< ଯିରିମୀୟ 25 >
1 ଯୋଶୀୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀମ୍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ଯିହୁଦାର ସମଗ୍ର ଲୋକ ବିଷୟରେ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ସେହି ବର୍ଷ ବାବିଲର ରାଜା ନବୂଖଦ୍ନିତ୍ସରଙ୍କ ରାଜତ୍ଵର ପ୍ରଥମ ବର୍ଷ ଥିଲା;
Neno likamjia Yeremia kuhusu watu wote wa Yuda, katika mwaka wa nne wa utawala wa Yehoyakimu mwana wa Yosia mfalme wa Yuda, ambao ulikuwa mwaka wa kwanza wa utawala wa Nebukadneza mfalme wa Babeli.
2 ଯିରିମୀୟ ଭବିଷ୍ୟଦ୍ବକ୍ତା ଯିହୁଦାର ସମସ୍ତ ଲୋକ ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ନିକଟରେ ସେହି ବାକ୍ୟ ପ୍ରଚାର କରି କହିଲେ;
Hivyo nabii Yeremia akawaambia watu wote wa Yuda na wale wote waishio Yerusalemu:
3 “ଆମୋନ୍ର ପୁତ୍ର ଯିହୁଦାର ରାଜା ଯୋଶୀୟଙ୍କ ରାଜତ୍ଵର ତ୍ରୟୋଦଶ ବର୍ଷଠାରୁ ଆଜି ପର୍ଯ୍ୟନ୍ତ ଏହି ତେଇଶ ବର୍ଷଯାକ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହୋଇଅଛି ଓ ମୁଁ ପ୍ରତ୍ୟୁଷରେ ଉଠି ତାହା ତୁମ୍ଭମାନଙ୍କୁ କହିଅଛି, ମାତ୍ର ତାହା ତୁମ୍ଭେମାନେ ଶୁଣି ନାହଁ।
Kwa miaka ishirini na mitatu, kuanzia mwaka wa kumi na tatu wa utawala wa Yosia mwana wa Amoni mfalme wa Yuda, hadi siku hii ya leo, neno la Bwana limekuwa likinijia, nami nimesema nanyi mara kwa mara, lakini hamkusikiliza.
4 ଆଉ, ସଦାପ୍ରଭୁ ପ୍ରତ୍ୟୁଷରେ ଉଠି ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି, ମାତ୍ର ତୁମ୍ଭେମାନେ ଶୁଣି ନାହଁ, କିଅବା ଶୁଣିବା ପାଇଁ କର୍ଣ୍ଣପାତ କରି ନାହଁ।
Ingawa Bwana amewatuma watumishi wake wote hao manabii kwenu mara kwa mara, hamkusikiliza wala hamkujali.
5 ମୁଁ କହିଅଛି, ‘ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା କୁପଥରୁ ଓ ଆପଣା ଆପଣା ଆଚରଣର ଦୁଷ୍ଟତାରୁ ଫେର, ତହିଁରେ ସଦାପ୍ରଭୁ ପୁରାତନ କାଳରୁ ସଦାକାଳ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁ ମଧ୍ୟରେ ତୁମ୍ଭେମାନେ ବାସ କରିବ;
Walisema, “Geukeni sasa, kila mmoja wenu kutoka njia yake mbaya na matendo yake maovu, ndipo mtaweza kukaa katika nchi ambayo Bwana aliwapa ninyi na baba zenu milele.
6 ଆଉ, ଅନ୍ୟ ଦେବଗଣର ସେବା ଓ ସେମାନଙ୍କୁ ପ୍ରଣାମ କରିବା ନିମନ୍ତେ ସେମାନଙ୍କ ପଶ୍ଚାଦ୍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ହସ୍ତକୃତ କର୍ମ ଦ୍ୱାରା ମୋତେ ବିରକ୍ତ କର ନାହିଁ ଓ ତହିଁରେ ମୁଁ ତୁମ୍ଭମାନଙ୍କର କୌଣସି ଅମଙ୍ଗଳ କରିବି ନାହିଁ।’
Msiifuate miungu mingine ili kuitumikia na kuiabudu. Msinikasirishe kwa vitu ambavyo mmevitengeneza kwa mikono yenu.”
