< ଯିରିମୀୟ 3 >

1 ଲୋକେ କହନ୍ତି, ‘କେହି ଆପଣା ଭାର୍ଯ୍ୟାକୁ ତ୍ୟାଗ କଲେ, ସେ ସ୍ତ୍ରୀ ତାହା ନିକଟକୁ ଯାଇ ଯଦି ଅନ୍ୟ ପୁରୁଷର ହୁଏ, ତେବେ ତାହାର ସ୍ୱାମୀ କି ପୁନର୍ବାର ତାହା ନିକଟକୁ ଯିବ?’ ଗଲେ, ସେହି ଦେଶ କି ଅତ୍ୟନ୍ତ ଅଶୁଚି ହେବ ନାହିଁ? ମାତ୍ର ତୁମ୍ଭେ ଅନେକ ଉପପତିର ସଙ୍ଗେ ବ୍ୟଭିଚାର କରିଅଛ? ତଥାପି ସଦାପ୍ରଭୁ କହନ୍ତି, ତୁମ୍ଭେ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସୁଅଛ!
ἐὰν ἐξαποστείλῃ ἀνὴρ τὴν γυναῖκα αὐτοῦ καὶ ἀπέλθῃ ἀπ’ αὐτοῦ καὶ γένηται ἀνδρὶ ἑτέρῳ μὴ ἀνακάμπτουσα ἀνακάμψει πρὸς αὐτὸν ἔτι οὐ μιαινομένη μιανθήσεται ἡ γυνὴ ἐκείνη καὶ σὺ ἐξεπόρνευσας ἐν ποιμέσιν πολλοῖς καὶ ἀνέκαμπτες πρός με λέγει κύριος
2 ଚକ୍ଷୁ ଟେକି ବୃକ୍ଷଶୂନ୍ୟ ଟିକର ସ୍ଥାନସବୁ ଦେଖ; ତୁମ୍ଭେ କେଉଁଠାରେ ବ୍ୟଭିଚାର କରି ନାହଁ? ଯେପରି ଆରବୀୟ ଲୋକ ପ୍ରାନ୍ତରରେ ବସେ, ସେପରି ତୁମ୍ଭେ ସେମାନଙ୍କ ନିମନ୍ତେ ରାଜପଥରେ ବସିଅଛ; ଆଉ, ତୁମ୍ଭେ ଆପଣା ବ୍ୟଭିଚାର ଓ ଦୁଷ୍ଟକ୍ରିୟା ଦ୍ୱାରା ଦେଶ ଅଶୁଚି କରିଅଛ।
ἆρον εἰς εὐθεῖαν τοὺς ὀφθαλμούς σου καὶ ἰδέ ποῦ οὐχὶ ἐξεφύρθης ἐπὶ ταῖς ὁδοῖς ἐκάθισας αὐτοῖς ὡσεὶ κορώνη ἐρημουμένη καὶ ἐμίανας τὴν γῆν ἐν ταῖς πορνείαις σου καὶ ἐν ταῖς κακίαις σου
3 ଏହେତୁ ବୃଷ୍ଟି ନିବାରିତ ହୋଇଅଛି ଓ ଶେଷ ବର୍ଷା ହୋଇ ନାହିଁ; ତଥାପି ତୁମ୍ଭେ ବେଶ୍ୟାର କପାଳ ଧାରଣ କରିଅଛ, ତୁମ୍ଭେ ଲଜ୍ଜିତା ହେବାକୁ ଅସମ୍ମତା ହୋଇଅଛ।
καὶ ἔσχες ποιμένας πολλοὺς εἰς πρόσκομμα σεαυτῇ ὄψις πόρνης ἐγένετό σοι ἀπηναισχύντησας πρὸς πάντας
4 ତୁମ୍ଭେ କି ଏହି ସମୟଠାରୁ ଆମ୍ଭ ନିକଟରେ ପ୍ରାର୍ଥନା କରି ନ କହିବ, ‘ହେ ମୋର ପିତଃ, ତୁମ୍ଭେ ମୋର ବାଲ୍ୟକାଳର ପଥପ୍ରଦର୍ଶକ?
