< ଯିରିମୀୟ 25 >
1 ଯୋଶୀୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀମ୍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ଯିହୁଦାର ସମଗ୍ର ଲୋକ ବିଷୟରେ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ସେହି ବର୍ଷ ବାବିଲର ରାଜା ନବୂଖଦ୍ନିତ୍ସରଙ୍କ ରାଜତ୍ଵର ପ୍ରଥମ ବର୍ଷ ଥିଲା;
Sana, joka tuli Jeremialle, sana koko Juudan kansaa vastaan, Joojakimin, Joosian pojan, Juudan kuninkaan, neljäntenä vuotena, se on Nebukadressarin, Baabelin kuninkaan, ensimmäisenä vuotena-
2 ଯିରିମୀୟ ଭବିଷ୍ୟଦ୍ବକ୍ତା ଯିହୁଦାର ସମସ୍ତ ଲୋକ ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ନିକଟରେ ସେହି ବାକ୍ୟ ପ୍ରଚାର କରି କହିଲେ;
sana, jonka profeetta Jeremia lausui koko Juudan kansaa ja kaikkia Jerusalemin asukkaita vastaan sanoen:
3 “ଆମୋନ୍ର ପୁତ୍ର ଯିହୁଦାର ରାଜା ଯୋଶୀୟଙ୍କ ରାଜତ୍ଵର ତ୍ରୟୋଦଶ ବର୍ଷଠାରୁ ଆଜି ପର୍ଯ୍ୟନ୍ତ ଏହି ତେଇଶ ବର୍ଷଯାକ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହୋଇଅଛି ଓ ମୁଁ ପ୍ରତ୍ୟୁଷରେ ଉଠି ତାହା ତୁମ୍ଭମାନଙ୍କୁ କହିଅଛି, ମାତ୍ର ତାହା ତୁମ୍ଭେମାନେ ଶୁଣି ନାହଁ।
Joosian, Aamonin pojan, Juudan kuninkaan, kolmannestatoista vuodesta alkaen tähän päivään saakka-kaksikymmentä kolme vuotta-on Herran sana tullut minulle, ja minä olen teille puhunut varhaisesta alkaen, mutta te ette ole kuulleet.
4 ଆଉ, ସଦାପ୍ରଭୁ ପ୍ରତ୍ୟୁଷରେ ଉଠି ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି, ମାତ୍ର ତୁମ୍ଭେମାନେ ଶୁଣି ନାହଁ, କିଅବା ଶୁଣିବା ପାଇଁ କର୍ଣ୍ଣପାତ କରି ନାହଁ।
Ja Herra on lähettänyt teidän tykönne kaikki palvelijansa, profeetat, varhaisesta alkaen, mutta te ette ole kuulleet, ette kallistaneet korvaanne kuullaksenne,
5 ମୁଁ କହିଅଛି, ‘ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା କୁପଥରୁ ଓ ଆପଣା ଆପଣା ଆଚରଣର ଦୁଷ୍ଟତାରୁ ଫେର, ତହିଁରେ ସଦାପ୍ରଭୁ ପୁରାତନ କାଳରୁ ସଦାକାଳ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁ ମଧ୍ୟରେ ତୁମ୍ଭେମାନେ ବାସ କରିବ;
kun he sanoivat: "Kääntykää itsekukin pahalta tieltänne ja pahoista teoistanne, niin saatte asua maassa, jonka Herra on antanut teille ja teidän isillenne, iankaikkisesta iankaikkiseen.
