< ଯିରିମୀୟ 27 >
1 ଯୋଶୀୟର ପୁତ୍ର ଯିହୁଦାର ରାଜା ସିଦିକୀୟର ରାଜତ୍ଵର ଆରମ୍ଭ ସମୟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା।
A farkon sarautar Zedekiya ɗan Yosiya sarkin Yahuda, wannan magana ta zo wa Irmiya daga Ubangiji.
2 ଯଥା, ସଦାପ୍ରଭୁ ମୋତେ ଏହି କଥା କହନ୍ତି, “ତୁମ୍ଭେ କେତେକ ବନ୍ଧନୀ ଓ ଯୁଆଳି ପ୍ରସ୍ତୁତ କରି ଆପଣା ସ୍କନ୍ଧରେ ରଖ;
Ga abin da Ubangiji ya ce mini, “Ka yi karkiyar itace da maɗaurai ka ɗaura a wuyanka.
3 ପୁଣି, ଯେଉଁ ଦୂତଗଣ ଯିହୁଦାର ରାଜା ସିଦିକୀୟ ନିକଟକୁ ଯିରୂଶାଲମକୁ ଆସିଅଛନ୍ତି, ସେମାନଙ୍କ ହସ୍ତ ଦ୍ୱାରା ସେସବୁ ଇଦୋମର ରାଜା ଓ ମୋୟାବର ରାଜା, ଅମ୍ମୋନ-ସନ୍ତାନଗଣର ରାଜା, ସୋରର ରାଜା ଓ ସୀଦୋନର ରାଜା ନିକଟକୁ ତାହା ପଠାଅ;
Sa’an nan ka aika da saƙo zuwa wurin sarakunan Edom, Mowab, Ammon, Taya da Sidon ta bakin jakadu waɗanda suka zo Urushalima wurin Zedekiya sarkin Yahuda.
4 ଆଉ, ଆପଣା ଆପଣା କର୍ତ୍ତାମାନଙ୍କୁ ଏହି କଥା କହିବା ପାଇଁ ସେମାନଙ୍କୁ ଏହି ଆଦେଶ ଦିଅ, ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା କର୍ତ୍ତାଙ୍କୁ ଏହି କଥା କହିବ;
Ka ba su saƙo wa iyayengijinsu su ce, ‘Ga abin da Ubangiji Maɗaukaki, Allah na Isra’ila, yana cewa, “Ku faɗa wa iyayengijinku wannan.
5 ଆମ୍ଭେ ଆପଣାର ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ପୃଥିବୀ ଓ ପୃଥିବୀନିବାସୀ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ; ଆଉ, ଯାହାକୁ ତାହା ଦେବା ପାଇଁ ଆମ୍ଭଙ୍କୁ ଉଚିତ ଦେଖାଯାଏ, ତାହାକୁ ଆମ୍ଭେ ତାହା ଦେଉ।
Da ikon mai ƙarfi da kuma hannuna da na miƙa na yi duniya da mutanenta da kuma dabbobin da suke ciki, na ba da ita ga duk wanda na ga dama.
6 ପୁଣି, ସମ୍ପ୍ରତି ଆମ୍ଭେ ଏହିସବୁ ଦେଶ ଆପଣା ଦାସ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଦେଇଅଛୁ ଓ ତାହାର ସେବା କରିବା ନିମନ୍ତେ କ୍ଷେତ୍ରସ୍ଥ ପଶୁମାନଙ୍କୁ ହିଁ ତାହାକୁ ଦେଇଅଛୁ।
Yanzu zan ba da dukan ƙasashenku ga bawana Nebukadnezzar sarkin Babilon; zan sa namun jeji ma su bauta masa.
7 ଆଉ, ତାହାର ନିଜ ଦେଶର ସମୟ ଉପସ୍ଥିତ ହେବା ପର୍ଯ୍ୟନ୍ତ ସମୁଦାୟ ଗୋଷ୍ଠୀ ତାହାର ଓ ତାହାର ପୁତ୍ରର ଓ ପୌତ୍ରର ଦାସ୍ୟକର୍ମ କରିବେ; ତହିଁ ଉତ୍ତାରେ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ତାହାକୁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ।
Dukan al’ummai za su bauta masa da ɗansa da kuma jikansa har sai har lokacin ƙasarsa ya kai; sa’an nan al’ummai masu yawa da kuma manyan sarakuna za su kasance a ƙarƙashinsa.
8 ପୁଣି, ଯେଉଁ ଦେଶ ଓ ରାଜ୍ୟ ସେହି ବାବିଲର ରାଜା ନବୂଖଦ୍ନିତ୍ସରର ଦାସ୍ୟକର୍ମ କରିବେ ନାହିଁ ଓ ବାବିଲର ରାଜାର ଯୁଆଳି ତଳେ ଆପଣା ଆପଣା ବେକ ରଖିବେ ନାହିଁ, ସଦାପ୍ରଭୁ କହନ୍ତି, ଆମ୍ଭେ ସେ ଦେଶକୁ ତାହାର ହସ୍ତ ଦ୍ୱାରା ସଂହାରିତ ନ କରିବା ପର୍ଯ୍ୟନ୍ତ ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଦଣ୍ଡ ଦେବା।
“‘“Amma fa, duk al’umma ko mulkin da bai bauta wa Nebukadnezzar sarkin Babilon ba bai kuwa rusunar da wuyarsa ga karkiyarsa ba, zan hukunta wannan al’umma da takobi, yunwa da annoba, in ji Ubangiji, har sai na hallaka ta ta wurin hannunsa.
