< ଯିରିମୀୟ 26 >
1 ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ରାଜତ୍ଵର ଆରମ୍ଭରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା,
На поча́тку царюва́ння Єгоякима, сина Йосіїного, царя Юдиного, було оце слово від Господа, ка́жучи:
2 “ଯଥା, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ଠିଆ ହୁଅ ଓ ସଦାପ୍ରଭୁଙ୍କ ଗୃହରେ ପ୍ରମାଣ କରିବା ପାଇଁ ଯିହୁଦାର ନଗରସମୂହରୁ ଆଗତ ଲୋକମାନଙ୍କୁ ଯେଉଁ ସକଳ କଥା କହିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହାସବୁ ସେମାନଙ୍କୁ କୁହ; ଗୋଟିଏ କଥା ଛାଡ଼ ନାହିଁ।
„Так говорить Господь: Стань на подві́р'ї Господнього дому, і будеш говорити всім Юдиним містам, що прихо́дять на поклі́н до Господнього дому, усі ті слова, що Я наказав був тобі, щоб до них говорити, — не вбав ані сло́ва.
3 ହୋଇପାରେ, ସେମାନେ ମନୋଯୋଗ କରି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ ସେମାନଙ୍କ ଆଚରଣର ଦୁଷ୍ଟତା ହେତୁ ଆମ୍ଭେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନସ୍ଥ କରିଅଛୁ, ତହିଁରୁ ନିବୃତ୍ତ ହେବା।
Може почують вони, і ве́рнуться кожен зо своєї злої дороги, й Я пожалую щодо зла, яке ду́маю вчинити їм через злі їхні вчи́нки!
4 ପୁଣି, ତୁମ୍ଭେ ସେମାନଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯଦି ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭର ସ୍ଥାପିତ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ,
І скажеш до них: Так говорить Господь: Якщо ви не бу́дете прислу́хуватися до Мене, щоб ходити за Зако́ном Моїм, якого Я дав вам,
5 ଆମ୍ଭର ଯେଉଁ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ଆମ୍ଭେ ଅତି ପ୍ରଭାତରେ ଉଠି ତୁମ୍ଭମାନଙ୍କ ନିକଟକୁ ପଠାଇ ଆସିଅଛୁ, ମାତ୍ର ତୁମ୍ଭେମାନେ ମନୋଯୋଗ କରି ନାହଁ, ସେମାନଙ୍କ ବାକ୍ୟରେ ଯଦି ତୁମ୍ଭେମାନେ ମନୋଯୋଗ ନ କରିବ;
щоб прислу́хуватися до слів Моїх рабів пророків, яких Я посилаю до вас рано та пізно, та не слу́хали ви,
6 ତେବେ ଆମ୍ଭେ ଏହି ଗୃହକୁ ଶୀଲୋର ସମାନ କରିବା ଓ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପାସ୍ପଦ କରିବା।’”
то вчиню́ з оцим домом, як з Шіло́, а місто це дам на прокля́ття для всіх наро́дів землі“.
7 ପୁଣି, ଯିରିମୀୟ ସଦାପ୍ରଭୁଙ୍କ ଗୃହରେ ଏହିସବୁ କଥା କହିବାର ଯାଜକମାନେ ଓ ଭବିଷ୍ୟଦ୍ବକ୍ତାମାନେ ଓ ଲୋକ ସମସ୍ତେ ଶୁଣିଲେ।
І чули священики, і пророки, і ввесь наро́д Єремію, що говорив ці слова в Господньому домі.
8 ଆଉ, ଯିରିମୀୟ ସମସ୍ତ ଲୋକଙ୍କ ନିକଟରେ ସଦାପ୍ରଭୁଙ୍କର ଆଜ୍ଞାପିତ ସକଳ କଥା କହିବାର ସମାପ୍ତ କଲା ଉତ୍ତାରେ, ଯାଜକ, ଭବିଷ୍ୟଦ୍ବକ୍ତାମାନେ ଓ ଲୋକ ସମସ୍ତେ ତାଙ୍କୁ ଧରି କହିଲେ, “ତୁମ୍ଭେ ନିଶ୍ଚୟ ମରିବ।
І сталося, як Єремія закінчи́в говорити все, що наказав був Господь сказати до всього наро́ду, то схопи́ли його священики, і пророки, і ввесь наро́д, говорячи: „Ти конче помреш!
9 ‘ଏହି ଗୃହ ଶୀଲୋ ସମାନ ଓ ଏହି ନଗର ଉଚ୍ଛିନ୍ନ ଓ ନିବାସୀବିହୀନ ହେବ ବୋଲି ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲ?’” ଆଉ, ସଦାପ୍ରଭୁଙ୍କ ଗୃହରେ ସମସ୍ତ ଲୋକ ଯିରିମୀୟଙ୍କ ନିକଟରେ ଏକତ୍ରିତ ହେଲେ।
На́що пророкував ти Господнім Ім'я́м, кажучи: Як Шіло́, буде дім цей, а місто це буде зруйно́ване, так що не буде в ньому ме́шканця?“І зібрався ввесь народ проти Єремії в Господньому домі.
