< ଯିରିମୀୟ 26 >

1 ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ର ରାଜତ୍ଵର ଆରମ୍ଭରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା,
Au commencement du règne de Joakim, fils de Josias, roi de Juda, cette parole fut adressée à Jérémie de la part de Yahweh:
2 “ଯଥା, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ଠିଆ ହୁଅ ଓ ସଦାପ୍ରଭୁଙ୍କ ଗୃହରେ ପ୍ରମାଣ କରିବା ପାଇଁ ଯିହୁଦାର ନଗରସମୂହରୁ ଆଗତ ଲୋକମାନଙ୍କୁ ଯେଉଁ ସକଳ କଥା କହିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହାସବୁ ସେମାନଙ୍କୁ କୁହ; ଗୋଟିଏ କଥା ଛାଡ଼ ନାହିଁ।
Ainsi parle Yahweh: Tiens-toi dans le parvis de la maison de Yahweh, et dis à ceux de toutes les villes de Juda qui viennent adorer dans la maison de Yahweh, toutes les paroles que je t'ai commandé de leur dire; n'en retranche pas un mot.
3 ହୋଇପାରେ, ସେମାନେ ମନୋଯୋଗ କରି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ ସେମାନଙ୍କ ଆଚରଣର ଦୁଷ୍ଟତା ହେତୁ ଆମ୍ଭେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନସ୍ଥ କରିଅଛୁ, ତହିଁରୁ ନିବୃତ୍ତ ହେବା।
Peut-être écouteront-ils et reviendront-ils chacun de leur mauvaise voie; alors je me repentirai du mal que j'ai dessein de leur faire à cause de la méchanceté de leurs actions.
4 ପୁଣି, ତୁମ୍ଭେ ସେମାନଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯଦି ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭର ସ୍ଥାପିତ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ,
Tu leur diras: Ainsi parle Yahweh: Si vous ne m’obéissez pas, en suivant la loi que j’ai mise devant vous,
5 ଆମ୍ଭର ଯେଉଁ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଆମ୍ଭେ ଅତି ପ୍ରଭାତରେ ଉଠି ତୁମ୍ଭମାନଙ୍କ ନିକଟକୁ ପଠାଇ ଆସିଅଛୁ, ମାତ୍ର ତୁମ୍ଭେମାନେ ମନୋଯୋଗ କରି ନାହଁ, ସେମାନଙ୍କ ବାକ୍ୟରେ ଯଦି ତୁମ୍ଭେମାନେ ମନୋଯୋଗ ନ କରିବ;
en écoutant les paroles de mes serviteurs les prophètes, que j'envoie vers vous, que j'ai envoyés dès le matin, et que vous n'avez pas écoutés,
6 ତେବେ ଆମ୍ଭେ ଏହି ଗୃହକୁ ଶୀଲୋର ସମାନ କରିବା ଓ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପାସ୍ପଦ କରିବା।’”
je traiterai cette maison comme Silo, et je ferai de cette ville un objet de malédiction pour toutes les nations de la terre.
7 ପୁଣି, ଯିରିମୀୟ ସଦାପ୍ରଭୁଙ୍କ ଗୃହରେ ଏହିସବୁ କଥା କହିବାର ଯାଜକମାନେ ଓ ଭବିଷ୍ୟଦ୍‍ବକ୍ତାମାନେ ଓ ଲୋକ ସମସ୍ତେ ଶୁଣିଲେ।
Les prêtres, les prophètes et tout le peuple entendirent Jérémie prononcer ces paroles dans la maison de Yahweh.
