< ଯିରିମୀୟ 28 >

1 ଏଥିଉତ୍ତାରେ ସେହି ବର୍ଷ, ଅର୍ଥାତ୍‍, ଯିହୁଦାର ରାଜା ସିଦିକୀୟର ରାଜତ୍ଵର ଆରମ୍ଭ ସମୟରେ, ଚତୁର୍ଥ ବର୍ଷର ପଞ୍ଚମ ମାସରେ ଗିବୀୟୋନ୍‍ ନିବାସୀ ଅସୂରର ପୁତ୍ର ହନାନୀୟ ଭବିଷ୍ୟଦ୍‍ବକ୍ତା ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କର ଓ ଲୋକସମସ୍ତଙ୍କର ସାକ୍ଷାତରେ ମୋତେ ଏହି କଥା କହିଲା,
Kong Zedekias af Judas fjerde regeringsår i den femte måned sagde Profeten Hananja, Azzurs Søn, fra Gibeon til mig i HERRENs Hus i Præsternes og alt Folkets Nærværelse:
2 “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗିଅଛୁ।
"Så siger Hærskarers HERRE, Israels Gud: Jeg har sønderbrudt Babels Konges Åg.
3 ବାବିଲର ରାଜା ନବୂଖଦ୍‍ନିତ୍ସର ଏହି ସ୍ଥାନରୁ ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ବାବିଲକୁ ନେଇ ଯାଇଅଛି, ସେସବୁ ଆମ୍ଭେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ପୁନର୍ବାର ଏହି ସ୍ଥାନକୁ ଆଣିବା।
Om to År fører jeg tilbage hertil alle HERRENs Huss Kar, som Kong Nebukadnezar af Babel tog herfra og førte til Babel;
4 ପୁଣି, ଯିହୋୟାକୀମ୍‍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍‍କୁ, ଯିହୁଦାରୁ ବାବିଲକୁ ବନ୍ଦୀ ହୋଇ ଯାଇଥିବା ସମସ୍ତ ଲୋକ ସହିତ ଏହି ସ୍ଥାନକୁ ଫେରାଇ ଆଣିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ପକାଇବା।”
og Jojakims Søn, Kong Jekonja af Juda, og alle de landflygtige fra Juda, som kom til Babel, fører jeg tilbage hertil, lyder det fra HERREN; thi jeg sønderbryder Babels Konges Åg."
5 ତହିଁରେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ପରମେଶ୍ୱରଙ୍କ ଗୃହରେ ଠିଆ ହୋଇଥିବା ଯାଜକମାନଙ୍କ ସାକ୍ଷାତରେ ଓ ସମସ୍ତ ଲୋକଙ୍କ ସାକ୍ଷାତରେ ହନାନୀୟ ଭବିଷ୍ୟଦ୍‍ବକ୍ତାଙ୍କୁ କହିଲେ,
Profeten Jeremias svarede Profeten Hananja i Nærværelse af Præsterne og alt Folket, som stod i HERRENs Hus,
6 ଅର୍ଥାତ୍‍, ଯିରିମୀୟ ଭବିଷ୍ୟଦ୍‍ବକ୍ତା ଏହା କହିଲେ, “ଆମେନ୍‍; ସଦାପ୍ରଭୁ ସେପରି କରନ୍ତୁ; ସଦାପ୍ରଭୁଙ୍କ ଗୃହର ପାତ୍ର ଓ ନିର୍ବାସିତ ଲୋକସକଳକୁ ବାବିଲରୁ ପୁନର୍ବାର ଏହି ସ୍ଥାନକୁ ଆଣିବା ପାଇଁ ତୁମ୍ଭେ ଯେଉଁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଅଛ, ସଦାପ୍ରଭୁ ତୁମ୍ଭର ସେହି ବାକ୍ୟସବୁ ସିଦ୍ଧ କରନ୍ତୁ।
således: "Amen! Måtte HERREN gøre således og stadfæste, hvad du har profeteret, og føre HERRENs Huss Kar og alle de landflygtige fra Babel tilbage hertil!
7 ତଥାପି ମୁଁ ତୁମ୍ଭ କର୍ଣ୍ଣଗୋଚରରେ ଓ ସମଗ୍ର ଲୋକଙ୍କ କର୍ଣ୍ଣଗୋଚରରେ ଏହି ଯେଉଁ କଥା କହିଅଛି, ତାହା ଶୁଣ।
Men hør dog dette Ord, som jeg vil tale til dig og alt Folket:
8 ତୁମ୍ଭର ଓ ମୋର ପୂର୍ବରେ ଥିବା ପୁରାତନ କାଳର ଭବିଷ୍ୟଦ୍‍ବକ୍ତାମାନେ ଅନେକ ଦେଶ ଓ ବୃହତ ବୃହତ ରାଜ୍ୟ ବିରୁଦ୍ଧରେ ଯୁଦ୍ଧ, ଅମଙ୍ଗଳ ଓ ମହାମାରୀ ବିଷୟକ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଅଛନ୍ତି।
De Profeter, som levede før mig og dig fra Fortids Dage, profeterede mod mange Lande og mægtige Riger om krig, Hunger og Pest;
9 ଯେଉଁ ଭବିଷ୍ୟଦ୍‍ବକ୍ତା ଶାନ୍ତିର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରେ, ସେହି ଭବିଷ୍ୟଦ୍‍ବକ୍ତାଙ୍କର ବାକ୍ୟ ସଫଳ ହେଲା ଉତ୍ତାରେ ସିନା ସଦାପ୍ରଭୁ ପ୍ରକୃତରେ ତାହାକୁ ପଠାଇଅଛନ୍ତି ବୋଲି ଜଣା ପଡ଼େ।”
men når en Profet profeterer om Fred, kendes den Profet, HERREN virkelig har sendt, på at hans Ord går i Opfyldelse."