7 ତଥାପି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ କଥାରେ ଅବଧାନ କରି ନାହଁ ଓ ଆପଣାମାନଙ୍କ ଅମଙ୍ଗଳ ନିମନ୍ତେ ନିଜ ହସ୍ତକୃତ କର୍ମ ଦ୍ୱାରା ଆମ୍ଭଙ୍କୁ ବିରକ୍ତ କରିଅଛ।
“Lakini ninyi hamkunisikiliza mimi, tena mkanikasirisha kwa vitu mlivyovitengeneza kwa mikono yenu, nanyi mmejiletea madhara juu yenu wenyewe,” asema Bwana.
8 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭର ବାକ୍ୟରେ ଅବଧାନ କରି ନାହଁ;
Kwa hiyo Bwana Mwenye Nguvu Zote asema hivi: “Kwa sababu hamkuyasikiliza maneno yangu,
9 ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।
nitayaita mataifa yote ya kaskazini na mtumishi wangu Nebukadneza mfalme wa Babeli,” asema Bwana. “Nitawaleta waishambulie nchi hii na wakazi wake wote, na dhidi ya mataifa yote yanayowazunguka. Nitawaangamiza kabisa na kuwafanya kitu cha kuchukiwa na kudharauliwa, na kuwa magofu daima.
10 ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରର ରବ ଓ କନ୍ୟାର ରବ, ଚକିର ଶବ୍ଦ ଓ ପ୍ରଦୀପର ଆଲୁଅ ଦୂର କରିବା।
Nitawaondolea sauti ya shangwe na furaha, sauti ya bibi na bwana arusi, sauti ya mawe ya kusagia, na mwanga wa taa.
11 ତହିଁରେ ଏହି ସମୁଦାୟ ଦେଶ ଉତ୍ସନ୍ନ ସ୍ଥାନ ଓ ବିସ୍ମୟର ବିଷୟ ହେବ ଓ ଏହିସବୁ ଗୋଷ୍ଠୀ ସତୁରି ବର୍ଷ ବାବିଲ ରାଜାର ଦାସତ୍ୱ କରିବେ।
Nchi hii yote itakuwa ukiwa na isiyofaa kitu, nayo mataifa haya yatamtumikia mfalme wa Babeli kwa miaka sabini.”
12 ପୁଣି, ସଦାପ୍ରଭୁ କହନ୍ତି, ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲେ ଆମ୍ଭେ ବାବିଲ ରାଜାକୁ ଓ ସେହି ଗୋଷ୍ଠୀକୁ ଓ କଲ୍ଦୀୟମାନଙ୍କ ଦେଶକୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ତାହା ସଦାକାଳ ଧ୍ୱଂସର ସ୍ଥାନ କରିବା।
“Lakini miaka sabini itakapotimia, nitamwadhibu mfalme wa Babeli na taifa lake na nchi ya Wakaldayo kwa ajili ya hatia yao,” asema Bwana. “Nitaifanya kuwa ukiwa milele.
13 ଆଉ, ଆମ୍ଭେ ସେହି ଦେଶ ବିରୁଦ୍ଧରେ ଯାହା ଯାହା କହିଅଛୁ, ଅର୍ଥାତ୍, ସକଳ ଗୋଷ୍ଠୀ ବିରୁଦ୍ଧରେ ଯିରିମୀୟଙ୍କ ଦ୍ୱାରା ପ୍ରଚାରିତ ଯେ ଯେ ଭବିଷ୍ୟଦ୍ବାକ୍ୟ ଏହି ପୁସ୍ତକରେ ଲିଖିତ ଅଛି, ଆମ୍ଭର ସେହି ସମସ୍ତ ବାକ୍ୟ ଆମ୍ଭେ ସେହି ଦେଶ ପ୍ରତି ସଫଳ କରିବା।
Nitaleta juu ya nchi hiyo mambo yote niliyosema dhidi yake, yote yaliyoandikwa katika kitabu hiki, na kutolewa unabii na Yeremia dhidi ya mataifa yote.