8 ଆଉ, ଯିରିମୀୟ ସମସ୍ତ ଲୋକଙ୍କ ନିକଟରେ ସଦାପ୍ରଭୁଙ୍କର ଆଜ୍ଞାପିତ ସକଳ କଥା କହିବାର ସମାପ୍ତ କଲା ଉତ୍ତାରେ, ଯାଜକ, ଭବିଷ୍ୟଦ୍‍ବକ୍ତାମାନେ ଓ ଲୋକ ସମସ୍ତେ ତାଙ୍କୁ ଧରି କହିଲେ, “ତୁମ୍ଭେ ନିଶ୍ଚୟ ମରିବ।
Et quand Jérémie eut achevé de dire tout ce que Yahweh lui avait commandé de dire à tout le peuple, les prêtres, les prophètes et tout le peuple se saisirent de lui, en disant: " Tu mourras!
9 ‘ଏହି ଗୃହ ଶୀଲୋ ସମାନ ଓ ଏହି ନଗର ଉଚ୍ଛିନ୍ନ ଓ ନିବାସୀବିହୀନ ହେବ ବୋଲି ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲ?’” ଆଉ, ସଦାପ୍ରଭୁଙ୍କ ଗୃହରେ ସମସ୍ତ ଲୋକ ଯିରିମୀୟଙ୍କ ନିକଟରେ ଏକତ୍ରିତ ହେଲେ।
Pourquoi prophétises-tu au nom de Yahweh en disant: Cette maison sera comme Silo, et cette ville sera dévastée et sans habitants? " Et tout le peuple se rassembla autour de Jérémie dans la maison de Yahweh.
10 ଏଥିଉତ୍ତାରେ ଯିହୁଦାର ଅଧିପତିମାନେ ଏହିସବୁ ବିଷୟ ଶୁଣି ରାଜଗୃହରୁ ସଦାପ୍ରଭୁଙ୍କ ଗୃହକୁ ଆସିଲେ ଓ ସଦାପ୍ରଭୁଙ୍କ ଗୃହର ନୂତନ ଦ୍ୱାରର ପ୍ରବେଶ ସ୍ଥାନରେ ବସିଲେ।
Les princes de Juda, ayant appris ces choses, montèrent de la maison du roi à la maison de Yahweh, et s'assirent à l'entrée de la porte Neuve de la maison de Yahweh.
11 ତହିଁରେ ଯାଜକମାନେ ଓ ଭବିଷ୍ୟଦ୍‍ବକ୍ତାମାନେ, ଅଧିପତିମାନଙ୍କୁ ଓ ଲୋକ ସମସ୍ତଙ୍କୁ ଏହି କଥା କହିଲେ, “ଏହି ମନୁଷ୍ୟ ପ୍ରାଣଦଣ୍ଡର ଯୋଗ୍ୟ; କାରଣ ସେ ଏହି ନଗର ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଅଛି, ଏହା ତୁମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛ।”
Alors les prêtres et les prophètes dirent aux princes et à tout le peuple: Cet homme mérite la mort, car il a prophétisé contre cette ville, comme vous l'avez entendu de vos oreilles.
12 ତହୁଁ ଯିରିମୀୟ ସକଳ ଅଧିପତି ଓ ସକଳ ଲୋକଙ୍କୁ ଏହି କଥା କହିଲେ, “ତୁମ୍ଭେମାନେ ଯେସବୁ କଥା ଶୁଣିଅଛ, ସେହି ସମସ୍ତ ଭବିଷ୍ୟଦ୍‍ବାକ୍ୟ ଏହି ଗୃହ ଓ ଏହି ନଗର ବିରୁଦ୍ଧରେ ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ପ୍ରେରଣ କଲେ।
Et Jérémie parla à tous les princes et à tout le peuple en disant: " C'est Yahweh qui m'a envoyé prophétiser, contre cette maison et contre cette ville, toutes les choses que vous avez entendues.
13 ଏହେତୁ ଏବେ ତୁମ୍ଭେମାନେ ଆପଣା ଆପଣା ଆଚରଣ ଓ କ୍ରିୟା ଶୁଧୁରାଅ, ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ବାକ୍ୟ ମାନ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛନ୍ତି, ତାହା କରିବାରୁ କ୍ଷାନ୍ତ ହେବେ।
Maintenant, améliorez vos voies et vos œuvres, et écoutez la voix de Yahweh, votre Dieu, et Yahweh se repentira du mal qu'il a prononcé contre vous.