6 ଆଉ, ଅନ୍ୟ ଦେବଗଣର ସେବା ଓ ସେମାନଙ୍କୁ ପ୍ରଣାମ କରିବା ନିମନ୍ତେ ସେମାନଙ୍କ ପଶ୍ଚାଦ୍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ହସ୍ତକୃତ କର୍ମ ଦ୍ୱାରା ମୋତେ ବିରକ୍ତ କର ନାହିଁ ଓ ତହିଁରେ ମୁଁ ତୁମ୍ଭମାନଙ୍କର କୌଣସି ଅମଙ୍ଗଳ କରିବି ନାହିଁ।’
Älkää seuratko muita jumalia, älkää palvelko ja kumartako niitä älkääkä vihoittako minua kättenne töillä, etten tuottaisi teille onnettomuutta." -
7 ତଥାପି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ କଥାରେ ଅବଧାନ କରି ନାହଁ ଓ ଆପଣାମାନଙ୍କ ଅମଙ୍ଗଳ ନିମନ୍ତେ ନିଜ ହସ୍ତକୃତ କର୍ମ ଦ୍ୱାରା ଆମ୍ଭଙ୍କୁ ବିରକ୍ତ କରିଅଛ।
"Mutta te ette kuulleet minua, sanoo Herra, ja niin te vihoititte minut kättenne töillä, omaksi onnettomuudeksenne.
8 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭର ବାକ୍ୟରେ ଅବଧାନ କରି ନାହଁ;
Sentähden näin sanoo Herra Sebaot: Koska te ette ole kuulleet minun sanojani,
9 ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।
niin katso, minä lähetän sanan, minä nostan kaikki pohjanpuolen kansanheimot, sanoo Herra, sanan Nebukadressarille, Baabelin kuninkaalle, palvelijalleni, ja tuon heidät tätä maata ja sen asukkaita vastaan ja kaikkia näitä ympärillä olevia kansoja vastaan. Ja nämä minä vihin tuhon omiksi ja teen heidät kauhistukseksi, ivan vihellykseksi ja ikuisiksi raunioiksi.
10 ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରର ରବ ଓ କନ୍ୟାର ରବ, ଚକିର ଶବ୍ଦ ଓ ପ୍ରଦୀପର ଆଲୁଅ ଦୂର କରିବା।
Minä hävitän heidän keskuudestaan riemun ja ilon huudon, huudon yljälle ja huudon morsiamelle, käsikivien äänen ja lampun valon.
11 ତହିଁରେ ଏହି ସମୁଦାୟ ଦେଶ ଉତ୍ସନ୍ନ ସ୍ଥାନ ଓ ବିସ୍ମୟର ବିଷୟ ହେବ ଓ ଏହିସବୁ ଗୋଷ୍ଠୀ ସତୁରି ବର୍ଷ ବାବିଲ ରାଜାର ଦାସତ୍ୱ କରିବେ।
Niin koko tämä maa tulee raunioiksi, autioksi, ja nämä kansat palvelevat Baabelin kuningasta seitsemänkymmentä vuotta.
12 ପୁଣି, ସଦାପ୍ରଭୁ କହନ୍ତି, ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲେ ଆମ୍ଭେ ବାବିଲ ରାଜାକୁ ଓ ସେହି ଗୋଷ୍ଠୀକୁ ଓ କଲ୍ଦୀୟମାନଙ୍କ ଦେଶକୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ତାହା ସଦାକାଳ ଧ୍ୱଂସର ସ୍ଥାନ କରିବା।
Mutta kun seitsemänkymmentä vuotta on täyttynyt, niin minä kostan Baabelin kuninkaalle ja sille kansalle, sanoo Herra, heidän pahat tekonsa, kostan kaldealaisten maalle ja teen sen ikuiseksi erämaaksi.
13 ଆଉ, ଆମ୍ଭେ ସେହି ଦେଶ ବିରୁଦ୍ଧରେ ଯାହା ଯାହା କହିଅଛୁ, ଅର୍ଥାତ୍, ସକଳ ଗୋଷ୍ଠୀ ବିରୁଦ୍ଧରେ ଯିରିମୀୟଙ୍କ ଦ୍ୱାରା ପ୍ରଚାରିତ ଯେ ଯେ ଭବିଷ୍ୟଦ୍ବାକ୍ୟ ଏହି ପୁସ୍ତକରେ ଲିଖିତ ଅଛି, ଆମ୍ଭର ସେହି ସମସ୍ତ ବାକ୍ୟ ଆମ୍ଭେ ସେହି ଦେଶ ପ୍ରତି ସଫଳ କରିବା।
Ja minä tuotan sen maan ylitse kaikki sanani, jotka minä olen puhunut sitä vastaan, kaiken, mitä tähän kirjaan on kirjoitettu, mitä Jeremia on ennustanut kaikkia niitä kansoja vastaan.
