< ଯିରିମୀୟ 27 >

1 ଯୋଶୀୟର ପୁତ୍ର ଯିହୁଦାର ରାଜା ସିଦିକୀୟର ରାଜତ୍ଵର ଆରମ୍ଭ ସମୟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା।
E chakruok mar loch Zedekia wuod Josia ruodh Juda, wachni nobiro ne Jeremia koa ir Jehova Nyasaye:
2 ଯଥା, ସଦାପ୍ରଭୁ ମୋତେ ଏହି କଥା କହନ୍ତି, “ତୁମ୍ଭେ କେତେକ ବନ୍ଧନୀ ଓ ଯୁଆଳି ପ୍ରସ୍ତୁତ କରି ଆପଣା ସ୍କନ୍ଧରେ ରଖ;
Ma e gima Jehova Nyasaye nowachona: “Los jok gi tol kod lodi moriw kendo ikete e ngʼuti.
3 ପୁଣି, ଯେଉଁ ଦୂତଗଣ ଯିହୁଦାର ରାଜା ସିଦିକୀୟ ନିକଟକୁ ଯିରୂଶାଲମକୁ ଆସିଅଛନ୍ତି, ସେମାନଙ୍କ ହସ୍ତ ଦ୍ୱାରା ସେସବୁ ଇଦୋମର ରାଜା ଓ ମୋୟାବର ରାଜା, ଅମ୍ମୋନ-ସନ୍ତାନଗଣର ରାଜା, ସୋରର ରାଜା ଓ ସୀଦୋନର ରାଜା ନିକଟକୁ ତାହା ପଠାଅ;
Eka ior wach ne ruodhi mag Edom, Moab, Amon, Turo kod Sidon kokalo kuom jombetre mosebiro Jerusalem ir Zedekia ruodh Juda.
4 ଆଉ, ଆପଣା ଆପଣା କର୍ତ୍ତାମାନଙ୍କୁ ଏହି କଥା କହିବା ପାଇଁ ସେମାନଙ୍କୁ ଏହି ଆଦେଶ ଦିଅ, ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା କର୍ତ୍ତାଙ୍କୁ ଏହି କଥା କହିବ;
Migi ote mar jotendgi kendo iwachi ni, ‘Ma e gima Jehova Nyasaye Maratego ma, Nyasach Israel, wacho: “Nyisuru jotendu kama:
5 ଆମ୍ଭେ ଆପଣାର ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ପୃଥିବୀ ଓ ପୃଥିବୀନିବାସୀ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ; ଆଉ, ଯାହାକୁ ତାହା ଦେବା ପାଇଁ ଆମ୍ଭଙ୍କୁ ଉଚିତ ଦେଖାଯାଏ, ତାହାକୁ ଆମ୍ଭେ ତାହା ଦେଉ।
Kuom tekona maduongʼ asechweyo piny gi joge kod le duto manie iye, kendo achiwo gigagi ne ngʼato angʼata mahero.
6 ପୁଣି, ସମ୍ପ୍ରତି ଆମ୍ଭେ ଏହିସବୁ ଦେଶ ଆପଣା ଦାସ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ଦେଇଅଛୁ ଓ ତାହାର ସେବା କରିବା ନିମନ୍ତେ କ୍ଷେତ୍ରସ୍ଥ ପଶୁମାନଙ୍କୁ ହିଁ ତାହାକୁ ଦେଇଅଛୁ।
Koro anachiw pinjeu ne jatichna Nebukadneza ruodh Babulon; anami kata le mag bungu winje.
7 ଆଉ, ତାହାର ନିଜ ଦେଶର ସମୟ ଉପସ୍ଥିତ ହେବା ପର୍ଯ୍ୟନ୍ତ ସମୁଦାୟ ଗୋଷ୍ଠୀ ତାହାର ଓ ତାହାର ପୁତ୍ରର ଓ ପୌତ୍ରର ଦାସ୍ୟକର୍ମ କରିବେ; ତହିଁ ଉତ୍ତାରେ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ତାହାକୁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ।
Ogendini duto notine kod wuode kod nyakware ma wuowi nyaka kinde mar pinye chopi; eka pinje mangʼeny kod ruodhi maroteke nokete obed jatichgi.
8 ପୁଣି, ଯେଉଁ ଦେଶ ଓ ରାଜ୍ୟ ସେହି ବାବିଲର ରାଜା ନବୂଖଦ୍‍ନିତ୍ସରର ଦାସ୍ୟକର୍ମ କରିବେ ନାହିଁ ଓ ବାବିଲର ରାଜାର ଯୁଆଳି ତଳେ ଆପଣା ଆପଣା ବେକ ରଖିବେ ନାହିଁ, ସଦାପ୍ରଭୁ କହନ୍ତି, ଆମ୍ଭେ ସେ ଦେଶକୁ ତାହାର ହସ୍ତ ଦ୍ୱାରା ସଂହାରିତ ନ କରିବା ପର୍ଯ୍ୟନ୍ତ ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଦଣ୍ଡ ଦେବା।
“‘“Jehova Nyasaye wacho niya: Kapo ni piny kata gwengʼ moro amora ok noti ne Nebukadneza ruodh Babulon kata kulo wiye e bwo jok mare, to anakum pinyno gi ligangla, kech kod masira, nyaka ane ni atieke gi lwete.