14 ମାତ୍ର ଦେଖ, ମୁଁ ତୁମ୍ଭମାନଙ୍କ ହସ୍ତରେ ଅଛି: ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ତାହା ମୋʼ ପ୍ରତି କର।
Pour moi, me voici entre vos mains; faites de moi selon qu'il paraîtra bon et juste à vos yeux.
15 କେବଳ ଏହା ନିଶ୍ଚିତ ରୂପେ ଜାଣ ଯେ, ତୁମ୍ଭେମାନେ ମୋତେ ବଧ କଲେ ଆପଣାମାନଙ୍କ ଉପରେ, ଏହି ନଗର ଉପରେ ଓ ତନ୍ନିବାସୀମାନଙ୍କ ଉପରେ ନିର୍ଦ୍ଦୋଷର ରକ୍ତପାତର ଅପରାଧ ବର୍ତ୍ତାଇବ; କାରଣ ଏହି ସମସ୍ତ କଥା ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ କହିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ସତ୍ୟ।”
Seulement sachez que si vous me faites mourir, c'est du sang innocent que vous mettrez sur vous, sur cette ville et ses habitants; car en vérité Yahweh m'a envoyé vers vous pour faire entendre à vos oreilles toutes ces paroles. "
16 ତହିଁରେ ଅଧିପତିମାନେ ଓ ଲୋକ ସମସ୍ତେ ଯାଜକମାନଙ୍କୁ ଓ ଭବିଷ୍ୟଦ୍‍ବକ୍ତାଗଣଙ୍କୁ କହିଲେ, “ଏହି ମନୁଷ୍ୟ ପ୍ରାଣଦଣ୍ଡର ଯୋଗ୍ୟ ନୁହେଁ; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ସେ ଆମ୍ଭମାନଙ୍କୁ କଥା କହିଅଛି।”
Alors les princes et tout le peuple dirent aux prêtres et aux prophètes: " Cet homme ne mérite pas la mort, car c'est au nom de Yahweh, notre Dieu, qu'il nous a parlé. "
17 ସେତେବେଳେ ଦେଶର ପ୍ରାଚୀନବର୍ଗଙ୍କ ମଧ୍ୟରୁ କେହି କେହି ଉଠି ଲୋକମାନଙ୍କ ସମସ୍ତ ସମାଜକୁ ଏହି କଥା କହିଲେ,
Et quelques-uns des anciens du pays, s'étant levés, dirent à toute l'assemblée du peuple:
18 “ଯିହୁଦାର ରାଜା ହିଜକୀୟର ସମୟରେ ମୋରେଷ୍ଟୀୟ ମୀଖା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା; ଆଉ, ସେ ଯିହୁଦାର ସମସ୍ତ ଲୋକଙ୍କୁ ଏହି କଥା କହିଲା, ‘ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ସିୟୋନ କ୍ଷେତ୍ର ତୁଲ୍ୟ ଚଷା ଯିବ ଓ ଯିରୂଶାଲମ ଢିପି ହେବ, ପୁଣି ଯେଉଁ ପର୍ବତରେ ମନ୍ଦିର ଅଛି, ତାହା ବନସ୍ଥ ଉଚ୍ଚସ୍ଥଳୀର ସମାନ ହେବ।’
" Michée de Moréscheth prophétisait aux jours d'Ezéchias, roi de Juda, et il parla ainsi à tout le peuple de Juda en ces termes: Ainsi parle Yahweh des armées: Sion sera labourée comme un champ; Jérusalem deviendra un monceau de ruines, et la montagne du Temple une colline boisée.