9 ମାତ୍ର ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ, ମନ୍ତ୍ରଜ୍ଞମାନେ, ସ୍ୱପ୍ନଦର୍ଶକମାନେ, ଗଣକମାନେ ଓ ମାୟାବୀମାନେ, ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ ବୋଲି ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ କଥାରେ ତୁମ୍ଭେମାନେ ମନୋଯୋଗ କର ନାହିଁ;
Saboda haka kada ku saurari annabawanku, masu dubanku, masu fassarar mafarkanku, bokayenku ko masu maitancinku waɗanda suke ce muku, ‘Ba za ku bauta wa sarkin Babilon ba.’
10 କାରଣ ତୁମ୍ଭମାନଙ୍କୁ ସ୍ୱଦେଶରୁ ଦୂରୀକୃତ କରିବା ପାଇଁ ଓ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ିଦେଲେ ତୁମ୍ଭେମାନେ ଯେପରି ନଷ୍ଟ ହେବ, ଏଥିପାଇଁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।
Suna muku annabcin ƙaryar ne kawai da za tă kau da ku daga ƙasarku; zan kore ku za ku kuwa hallaka.
11 ମାତ୍ର ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଯୁଆଳି ତଳେ ଆପଣାମାନଙ୍କର ବେକ ଦେବେ ଓ ତାହାର ଦାସ୍ୟକର୍ମ କରିବେ, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ସ୍ୱଦେଶରେ ରହିବାକୁ ଦେବା, ସେମାନେ ସେଠାରେ କୃଷିକର୍ମ କରି ବାସ କରିବେ।’”
Amma duk al’ummar da ta rusuna da wuyarta a ƙarƙashin karkiyar sarkin Babilon ta kuma bauta masa, zan bar al’ummar ta zauna a ƙasarta ta noma ta, ta kuma zauna a can, in ji Ubangiji.”’”
12 ଏଥିଉତ୍ତାରେ ମୁଁ ସେହି ସମସ୍ତ ବାକ୍ୟାନୁସାରେ ଯିହୁଦାର ରାଜା ସିଦିକୀୟକୁ ଏହି କଥା କହିଲି, “ତୁମ୍ଭେମାନେ ଆପଣା ଆପଣା ବେକ ବାବିଲ ରାଜାର ଯୁଆଳି ତଳେ ଦେଇ ତାହାର ଓ ତାହାର ଲୋକମାନଙ୍କର ଦାସ୍ୟକର୍ମ କର, ତହିଁରେ ବଞ୍ଚିବ।
Na ba da wannan saƙo guda ga Zedekiya sarkin Yahuda. Na ce, “Ka rusunar da wuyanka a ƙarƙashin sarkin Babilon; ka bauta masa da kuma mutanensa, za ka kuwa rayu.
13 ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଦାସ୍ୟକର୍ମ କରିବେ ନାହିଁ, ସେମାନଙ୍କ ବିଷୟରେ ସଦାପ୍ରଭୁ ଯାହା କହିଅଛନ୍ତି, ତଦନୁସାରେ ତୁମ୍ଭେମାନେ, ଅର୍ଥାତ୍, ତୁମ୍ଭେ ଓ ତୁମ୍ଭର ଲୋକମାନେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା କାହିଁକି ମରିବ?
Me ya sa kai da mutanenka za ku mutu saboda takobi, yunwa da annoba waɗanda Ubangiji ya yi barazana wa duk al’ummar da ba za tă bauta wa sarkin Babilon ba?
14 ପୁଣି, ‘ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ’ ବୋଲି ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ ବାକ୍ୟରେ ମନୋଯୋଗ କର ନାହିଁ; ଯେହେତୁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।
Kada ku saurari maganganun annabawa waɗanda suke ce muku, ‘Ba za ku bauta wa sarkin Babilon ba,’ gama annabcin ƙarya suke muku.
15 କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ମାତ୍ର ଆମ୍ଭେ ଯେପରି ତୁମ୍ଭମାନଙ୍କୁ ତଡ଼ି ଦେବୁ ଓ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାରକାରୀ ଭବିଷ୍ୟଦ୍ବକ୍ତାମାନେ ଯେପରି ବିନଷ୍ଟ ହେବେ, ଏଥିପାଇଁ ସେମାନେ ମିଥ୍ୟାରେ ଆମ୍ଭ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।”
‘Ban aike su ba,’ in ji Ubangiji. ‘Suna annabcin ƙarya ne da sunana. Saboda haka, zan kore ku za ku kuwa hallaka, da ku da kuma annabawan da suke muku annabci.’”