οὐχ ὡς οἶκόν με ἐκάλεσας καὶ πατέρα καὶ ἀρχηγὸν τῆς παρθενίας σου
5 ସେ କି ସଦାକାଳ କ୍ରୁଦ୍ଧ ହୋଇଥିବେ? ସେ କି ଶେଷ ପର୍ଯ୍ୟନ୍ତ ତାହା ରଖିବେ?’ ଦେଖ, ତୁମ୍ଭେ କଥା କହିଅଛ, ପୁଣି ଦୁଷ୍କ୍ରିୟା କରିଅଛ ଓ ନିଜ ପଥରେ ଚାଲିଅଛ।”
μὴ διαμενεῖ εἰς τὸν αἰῶνα ἢ διαφυλαχθήσεται εἰς νεῖκος ἰδοὺ ἐλάλησας καὶ ἐποίησας τὰ πονηρὰ ταῦτα καὶ ἠδυνάσθης
6 ଆହୁରି, ଯୋଶୀୟ ରାଜାର ସମୟରେ ସଦାପ୍ରଭୁ ମୋତେ କହିଲେ, “ବିପଥଗାମୀନୀ ଇସ୍ରାଏଲ ଯାହା କରିଅଛି, ତାହା କି ତୁମ୍ଭେ ଦେଖିଅଛ? ସେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ତଳେ ଯାଇ ସେଠାରେ ବ୍ୟଭିଚାର କରିଅଛି।
καὶ εἶπεν κύριος πρός με ἐν ταῖς ἡμέραις Ιωσια τοῦ βασιλέως εἶδες ἃ ἐποίησέν μοι ἡ κατοικία τοῦ Ισραηλ ἐπορεύθησαν ἐπὶ πᾶν ὄρος ὑψηλὸν καὶ ὑποκάτω παντὸς ξύλου ἀλσώδους καὶ ἐπόρνευσαν ἐκεῖ
7 ପୁଣି, ସେ ଏସବୁ କାର୍ଯ୍ୟ କଲା ଉତ୍ତାରେ ଆମ୍ଭେ କହିଲୁ, ସେ ଆମ୍ଭ ନିକଟକୁ ଫେରି ଆସିବ, ମାତ୍ର ସେ ଫେରି ଆସିଲା ନାହିଁ; ଆଉ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଏହା ଦେଖିଲା।
καὶ εἶπα μετὰ τὸ πορνεῦσαι αὐτὴν ταῦτα πάντα πρός με ἀνάστρεψον καὶ οὐκ ἀνέστρεψεν καὶ εἶδεν τὴν ἀσυνθεσίαν αὐτῆς ἡ ἀσύνθετος Ιουδα
8 ଆଉ, ଆମ୍ଭେ ଦେଖିଲୁ, ବିପଥଗାମୀନୀ ଇସ୍ରାଏଲ ବ୍ୟଭିଚାର କରିବା ସକାଶୁ ଆମ୍ଭେ ତାହାକୁ ତ୍ୟାଗ କରି ଛାଡ଼ପତ୍ର ଦେଲେ ହେଁ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଭୟ କଲା ନାହିଁ; ମାତ୍ର ସେ ମଧ୍ୟ ଯାଇ ବ୍ୟଭିଚାର କଲା।
καὶ εἶδον διότι περὶ πάντων ὧν κατελήμφθη ἐν οἷς ἐμοιχᾶτο ἡ κατοικία τοῦ Ισραηλ καὶ ἐξαπέστειλα αὐτὴν καὶ ἔδωκα αὐτῇ βιβλίον ἀποστασίου εἰς τὰς χεῖρας αὐτῆς καὶ οὐκ ἐφοβήθη ἡ ἀσύνθετος Ιουδα καὶ ἐπορεύθη καὶ ἐπόρνευσεν καὶ αὐτή
9 ତାହାର ବ୍ୟଭିଚାରର ଅଖ୍ୟାତିରେ ଦେଶ ଅଶୁଚି ହେଲା ଓ ସେ ପଥର ଓ କାଠ ସଙ୍ଗରେ ବ୍ୟଭିଚାର କଲା।
καὶ ἐγένετο εἰς οὐθὲν ἡ πορνεία αὐτῆς καὶ ἐμοίχευσεν τὸ ξύλον καὶ τὸν λίθον
10 ପୁଣି, ଏସବୁ ହେଲେ ହେଁ ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଆପଣା ସର୍ବାନ୍ତଃକରଣ ସହିତ ନୁହେଁ, ମାତ୍ର କପଟ ଭାବରେ ଆମ୍ଭ ପ୍ରତି ଫେରିଅଛି, ଏହା ସଦାପ୍ରଭୁ କହନ୍ତି।”
