapereka kwa makolo anu kwamuyaya.
6 ଆଉ, ଅନ୍ୟ ଦେବଗଣର ସେବା ଓ ସେମାନଙ୍କୁ ପ୍ରଣାମ କରିବା ନିମନ୍ତେ ସେମାନଙ୍କ ପଶ୍ଚାଦ୍‍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ହସ୍ତକୃତ କର୍ମ ଦ୍ୱାରା ମୋତେ ବିରକ୍ତ କର ନାହିଁ ଓ ତହିଁରେ ମୁଁ ତୁମ୍ଭମାନଙ୍କର କୌଣସି ଅମଙ୍ଗଳ କରିବି ନାହିଁ।’
Musatsatire milungu ina nʼkuyitumikira ndi kuyipembedza. Musapute mkwiyo wanga ndi mafano amene mwapanga ndi manja anu. Mukatero Ine sindidzakuwonongani.
7 ତଥାପି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ କଥାରେ ଅବଧାନ କରି ନାହଁ ଓ ଆପଣାମାନଙ୍କ ଅମଙ୍ଗଳ ନିମନ୍ତେ ନିଜ ହସ୍ତକୃତ କର୍ମ ଦ୍ୱାରା ଆମ୍ଭଙ୍କୁ ବିରକ୍ତ କରିଅଛ।
“Koma inu simunandimvere,” akutero Yehova, “ndipo munaputa mkwiyo wanga ndi mafano amene munapanga ndi manja anu. Choncho munadziwononga nokha.”
8 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭର ବାକ୍ୟରେ ଅବଧାନ କରି ନାହଁ;
Nʼchifukwa chake Yehova Wamphamvuzonse akuti, “Chifukwa simunamvere mawu anga,
9 ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍‍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।
ndidzayitana mafuko onse akumpoto, pamodzi ndi mtumiki wanga Nebukadinezara mfumu ya ku Babuloni,” akutero Yehova, “ndipo adzathira nkhondo dziko lino ndi anthu ake pamodzi ndi mitundu yonse ya anthu ozungulira dzikoli. Ndidzawawononga kwathunthu ndi kuwasandutsa chinthu chochititsa mantha ndi chonyozeka, mpaka muyaya.
10 ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରର ରବ ଓ କନ୍ୟାର ରବ, ଚକିର ଶବ୍ଦ ଓ ପ୍ରଦୀପର ଆଲୁଅ ଦୂର କରିବା।
Ndidzathetsa mfuwu wachimwemwe ndi wachisangalalo, mawu a mkwati ndi mkwatibwi, phokoso la mphero ndi kuwala kwa nyale.
11 ତହିଁରେ ଏହି ସମୁଦାୟ ଦେଶ ଉତ୍ସନ୍ନ ସ୍ଥାନ ଓ ବିସ୍ମୟର ବିଷୟ ହେବ ଓ ଏହିସବୁ ଗୋଷ୍ଠୀ ସତୁରି ବର୍ଷ ବାବିଲ ରାଜାର ଦାସତ୍ୱ କରିବେ।
Dziko lonse lidzakhala bwinja ndi chipululu, ndipo mitundu ina idzatumikira mfumu ya ku Babuloni kwa 70.
12 ପୁଣି, ସଦାପ୍ରଭୁ କହନ୍ତି, ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲେ ଆମ୍ଭେ ବାବିଲ ରାଜାକୁ ଓ ସେହି ଗୋଷ୍ଠୀକୁ ଓ କଲ୍‍ଦୀୟମାନଙ୍କ ଦେଶକୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ତାହା ସଦାକାଳ ଧ୍ୱଂସର ସ୍ଥାନ କରିବା।
“Koma zaka 70 zikadzatha, ndidzalanga mfumu ya ku Babuloni pamodzi ndi anthu ake, chifukwa cha zolakwa zawo,” akutero Yehova, “ndipo dziko lawo lidzakhala chipululu mpaka muyaya.