9 ମାତ୍ର ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ, ମନ୍ତ୍ରଜ୍ଞମାନେ, ସ୍ୱପ୍ନଦର୍ଶକମାନେ, ଗଣକମାନେ ଓ ମାୟାବୀମାନେ, ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ ବୋଲି ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ କଥାରେ ତୁମ୍ଭେମାନେ ମନୋଯୋଗ କର ନାହିଁ;
Omiyo kik uchik itu ne jonabi magu, jokor wach magu, joloknu lek, jo-nyakalondo kata ajuoke magu manyisou ni ok unutine ruodh Babulon.
10 କାରଣ ତୁମ୍ଭମାନଙ୍କୁ ସ୍ୱଦେଶରୁ ଦୂରୀକୃତ କରିବା ପାଇଁ ଓ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ିଦେଲେ ତୁମ୍ଭେମାନେ ଯେପରି ନଷ୍ଟ ହେବ, ଏଥିପାଇଁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।
Gikoronu miriambo ma biro miyo idarou mabor gi pinyu; anariembu kendo unutho.
11 ମାତ୍ର ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଯୁଆଳି ତଳେ ଆପଣାମାନଙ୍କର ବେକ ଦେବେ ଓ ତାହାର ଦାସ୍ୟକର୍ମ କରିବେ, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ସ୍ୱଦେଶରେ ରହିବାକୁ ଦେବା, ସେମାନେ ସେଠାରେ କୃଷିକର୍ମ କରି ବାସ କରିବେ।’”
To ka oganda moro amora enokulre e bwo jok mar ruodh Babulon mi otine, to anami ogandano odongʼ e pinye owuon mondo opure kendo mondo odagi kanyo, Jehova Nyasaye owacho.”’”
12 ଏଥିଉତ୍ତାରେ ମୁଁ ସେହି ସମସ୍ତ ବାକ୍ୟାନୁସାରେ ଯିହୁଦାର ରାଜା ସିଦିକୀୟକୁ ଏହି କଥା କହିଲି, “ତୁମ୍ଭେମାନେ ଆପଣା ଆପଣା ବେକ ବାବିଲ ରାଜାର ଯୁଆଳି ତଳେ ଦେଇ ତାହାର ଓ ତାହାର ଲୋକମାନଙ୍କର ଦାସ୍ୟକର୍ମ କର, ତହିଁରେ ବଞ୍ଚିବ।
Ne amiyo Zedekia ruodh Juda wach achielni. Ne awacho niya, “Kul wiyi e bwo jok mar ruodh Babulon; tine kod joge, to ibiro dak.
13 ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଦାସ୍ୟକର୍ମ କରିବେ ନାହିଁ, ସେମାନଙ୍କ ବିଷୟରେ ସଦାପ୍ରଭୁ ଯାହା କହିଅଛନ୍ତି, ତଦନୁସାରେ ତୁମ୍ଭେମାନେ, ଅର୍ଥାତ୍‍, ତୁମ୍ଭେ ଓ ତୁମ୍ଭର ଲୋକମାନେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା କାହିଁକି ମରିବ?
Angʼo madimi in kod jogi tho e dho ligangla, kech kod masira mano ma Jehova Nyasaye osechano timo ni ogendini ma ok bi tiyone ruodh Babulon?
14 ପୁଣି, ‘ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ’ ବୋଲି ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ ବାକ୍ୟରେ ମନୋଯୋଗ କର ନାହିଁ; ଯେହେତୁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।
Kik uchik itu ne jonabi mawachonu ni, ‘Ok ubi tiyone ruodh Babulon,’ nimar gikoronu miriambo.
15 କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ମାତ୍ର ଆମ୍ଭେ ଯେପରି ତୁମ୍ଭମାନଙ୍କୁ ତଡ଼ି ଦେବୁ ଓ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାରକାରୀ ଭବିଷ୍ୟଦ୍‍ବକ୍ତାମାନେ ଯେପରି ବିନଷ୍ଟ ହେବେ, ଏଥିପାଇଁ ସେମାନେ ମିଥ୍ୟାରେ ଆମ୍ଭ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।”
Jehova Nyasaye wacho ni, ‘Ok aorogi. Gikoro miriambo e nyinga. Emomiyo, anariembu kendo unulal nono, un kaachiel gi jonabi ma koronu.’”
