< ଯିରିମୀୟ 27 >
1 ଯୋଶୀୟର ପୁତ୍ର ଯିହୁଦାର ରାଜା ସିଦିକୀୟର ରାଜତ୍ଵର ଆରମ୍ଭ ସମୟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା।
Nel principio del regno di Joiakim, figliuolo di Giosia, re di Giuda, questa parola fu rivolta dall’Eterno a Geremia in questi termini:
2 ଯଥା, ସଦାପ୍ରଭୁ ମୋତେ ଏହି କଥା କହନ୍ତି, “ତୁମ୍ଭେ କେତେକ ବନ୍ଧନୀ ଓ ଯୁଆଳି ପ୍ରସ୍ତୁତ କରି ଆପଣା ସ୍କନ୍ଧରେ ରଖ;
“Così m’ha detto l’Eterno: Fatti de’ legami e dei gioghi, e mettiteli sul collo;
3 ପୁଣି, ଯେଉଁ ଦୂତଗଣ ଯିହୁଦାର ରାଜା ସିଦିକୀୟ ନିକଟକୁ ଯିରୂଶାଲମକୁ ଆସିଅଛନ୍ତି, ସେମାନଙ୍କ ହସ୍ତ ଦ୍ୱାରା ସେସବୁ ଇଦୋମର ରାଜା ଓ ମୋୟାବର ରାଜା, ଅମ୍ମୋନ-ସନ୍ତାନଗଣର ରାଜା, ସୋରର ରାଜା ଓ ସୀଦୋନର ରାଜା ନିକଟକୁ ତାହା ପଠାଅ;
poi mandali al re di Edom, al re di Moab, al re de’ figliuoli di Ammon, al re di Tiro e al re di Sidone, mediante gli ambasciatori che son venuti a Gerusalemme da Sedekia, re di Giuda;
4 ଆଉ, ଆପଣା ଆପଣା କର୍ତ୍ତାମାନଙ୍କୁ ଏହି କଥା କହିବା ପାଇଁ ସେମାନଙ୍କୁ ଏହି ଆଦେଶ ଦିଅ, ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା କର୍ତ୍ତାଙ୍କୁ ଏହି କଥା କହିବ;
e ordina loro che dicano ai loro signori: Così parla l’Eterno degli eserciti, l’Iddio d’Israele: Direte questo ai vostri signori:
5 ଆମ୍ଭେ ଆପଣାର ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ପୃଥିବୀ ଓ ପୃଥିବୀନିବାସୀ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ; ଆଉ, ଯାହାକୁ ତାହା ଦେବା ପାଇଁ ଆମ୍ଭଙ୍କୁ ଉଚିତ ଦେଖାଯାଏ, ତାହାକୁ ଆମ୍ଭେ ତାହା ଦେଉ।
Io ho fatto la terra, gli uomini e gli animali che sono sulla faccia della terra, con la mia gran potenza e col mio braccio steso; e do la terra a chi mi par bene.
6 ପୁଣି, ସମ୍ପ୍ରତି ଆମ୍ଭେ ଏହିସବୁ ଦେଶ ଆପଣା ଦାସ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଦେଇଅଛୁ ଓ ତାହାର ସେବା କରିବା ନିମନ୍ତେ କ୍ଷେତ୍ରସ୍ଥ ପଶୁମାନଙ୍କୁ ହିଁ ତାହାକୁ ଦେଇଅଛୁ।
E ora do tutti questi paesi in mano di Nebucadnetsar, re di Babilonia, mio servitore; e gli do pure gli animali della campagna perché gli siano soggetti.
7 ଆଉ, ତାହାର ନିଜ ଦେଶର ସମୟ ଉପସ୍ଥିତ ହେବା ପର୍ଯ୍ୟନ୍ତ ସମୁଦାୟ ଗୋଷ୍ଠୀ ତାହାର ଓ ତାହାର ପୁତ୍ରର ଓ ପୌତ୍ରର ଦାସ୍ୟକର୍ମ କରିବେ; ତହିଁ ଉତ୍ତାରେ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ତାହାକୁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ।
E tutte le nazioni saranno soggette a lui, al suo figliuolo e al figliuolo del suo figliuolo, finché giunga il tempo anche pel suo paese; e allora molte nazioni e grandi re lo ridurranno in servitù.
8 ପୁଣି, ଯେଉଁ ଦେଶ ଓ ରାଜ୍ୟ ସେହି ବାବିଲର ରାଜା ନବୂଖଦ୍ନିତ୍ସରର ଦାସ୍ୟକର୍ମ କରିବେ ନାହିଁ ଓ ବାବିଲର ରାଜାର ଯୁଆଳି ତଳେ ଆପଣା ଆପଣା ବେକ ରଖିବେ ନାହିଁ, ସଦାପ୍ରଭୁ କହନ୍ତି, ଆମ୍ଭେ ସେ ଦେଶକୁ ତାହାର ହସ୍ତ ଦ୍ୱାରା ସଂହାରିତ ନ କରିବା ପର୍ଯ୍ୟନ୍ତ ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଦଣ୍ଡ ଦେବା।
E avverrà che la nazione o il regno che non vorrà sottomettersi a lui, a Nebucadnetsar re di Babilonia, e non vorrà piegare il collo sotto il giogo del re di Babilonia, quella nazione io la punirò, dice l’Eterno, con la spada, con la fame, con la peste, finché io non l’abbia sterminata per mano di lui.