10 ତହିଁରେ ହନାନୀୟ ଭବିଷ୍ୟଦ୍‍ବକ୍ତା ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ସ୍କନ୍ଧରୁ ଯୁଆଳି କାଢ଼ିନେଇ ତାହା ଭାଙ୍ଗି ପକାଇଲା।
Så rev Profeten Hananja Ågstængerne af Profeten Jeremiass Hals og sønderbrød dem;
11 ଆଉ, ହନାନୀୟ ଲୋକସମୂହର ସାକ୍ଷାତରେ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଏହିରୂପେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ବାବିଲର ରାଜା ନବୂଖଦ୍‍ନିତ୍ସରର ଯୁଆଳି, ସବୁ ଦେଶୀୟମାନଙ୍କ ସ୍କନ୍ଧରୁ କାଢ଼ି ଭାଙ୍ଗି ପକାଇବା।” ଏଥିରେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ଆପଣା ବାଟରେ ଚାଲିଗଲେ।
og Hananja sagde i alt Folkets Nærværelse: "Så siger HERREN: Således sønderbryder jeg om to År Kong Nebukadnezar af Babels Åg og tager det fra alle Folkenes Hals." Men Profeten Jeremias gik sin Vej.
12 ହନାନୀୟ ଭବିଷ୍ୟଦ୍‍ବକ୍ତା ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ସ୍କନ୍ଧରୁ ଯୁଆଳି ଭାଙ୍ଗିଲା ଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
Men efter at Profeten Hananja havde sønderbrudt Ågstængerne og revet dem af Profeten Jeremiass Hals, kom HERRENs Ord til Jeremias således:
13 “ତୁମ୍ଭେ ଯାଇ ହନାନୀୟକୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କାଷ୍ଠର ଯୁଆଳି ଭାଙ୍ଗିଅଛ ପ୍ରମାଣ; ମାତ୍ର ତହିଁ ବଦଳରେ ତୁମ୍ଭେ ଲୁହାର ଯୁଆଳି ପ୍ରସ୍ତୁତ କରିବ।
"Gå hen og sig til Hananja: Så siger HERREN: Du har sønderbrudt Ågstænger af Træ, men jeg vil lave Ågstænger af Jern i Stedet.
14 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଏହିସବୁ ଦେଶୀୟ ଲୋକମାନେ ଯେପରି ବାବିଲର ରାଜା ନବୂଖଦ୍‍ନିତ୍ସରର ଦାସ୍ୟକର୍ମ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କ ସ୍କନ୍ଧରେ ଲୁହାର ଯୁଆଳି ରଖିଅଛୁ ଓ ସେମାନେ ତାହାର ଦାସ୍ୟକର୍ମ କରିବେ; ପୁଣି, ଆମ୍ଭେ କ୍ଷେତ୍ରସ୍ଥ ପଶୁଗଣ ମଧ୍ୟ ତାହାକୁ ଦେଇଅଛୁ।’”
Thi så siger Hærskarers HERRE, Israels Gud: Et Jernåg lægger jeg på alle disse Folks Hals, at de må trælle for Kong Nebukadnezar af Babel; de skal trælle for ham, selv Markens Vildt har jeg givet ham."
15 ତହିଁରେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ହନାନୀୟ ଭବିଷ୍ୟଦ୍‍ବକ୍ତାଙ୍କୁ କହିଲେ, “ହେ ହନାନୀୟ, ଏବେ ଶୁଣ; ସଦାପ୍ରଭୁ ତୁମ୍ଭକୁ ପଠାଇ ନାହାନ୍ତି; ମାତ୍ର ତୁମ୍ଭେ ଏହି ଲୋକମାନଙ୍କୁ ମିଥ୍ୟା କଥାରେ ବିଶ୍ୱାସ କରାଉଅଛ।
Så sagde Profeten Jeremias til Profeten Hananja: "Hør, Hananja! HERREN har ikke sendt dig, og du har fået dette Folk til at slå Lid til Løgn.
16 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭକୁ ପୃଥିବୀରୁ ଦୂର କରିଦେବା; ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛ, ଏଥିପାଇଁ ଏହି ବର୍ଷ ମଧ୍ୟରେ ତୁମ୍ଭେ ମରିବ।’”
Derfor, så siger HERREN: Se, jeg slænger dig bort fra Jordens Flade; du skal dø i År, thi du har prædiket Frafald fra HERREN."
17 ତହିଁରେ ହନାନୀୟ ଭବିଷ୍ୟଦ୍‍ବକ୍ତା ସେହି ବର୍ଷର ସପ୍ତମ ମାସରେ ମଲେ।
Og Profeten Hananja døde samme År i den syvende Måned.

< ଯିରିମୀୟ 28 >