14 କାରଣ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ସେମାନଙ୍କୁ ହିଁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ, ଆଉ ଆମ୍ଭେ ସେମାନଙ୍କ କ୍ରିୟାନୁସାରେ ଓ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।”
Wao wenyewe watakuwa watumwa wa mataifa mengi na wafalme wakuu. Nitawalipizia sawasawa na matendo yao na kazi ya mikono yao.”
15 କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋତେ ଏହି କଥା କହନ୍ତି, “ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାରସର ପାତ୍ର ନେଇ, ଆମ୍ଭେ ତୁମ୍ଭକୁ ଯେଉଁ ସକଳ ଗୋଷ୍ଠୀ ନିକଟକୁ ପଠାଉ, ସେମାନଙ୍କୁ ତାହା ପାନ କରାଅ।
Hili ndilo Bwana, Mungu wa Israeli, aliloniambia: “Chukua kutoka mkononi mwangu kikombe hiki kilichojaa divai ya ghadhabu yangu, na kuyanywesha mataifa yote ambayo ninakutuma kwao.
16 ତହିଁରେ ସେମାନେ ତାହା ପାନ କରି ଏଣେତେଣେ ଟଳଟଳ ହେବେ, ପୁଣି ଆମ୍ଭେ ସେମାନଙ୍କ ମଧ୍ୟକୁ ଯେଉଁ ଖଡ୍ଗ ପଠାଇବା, ତହିଁ ସକାଶୁ ସେମାନେ ଉନ୍ମତ୍ତ ହେବେ।”
Watakapoinywa, watapepesuka na kukasirika sana kwa sababu ya upanga nitakaoupeleka katikati yao.”
17 ତହିଁରେ ମୁଁ ସଦାପ୍ରଭୁଙ୍କ ହସ୍ତରୁ ସେହି ପାତ୍ର ନେଇ, ସଦାପ୍ରଭୁ ମୋତେ ଯେଉଁ ଯେଉଁ ଗୋଷ୍ଠୀ ନିକଟକୁ ପଠାଇଲେ, ସେହି ସମସ୍ତଙ୍କୁ ତାହା ପାନ କରାଇଲି;
Hivyo nikakichukua kikombe kutoka mkononi mwa Bwana, na kuyafanya mataifa yote aliyonituma kwao kukinywa:
18 ଅର୍ଥାତ୍, ଆଜିର ତୁଲ୍ୟ ଉତ୍ସନ୍ନ ସ୍ଥାନ ଓ ବିସ୍ମୟର, ଆଉ ଶୀସ୍ ଶବ୍ଦର ଓ ଅଭିଶାପର ବିଷୟ ହେବା ନିମନ୍ତେ ଯିରୂଶାଲମକୁ, ଯିହୁଦାର ନଗରସମୂହକୁ, ଆଉ ତହିଁର ରାଜା ଓ ଅଧିପତିମାନଙ୍କୁ ପାନ କରାଇଲି।
Yaani Yerusalemu na miji ya Yuda, wafalme wake na maafisa wake, kuwafanya magofu na kuwa kitu cha kuchukiza, cha dhihaka na laana, kama walivyo leo;
19 ମିସରର ରାଜା ଫାରୋକୁ, ତାହାର ଦାସଗଣକୁ ଓ ଅଧିପତିଗଣକୁ ଓ ତାହାର ସମସ୍ତ ଲୋକଙ୍କୁ;
pia Farao mfalme wa Misri, watumishi wake, maafisa wake na watu wake wote,
20 ପୁଣି, ମିଶ୍ରିତ ଲୋକ ସମସ୍ତଙ୍କୁ ଓ ଊଷ ଦେଶସ୍ଥ ସମସ୍ତ ରାଜାଙ୍କୁ ଓ ପଲେଷ୍ଟୀୟ ଦେଶସ୍ଥ ସମସ୍ତ ରାଜାଙ୍କୁ ଆଉ ଅସ୍କିଲୋନ, ଘସା, ଇକ୍ରୋଣ ଓ ଅସ୍ଦୋଦର ଅବଶିଷ୍ଟାଂଶକୁ ପାନ କରାଇଲି;