14 କାରଣ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ସେମାନଙ୍କୁ ହିଁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ, ଆଉ ଆମ୍ଭେ ସେମାନଙ୍କ କ୍ରିୟାନୁସାରେ ଓ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।”
Sillä hekin joutuvat palvelemaan monia kansoja ja suuria kuninkaita, ja minä maksan heille heidän tekojensa ja kättensä töiden mukaan."
15 କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋତେ ଏହି କଥା କହନ୍ତି, “ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାରସର ପାତ୍ର ନେଇ, ଆମ୍ଭେ ତୁମ୍ଭକୁ ଯେଉଁ ସକଳ ଗୋଷ୍ଠୀ ନିକଟକୁ ପଠାଉ, ସେମାନଙ୍କୁ ତାହା ପାନ କରାଅ।
Sillä näin sanoi Herra, Israelin Jumala, minulle: "Ota tämä vihan viinin malja minun kädestäni ja juota sillä kaikki kansat, joiden tykö minä sinut lähetän.
16 ତହିଁରେ ସେମାନେ ତାହା ପାନ କରି ଏଣେତେଣେ ଟଳଟଳ ହେବେ, ପୁଣି ଆମ୍ଭେ ସେମାନଙ୍କ ମଧ୍ୟକୁ ଯେଉଁ ଖଡ୍ଗ ପଠାଇବା, ତହିଁ ସକାଶୁ ସେମାନେ ଉନ୍ମତ୍ତ ହେବେ।”
He juovat ja horjuvat ja tulevat mielettömiksi miekan edessä, jonka minä lähetän heidän keskellensä."
17 ତହିଁରେ ମୁଁ ସଦାପ୍ରଭୁଙ୍କ ହସ୍ତରୁ ସେହି ପାତ୍ର ନେଇ, ସଦାପ୍ରଭୁ ମୋତେ ଯେଉଁ ଯେଉଁ ଗୋଷ୍ଠୀ ନିକଟକୁ ପଠାଇଲେ, ସେହି ସମସ୍ତଙ୍କୁ ତାହା ପାନ କରାଇଲି;
Ja minä otin maljan Herran kädestä ja juotin kaikkia kansoja, joiden tykö Herra minut lähetti:
18 ଅର୍ଥାତ୍, ଆଜିର ତୁଲ୍ୟ ଉତ୍ସନ୍ନ ସ୍ଥାନ ଓ ବିସ୍ମୟର, ଆଉ ଶୀସ୍ ଶବ୍ଦର ଓ ଅଭିଶାପର ବିଷୟ ହେବା ନିମନ୍ତେ ଯିରୂଶାଲମକୁ, ଯିହୁଦାର ନଗରସମୂହକୁ, ଆଉ ତହିଁର ରାଜା ଓ ଅଧିପତିମାନଙ୍କୁ ପାନ କରାଇଲି।
Jerusalemia ja Juudan kaupunkeja, sen kuninkaita ja ruhtinaita, tehdäkseni heidät raunioiksi, kauhistukseksi, ivan vihellykseksi ja kiroukseksi, niinkuin tänä päivänä tapahtuu;
19 ମିସରର ରାଜା ଫାରୋକୁ, ତାହାର ଦାସଗଣକୁ ଓ ଅଧିପତିଗଣକୁ ଓ ତାହାର ସମସ୍ତ ଲୋକଙ୍କୁ;
faraota, Egyptin kuningasta, ja hänen palvelijoitansa ja ruhtinaitansa ja koko hänen kansaansa;
