< ଯିରିମୀୟ 29 >
1 ଯିହୋୟାଖୀନ୍ ରାଜା ଓ ରାଜମାତା ଓ ନପୁଂସକଗଣ, ଆଉ ଯିହୁଦାର ଓ ଯିରୂଶାଲମର ଅଧିପତିମାନେ, ଶିଳ୍ପକରମାନେ ଓ କର୍ମକାରମାନେ ଯିରୂଶାଲମରୁ ପ୍ରସ୍ଥାନ କଲା ଉତ୍ତାରେ,
預言者ヱレミヤ、ヱルサレムより書をかの擄へうつされて餘れるところの長老および祭司と預言者ならびにネブカデネザルがヱルサレムよりバビロンに移したるすべての民に送れり
2 ଯିରିମୀୟ ଭବିଷ୍ୟଦ୍ବକ୍ତା ନିର୍ବାସିତ ଲୋକମାନଙ୍କର ଅବଶିଷ୍ଟ ପ୍ରାଚୀନବର୍ଗଙ୍କର ଓ ନବୂଖଦ୍ନିତ୍ସର ଦ୍ୱାରା ନିର୍ବାସାର୍ଥେ ଯିରୂଶାଲମଠାରୁ ବାବିଲକୁ ନୀତ ଯାଜକମାନଙ୍କର, ଭବିଷ୍ୟଦ୍ବକ୍ତାଗଣଙ୍କ ଓ ସମସ୍ତ ଲୋକମାନଙ୍କର ନିକଟକୁ ଯେଉଁ ପତ୍ର ଲେଖି,
是より先ヱコニヤ王と王后と寺人およびユダとヱルサレムの牧伯等および木匠と鐵匠はヱルサレムをされり
3 ଯିହୁଦାର ରାଜା ସିଦିକୀୟ ଦ୍ୱାରା ବାବିଲର ରାଜା ନବୂଖଦ୍ନିତ୍ସର ନିକଟକୁ ବାବିଲକୁ ପ୍ରେରିତ ଶାଫନ୍ର ପୁତ୍ର ଇଲୀୟାସା ହିଲ୍କୀୟର ପୁତ୍ର ଗମରୀୟର ହସ୍ତ ଦ୍ୱାରା ଯିରୂଶାଲମଠାରୁ ପଠାଇଥିଲେ, ସେହି ପତ୍ରରେ ଏହିସବୁ କଥା ଥିଲା, ଯଥା,
ヱレミヤその書をシヤパンの子エラサおよびヒルキヤの子ゲマリヤ即ちユダの王ゼデキヤがバビロンにつかはしてバビロンの王ネブカデネザルにいたらしむる者の手によりて送れり其書にいはく
4 “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ଯିରୂଶାଲମରୁ ବାବିଲକୁ ଯେଉଁମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସକଳ ନିର୍ବାସିତମାନଙ୍କ ପ୍ରତି ଆମ୍ଭର ଆଦେଶ ଏହି;
萬軍のヱホバ、イスラエルの神すべて擄うつされし者即ち我ヱルサレムよりバビロンに移さしめし者にかくいふ
5 ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର; ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କର;
汝ら屋を建てこれに住ひ圃をつくりてその果をくらへ
6 ତୁମ୍ଭେମାନେ ଭାର୍ଯ୍ୟା ଗ୍ରହଣ କରି ପୁତ୍ରକନ୍ୟା ଜାତ କର, ଆଉ ତୁମ୍ଭମାନଙ୍କର ପୁତ୍ରଗଣକୁ ଭାର୍ଯ୍ୟା ଗ୍ରହଣ କରାଅ ଓ ତୁମ୍ଭମାନଙ୍କର କନ୍ୟାଗଣଙ୍କୁ ସ୍ୱାମୀ ଗ୍ରହଣ କରାଅ, ସେମାନେ ପୁତ୍ରକନ୍ୟା ଜାତ କରନ୍ତୁ; ଆଉ, ତୁମ୍ଭେମାନେ ସେଠାରେ ବର୍ଦ୍ଧିତ ହୋଇ ଊଣା ହୁଅ ନାହିଁ।
妻を娶て子女をうみ又汝らの子に媳を娶り汝らの女を嫁がしめ彼らに子女を生しめよ此は汝等かしこに減ずして增んがためなり
7 ପୁଣି, ଆମ୍ଭେ ଯେଉଁ ନଗରରେ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ତହିଁର ଶାନ୍ତି ଚେଷ୍ଟା କର ଓ ତହିଁ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର, କାରଣ ତହିଁର ଶାନ୍ତିରେ ତୁମ୍ଭମାନଙ୍କର ଶାନ୍ତି ହେବ।
