< ଯିରିମୀୟ 28 >
1 ଏଥିଉତ୍ତାରେ ସେହି ବର୍ଷ, ଅର୍ଥାତ୍, ଯିହୁଦାର ରାଜା ସିଦିକୀୟର ରାଜତ୍ଵର ଆରମ୍ଭ ସମୟରେ, ଚତୁର୍ଥ ବର୍ଷର ପଞ୍ଚମ ମାସରେ ଗିବୀୟୋନ୍ ନିବାସୀ ଅସୂରର ପୁତ୍ର ହନାନୀୟ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କର ଓ ଲୋକସମସ୍ତଙ୍କର ସାକ୍ଷାତରେ ମୋତେ ଏହି କଥା କହିଲା,
Et cette même année, au commencement du règne de Sédécias, roi de Juda, la quatrième année, le cinquième mois, Ananias, fils de Hazzur, prophète, de Gabaon, me dit dans la maison de l'Éternel, en présence des sacrificateurs et de tout le peuple, ces paroles:
2 “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗିଅଛୁ।
Ainsi parle l'Éternel des armées, Dieu d'Israël: Je brise le joug du roi de Babel.
3 ବାବିଲର ରାଜା ନବୂଖଦ୍ନିତ୍ସର ଏହି ସ୍ଥାନରୁ ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ବାବିଲକୁ ନେଇ ଯାଇଅଛି, ସେସବୁ ଆମ୍ଭେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ପୁନର୍ବାର ଏହି ସ୍ଥାନକୁ ଆଣିବା।
Encore deux années, et je ramène en ce lieu tous les meubles de la maison de l'Éternel, que Nébucadnézar, roi de Babel, a enlevés de ce lieu, et qu'il a transportés à Babel.
4 ପୁଣି, ଯିହୋୟାକୀମ୍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍କୁ, ଯିହୁଦାରୁ ବାବିଲକୁ ବନ୍ଦୀ ହୋଇ ଯାଇଥିବା ସମସ୍ତ ଲୋକ ସହିତ ଏହି ସ୍ଥାନକୁ ଫେରାଇ ଆଣିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ପକାଇବା।”
Et Jéchonias, fils de Jéhojakim, roi de Juda, et tous les captifs de Juda, qui sont allés à Babel, je les ramènerai en ce lieu, dit l'Éternel, car je briserai le joug du roi de Babel.
5 ତହିଁରେ ଯିରିମୀୟ ଭବିଷ୍ୟଦ୍ବକ୍ତା ପରମେଶ୍ୱରଙ୍କ ଗୃହରେ ଠିଆ ହୋଇଥିବା ଯାଜକମାନଙ୍କ ସାକ୍ଷାତରେ ଓ ସମସ୍ତ ଲୋକଙ୍କ ସାକ୍ଷାତରେ ହନାନୀୟ ଭବିଷ୍ୟଦ୍ବକ୍ତାଙ୍କୁ କହିଲେ,
Alors Jérémie, le prophète, parla à Ananias, le prophète, en présence des sacrificateurs et en présence de tout le peuple qui se tenait dans la maison de l'Éternel;
6 ଅର୍ଥାତ୍, ଯିରିମୀୟ ଭବିଷ୍ୟଦ୍ବକ୍ତା ଏହା କହିଲେ, “ଆମେନ୍; ସଦାପ୍ରଭୁ ସେପରି କରନ୍ତୁ; ସଦାପ୍ରଭୁଙ୍କ ଗୃହର ପାତ୍ର ଓ ନିର୍ବାସିତ ଲୋକସକଳକୁ ବାବିଲରୁ ପୁନର୍ବାର ଏହି ସ୍ଥାନକୁ ଆଣିବା ପାଇଁ ତୁମ୍ଭେ ଯେଉଁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛ, ସଦାପ୍ରଭୁ ତୁମ୍ଭର ସେହି ବାକ୍ୟସବୁ ସିଦ୍ଧ କରନ୍ତୁ।
et Jérémie, le prophète, dit: Ainsi soit-il! ainsi fasse l'Éternel! que l'Éternel donne effet aux paroles que tu as prophétisées, en ramenant les meubles de la maison de l'Éternel et tous les captifs de Babel en ce lieu!
7 ତଥାପି ମୁଁ ତୁମ୍ଭ କର୍ଣ୍ଣଗୋଚରରେ ଓ ସମଗ୍ର ଲୋକଙ୍କ କର୍ଣ୍ଣଗୋଚରରେ ଏହି ଯେଉଁ କଥା କହିଅଛି, ତାହା ଶୁଣ।
Seulement écoute cette parole que je prononce à tes oreilles, et aux oreilles de tout le peuple!
8 ତୁମ୍ଭର ଓ ମୋର ପୂର୍ବରେ ଥିବା ପୁରାତନ କାଳର ଭବିଷ୍ୟଦ୍ବକ୍ତାମାନେ ଅନେକ ଦେଶ ଓ ବୃହତ ବୃହତ ରାଜ୍ୟ ବିରୁଦ୍ଧରେ ଯୁଦ୍ଧ, ଅମଙ୍ଗଳ ଓ ମହାମାରୀ ବିଷୟକ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛନ୍ତି।
Les prophètes qui parurent avant moi et avant toi dès les anciens temps, ont dans leurs prophéties menacé beaucoup de pays, et de grands royaumes, de la guerre, et du désastre et de la peste.