16 ଆହୁରି, ମୁଁ ଯାଜକମାନଙ୍କୁ ଓ ଏହି ସମସ୍ତ ଲୋକଙ୍କୁ କହିଲି, “ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହନ୍ତି, ‘ଦେଖ, ସଦାପ୍ରଭୁଙ୍କ ଗୃହର ପାତ୍ରସକଳ ଅଳ୍ପ କାଳ ମଧ୍ୟରେ ବାବିଲରୁ ଅଣାଯିବ,’ ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; କାରଣ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।
Sai na ce wa firistoci da dukan waɗannan mutane, “Ga abin da Ubangiji yana cewa, kada ku saurari annabawan da suke cewa, ‘Ba daɗewa ba za a komo da kayan gidan Ubangiji daga Babilon.’ Suna muku annabcin ƙarya ne.
17 ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; ବାବିଲ ରାଜାର ଦାସ୍ୟକର୍ମ କର; ତହିଁରେ ବଞ୍ଚିବ; ଏହି ନଗର କାହିଁକି ଉତ୍ସନ୍ନ ସ୍ଥାନ ହେବ?
Kada ku saurare su. Ku bauta wa sarkin Babilon, za ku kuwa rayu. Don me wannan birni zai zama kufai?
18 ମାତ୍ର ଯଦି ସେମାନେ ଭବିଷ୍ୟଦ୍ବକ୍ତା ଅଟନ୍ତି ଓ ସଦାପ୍ରଭୁଙ୍କର ବାକ୍ୟ ଯଦି ସେମାନଙ୍କଠାରେ ଥାଏ, ତେବେ ସଦାପ୍ରଭୁଙ୍କ ଗୃହରେ, ଯିହୁଦାର ରାଜଗୃହରେ ଓ ଯିରୂଶାଲମରେ ଯେସକଳ ପାତ୍ର ଅବଶିଷ୍ଟ ଅଛି, ତାହା ଯେପରି ବାବିଲକୁ ନ ଯାଏ, ଏଥିପାଇଁ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରେ ବିନତି କରନ୍ତୁ।
In su annabawa ne da gaske suna kuma da maganar Ubangiji, bari su roƙi Ubangiji Maɗaukaki ya sa kada a kwashe kayayyakin da suka ragu a gidan Ubangiji da kuma a cikin fadar sarkin Yahuda da kuma cikin Urushalima a kai Babilon.
19 କାରଣ ବାବିଲର ରାଜା ନବୂଖଦ୍ନିତ୍ସର ଯିହୋୟାକୀମ୍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍କୁ, ଆଉ ଯିହୁଦାର ଓ ଯିରୂଶାଲମର ସମସ୍ତ ପ୍ରଧାନବର୍ଗଙ୍କୁ ବନ୍ଦୀ କରି ଯିରୂଶାଲମରୁ ବାବିଲକୁ ନେଇଯିବା ସମୟରେ,
Gama ga abin da Ubangiji Maɗaukaki yana cewa game da ginshiƙai, kwatarniya, da dakalai, da sauran kayayyaki da aka bar su a birnin nan,
20 ଯେଉଁ ସ୍ତମ୍ଭଦ୍ୱୟ ଓ ସମୁଦ୍ରପାତ୍ର, ବୈଠିକି ଓ ଯେସମସ୍ତ ପାତ୍ର ସଙ୍ଗରେ ନେଇ ନ ଥିଲା, ଯାହା ଏହି ନଗରରେ ଅବଶିଷ୍ଟ ଅଛି, ସେହି ସକଳର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;
waɗanda Nebukadnezzar sarkin Babilon ya kwashe sa’ad da ya kame Yekoniya ɗan Yehohiyakim sarkin Yahuda zuwa zaman bauta daga Urushalima zuwa Babilon tare da dukan manyan mutanen Yahuda da Urushalima,
21 ହଁ, ସଦାପ୍ରଭୁଙ୍କ ଗୃହରେ, ଯିହୁଦାର ରାଜଗୃହରେ ଓ ଯିରୂଶାଲମରେ ଅବଶିଷ୍ଟ ଥିବା ସେହି ସକଳ ପାତ୍ର ବିଷୟରେ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;
I, ga abin da Ubangiji Maɗaukaki, Allah na Isra’ila yana cewa game da abubuwan da aka bari a gidan Ubangiji da kuma a cikin fadar sarkin Yahuda da Urushalima,
22 ସେସବୁ ବାବିଲକୁ ନିଆଯିବ ଓ ଆମ୍ଭେ ସେମାନଙ୍କର ତତ୍ତ୍ୱାନୁସନ୍ଧାନ ନ କରିବା ଦିନ ପର୍ଯ୍ୟନ୍ତ ସେସବୁ ସେସ୍ଥାନରେ ଥିବ, ଏହା ସଦାପ୍ରଭୁ କହନ୍ତି, ତଦନନ୍ତର ଆମ୍ଭେ ସେସବୁ ଏହି ସ୍ଥାନକୁ ଫେରାଇ ଆଣିବା।”
‘Za a kwashe su zuwa Babilon a can kuwa za su kasance sai ranar da na neme su,’ in ji Ubangiji. ‘Sa’an nan zan komo da su in maido da su wannan wuri.’”