13 ଆଉ, ଆମ୍ଭେ ସେହି ଦେଶ ବିରୁଦ୍ଧରେ ଯାହା ଯାହା କହିଅଛୁ, ଅର୍ଥାତ୍‍, ସକଳ ଗୋଷ୍ଠୀ ବିରୁଦ୍ଧରେ ଯିରିମୀୟଙ୍କ ଦ୍ୱାରା ପ୍ରଚାରିତ ଯେ ଯେ ଭବିଷ୍ୟଦ୍‍ବାକ୍ୟ ଏହି ପୁସ୍ତକରେ ଲିଖିତ ଅଛି, ଆମ୍ଭର ସେହି ସମସ୍ତ ବାକ୍ୟ ଆମ୍ଭେ ସେହି ଦେଶ ପ୍ରତି ସଫଳ କରିବା।
Ndidzachita zinthu zonse zimene ndinayankhula zotsutsa dzikolo, zonse zimene zalembedwa mʼbuku lino, ndiponso zonse zimene Yeremiya analosera zotsutsa anthu amenewa.
14 କାରଣ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ସେମାନଙ୍କୁ ହିଁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ, ଆଉ ଆମ୍ଭେ ସେମାନଙ୍କ କ୍ରିୟାନୁସାରେ ଓ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।”
Iwo eni adzakhala akapolo a anthu a mitundu yochuluka ndi mafumu amphamvu. Ndidzawabwezera molingana ndi zochita zawo ndi ntchito za manja awo.”
15 କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋତେ ଏହି କଥା କହନ୍ତି, “ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାରସର ପାତ୍ର ନେଇ, ଆମ୍ଭେ ତୁମ୍ଭକୁ ଯେଉଁ ସକଳ ଗୋଷ୍ଠୀ ନିକଟକୁ ପଠାଉ, ସେମାନଙ୍କୁ ତାହା ପାନ କରାଅ।
Yehova, Mulungu wa Israeli, anandiwuza kuti, “Tenga chikho ichi chodzaza ndi vinyo wa ukali wanga, ndipo ukamwetse anthu a mitundu yonse kumene ndikukutuma.
16 ତହିଁରେ ସେମାନେ ତାହା ପାନ କରି ଏଣେତେଣେ ଟଳଟଳ ହେବେ, ପୁଣି ଆମ୍ଭେ ସେମାନଙ୍କ ମଧ୍ୟକୁ ଯେଉଁ ଖଡ୍ଗ ପଠାଇବା, ତହିଁ ସକାଶୁ ସେମାନେ ଉନ୍ମତ୍ତ ହେବେ।”
Akadzamwa adzayamba kudzandira ndi kuchita misala chifukwa cha nkhondo imene ndikuyitumiza pakati pawo.”
17 ତହିଁରେ ମୁଁ ସଦାପ୍ରଭୁଙ୍କ ହସ୍ତରୁ ସେହି ପାତ୍ର ନେଇ, ସଦାପ୍ରଭୁ ମୋତେ ଯେଉଁ ଯେଉଁ ଗୋଷ୍ଠୀ ନିକଟକୁ ପଠାଇଲେ, ସେହି ସମସ୍ତଙ୍କୁ ତାହା ପାନ କରାଇଲି;
Choncho ine ndinatenga chikhocho mʼdzanja la Yehova ndipo ndinamwetsa mitundu yonse ya anthu kumene Iye ananditumako:
18 ଅର୍ଥାତ୍‍, ଆଜିର ତୁଲ୍ୟ ଉତ୍ସନ୍ନ ସ୍ଥାନ ଓ ବିସ୍ମୟର, ଆଉ ଶୀସ୍‍ ଶବ୍ଦର ଓ ଅଭିଶାପର ବିଷୟ ହେବା ନିମନ୍ତେ ଯିରୂଶାଲମକୁ, ଯିହୁଦାର ନଗରସମୂହକୁ, ଆଉ ତହିଁର ରାଜା ଓ ଅଧିପତିମାନଙ୍କୁ ପାନ କରାଇଲି।
Anandituma ku Yerusalemu ndi ku mizinda ya Yuda, kwa mafumu ake ndi nduna zake kuti ndikawasandutse ngati bwinja ndi chinthu chochititsa mantha ndi chonyozeka ndiponso chotembereredwa, monga mmene alili lero lino.