我汝らを擄移さしめしところの邑の安を求めこれが爲にヱホバにいのれその邑の安によりて汝らもまた安をうればなり
8 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ତୁମ୍ଭମାନଙ୍କର ମଧ୍ୟବର୍ତ୍ତୀ ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାମାନେ ଓ ଗଣକମାନେ ତୁମ୍ଭମାନଙ୍କୁ ନ ଭୁଲାଉନ୍ତୁ, ଅଥବା ତୁମ୍ଭେମାନେ ଯେଉଁ ସ୍ୱପ୍ନ ଦର୍ଶନ କର, ତୁମ୍ଭମାନଙ୍କର ସେହି ସବୁ ସ୍ୱପ୍ନରେ ମନୋଯୋଗ କର ନାହିଁ।
萬軍のヱホバ、イスラエルの神かくいひたまふ汝らの中の預言者と卜筮士に惑はさるる勿れまた汝ら自ら作りしところの夢に聽したがふ勿れ
9 କାରଣ ସେମାନେ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପ୍ରେରଣ କରି ନାହୁଁ।
そは彼ら我名をもて謊を汝らに預言すればなり我彼らを遣さずヱホバいひたまふ
10 ଯେହେତୁ ସଦାପ୍ରଭୁ ଏହି କଥା କହନ୍ତି, ବାବିଲର ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲା ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କର ତତ୍ତ୍ୱାନୁସନ୍ଧାନ କରିବା ଓ ତୁମ୍ଭମାନଙ୍କୁ ଏହି ସ୍ଥାନକୁ ଫେରାଇ ଆଣି ତୁମ୍ଭମାନଙ୍କ ପକ୍ଷରେ ଆମ୍ଭର ମଙ୍ଗଳ ବାକ୍ୟ ସିଦ୍ଧ କରିବା।
ヱホバかくいひたまふバビロンに於て七十年滿なばわれ汝らを眷み我嘉言を汝らになして汝らをこの處に歸らしめん
11 କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେସକଳ ସଂକଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଂକଳ୍ପ ଅଟେ।
ヱホバいひたまふ我が汝らにむかひて懷くところの念は我これを知るすなはち災をあたへんとにあらず平安を與へんとおもひ又汝らに後と望をあたへんとおもふなり
12 ପୁଣି, ତୁମ୍ଭେମାନେ ଆମ୍ଭକୁ ଆହ୍ୱାନ କରିବ ଓ ଯାଇ ଆମ୍ଭ ନିକଟରେ ପ୍ରାର୍ଥନା କରିବ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବା।
汝らわれに龥はり往て我にいのらん我汝らに聽べし
13 ଆଉ, ତୁମ୍ଭେମାନେ ଆମ୍ଭଙ୍କୁ ଅନ୍ୱେଷଣ କରିବ ଓ ସର୍ବାନ୍ତଃକରଣ ସହିତ ଆମ୍ଭଙ୍କୁ ଖୋଜିଲେ ଆମ୍ଭର ଉଦ୍ଦେଶ୍ୟ ପାଇବ।
汝らもし一心をもて我を索めなば我に尋ね遇はん
14 ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଜାତିମାନଙ୍କ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହି ସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ଏହା ସଦାପ୍ରଭୁ କହନ୍ତି; ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା।