pia wageni wote walioko huko; wafalme wote wa nchi ya Usi; wafalme wote wa Wafilisti (wale wa Ashkeloni, Gaza, Ekroni na watu walioachwa huko Ashdodi);
21 ଇଦୋମ, ମୋୟାବ ଓ ଅମ୍ମୋନର ସନ୍ତାନଗଣକୁ;
Edomu, Moabu na Amoni;
22 ପୁଣି, ସୋରର ସମସ୍ତ ରାଜାଙ୍କୁ ଓ ସୀଦୋନର ସମସ୍ତ ରାଜାଙ୍କୁ ଓ ସମୁଦ୍ରପାରସ୍ଥ ଦ୍ୱୀପର ସମସ୍ତ ରାଜାଙ୍କୁ;
wafalme wote wa Tiro na Sidoni; wafalme wa nchi za pwani ngʼambo ya bahari;
23 ଦଦାନ, ତେମା ଓ ବୂଷ୍, ଆପଣା ଆପଣା କେଶ କୋଣ ମୁଣ୍ଡନକାରୀ ସମସ୍ତ ଲୋକଙ୍କୁ;
Dedani, Tema, Buzi na wote walio maeneo ya mbali;
24 ପୁଣି, ଆରବୀୟ ସମସ୍ତ ରାଜାଙ୍କୁ ଓ ପ୍ରାନ୍ତରବାସୀ ମିଶ୍ରିତ ଗୋଷ୍ଠୀବର୍ଗର ସମସ୍ତ ରାଜାଙ୍କୁ;
wafalme wote wa Arabuni na wafalme wote wa watu wageni wanaoishi katika jangwa;
25 ଆଉ, ସିମ୍ରିର ସମସ୍ତ ରାଜାଙ୍କୁ, ଏଲମ୍ର ସମସ୍ତ ରାଜାଙ୍କୁ ଓ ମାଦୀୟମାନଙ୍କର ସମସ୍ତ ରାଜାଙ୍କୁ;
wafalme wote wa Zimri, Elamu na Umedi;
26 ପୁଣି, ଉତ୍ତର ଦିଗର ନିକଟସ୍ଥ ଓ ଦୂରସ୍ଥ ଯାବତୀୟ ରାଜାଙ୍କୁ, ପରସ୍ପରର ସହିତ ଓ ଭୂମଣ୍ଡଳର ଉପରିସ୍ଥ ଜଗତର ସମୁଦାୟ ରାଜ୍ୟକୁ ପାନ କରାଇଲି; ଆଉ, ସେମାନଙ୍କ ଉତ୍ତାରେ ଶେଶକର ରାଜା ପାନ କରିବ।
na wafalme wote wa pande za kaskazini, wa karibu na wa mbali, mmoja baada ya mwingine; yaani falme zote juu ya uso wa dunia. Baada ya hao wote, mfalme wa Sheshaki atakunywa pia.
27 ଆଉ, ତୁମ୍ଭେ ସେମାନଙ୍କୁ କହିବ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ତୁମ୍ଭେମାନେ ପାନ କରି ମତ୍ତ ହୁଅ ଓ ବାନ୍ତି କର, ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଯେଉଁ ଖଡ୍ଗ ପଠାଇବା, ତହିଁ ହେତୁ ପତିତ ହୋଇ ଆଉ ଉଠ ନାହିଁ।’
“Kisha uwaambie, ‘Hili ndilo Bwana Mwenye Nguvu Zote, Mungu wa Israeli, asemalo: Kunyweni, mlewe na mtapike; angukeni, wala msiinuke tena kwa sababu ya upanga nitakaotuma miongoni mwenu.’
28 ଆଉ, ସେମାନେ ତୁମ୍ଭ ହସ୍ତରୁ ପାତ୍ର ନେଇ ପାନ କରିବାକୁ ଯେବେ ଅସମ୍ମତ ହେବେ, ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ‘ସୈନ୍ୟାଧିପତି ସଦାପ୍ରଭୁ ଏହିରୂପେ କଥା କହନ୍ତି, ତୁମ୍ଭେମାନେ ଅବଶ୍ୟ ପାନ କରିବ।
Lakini kama wakikataa kupokea kikombe kutoka mikononi mwako na kunywa, waambie, ‘Hili ndilo asemalo Bwana Mwenye Nguvu Zote: Ni lazima mnywe!