19 ମିସରର ରାଜା ଫାରୋକୁ, ତାହାର ଦାସଗଣକୁ ଓ ଅଧିପତିଗଣକୁ ଓ ତାହାର ସମସ୍ତ ଲୋକଙ୍କୁ;
Ananditumanso kwa Farao, mfumu ya ku Igupto, kwa atumiki ake, nduna zake ndi kwa anthu ake onse,
20 ପୁଣି, ମିଶ୍ରିତ ଲୋକ ସମସ୍ତଙ୍କୁ ଓ ଊଷ ଦେଶସ୍ଥ ସମସ୍ତ ରାଜାଙ୍କୁ ଓ ପଲେଷ୍ଟୀୟ ଦେଶସ୍ଥ ସମସ୍ତ ରାଜାଙ୍କୁ ଆଉ ଅସ୍କିଲୋନ, ଘସା, ଇକ୍ରୋଣ ଓ ଅସ୍ଦୋଦର ଅବଶିଷ୍ଟାଂଶକୁ ପାନ କରାଇଲି;
ndi kwa anthu ena onse a mitundu yachilendo; mafumu onse a ku Uzi; mafumu onse a Afilisti, a ku Asikeloni, ku Gaza, ku Ekroni ndiponso kwa anthu a ku chigwa chotsala cha Asidodi;
21 ଇଦୋମ, ମୋୟାବ ଓ ଅମ୍ମୋନର ସନ୍ତାନଗଣକୁ;
Edomu, Mowabu ndi Amoni.
22 ପୁଣି, ସୋରର ସମସ୍ତ ରାଜାଙ୍କୁ ଓ ସୀଦୋନର ସମସ୍ତ ରାଜାଙ୍କୁ ଓ ସମୁଦ୍ରପାରସ୍ଥ ଦ୍ୱୀପର ସମସ୍ତ ରାଜାଙ୍କୁ;
Ananditumanso kwa mafumu onse a ku Turo ndi ku Sidoni; kwa mafumu a kutsidya la nyanja;
23 ଦଦାନ, ତେମା ଓ ବୂଷ୍‍, ଆପଣା ଆପଣା କେଶ କୋଣ ମୁଣ୍ଡନକାରୀ ସମସ୍ତ ଲୋକଙ୍କୁ;
ku Dedani, ku Tema, ku Buzi ndi kwa onse ometa chamʼmbali.
24 ପୁଣି, ଆରବୀୟ ସମସ୍ତ ରାଜାଙ୍କୁ ଓ ପ୍ରାନ୍ତରବାସୀ ମିଶ୍ରିତ ଗୋଷ୍ଠୀବର୍ଗର ସମସ୍ତ ରାଜାଙ୍କୁ;
Ananditumanso kwa mafumu onse a ku Arabiya ndi mafumu onse a anthu achilendo amene amakhala mʼchipululu.
25 ଆଉ, ସିମ୍ରିର ସମସ୍ତ ରାଜାଙ୍କୁ, ଏଲମ୍‍ର ସମସ୍ତ ରାଜାଙ୍କୁ ଓ ମାଦୀୟମାନଙ୍କର ସମସ୍ତ ରାଜାଙ୍କୁ;
Anandituma kwa mafumu onse a ku Zimuri, Elamu ndi Mediya;
26 ପୁଣି, ଉତ୍ତର ଦିଗର ନିକଟସ୍ଥ ଓ ଦୂରସ୍ଥ ଯାବତୀୟ ରାଜାଙ୍କୁ, ପରସ୍ପରର ସହିତ ଓ ଭୂମଣ୍ଡଳର ଉପରିସ୍ଥ ଜଗତର ସମୁଦାୟ ରାଜ୍ୟକୁ ପାନ କରାଇଲି; ଆଉ, ସେମାନଙ୍କ ଉତ୍ତାରେ ଶେଶକର ରାଜା ପାନ କରିବ।
ndiponso kwa mafumu onse a kumpoto, akufupi ndi kutali omwe, mafumu onse a dziko lapansi. Ndipo potsiriza pake, idzamwenso ndi mfumu Sesaki.
27 ଆଉ, ତୁମ୍ଭେ ସେମାନଙ୍କୁ କହିବ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ତୁମ୍ଭେମାନେ ପାନ କରି ମତ୍ତ ହୁଅ ଓ ବାନ୍ତି କର, ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଯେଉଁ ଖଡ୍ଗ ପଠାଇବା, ତହିଁ ହେତୁ ପତିତ ହୋଇ ଆଉ ଉଠ ନାହିଁ।’
“Ndipo uwawuze kuti, ‘Yehova Wamphamvuzonse, Mulungu wa Israeli akuti: Imwani, ledzerani ndipo musanze, mugwe osadzukanso chifukwa cha nkhondo imene ndikutumiza pakati panu.’