19 ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କʼଣ ତାହାଙ୍କୁ କୌଣସିମତେ ବଧ କରିଥିଲେ? ହିଜକୀୟ କʼଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କʼଣ କ୍ଷାନ୍ତ ନୋହିଲେ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ।”
Ezéchias, roi de Juda, et tout Juda l'ont-ils donc fait mourir? N'ont-ils pas plutôt craint Yahweh? N'ont-t-ils pas imploré Yahweh? Et Yahweh s'est repenti de ce qu'il avait prononcé contre eux. Et nous, nous commettrions un grand crime au préjudice de nos âmes!... "
20 ଆହୁରି, ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାରକାରୀ ଅନ୍ୟ ଏକ ବ୍ୟକ୍ତି ଥିଲା, ସେ କିରୀୟଥ୍‍-ଯିୟାରୀମସ୍ଥ ଶମୟୀୟର ପୁତ୍ର ଊରୀୟ; ସେ ଯିରିମୀୟର ସମସ୍ତ ବାକ୍ୟ ପରି ଏହି ନଗର ଓ ଏହି ଦେଶ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଥିଲେ।
Il y eut aussi un homme qui prophétisait au nom de Yahweh, Urie, fils de Séméï, de Cariathiarim; il prophétisa contre cette ville et contre ce pays exactement les mêmes choses que Jérémie.
21 ତହିଁରେ ଯିହୋୟାକୀମ୍‍ ରାଜା, ଆପଣା ବୀରମାନଙ୍କ ଓ ସମସ୍ତ ଅଧିପତିମାନଙ୍କ ସହିତ ସେହି କଥା ଶୁଣନ୍ତେ, ରାଜା ତାହାକୁ ବଧ କରିବାକୁ ଚେଷ୍ଟା କଲା; ମାତ୍ର ଊରୀୟ ଏହା ଶୁଣି ଭୀତ ହୋଇ ମିସରକୁ ପଳାଇଗଲା।
Le roi Joakim, tous ses hommes vaillants et tous ses princes entendirent ses paroles, et le roi chercha à le faire mourir. Urie en fut informé, il eut peur et s’enfuit en Egypte.
22 ତହିଁରେ ଯିହୋୟାକୀମ୍‍ ରାଜା ମିସରକୁ ଲୋକ ପଠାଇଲା, ଅର୍ଥାତ୍‍, ଅକ୍‍ବୋରର ପୁତ୍ର ଇଲ୍‍ନାଥନ୍‍କୁ ଓ ତାହା ସଙ୍ଗେ ଅନ୍ୟ କେତେକ ଲୋକଙ୍କୁ ମିସରକୁ ପଠାଇଲା;
Mais le roi Joakim envoya des hommes en Egypte, Elnathan, fils d'Achobor, et des hommes avec lui, en Egypte.
23 ତହୁଁ ସେମାନେ ଊରୀୟକୁ ମିସରରୁ ଆଣି ଯିହୋୟାକୀମ୍‍ ରାଜା ନିକଟରେ ଉପସ୍ଥିତ କରାଇଲେ; ରାଜା ତାହାକୁ ଖଡ୍ଗରେ ବଧ କରି, ସାମାନ୍ୟ ଲୋକମାନଙ୍କର କବର ସ୍ଥାନରେ ତାହାର ଶବ ପକାଇଦେଲା।
Ils firent sortir Urie d’Egypte et l’emmenèrent au roi Joakim, qui le fit périr par l’épée et jeta son cadavre dans les sépulcres du commun peuple.
24 ମାତ୍ର ଶାଫନ୍‍ର ପୁତ୍ର ଅହୀକାମ ଯିରିମୀୟଙ୍କ ସପକ୍ଷ ଥିବାରୁ ହତ ହେବା ନିମନ୍ତେ ଯିରିମୀୟ ଲୋକମାନଙ୍କ ହସ୍ତରେ ସମର୍ପିତ ହେଲେ ନାହିଁ।
Or la main d’Ahicam, fils de Saphan, soutint Jérémie, en sorte qu’on ne le livra pas au peuple pour être mis à mort.

< ଯିରିମୀୟ 26 >