ヱホバいひたまふ我汝らの遇ところとならんわれ汝らの俘擄を解き汝らを萬國よりすべて我汝らを逐やりし處より集め且我汝らをして擄らはれて離れしめしその處に汝らをひき歸らんとヱホバいひたまふ
15 ସଦାପ୍ରଭୁ ବାବିଲରେ ଆମ୍ଭମାନଙ୍କ ନିମନ୍ତେ ଭବିଷ୍ୟଦ୍ବକ୍ତାଗଣ ଉତ୍ପନ୍ନ କରିଅଛନ୍ତି ବୋଲି ତୁମ୍ଭେମାନେ କହିଅଛ।
ヱホバわれらの爲にバビロンに於て預言者を立たまひしと汝らはいふ
16 ଏହେତୁ ଦାଉଦର ସିଂହାସନରେ ଉପବିଷ୍ଟ ରାଜା ବିଷୟରେ ଓ ଏହି ନଗରରେ ବାସକାରୀ ସମସ୍ତ ଲୋକଙ୍କର, ଅର୍ଥାତ୍, ତୁମ୍ଭର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କ ସଙ୍ଗେ ବନ୍ଦୀ ହୋଇଯାଇ ନାହାନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;
ダビデの位に坐する王とこの邑に住るすべての民汝らと偕にとらへ移されざりし兄弟につきてヱホバかくいひたまふ
17 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଖଡ୍ଗ, ଦୁର୍ଭିକ୍ଷ, ମହାମାରୀ ପଠାଇବା ଓ ଘୃଣାଜନକ ଯେଉଁ ଡିମ୍ବିରି ଫଳ ଅତି ମନ୍ଦ ହେବାରୁ ଭୋଜନ କରାଯାଇ ନ ପାରେ, ତାହାରି ତୁଲ୍ୟ ସେମାନଙ୍କୁ କରିବା।
萬軍のヱホバかくいふ視よわれ劍と饑饉と疫病を彼らにおくり彼らを惡くして食はれざる惡き無花果のごとくになさん
18 ପୁଣି, ଆମ୍ଭେ ଯେ ଯେ ଗୋଷ୍ଠୀ ମଧ୍ୟକୁ ସେମାନଙ୍କୁ ତଡ଼ି ଦେଇଅଛୁ, ସେସମସ୍ତଙ୍କ ମଧ୍ୟରେ ସେମାନଙ୍କୁ ଅଭିଶାପର, ବିସ୍ମୟର, ଶୀସ୍ ଶବ୍ଦର ଓ ନିନ୍ଦାର ପାତ୍ର ହେବା ନିମନ୍ତେ ଆମ୍ଭେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ନେଇ ସେମାନଙ୍କ ପଛେ ପଛେ ଗୋଡ଼ାଇବା ଓ ପୃଥିବୀର ସମସ୍ତ ରାଜ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷେପ କରିବା;
われ劍と饑饉と疫病をもて彼らを逐ひまた彼らを地の萬國にわたして虐にあはしめ我彼らを逐やる諸國に於て呪詛となり詫異となり人の嗤笑となり恥辱とならしめん
19 କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପ୍ରଭାତରେ ଉଠି ଆମ୍ଭର ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ସେମାନଙ୍କ ନିକଟକୁ ପଠାଇ ଯାହା କହିଲୁ, ସେମାନେ ଆମ୍ଭର ସେହି ବାକ୍ୟରେ ମନୋଯୋଗ କରି ନାହାନ୍ତି; ମାତ୍ର ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭର ବାକ୍ୟ ଶୁଣିବାକୁ ସମ୍ମତ ହେଲ ନାହିଁ।
是彼ら我言を聽ざればなりとヱホバいひたまふ我この言を我僕なる預言者によりて遣り頻におくれども汝ら聽ざるなりとヱホバいひたまふ