28 ଆଉ, ସେମାନେ ତୁମ୍ଭ ହସ୍ତରୁ ପାତ୍ର ନେଇ ପାନ କରିବାକୁ ଯେବେ ଅସମ୍ମତ ହେବେ, ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ‘ସୈନ୍ୟାଧିପତି ସଦାପ୍ରଭୁ ଏହିରୂପେ କଥା କହନ୍ତି, ତୁମ୍ଭେମାନେ ଅବଶ୍ୟ ପାନ କରିବ।
Koma ngati akana kutenga chikhocho mʼdzanja lako ndi kumwa, uwawuze kuti, ‘Yehova Wamphamvuzonse akuti: Muyenera kumwa ndithu!’”
29 କାରଣ ଦେଖ, ଆମ୍ଭେ ଆମ୍ଭ ନାମରେ ଖ୍ୟାତ ନଗର ପ୍ରତି ଅମଙ୍ଗଳ ଘଟାଇବାକୁ ଆରମ୍ଭ କରିଅଛୁ ଓ ତୁମ୍ଭେମାନେ କି ନିତାନ୍ତ ଅଦଣ୍ଡିତ ହେବ? ତୁମ୍ଭେମାନେ ଅଦଣ୍ଡିତ ହେବ ନାହିଁ, କାରଣ ଆମ୍ଭେ ପୃଥିବୀନିବାସୀ ସମସ୍ତଙ୍କ ଉପରେ ଖଡ୍ଗ ଆହ୍ୱାନ କରିବା,’ ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Taonani, tsopano ndiyamba kulanga mzinda uno umene umadziwika ndi dzina langa. Kodi inu muganiza kuti simudzalangidwa? Ayi, simudzapulumuka chifukwa ndikutumiza nkhondo pa onse okhala pa dziko lapansi, akutero Yehova Wamphamvuzonse.
30 ଏହେତୁ ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଏହିସବୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ‘ସଦାପ୍ରଭୁ ଊର୍ଦ୍ଧ୍ୱରୁ ହୁଙ୍କାର କରିବେ ଓ ଆପଣା ପବିତ୍ର ବାସସ୍ଥାନରୁ ଆପଣା ରବ ଶୁଣାଇବେ; ସେ ଆପଣା ଖୁଆଡ଼ ଉପରେ ମହାହୁଙ୍କାର କରିବେ; ସେ ଦ୍ରାକ୍ଷାମର୍ଦ୍ଦନକାରୀମାନଙ୍କ ପରି ପୃଥିବୀର ନିବାସୀ ସମୁଦାୟଙ୍କ ବିରୁଦ୍ଧରେ ସିଂହନାଦ କରିବେ।
“Tsopano iwe nenera mawu owatsutsa ndipo uwawuze kuti, “‘Yehova adzabangula kumwamba; mawu ake adzamveka ngati bingu kuchokera ku malo ake opatulika. Adzabangula mwamphamvu kukalipira dziko lake. Iye adzafuwula ngati anthu oponda mphesa, kukalipira onse amene akukhala pa dziko lapansi.
31 ପୃଥିବୀର ସୀମା ପର୍ଯ୍ୟନ୍ତ ଗୋଟିଏ ଧ୍ୱନି ବ୍ୟାପିବ; କାରଣ ନାନା ଗୋଷ୍ଠୀୟମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି, ସେ ସବୁ ପ୍ରାଣୀର ବିଚାର କରିବେ; ପୁଣି, ଦୁଷ୍ଟମାନଙ୍କୁ ସେ ଖଡ୍ଗରେ ସମର୍ପଣ କରିବେ,’ ଏହା ସଦାପ୍ରଭୁ କହନ୍ତି।
Phokoso lalikulu lidzamveka mpaka kumalekezero a dziko lonse lapansi, chifukwa Yehova adzazenga mlandu anthu a mitundu yonse; adzaweruza mtundu wonse wa anthu ndipo oyipa adzawapha ndi lupanga,’” akutero Yehova.
32 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଦେଶକୁ ଦେଶ ଅମଙ୍ଗଳ ଘଟିବ ଓ ପୃଥିବୀର ପ୍ରାନ୍ତ ସୀମାରୁ ଏକ ମହାତୋଫାନ ଉଠିବ।
Yehova Wamphamvuzonse akuti, “Taonani! Mavuto akuti akachoka pa mtundu wina akukagwa pa mtundu wina; mphepo ya mkuntho ikuyambira ku malekezero a dziko.”