9 ମାତ୍ର ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ, ମନ୍ତ୍ରଜ୍ଞମାନେ, ସ୍ୱପ୍ନଦର୍ଶକମାନେ, ଗଣକମାନେ ଓ ମାୟାବୀମାନେ, ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ ବୋଲି ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ କଥାରେ ତୁମ୍ଭେମାନେ ମନୋଯୋଗ କର ନାହିଁ;
Voi dunque non ascoltate i vostri profeti, né i vostri indovini, né i vostri sognatori, né i vostri pronosticatori, né vostri maghi che vi dicono: Non sarete asserviti al re di Babilonia!
10 କାରଣ ତୁମ୍ଭମାନଙ୍କୁ ସ୍ୱଦେଶରୁ ଦୂରୀକୃତ କରିବା ପାଇଁ ଓ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ିଦେଲେ ତୁମ୍ଭେମାନେ ଯେପରି ନଷ୍ଟ ହେବ, ଏଥିପାଇଁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।
Poiché essi vi profetizzano menzogna, per allontanarvi dal vostro paese perché io vi scacci e voi periate.
11 ମାତ୍ର ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଯୁଆଳି ତଳେ ଆପଣାମାନଙ୍କର ବେକ ଦେବେ ଓ ତାହାର ଦାସ୍ୟକର୍ମ କରିବେ, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ସ୍ୱଦେଶରେ ରହିବାକୁ ଦେବା, ସେମାନେ ସେଠାରେ କୃଷିକର୍ମ କରି ବାସ କରିବେ।’”
Ma la nazione che piegherà il suo collo sotto il giogo del re di Babilonia e gli sarà soggetta, io la lascerò stare nel suo paese, dice l’Eterno; ed essa lo coltiverà e vi dimorerà”.
12 ଏଥିଉତ୍ତାରେ ମୁଁ ସେହି ସମସ୍ତ ବାକ୍ୟାନୁସାରେ ଯିହୁଦାର ରାଜା ସିଦିକୀୟକୁ ଏହି କଥା କହିଲି, “ତୁମ୍ଭେମାନେ ଆପଣା ଆପଣା ବେକ ବାବିଲ ରାଜାର ଯୁଆଳି ତଳେ ଦେଇ ତାହାର ଓ ତାହାର ଲୋକମାନଙ୍କର ଦାସ୍ୟକର୍ମ କର, ତହିଁରେ ବଞ୍ଚିବ।
Io parlai dunque a Sedekia, re di Giuda, in conformità di tutte queste parole, e dissi: “Piegate il collo sotto il giogo del re di Babilonia, sottomettetevi a lui e al suo popolo, e vivrete.
13 ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଦାସ୍ୟକର୍ମ କରିବେ ନାହିଁ, ସେମାନଙ୍କ ବିଷୟରେ ସଦାପ୍ରଭୁ ଯାହା କହିଅଛନ୍ତି, ତଦନୁସାରେ ତୁମ୍ଭେମାନେ, ଅର୍ଥାତ୍, ତୁମ୍ଭେ ଓ ତୁମ୍ଭର ଲୋକମାନେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା କାହିଁକି ମରିବ?
Perché morreste, tu e il tuo popolo, per la spada, per la fame e per la peste, come l’Eterno ha detto della nazione che non si assoggetterà al re di Babilonia?
14 ପୁଣି, ‘ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ’ ବୋଲି ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ ବାକ୍ୟରେ ମନୋଯୋଗ କର ନାହିଁ; ଯେହେତୁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।
E non date ascolto alle parole de’ profeti che vi dicono: Non sarete asserviti al re di Babilonia! perché vi profetizzano menzogna.
15 କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ମାତ୍ର ଆମ୍ଭେ ଯେପରି ତୁମ୍ଭମାନଙ୍କୁ ତଡ଼ି ଦେବୁ ଓ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାରକାରୀ ଭବିଷ୍ୟଦ୍ବକ୍ତାମାନେ ଯେପରି ବିନଷ୍ଟ ହେବେ, ଏଥିପାଇଁ ସେମାନେ ମିଥ୍ୟାରେ ଆମ୍ଭ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।”
Poiché io non li ho mandati, dice l’Eterno; ma profetizzano falsamente nel mio nome, perché io vi scacci, e voi periate: voi e i profeti che vi profetizzano”.