29 କାରଣ ଦେଖ, ଆମ୍ଭେ ଆମ୍ଭ ନାମରେ ଖ୍ୟାତ ନଗର ପ୍ରତି ଅମଙ୍ଗଳ ଘଟାଇବାକୁ ଆରମ୍ଭ କରିଅଛୁ ଓ ତୁମ୍ଭେମାନେ କି ନିତାନ୍ତ ଅଦଣ୍ଡିତ ହେବ? ତୁମ୍ଭେମାନେ ଅଦଣ୍ଡିତ ହେବ ନାହିଁ, କାରଣ ଆମ୍ଭେ ପୃଥିବୀନିବାସୀ ସମସ୍ତଙ୍କ ଉପରେ ଖଡ୍ଗ ଆହ୍ୱାନ କରିବା,’ ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Tazama, nimeanza kuleta maafa juu ya mji ulio na Jina langu, na je, kweli ninyi mtaepuka kuadhibiwa? Hamwezi kuepuka kuadhibiwa, kwa maana nitaleta vita juu ya wote waishio duniani, asema Bwana Mwenye Nguvu Zote.’
30 ଏହେତୁ ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଏହିସବୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ‘ସଦାପ୍ରଭୁ ଊର୍ଦ୍ଧ୍ୱରୁ ହୁଙ୍କାର କରିବେ ଓ ଆପଣା ପବିତ୍ର ବାସସ୍ଥାନରୁ ଆପଣା ରବ ଶୁଣାଇବେ; ସେ ଆପଣା ଖୁଆଡ଼ ଉପରେ ମହାହୁଙ୍କାର କରିବେ; ସେ ଦ୍ରାକ୍ଷାମର୍ଦ୍ଦନକାରୀମାନଙ୍କ ପରି ପୃଥିବୀର ନିବାସୀ ସମୁଦାୟଙ୍କ ବିରୁଦ୍ଧରେ ସିଂହନାଦ କରିବେ।
“Basi sasa toa unabii kwa maneno haya yote dhidi yao, uwaambie: “‘Bwana atanguruma kutoka juu; atatoa sauti ya ngurumo kutoka makao yake matakatifu na kunguruma kwa nguvu sana dhidi ya nchi yake. Atapiga kelele kama wao wakanyagao zabibu, atapiga kelele dhidi ya wote waishio duniani.
31 ପୃଥିବୀର ସୀମା ପର୍ଯ୍ୟନ୍ତ ଗୋଟିଏ ଧ୍ୱନି ବ୍ୟାପିବ; କାରଣ ନାନା ଗୋଷ୍ଠୀୟମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି, ସେ ସବୁ ପ୍ରାଣୀର ବିଚାର କରିବେ; ପୁଣି, ଦୁଷ୍ଟମାନଙ୍କୁ ସେ ଖଡ୍ଗରେ ସମର୍ପଣ କରିବେ,’ ଏହା ସଦାପ୍ରଭୁ କହନ୍ତି।
Ghasia zitasikika hadi miisho ya dunia, kwa maana Bwana ataleta mashtaka dhidi ya mataifa; ataleta hukumu juu ya wanadamu wote na kuwaua waovu wote,’” asema Bwana.
32 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଦେଶକୁ ଦେଶ ଅମଙ୍ଗଳ ଘଟିବ ଓ ପୃଥିବୀର ପ୍ରାନ୍ତ ସୀମାରୁ ଏକ ମହାତୋଫାନ ଉଠିବ।
Hili ndilo Bwana Mwenye Nguvu Zote asemalo: “Tazama! Maafa yanaenea kutoka taifa moja hadi jingine; tufani kubwa inainuka kutoka miisho ya dunia.”