9 ଯେଉଁ ଭବିଷ୍ୟଦ୍ବକ୍ତା ଶାନ୍ତିର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ, ସେହି ଭବିଷ୍ୟଦ୍ବକ୍ତାଙ୍କର ବାକ୍ୟ ସଫଳ ହେଲା ଉତ୍ତାରେ ସିନା ସଦାପ୍ରଭୁ ପ୍ରକୃତରେ ତାହାକୁ ପଠାଇଅଛନ୍ତି ବୋଲି ଜଣା ପଡ଼େ।”
Le prophète qui prophétise le salut, est, quand la parole de ce prophète se réalise, reconnu comme le prophète que l'Éternel envoie véritablement.
10 ତହିଁରେ ହନାନୀୟ ଭବିଷ୍ୟଦ୍ବକ୍ତା ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ସ୍କନ୍ଧରୁ ଯୁଆଳି କାଢ଼ିନେଇ ତାହା ଭାଙ୍ଗି ପକାଇଲା।
Alors Ananias, le prophète, ôta le joug du col de Jérémie, le prophète, et le brisa.
11 ଆଉ, ହନାନୀୟ ଲୋକସମୂହର ସାକ୍ଷାତରେ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଏହିରୂପେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ବାବିଲର ରାଜା ନବୂଖଦ୍ନିତ୍ସରର ଯୁଆଳି, ସବୁ ଦେଶୀୟମାନଙ୍କ ସ୍କନ୍ଧରୁ କାଢ଼ି ଭାଙ୍ଗି ପକାଇବା।” ଏଥିରେ ଯିରିମୀୟ ଭବିଷ୍ୟଦ୍ବକ୍ତା ଆପଣା ବାଟରେ ଚାଲିଗଲେ।
Et Ananias parla en présence de tout le peuple en disant: Ainsi parle l'Éternel: De même je briserai le joug de Nébucadnézar, roi de Babel, dans deux ans, l'ôtant du col de tous les peuples. Et le prophète Jérémie alla son chemin.
12 ହନାନୀୟ ଭବିଷ୍ୟଦ୍ବକ୍ତା ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ସ୍କନ୍ଧରୁ ଯୁଆଳି ଭାଙ୍ଗିଲା ଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
Et la parole de l'Éternel fut adressée à Jérémie, après que Ananias, le prophète, eut brisé le joug qu'il avait ôté du col de Jérémie, le prophète, en ces mots:
13 “ତୁମ୍ଭେ ଯାଇ ହନାନୀୟକୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କାଷ୍ଠର ଯୁଆଳି ଭାଙ୍ଗିଅଛ ପ୍ରମାଣ; ମାତ୍ର ତହିଁ ବଦଳରେ ତୁମ୍ଭେ ଲୁହାର ଯୁଆଳି ପ୍ରସ୍ତୁତ କରିବ।
Va, et parle à Ananias, et lui dis: Ainsi parle l'Éternel: Tu as brisé un joug de bois, et tu l'as remplacé par un joug de fer.
14 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଏହିସବୁ ଦେଶୀୟ ଲୋକମାନେ ଯେପରି ବାବିଲର ରାଜା ନବୂଖଦ୍ନିତ୍ସରର ଦାସ୍ୟକର୍ମ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କ ସ୍କନ୍ଧରେ ଲୁହାର ଯୁଆଳି ରଖିଅଛୁ ଓ ସେମାନେ ତାହାର ଦାସ୍ୟକର୍ମ କରିବେ; ପୁଣି, ଆମ୍ଭେ କ୍ଷେତ୍ରସ୍ଥ ପଶୁଗଣ ମଧ୍ୟ ତାହାକୁ ଦେଇଅଛୁ।’”
Car ainsi parle l'Éternel des armées, Dieu d'Israël: Je mets un joug de fer sur le col de tous ces peuples, pour qu'ils soient asservis à Nébucadnézar, roi de Babel; et ils lui seront asservis; et les bêtes des champs, je les lui donne aussi.
15 ତହିଁରେ ଯିରିମୀୟ ଭବିଷ୍ୟଦ୍ବକ୍ତା ହନାନୀୟ ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, “ହେ ହନାନୀୟ, ଏବେ ଶୁଣ; ସଦାପ୍ରଭୁ ତୁମ୍ଭକୁ ପଠାଇ ନାହାନ୍ତି; ମାତ୍ର ତୁମ୍ଭେ ଏହି ଲୋକମାନଙ୍କୁ ମିଥ୍ୟା କଥାରେ ବିଶ୍ୱାସ କରାଉଅଛ।
Et Jérémie, le prophète, dit à Ananias, le prophète: Écoute, Ananias! l'Éternel ne t'a point envoyé, et tu as fait que ce peuple se fie au mensonge;
16 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭକୁ ପୃଥିବୀରୁ ଦୂର କରିଦେବା; ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛ, ଏଥିପାଇଁ ଏହି ବର୍ଷ ମଧ୍ୟରେ ତୁମ୍ଭେ ମରିବ।’”
c'est pourquoi ainsi parle l'Éternel: Voici, je t'ôterai de la terre; cette année tu mourras; car tu as prêché la révolte contre l'Éternel.
17 ତହିଁରେ ହନାନୀୟ ଭବିଷ୍ୟଦ୍ବକ୍ତା ସେହି ବର୍ଷର ସପ୍ତମ ମାସରେ ମଲେ।
Et Ananias, le prophète, mourut cette année-là, dans le septième mois.