16 ଆହୁରି, ମୁଁ ଯାଜକମାନଙ୍କୁ ଓ ଏହି ସମସ୍ତ ଲୋକଙ୍କୁ କହିଲି, “ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହନ୍ତି, ‘ଦେଖ, ସଦାପ୍ରଭୁଙ୍କ ଗୃହର ପାତ୍ରସକଳ ଅଳ୍ପ କାଳ ମଧ୍ୟରେ ବାବିଲରୁ ଅଣାଯିବ,’ ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; କାରଣ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।
Parlai pure ai sacerdoti e a tutto questo popolo, e dissi: “Così parla l’Eterno: Non date ascolto alle parole dei vostro profeti i quali vi profetizzano, dicendo: Ecco, gli arredi della casa dell’Eterno saranno in breve riportati da Babilonia, perché vi profetizzano menzogna.
17 ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; ବାବିଲ ରାଜାର ଦାସ୍ୟକର୍ମ କର; ତହିଁରେ ବଞ୍ଚିବ; ଏହି ନଗର କାହିଁକି ଉତ୍ସନ୍ନ ସ୍ଥାନ ହେବ?
Non date loro ascolto; sottomettetevi al re di Babilonia, e vivrete. Perché questa città sarebb’ella ridotta una desolazione?
18 ମାତ୍ର ଯଦି ସେମାନେ ଭବିଷ୍ୟଦ୍ବକ୍ତା ଅଟନ୍ତି ଓ ସଦାପ୍ରଭୁଙ୍କର ବାକ୍ୟ ଯଦି ସେମାନଙ୍କଠାରେ ଥାଏ, ତେବେ ସଦାପ୍ରଭୁଙ୍କ ଗୃହରେ, ଯିହୁଦାର ରାଜଗୃହରେ ଓ ଯିରୂଶାଲମରେ ଯେସକଳ ପାତ୍ର ଅବଶିଷ୍ଟ ଅଛି, ତାହା ଯେପରି ବାବିଲକୁ ନ ଯାଏ, ଏଥିପାଇଁ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରେ ବିନତି କରନ୍ତୁ।
Se sono profeti, e se la parola dell’Eterno è con loro, intercedano ora presso l’Eterno degli eserciti perché gli arredi che son rimasti nella casa dell’Eterno, nella casa del re di Giuda e in Gerusalemme non vadano a Babilonia.
19 କାରଣ ବାବିଲର ରାଜା ନବୂଖଦ୍ନିତ୍ସର ଯିହୋୟାକୀମ୍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍କୁ, ଆଉ ଯିହୁଦାର ଓ ଯିରୂଶାଲମର ସମସ୍ତ ପ୍ରଧାନବର୍ଗଙ୍କୁ ବନ୍ଦୀ କରି ଯିରୂଶାଲମରୁ ବାବିଲକୁ ନେଇଯିବା ସମୟରେ,
Perché così parla l’Eterno degli eserciti riguardo alle colonne, al mare, alle basi e al resto degli arredi rimasti in questa città,
20 ଯେଉଁ ସ୍ତମ୍ଭଦ୍ୱୟ ଓ ସମୁଦ୍ରପାତ୍ର, ବୈଠିକି ଓ ଯେସମସ୍ତ ପାତ୍ର ସଙ୍ଗରେ ନେଇ ନ ଥିଲା, ଯାହା ଏହି ନଗରରେ ଅବଶିଷ୍ଟ ଅଛି, ସେହି ସକଳର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;
e che non furon presi da Nebucadnetsar, re di Babilonia quando menò in cattività da Gerusalemme in Babilonia, Jeconia, figliuolo di Joiakim, re di Giuda, e tutti i nobili di Giuda e di Gerusalemme;
21 ହଁ, ସଦାପ୍ରଭୁଙ୍କ ଗୃହରେ, ଯିହୁଦାର ରାଜଗୃହରେ ଓ ଯିରୂଶାଲମରେ ଅବଶିଷ୍ଟ ଥିବା ସେହି ସକଳ ପାତ୍ର ବିଷୟରେ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;
così, dico, parla l’Eterno degli eserciti, l’Iddio d’Israele, riguardo agli arredi che rimangono nella casa dell’Eterno, nella casa del re di Giuda e in Gerusalemme:
22 ସେସବୁ ବାବିଲକୁ ନିଆଯିବ ଓ ଆମ୍ଭେ ସେମାନଙ୍କର ତତ୍ତ୍ୱାନୁସନ୍ଧାନ ନ କରିବା ଦିନ ପର୍ଯ୍ୟନ୍ତ ସେସବୁ ସେସ୍ଥାନରେ ଥିବ, ଏହା ସଦାପ୍ରଭୁ କହନ୍ତି, ତଦନନ୍ତର ଆମ୍ଭେ ସେସବୁ ଏହି ସ୍ଥାନକୁ ଫେରାଇ ଆଣିବା।”
saranno portati a Babilonia, e quivi resteranno, finché io li cercherò, dice l’Eterno, e li farò risalire e ritornare in questo luogo”.