20 ପୁଣି, ମିଶ୍ରିତ ଲୋକ ସମସ୍ତଙ୍କୁ ଓ ଊଷ ଦେଶସ୍ଥ ସମସ୍ତ ରାଜାଙ୍କୁ ଓ ପଲେଷ୍ଟୀୟ ଦେଶସ୍ଥ ସମସ୍ତ ରାଜାଙ୍କୁ ଆଉ ଅସ୍କିଲୋନ, ଘସା, ଇକ୍ରୋଣ ଓ ଅସ୍ଦୋଦର ଅବଶିଷ୍ଟାଂଶକୁ ପାନ କରାଇଲି;
kaikkea sekakansaa ja kaikkia Uusin maan kuninkaita ja kaikkia filistealaisten maan kuninkaita ja Askelonia ja Gassaa ja Ekronia ja Asdodin tähteitä;
21 ଇଦୋମ, ମୋୟାବ ଓ ଅମ୍ମୋନର ସନ୍ତାନଗଣକୁ;
Edomia, Mooabia ja ammonilaisia;
22 ପୁଣି, ସୋରର ସମସ୍ତ ରାଜାଙ୍କୁ ଓ ସୀଦୋନର ସମସ୍ତ ରାଜାଙ୍କୁ ଓ ସମୁଦ୍ରପାରସ୍ଥ ଦ୍ୱୀପର ସମସ୍ତ ରାଜାଙ୍କୁ;
kaikkia Tyyron kuninkaita ja kaikkia Siidonin kuninkaita ja rantamaan kuninkaita, jotka ovat meren tuolla puolen;
23 ଦଦାନ, ତେମା ଓ ବୂଷ୍, ଆପଣା ଆପଣା କେଶ କୋଣ ମୁଣ୍ଡନକାରୀ ସମସ୍ତ ଲୋକଙ୍କୁ;
Dedania, Teemaa ja Buusia ja kaikkia päälaen ympäriltä kerittyjä;
24 ପୁଣି, ଆରବୀୟ ସମସ୍ତ ରାଜାଙ୍କୁ ଓ ପ୍ରାନ୍ତରବାସୀ ମିଶ୍ରିତ ଗୋଷ୍ଠୀବର୍ଗର ସମସ୍ତ ରାଜାଙ୍କୁ;
kaikkia Arabian kuninkaita ja kaikkia sekakansan kuninkaita, jotka asuvat erämaassa;
25 ଆଉ, ସିମ୍ରିର ସମସ୍ତ ରାଜାଙ୍କୁ, ଏଲମ୍ର ସମସ୍ତ ରାଜାଙ୍କୁ ଓ ମାଦୀୟମାନଙ୍କର ସମସ୍ତ ରାଜାଙ୍କୁ;
kaikkia Simrin kuninkaita ja kaikkia Eelamin kuninkaita ja kaikkia Meedian kuninkaita;
26 ପୁଣି, ଉତ୍ତର ଦିଗର ନିକଟସ୍ଥ ଓ ଦୂରସ୍ଥ ଯାବତୀୟ ରାଜାଙ୍କୁ, ପରସ୍ପରର ସହିତ ଓ ଭୂମଣ୍ଡଳର ଉପରିସ୍ଥ ଜଗତର ସମୁଦାୟ ରାଜ୍ୟକୁ ପାନ କରାଇଲି; ଆଉ, ସେମାନଙ୍କ ଉତ୍ତାରେ ଶେଶକର ରାଜା ପାନ କରିବ।
kaikkia pohjanpuolen kuninkaita, läheisiä ja kaukaisia, toista toisensa jälkeen, ja kaikkia maan valtakuntia, mitä maan päällä on. Ja heidän jälkeensä on Seesakin kuningas juova.
27 ଆଉ, ତୁମ୍ଭେ ସେମାନଙ୍କୁ କହିବ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ତୁମ୍ଭେମାନେ ପାନ କରି ମତ୍ତ ହୁଅ ଓ ବାନ୍ତି କର, ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଯେଉଁ ଖଡ୍ଗ ପଠାଇବା, ତହିଁ ହେତୁ ପତିତ ହୋଇ ଆଉ ଉଠ ନାହିଁ।’
"Sano heille: Näin sanoo Herra Sebaot, Israelin Jumala: Juokaa ja juopukaa, oksentakaa ja kaatukaa, älkääkä enää nousko, -miekan edessä, jonka minä lähetän teidän keskellenne.