33 ପୁଣି, ସେସମୟରେ ସଦାପ୍ରଭୁଙ୍କର ହତ ଲୋକମାନେ, ପୃଥିବୀର ଆଦ୍ୟ ସୀମା ପର୍ଯ୍ୟନ୍ତ ଦେଖାଯିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, ସେମାନେ ସଂଗୃହୀତ କିଅବା କବରପ୍ରାପ୍ତ ହେବେ ନାହିଁ; ସେମାନେ ଭୂମି ଉପରେ ଖତ ପରି ପଡ଼ି ରହିବେ।
Pa tsiku limenelo, onse ophedwa ndi Yehova adzangoti mbwee ponseponse, pa dziko lonse lapansi. Palibe amene adzawalire kapena kusonkhanitsa mitemboyo kuti ikayikidwe mʼmanda, koma idzakhala mbwee ngati ndowe.
34 ହେ ମେଷପାଳକଗଣ, ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର; ହେ ମେଷଗଣର ଅଗ୍ରଗଣ୍ୟମାନେ, ତୁମ୍ଭେମାନେ ଭସ୍ମରେ ଗଡ଼; କାରଣ ତୁମ୍ଭମାନଙ୍କର ହତ୍ୟା ସମୟ ସମ୍ପୂର୍ଣ୍ଣ ରୂପେ ଉପସ୍ଥିତ ହେଲା, ଆଉ ଆମ୍ଭେ ତୁମ୍ଭମାନଙ୍କୁ ଖଣ୍ଡ ଖଣ୍ଡ କରି ଭାଙ୍ଗିବା ଓ ତୁମ୍ଭେମାନେ ମନୋହର ପାତ୍ର ତୁଲ୍ୟ ପଡ଼ିଯିବ।
Khetsani misozi ndi kufuwula mwamphamvu, abusa inu; gubudukani pa fumbi, inu atsogoleri a nkhosa. Pakuti nthawi yanu yophedwa yafika; mudzagwa ndi kuphwanyika ngati mbiya yabwino kwambiri.
35 ପୁଣି, ମେଷପାଳକମାନେ ପଳାଇବାର ବାଟ ପାଇବେ ନାହିଁ ଓ ପଲର ଅଗ୍ରଗଣ୍ୟମାନେ ରକ୍ଷା ପାଇବେ ନାହିଁ।
Abusa adzasowa kothawira, atsogoleri a nkhosa adzasowa malo opulumukira.
36 ମେଷପାଳକମାନଙ୍କର କ୍ରନ୍ଦନର ଶବ୍ଦ ଓ ମେଷର ଅଗ୍ରଗଣ୍ୟମାନଙ୍କର ହାହାକାର ଶବ୍ଦ ଶୁଣାଯାଏ। କାରଣ ସଦାପ୍ରଭୁ ସେମାନଙ୍କର ଚରାସ୍ଥାନ ଉଜାଡ଼ କରୁଅଛନ୍ତି।
Imvani kulira kwa abusa, atsogoleri a nkhosa akulira, chifukwa Yehova akuwononga msipu wawo.
37 ଆଉ, ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ସକାଶୁ ଶାନ୍ତିଯୁକ୍ତ ଖୁଆଡ଼ସବୁ ନିଃଶବ୍ଦ ହେଉଅଛି।
Makola awo a nkhosa amene anali pamtendere adzasanduka bwinja chifukwa cha mkwiyo woopsa wa Yehova.
38 ସେ ସିଂହ ତୁଲ୍ୟ ଆପଣା ଗହ୍ୱର ତ୍ୟାଗ କରିଅଛନ୍ତି; ତାହାଙ୍କର ଉତ୍ପୀଡ଼କ ଖଡ୍ଗର ଭୟଙ୍କରତା ସକାଶୁ ଓ ତାହାଙ୍କର ପ୍ରଚଣ୍ଡ କ୍ରୋଧ ସକାଶୁ ଦେଶ ବିସ୍ମୟ ସ୍ଥାନ ହୋଇଅଛି।”
Ngati mkango, Yehova wasiya phanga lake, pakuti dziko lawo lasanduka chipululu chifukwa cha nkhondo ya owazunza ndiponso chifukwa cha mkwiyo woopsa wa Yehova.

< ଯିରିମୀୟ 25 >