20 ଏହେତୁ ଆମ୍ଭ ଦ୍ୱାରା ଯିରୂଶାଲମରୁ ବାବିଲକୁ ପ୍ରେରିତ ନିର୍ବାସିତ ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।
わがヱルサレムよりバビロンにおくりし諸の俘擄人よ汝らヱホバの言をきけ
21 ‘କୋଲାୟର ପୁତ୍ର ଆହବ ଓ ମାସେୟର ପୁତ୍ର ସିଦିକୀୟ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିଷୟରେ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ଆମ୍ଭେ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ସେମାନଙ୍କୁ ସମର୍ପଣ କରିବା, ତହିଁରେ ସେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବଧ କରିବ;
我名をもて謊を汝らに預言するコラヤの子アハブとマアセヤの子ゼデキヤにつきて萬軍のヱホバ、イスラエルの神かくいふ視よわれ彼らをバビロンの王ネブカデネザルの手に付さん彼これを汝らの目の前に殺すべし
22 ପୁଣି, ବାବିଲରେ ଯିହୁଦାର ନିର୍ବାସିତ ଯେତେ ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରେ ସେହି ଦୁଇ ବ୍ୟକ୍ତିର ଉପଲକ୍ଷ୍ୟରେ ଏହି ଅଭିଶାପର କଥା ପ୍ରଚଳିତ ହେବ, ଯଥା, ବାବିଲର ରାଜା ସିଦିକୀୟ ଓ ଆହାବଙ୍କୁ ଯେପରି ଅଗ୍ନିରେ ଦଗ୍ଧ କରିଥିଲେ, ସେହିପରି ସଦାପ୍ରଭୁ ତୁମ୍ଭମାନଙ୍କୁ କରନ୍ତୁ।
バビロンにあるユダの俘擄人は皆彼らをもて詛となし願くはヱホバ汝をバビロンの王が火にて焚しゼデキヤとアハブのごとき者となしたまはん事をといふ
23 କାରଣ ସେମାନେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କାର୍ଯ୍ୟ କରିଅଛନ୍ତି, ସେମାନେ ଆପଣା ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ବ୍ୟଭିଚାର କରିଅଛନ୍ତି, ପୁଣି, ଆମ୍ଭେ ଯାହା ଆଜ୍ଞା କରି ନାହୁଁ, ଏପରି ମିଥ୍ୟା କଥା ଆମ୍ଭ ନାମରେ କହିଅଛନ୍ତି, ସଦାପ୍ରଭୁ କହନ୍ତି, ଆମ୍ଭେ ଜାଣୁ ଓ ଆମ୍ଭେ ସାକ୍ଷୀ ଅଛୁ।’”
こは彼らイスラエルの中に惡をなし鄰の妻を犯し且我彼らに命ぜざる謊の言をわが名をもて語りしによる我これを知りまた證すとヱホバいひたまふ
24 ଆହୁରି, ତୁମ୍ଭେ ନିହିଲାମୀୟ ଶମୟୀୟର ବିଷୟରେ ଏହି କଥା କହିବ,
汝ネヘラミ人シマヤにかく語りいふべし
25 “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଯିରୂଶାଲମସ୍ଥିତ ସମସ୍ତ ଲୋକଙ୍କ ନିକଟକୁ ଓ ମାସେୟର ପୁତ୍ର ସଫନୀୟ ଯାଜକ ଓ ଅନ୍ୟାନ୍ୟ ସମସ୍ତ ଯାଜକମାନଙ୍କ ନିକଟକୁ ଆପଣା ନାମରେ ଏହି ପତ୍ର ପଠାଇଅଛ, ଯଥା,
萬軍のヱホバ、イスラエルの神かくいふ汝おのれの名をもて書をヱルサレムにある諸の民と祭司マアセヤの子ゼパニヤおよび諸の祭司に送りていふ