28 ଆଉ, ସେମାନେ ତୁମ୍ଭ ହସ୍ତରୁ ପାତ୍ର ନେଇ ପାନ କରିବାକୁ ଯେବେ ଅସମ୍ମତ ହେବେ, ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ‘ସୈନ୍ୟାଧିପତି ସଦାପ୍ରଭୁ ଏହିରୂପେ କଥା କହନ୍ତି, ତୁମ୍ଭେମାନେ ଅବଶ୍ୟ ପାନ କରିବ।
Mutta jos he eivät tahdo ottaa maljaa sinun kädestäsi ja juoda, niin sano heille: Näin sanoo Herra Sebaot: Teidän täytyy juoda.
29 କାରଣ ଦେଖ, ଆମ୍ଭେ ଆମ୍ଭ ନାମରେ ଖ୍ୟାତ ନଗର ପ୍ରତି ଅମଙ୍ଗଳ ଘଟାଇବାକୁ ଆରମ୍ଭ କରିଅଛୁ ଓ ତୁମ୍ଭେମାନେ କି ନିତାନ୍ତ ଅଦଣ୍ଡିତ ହେବ? ତୁମ୍ଭେମାନେ ଅଦଣ୍ଡିତ ହେବ ନାହିଁ, କାରଣ ଆମ୍ଭେ ପୃଥିବୀନିବାସୀ ସମସ୍ତଙ୍କ ଉପରେ ଖଡ୍ଗ ଆହ୍ୱାନ କରିବା,’ ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Sillä katso, siitä kaupungista alkaen, joka on otettu minun nimiini, minä alotan onnettomuuden tuottamisen; ja tekö jäisitte rankaisematta! Te ette jää rankaisematta, sillä minä kutsun miekan kaikkia maan asukkaita vastaan, sanoo Herra Sebaot.
30 ଏହେତୁ ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଏହିସବୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ‘ସଦାପ୍ରଭୁ ଊର୍ଦ୍ଧ୍ୱରୁ ହୁଙ୍କାର କରିବେ ଓ ଆପଣା ପବିତ୍ର ବାସସ୍ଥାନରୁ ଆପଣା ରବ ଶୁଣାଇବେ; ସେ ଆପଣା ଖୁଆଡ଼ ଉପରେ ମହାହୁଙ୍କାର କରିବେ; ସେ ଦ୍ରାକ୍ଷାମର୍ଦ୍ଦନକାରୀମାନଙ୍କ ପରି ପୃଥିବୀର ନିବାସୀ ସମୁଦାୟଙ୍କ ବିରୁଦ୍ଧରେ ସିଂହନାଦ କରିବେ।
Mutta sinä, ennusta heille kaikki nämä sanat ja sano heille: Herra ärjyy korkeudesta, antaa äänensä kaikua pyhästä asunnostansa. Hän ärjyy väkevästi yli laitumensa. Hän nostaa kuin viinikuurnan polkijat huudon kaikkia maan asukkaita vastaan.
31 ପୃଥିବୀର ସୀମା ପର୍ଯ୍ୟନ୍ତ ଗୋଟିଏ ଧ୍ୱନି ବ୍ୟାପିବ; କାରଣ ନାନା ଗୋଷ୍ଠୀୟମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି, ସେ ସବୁ ପ୍ରାଣୀର ବିଚାର କରିବେ; ପୁଣି, ଦୁଷ୍ଟମାନଙ୍କୁ ସେ ଖଡ୍ଗରେ ସମର୍ପଣ କରିବେ,’ ଏହା ସଦାପ୍ରଭୁ କହନ୍ତି।
Pauhina käy maan ääriin asti, sillä Herralla on riita-asia kansoja vastaan, hän käy oikeutta kaiken lihan kanssa: jumalattomat hän antaa miekalle alttiiksi, sanoo Herra.
32 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଦେଶକୁ ଦେଶ ଅମଙ୍ଗଳ ଘଟିବ ଓ ପୃଥିବୀର ପ୍ରାନ୍ତ ସୀମାରୁ ଏକ ମହାତୋଫାନ ଉଠିବ।
Näin sanoo Herra Sebaot: Katso, onnettomuus kulkee kansasta kansaan, ja suuri myrsky nousee maan perimmäisistä ääristä.