16 ଆହୁରି, ମୁଁ ଯାଜକମାନଙ୍କୁ ଓ ଏହି ସମସ୍ତ ଲୋକଙ୍କୁ କହିଲି, “ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହନ୍ତି, ‘ଦେଖ, ସଦାପ୍ରଭୁଙ୍କ ଗୃହର ପାତ୍ରସକଳ ଅଳ୍ପ କାଳ ମଧ୍ୟରେ ବାବିଲରୁ ଅଣାଯିବ,’ ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; କାରଣ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।
Eka ne awachone jodolo kod jogi duto niya, “Ma e gima Jehova Nyasaye wacho: Kik uchik itu ne jonabi mawacho ni, ‘Machiegnini koro gigo duto moa e od Jehova Nyasaye ibiro duogi koa Babulon.’ Gikoronu miriambo.
17 ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; ବାବିଲ ରାଜାର ଦାସ୍ୟକର୍ମ କର; ତହିଁରେ ବଞ୍ଚିବ; ଏହି ନଗର କାହିଁକି ଉତ୍ସନ୍ନ ସ୍ଥାନ ହେବ?
Kik iwinjgi. Tine ruodh Babulon, to inibed mangima. Angʼo momiyo dala maduongʼni nyaka kethi?
18 ମାତ୍ର ଯଦି ସେମାନେ ଭବିଷ୍ୟଦ୍‍ବକ୍ତା ଅଟନ୍ତି ଓ ସଦାପ୍ରଭୁଙ୍କର ବାକ୍ୟ ଯଦି ସେମାନଙ୍କଠାରେ ଥାଏ, ତେବେ ସଦାପ୍ରଭୁଙ୍କ ଗୃହରେ, ଯିହୁଦାର ରାଜଗୃହରେ ଓ ଯିରୂଶାଲମରେ ଯେସକଳ ପାତ୍ର ଅବଶିଷ୍ଟ ଅଛି, ତାହା ଯେପରି ବାବିଲକୁ ନ ଯାଏ, ଏଥିପାଇଁ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରେ ବିନତି କରନ୍ତୁ।
Ka gin jonabi kendo gin-gi wach Jehova Nyasaye, to mondo gikwa Jehova Nyasaye Maratego gigo mabeyo modongʼ e od Jehova Nyasaye kod e kar dak mar ruodh Juda kod e Jerusalem kik ter Babulon.
19 କାରଣ ବାବିଲର ରାଜା ନବୂଖଦ୍‍ନିତ୍ସର ଯିହୋୟାକୀମ୍‍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍‍କୁ, ଆଉ ଯିହୁଦାର ଓ ଯିରୂଶାଲମର ସମସ୍ତ ପ୍ରଧାନବର୍ଗଙ୍କୁ ବନ୍ଦୀ କରି ଯିରୂଶାଲମରୁ ବାବିଲକୁ ନେଇଯିବା ସମୟରେ,
Nimar ma e gima Jehova Nyasaye Maratego wacho kuom sirni, Nam, gik minyalo tingʼ kod gik mamoko modongʼ e dala maduongʼni,
20 ଯେଉଁ ସ୍ତମ୍ଭଦ୍ୱୟ ଓ ସମୁଦ୍ରପାତ୍ର, ବୈଠିକି ଓ ଯେସମସ୍ତ ପାତ୍ର ସଙ୍ଗରେ ନେଇ ନ ଥିଲା, ଯାହା ଏହି ନଗରରେ ଅବଶିଷ୍ଟ ଅଛି, ସେହି ସକଳର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;
mane Nebukadneza ruodh Babulon ne ok okawo sa mane otero Jehoyakin wuod Jehoyakim ruodh Juda e twech kogole Jerusalem nyaka Babulon kaachiel gi joka ruoth moa Juda gi Jerusalem,
21 ହଁ, ସଦାପ୍ରଭୁଙ୍କ ଗୃହରେ, ଯିହୁଦାର ରାଜଗୃହରେ ଓ ଯିରୂଶାଲମରେ ଅବଶିଷ୍ଟ ଥିବା ସେହି ସକଳ ପାତ୍ର ବିଷୟରେ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;
ee, ma e gima Jehova Nyasaye Maratego, ma Nyasach Israel, wacho kuom gigo mane odongʼ e od Jehova Nyasaye kendo e kar dak mar ruodh Juda kod e Jerusalem:
22 ସେସବୁ ବାବିଲକୁ ନିଆଯିବ ଓ ଆମ୍ଭେ ସେମାନଙ୍କର ତତ୍ତ୍ୱାନୁସନ୍ଧାନ ନ କରିବା ଦିନ ପର୍ଯ୍ୟନ୍ତ ସେସବୁ ସେସ୍ଥାନରେ ଥିବ, ଏହା ସଦାପ୍ରଭୁ କହନ୍ତି, ତଦନନ୍ତର ଆମ୍ଭେ ସେସବୁ ଏହି ସ୍ଥାନକୁ ଫେରାଇ ଆଣିବା।”
‘Notergi Babulon kendo kanyo ginidongʼ nyaka odiechiengʼ ma anabi kawogie. Eka anadwog-gi kendo aketgi kae.’” Jehova Nyasaye owacho.

< ଯିରିମୀୟ 27 >