33 ପୁଣି, ସେସମୟରେ ସଦାପ୍ରଭୁଙ୍କର ହତ ଲୋକମାନେ, ପୃଥିବୀର ଆଦ୍ୟ ସୀମା ପର୍ଯ୍ୟନ୍ତ ଦେଖାଯିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, ସେମାନେ ସଂଗୃହୀତ କିଅବା କବରପ୍ରାପ୍ତ ହେବେ ନାହିଁ; ସେମାନେ ଭୂମି ଉପରେ ଖତ ପରି ପଡ଼ି ରହିବେ।
Wakati huo, hao waliouawa na Bwana watatapakaa kila mahali, kuanzia mwisho mmoja wa dunia hadi mwisho mwingine. Hawataombolezewa wala kukusanywa au kuzikwa, lakini watakuwa kama mavi yaliyoenea juu ya ardhi.
34 ହେ ମେଷପାଳକଗଣ, ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର; ହେ ମେଷଗଣର ଅଗ୍ରଗଣ୍ୟମାନେ, ତୁମ୍ଭେମାନେ ଭସ୍ମରେ ଗଡ଼; କାରଣ ତୁମ୍ଭମାନଙ୍କର ହତ୍ୟା ସମୟ ସମ୍ପୂର୍ଣ୍ଣ ରୂପେ ଉପସ୍ଥିତ ହେଲା, ଆଉ ଆମ୍ଭେ ତୁମ୍ଭମାନଙ୍କୁ ଖଣ୍ଡ ଖଣ୍ଡ କରି ଭାଙ୍ଗିବା ଓ ତୁମ୍ଭେମାନେ ମନୋହର ପାତ୍ର ତୁଲ୍ୟ ପଡ଼ିଯିବ।
Lieni na kuomboleza, enyi wachungaji, mgaagae mavumbini, ninyi viongozi wa kundi. Kwa maana wakati wenu wa kuchinjwa umewadia; mtaanguka na kuvunjavunjwa kama vyombo vizuri vya udongo.
35 ପୁଣି, ମେଷପାଳକମାନେ ପଳାଇବାର ବାଟ ପାଇବେ ନାହିଁ ଓ ପଲର ଅଗ୍ରଗଣ୍ୟମାନେ ରକ୍ଷା ପାଇବେ ନାହିଁ।
Wachungaji hawatakuwa na mahali pa kukimbilia, viongozi wa kundi hawatapata mahali pa kutorokea.
36 ମେଷପାଳକମାନଙ୍କର କ୍ରନ୍ଦନର ଶବ୍ଦ ଓ ମେଷର ଅଗ୍ରଗଣ୍ୟମାନଙ୍କର ହାହାକାର ଶବ୍ଦ ଶୁଣାଯାଏ। କାରଣ ସଦାପ୍ରଭୁ ସେମାନଙ୍କର ଚରାସ୍ଥାନ ଉଜାଡ଼ କରୁଅଛନ୍ତି।
Sikia kilio cha wachungaji, maombolezo ya viongozi wa kundi, kwa maana Bwana anayaharibu malisho yao.
37 ଆଉ, ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ସକାଶୁ ଶାନ୍ତିଯୁକ୍ତ ଖୁଆଡ଼ସବୁ ନିଃଶବ୍ଦ ହେଉଅଛି।
Makao yao ya amani yataharibiwa kwa sababu ya hasira kali ya Bwana.
38 ସେ ସିଂହ ତୁଲ୍ୟ ଆପଣା ଗହ୍ୱର ତ୍ୟାଗ କରିଅଛନ୍ତି; ତାହାଙ୍କର ଉତ୍ପୀଡ଼କ ଖଡ୍ଗର ଭୟଙ୍କରତା ସକାଶୁ ଓ ତାହାଙ୍କର ପ୍ରଚଣ୍ଡ କ୍ରୋଧ ସକାଶୁ ଦେଶ ବିସ୍ମୟ ସ୍ଥାନ ହୋଇଅଛି।”
Kama simba ataacha pango lake, nchi yao itakuwa ukiwa kwa sababu ya upanga wa mdhalimu, na kwa sababu ya hasira kali ya Bwana Mungu.