καὶ ἐν πᾶσιν τούτοις οὐκ ἐπεστράφη πρός με ἡ ἀσύνθετος Ιουδα ἐξ ὅλης τῆς καρδίας αὐτῆς ἀλλ’ ἐπὶ ψεύδει
11 ଆଉ, ସଦାପ୍ରଭୁ ମୋତେ କହିଲେ, “ବିପଥଗାମୀନୀ ଇସ୍ରାଏଲ ବିଶ୍ୱାସଘାତିନୀ ଯିହୁଦା ଅପେକ୍ଷା ଆପଣାକୁ ଧାର୍ମିକା ଦେଖାଇଅଛି।
καὶ εἶπεν κύριος πρός με ἐδικαίωσεν τὴν ψυχὴν αὐτοῦ Ισραηλ ἀπὸ τῆς ἀσυνθέτου Ιουδα
12 ତୁମ୍ଭେ ଯାଇ ଉତ୍ତର ଦିଗ ଆଡ଼େ ଏହି କଥା ପ୍ରଚାର କରି କୁହ, ହେ ବିପଥଗାମୀନୀ ଇସ୍ରାଏଲ, ସଦାପ୍ରଭୁ କହନ୍ତି, ତୁମ୍ଭେ ଫେର; ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ ଦୃଷ୍ଟି କରିବା ନାହିଁ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଦୟାବାନ, ଆମ୍ଭେ ସର୍ବଦା କ୍ରୋଧ ରଖିବା ନାହିଁ।
πορεύου καὶ ἀνάγνωθι τοὺς λόγους τούτους πρὸς βορρᾶν καὶ ἐρεῖς ἐπιστράφητι πρός με ἡ κατοικία τοῦ Ισραηλ λέγει κύριος καὶ οὐ στηριῶ τὸ πρόσωπόν μου ἐφ’ ὑμᾶς ὅτι ἐλεήμων ἐγώ εἰμι λέγει κύριος καὶ οὐ μηνιῶ ὑμῖν εἰς τὸν αἰῶνα
13 ସଦାପ୍ରଭୁ କହନ୍ତି, ତୁମ୍ଭେ ଯେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ଅପରାଧ କରିଅଛ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ତଳେ ବିଦେଶୀୟମାନଙ୍କ ନିକଟକୁ ଯାଇ ଭ୍ରମଣ କରିଅଛ ଓ ଆମ୍ଭ ରବରେ ମନୋଯୋଗ କରି ନାହଁ, ଆପଣାର ଏହି ଅଧର୍ମାଚରଣ କେବଳ ସ୍ୱୀକାର କର।
πλὴν γνῶθι τὴν ἀδικίαν σου ὅτι εἰς κύριον τὸν θεόν σου ἠσέβησας καὶ διέχεας τὰς ὁδούς σου εἰς ἀλλοτρίους ὑποκάτω παντὸς ξύλου ἀλσώδους τῆς δὲ φωνῆς μου οὐχ ὑπήκουσας λέγει κύριος
14 ସଦାପ୍ରଭୁ କହନ୍ତି, ହେ ବିପଥଗାମୀ ସନ୍ତାନଗଣ, ଫେର; କାରଣ ଆମ୍ଭେ ତୁମ୍ଭମାନଙ୍କର ସ୍ୱାମୀ; ଆମ୍ଭେ ନଗରରୁ ଏକ ଜଣ ଓ ଗୋଷ୍ଠୀ ମଧ୍ୟରୁ ଦୁଇ ଜଣ କରି ତୁମ୍ଭମାନଙ୍କୁ ସିୟୋନକୁ ଆଣିବା;
ἐπιστράφητε υἱοὶ ἀφεστηκότες λέγει κύριος διότι ἐγὼ κατακυριεύσω ὑμῶν καὶ λήμψομαι ὑμᾶς ἕνα ἐκ πόλεως καὶ δύο ἐκ πατριᾶς καὶ εἰσάξω ὑμᾶς εἰς Σιων
15 ଆଉ, ଆମ୍ଭେ ଆପଣା ମନ ଅନୁଯାୟୀ ପାଳକଗଣ ତୁମ୍ଭମାନଙ୍କୁ ଦେବା, ସେମାନେ ଜ୍ଞାନ ଓ ବୁଦ୍ଧିରେ ତୁମ୍ଭମାନଙ୍କୁ ଚରାଇବେ।
καὶ δώσω ὑμῖν ποιμένας κατὰ τὴν καρδίαν μου καὶ ποιμανοῦσιν ὑμᾶς ποιμαίνοντες μετ’ ἐπιστήμης