26 ‘କେହି ବାତୁଳ ହୋଇ ଆପଣାକୁ ଭବିଷ୍ୟଦ୍ବକ୍ତା ପରି ଦେଖାଇଲେ, ତାହାକୁ ହରିକାଠରେ ଓ ବେଡ଼ିରେ ରଖିବା ପାଇଁ ସଦାପ୍ରଭୁଙ୍କ ଗୃହରେ ତୁମ୍ଭେମାନେ ଯେପରି ରକ୍ଷକ ସ୍ୱରୂପ ହେବ, ଏଥିପାଇଁ ଯିହୋୟାଦା ଯାଜକର ବଦଳରେ ସଦାପ୍ରଭୁ ତୁମ୍ଭକୁ ଯାଜକ କରିଅଛନ୍ତି।
ヱホバ汝を祭司ヱホヤダに代て祭司となし汝らをヱホバの室の監督となしたまふ此すべて狂妄ひ且みづから預言者なりといふ者を獄と桎梏につながしめんためなり
27 ଏହେତୁ ଅନାଥୋତୀୟ ଯେଉଁ ଯିରିମୀୟ ତୁମ୍ଭମାନଙ୍କ ନିକଟରେ ଆପଣାକୁ ଭବିଷ୍ୟଦ୍ବକ୍ତା ପରି ଦେଖାଉଅଛି, ତୁମ୍ଭେ କାହିଁକି ତାହାକୁ ଧମକ ଦେଇ ନାହଁ?
然るに汝いま何故に汝らにむかひてみづから預言者なりといふところのアナトテのヱレミヤを斥責めざるや
28 ସେ କାରଣରୁ ସେ ବାବିଲରେ ଆମ୍ଭମାନଙ୍କ ନିକଟକୁ ପଠାଇ କହିଅଛି, ନିର୍ବାସିତ କାଳ ଦୀର୍ଘ, ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର ଓ ଉଦ୍ୟାନ ପ୍ରସ୍ତୁତ କରି ଫଳ ଭୋଗ କର।’”
そは彼バビロンにをる我儕に書を送り時尚長ければ汝ら家を建て之に住ひ圃をつくりてその實をくらへといへり
29 ଏଥିଉତ୍ତାରେ ସଫନୀୟ ଯାଜକ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ କର୍ଣ୍ଣଗୋଚରରେ ଏହି ପତ୍ର ପାଠ କଲା।
祭司ゼパニヤこの書を預言者ヱレミヤに讀きかせたり
30 ତହିଁ ଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
時にヱホバの言ヱレミヤにのぞみていふ
31 “ତୁମ୍ଭେ ନିର୍ବାସିତ ସମସ୍ତ ଲୋକ ପ୍ରତି ଏହି କଥା କହି ପଠାଅ, ନିହିଲାମୀୟ ଶମୟୀୟର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ଆମ୍ଭେ ଶମୟୀୟକୁ ନ ପଠାଇଲେ ହେଁ ସେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛି ଓ ମିଥ୍ୟା କଥାରେ ତୁମ୍ଭମାନଙ୍କର ବିଶ୍ୱାସ ଜନ୍ମାଇଅଛି,
諸の俘擄人に書をおくりて云べしネヘラミ人シマヤの事につきてヱホバかくいふ我シマヤを遣さざるに彼汝らに預言し汝らに謊を信ぜしめしによりて
32 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ନିହିଲାମୀୟ ଶମୟୀୟକୁ ଓ ତାହାର ବଂଶକୁ ଦଣ୍ଡ ଦେବା; ଏହି ଲୋକମାନଙ୍କ ମଧ୍ୟରେ ବାସ କରିବା ପାଇଁ ତାହାର କେହି ରହିବେ ନାହିଁ; ଆଉ, ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ମଙ୍ଗଳ କରିବା, ତାହା ସେ ଦେଖିବ ନାହିଁ, ଏହା ସଦାପ୍ରଭୁ କହନ୍ତି; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛି।’”
ヱホバかくいふ視よ我ネヘラミ人シマヤと其子孫を罰すべし彼ヱホバに逆くことを敎へしによりて此民のうちに彼に屬する者一人も住ふことなからん且我民に吾がなさんとする善事をみざるべしとヱホバいひたまふ