33 ପୁଣି, ସେସମୟରେ ସଦାପ୍ରଭୁଙ୍କର ହତ ଲୋକମାନେ, ପୃଥିବୀର ଆଦ୍ୟ ସୀମା ପର୍ଯ୍ୟନ୍ତ ଦେଖାଯିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, ସେମାନେ ସଂଗୃହୀତ କିଅବା କବରପ୍ରାପ୍ତ ହେବେ ନାହିଁ; ସେମାନେ ଭୂମି ଉପରେ ଖତ ପରି ପଡ଼ି ରହିବେ।
Ja Herran surmaamia on oleva sinä päivänä maan äärestä maan ääreen. Ei heille pidetä valittajaisia, ei heitä koota eikä haudata; he tulevat maan lannaksi.
34 ହେ ମେଷପାଳକଗଣ, ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର; ହେ ମେଷଗଣର ଅଗ୍ରଗଣ୍ୟମାନେ, ତୁମ୍ଭେମାନେ ଭସ୍ମରେ ଗଡ଼; କାରଣ ତୁମ୍ଭମାନଙ୍କର ହତ୍ୟା ସମୟ ସମ୍ପୂର୍ଣ୍ଣ ରୂପେ ଉପସ୍ଥିତ ହେଲା, ଆଉ ଆମ୍ଭେ ତୁମ୍ଭମାନଙ୍କୁ ଖଣ୍ଡ ଖଣ୍ଡ କରି ଭାଙ୍ଗିବା ଓ ତୁମ୍ଭେମାନେ ମନୋହର ପାତ୍ର ତୁଲ୍ୟ ପଡ଼ିଯିବ।
Parkukaa, te paimenet, ja huutakaa, vieriskelkää tuhassa, te lauman valtiaat; sillä aika on tullut teidän joutua teurastettaviksi. Te hajoatte pirstoiksi, te kaadutte niinkuin kallisarvoinen astia.
35 ପୁଣି, ମେଷପାଳକମାନେ ପଳାଇବାର ବାଟ ପାଇବେ ନାହିଁ ଓ ପଲର ଅଗ୍ରଗଣ୍ୟମାନେ ରକ୍ଷା ପାଇବେ ନାହିଁ।
Mennyt on paimenilta pakopaikka ja pelastus lauman valtiailta.
36 ମେଷପାଳକମାନଙ୍କର କ୍ରନ୍ଦନର ଶବ୍ଦ ଓ ମେଷର ଅଗ୍ରଗଣ୍ୟମାନଙ୍କର ହାହାକାର ଶବ୍ଦ ଶୁଣାଯାଏ। କାରଣ ସଦାପ୍ରଭୁ ସେମାନଙ୍କର ଚରାସ୍ଥାନ ଉଜାଡ଼ କରୁଅଛନ୍ତି।
Kuule paimenten huutoa, lauman valtiaitten valitusta! Sillä Herra hävittää heidän laumansa;
37 ଆଉ, ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ସକାଶୁ ଶାନ୍ତିଯୁକ୍ତ ଖୁଆଡ଼ସବୁ ନିଃଶବ୍ଦ ହେଉଅଛି।
heidän rauhaisat laitumensa ovat tuhoutuneet Herran vihan hehkusta.
38 ସେ ସିଂହ ତୁଲ୍ୟ ଆପଣା ଗହ୍ୱର ତ୍ୟାଗ କରିଅଛନ୍ତି; ତାହାଙ୍କର ଉତ୍ପୀଡ଼କ ଖଡ୍ଗର ଭୟଙ୍କରତା ସକାଶୁ ଓ ତାହାଙ୍କର ପ୍ରଚଣ୍ଡ କ୍ରୋଧ ସକାଶୁ ଦେଶ ବିସ୍ମୟ ସ୍ଥାନ ହୋଇଅଛି।”
Hän on lähtenyt niinkuin nuori leijona pensaikostaan: heidän maansa on tullut autioksi hävittäjän vihan hehkusta, Herran vihan hehkusta."