10 ଏଥିଉତ୍ତାରେ ଯିହୁଦାର ଅଧିପତିମାନେ ଏହିସବୁ ବିଷୟ ଶୁଣି ରାଜଗୃହରୁ ସଦାପ୍ରଭୁଙ୍କ ଗୃହକୁ ଆସିଲେ ଓ ସଦାପ୍ରଭୁଙ୍କ ଗୃହର ନୂତନ ଦ୍ୱାରର ପ୍ରବେଶ ସ୍ଥାନରେ ବସିଲେ।
І почули ці слова Юдині князі, і відійшли з царсько́го дому до дому Господнього, і сіли при вході до ново́ї Господньої брами.
11 ତହିଁରେ ଯାଜକମାନେ ଓ ଭବିଷ୍ୟଦ୍ବକ୍ତାମାନେ, ଅଧିପତିମାନଙ୍କୁ ଓ ଲୋକ ସମସ୍ତଙ୍କୁ ଏହି କଥା କହିଲେ, “ଏହି ମନୁଷ୍ୟ ପ୍ରାଣଦଣ୍ଡର ଯୋଗ୍ୟ; କାରଣ ସେ ଏହି ନଗର ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛି, ଏହା ତୁମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛ।”
І сказали священики та пророки до князі́в та до всього народу, говорячи: „Присуд смерти цьому́ чоловікові, бо він пророкував проти цього міста, як ви чули своїми ву́хами!“
12 ତହୁଁ ଯିରିମୀୟ ସକଳ ଅଧିପତି ଓ ସକଳ ଲୋକଙ୍କୁ ଏହି କଥା କହିଲେ, “ତୁମ୍ଭେମାନେ ଯେସବୁ କଥା ଶୁଣିଅଛ, ସେହି ସମସ୍ତ ଭବିଷ୍ୟଦ୍ବାକ୍ୟ ଏହି ଗୃହ ଓ ଏହି ନଗର ବିରୁଦ୍ଧରେ ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ପ୍ରେରଣ କଲେ।
І сказав Єремія до всіх князі́в і до всього наро́ду, говорячи: „Господь послав мене пророкувати проти цього дому, і проти цього міста всі ті слова́, що ви чули.
13 ଏହେତୁ ଏବେ ତୁମ୍ଭେମାନେ ଆପଣା ଆପଣା ଆଚରଣ ଓ କ୍ରିୟା ଶୁଧୁରାଅ, ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ବାକ୍ୟ ମାନ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛନ୍ତି, ତାହା କରିବାରୁ କ୍ଷାନ୍ତ ହେବେ।
А тепер поліпші́ть ваші доро́ги та ваші чи́ни, і слухайтеся голосу Господа, вашого Бога, то пожалує Господь щодо зла, яке говорив був на вас.
14 ମାତ୍ର ଦେଖ, ମୁଁ ତୁମ୍ଭମାନଙ୍କ ହସ୍ତରେ ଅଛି: ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ତାହା ମୋʼ ପ୍ରତି କର।
А я — ось я в вашій руці: робіть мені як добре, і як правдиве в ваших оча́х!
15 କେବଳ ଏହା ନିଶ୍ଚିତ ରୂପେ ଜାଣ ଯେ, ତୁମ୍ଭେମାନେ ମୋତେ ବଧ କଲେ ଆପଣାମାନଙ୍କ ଉପରେ, ଏହି ନଗର ଉପରେ ଓ ତନ୍ନିବାସୀମାନଙ୍କ ଉପରେ ନିର୍ଦ୍ଦୋଷର ରକ୍ତପାତର ଅପରାଧ ବର୍ତ୍ତାଇବ; କାରଣ ଏହି ସମସ୍ତ କଥା ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ କହିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ସତ୍ୟ।”
Тільки справді пізна́єте ви, якщо ви вб'єте мене, що ви невинну кров спрова́дите на себе й на це місто та на ме́шканців його, бо Господь справді послав мене до вас говорити в ваші ву́ха всі ці слова́.“
16 ତହିଁରେ ଅଧିପତିମାନେ ଓ ଲୋକ ସମସ୍ତେ ଯାଜକମାନଙ୍କୁ ଓ ଭବିଷ୍ୟଦ୍ବକ୍ତାଗଣଙ୍କୁ କହିଲେ, “ଏହି ମନୁଷ୍ୟ ପ୍ରାଣଦଣ୍ଡର ଯୋଗ୍ୟ ନୁହେଁ; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ସେ ଆମ୍ଭମାନଙ୍କୁ କଥା କହିଅଛି।”
І сказали князі та ввесь наро́д до священиків та до пророків: „Цей чоловік не підлягає присуду смерти, бо він говорив до нас Ім'я́м Господа, нашого Бога!“
17 ସେତେବେଳେ ଦେଶର ପ୍ରାଚୀନବର୍ଗଙ୍କ ମଧ୍ୟରୁ କେହି କେହି ଉଠି ଲୋକମାନଙ୍କ ସମସ୍ତ ସମାଜକୁ ଏହି କଥା କହିଲେ,
І встали люди зо старши́х кра́ю, і сказали до всього збору наро́ду, гово́рячи:
18 “ଯିହୁଦାର ରାଜା ହିଜକୀୟର ସମୟରେ ମୋରେଷ୍ଟୀୟ ମୀଖା ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା; ଆଉ, ସେ ଯିହୁଦାର ସମସ୍ତ ଲୋକଙ୍କୁ ଏହି କଥା କହିଲା, ‘ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ସିୟୋନ କ୍ଷେତ୍ର ତୁଲ୍ୟ ଚଷା ଯିବ ଓ ଯିରୂଶାଲମ ଢିପି ହେବ, ପୁଣି ଯେଉଁ ପର୍ବତରେ ମନ୍ଦିର ଅଛି, ତାହା ବନସ୍ଥ ଉଚ୍ଚସ୍ଥଳୀର ସମାନ ହେବ।’
„Міхей з Мораші пророкував за днів Єзекії, царя Юдиного, і сказав до всьо́го юдейського наро́ду, говорячи: Так говорить Господь Саваот: Сіон, як те поле, зао́раний буде, а Єрусалим за румо́вища стане, а гора цього храму — підгі́рками лісу.
19 ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କʼଣ ତାହାଙ୍କୁ କୌଣସିମତେ ବଧ କରିଥିଲେ? ହିଜକୀୟ କʼଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କʼଣ କ୍ଷାନ୍ତ ନୋହିଲେ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ।”
Чи справді забив його Єзекія, цар Юдин, та ввесь Юда? Чи ж він не побоявся Господа, і не зла́годив Господнього лиця? І Господь пожалував щодо того зла, яке говорив був на них. А ми вчинимо таке велике зло на свої душі?
20 ଆହୁରି, ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାରକାରୀ ଅନ୍ୟ ଏକ ବ୍ୟକ୍ତି ଥିଲା, ସେ କିରୀୟଥ୍-ଯିୟାରୀମସ୍ଥ ଶମୟୀୟର ପୁତ୍ର ଊରୀୟ; ସେ ଯିରିମୀୟର ସମସ୍ତ ବାକ୍ୟ ପରି ଏହି ନଗର ଓ ଏହି ଦେଶ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଥିଲେ।
І також пророкував був Господнім Ім'я́м один чоловік, Урі́йя, син Шемаї, з Кір'ят-Єаріму, і пророкував проти цього міста та проти цього кра́ю всі ті слова́, як Єремія.
21 ତହିଁରେ ଯିହୋୟାକୀମ୍ ରାଜା, ଆପଣା ବୀରମାନଙ୍କ ଓ ସମସ୍ତ ଅଧିପତିମାନଙ୍କ ସହିତ ସେହି କଥା ଶୁଣନ୍ତେ, ରାଜା ତାହାକୁ ବଧ କରିବାକୁ ଚେଷ୍ଟା କଲା; ମାତ୍ର ଊରୀୟ ଏହା ଶୁଣି ଭୀତ ହୋଇ ମିସରକୁ ପଳାଇଗଲା।
І почув був слова́ його цар Єгояким, і всі ли́царі його та всі князі́; і шукав цар способу забити його. І почув це Урійя, і злякався, й утік, і прийшов до Єгипту.
22 ତହିଁରେ ଯିହୋୟାକୀମ୍ ରାଜା ମିସରକୁ ଲୋକ ପଠାଇଲା, ଅର୍ଥାତ୍, ଅକ୍ବୋରର ପୁତ୍ର ଇଲ୍ନାଥନ୍କୁ ଓ ତାହା ସଙ୍ଗେ ଅନ୍ୟ କେତେକ ଲୋକଙ୍କୁ ମିସରକୁ ପଠାଇଲା;
I послав цар Єгояким людей до Єгипту, — Елнатана, Ахборового сина, і людей з ним до Єгипту.
23 ତହୁଁ ସେମାନେ ଊରୀୟକୁ ମିସରରୁ ଆଣି ଯିହୋୟାକୀମ୍ ରାଜା ନିକଟରେ ଉପସ୍ଥିତ କରାଇଲେ; ରାଜା ତାହାକୁ ଖଡ୍ଗରେ ବଧ କରି, ସାମାନ୍ୟ ଲୋକମାନଙ୍କର କବର ସ୍ଥାନରେ ତାହାର ଶବ ପକାଇଦେଲା।
І вони ви́вели Урійю з Єгипту, і привели́ його до царя Єгоякима, а той ударив його мечем, а трупа його кинув до гробі́в про́стих людей“.
24 ମାତ୍ର ଶାଫନ୍ର ପୁତ୍ର ଅହୀକାମ ଯିରିମୀୟଙ୍କ ସପକ୍ଷ ଥିବାରୁ ହତ ହେବା ନିମନ୍ତେ ଯିରିମୀୟ ଲୋକମାନଙ୍କ ହସ୍ତରେ ସମର୍ପିତ ହେଲେ ନାହିଁ।
Але рука Ахикама, Шаханового сина, була з Єремією, щоб не дати його в руку наро́ду забити його.