16 ସଦାପ୍ରଭୁ କହନ୍ତି, ସେହି ସମୟରେ, ଯେତେବେଳେ ତୁମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ଓ ବହୁବଂଶ ହେବ, ସେତେବେଳେ ଲୋକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବୋଲି ଆଉ କହିବେ ନାହିଁ; କିଅବା ତାହା ମନରେ ପଡ଼ିବ ନାହିଁ; ଅଥବା ସେମାନେ ତାହା ସ୍ମରଣ କରିବେ ନାହିଁ, କିଅବା ତାହା ନିକଟକୁ ଯିବେ ନାହିଁ; ଅଥବା ଆଉ ତାହା ନିର୍ମିତ ହେବ ନାହିଁ।
καὶ ἔσται ἐὰν πληθυνθῆτε καὶ αὐξηθῆτε ἐπὶ τῆς γῆς ἐν ταῖς ἡμέραις ἐκείναις λέγει κύριος οὐκ ἐροῦσιν ἔτι κιβωτὸς διαθήκης ἁγίου Ισραηλ οὐκ ἀναβήσεται ἐπὶ καρδίαν οὐκ ὀνομασθήσεται οὐδὲ ἐπισκεφθήσεται καὶ οὐ ποιηθήσεται ἔτι
17 ସେସମୟରେ ଲୋକମାନେ ଯିରୂଶାଲମକୁ ସଦାପ୍ରଭୁଙ୍କର ସିଂହାସନ ବୋଲି କହିବେ; ଆଉ, ସବୁ ଦେଶୀୟ ଲୋକମାନେ ତହିଁ ନିକଟରେ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯିରୂଶାଲମରେ ସଂଗୃହୀତ ହେବେ; ପୁଣି, ସେମାନେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତା ଅନୁସାରେ ଆଉ ଗମନ କରିବେ ନାହିଁ।
ἐν ταῖς ἡμέραις ἐκείναις καὶ ἐν τῷ καιρῷ ἐκείνῳ καλέσουσιν τὴν Ιερουσαλημ θρόνος κυρίου καὶ συναχθήσονται εἰς αὐτὴν πάντα τὰ ἔθνη καὶ οὐ πορεύσονται ἔτι ὀπίσω τῶν ἐνθυμημάτων τῆς καρδίας αὐτῶν τῆς πονηρᾶς
18 ସେହି ସମୟରେ ଯିହୁଦା ବଂଶ, ଇସ୍ରାଏଲ ବଂଶ ସଙ୍ଗେ ଗମନ କରିବେ ଓ ସେମାନେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ ଆସିବେ।
ἐν ταῖς ἡμέραις ἐκείναις συνελεύσονται οἶκος Ιουδα ἐπὶ τὸν οἶκον τοῦ Ισραηλ καὶ ἥξουσιν ἐπὶ τὸ αὐτὸ ἀπὸ γῆς βορρᾶ καὶ ἀπὸ πασῶν τῶν χωρῶν ἐπὶ τὴν γῆν ἣν κατεκληρονόμησα τοὺς πατέρας αὐτῶν
19 ମାତ୍ର ଆମ୍ଭେ କହିଲୁ, ଆମ୍ଭ ସନ୍ତାନଗଣ ମଧ୍ୟରେ କିପରି ତୁମ୍ଭକୁ ସ୍ଥାନ ଦେବା ଓ ମନୋରମ ଏକ ଦେଶ, ନାନା ଦେଶୀୟମାନଙ୍କର ପରମ ରତ୍ନ ସ୍ୱରୂପ ଏକ ଅଧିକାର ତୁମ୍ଭକୁ ଦାନ କରିବା? ପୁଣି, ଆମ୍ଭେ କହିଲୁ, ତୁମ୍ଭେମାନେ ଆମ୍ଭକୁ ହେ ମୋର ପିତଃ ବୋଲି ଡାକିବ ଓ ଆମ୍ଭ ପଶ୍ଚାଦ୍‍ଗମନରୁ ବିମୁଖ ହେବ ନାହିଁ।
καὶ ἐγὼ εἶπα γένοιτο κύριε ὅτι τάξω σε εἰς τέκνα καὶ δώσω σοι γῆν ἐκλεκτὴν κληρονομίαν θεοῦ παντοκράτορος ἐθνῶν καὶ εἶπα πατέρα καλέσετέ με καὶ ἀπ’ ἐμοῦ οὐκ ἀποστραφήσεσθε
20 ସଦାପ୍ରଭୁ କହନ୍ତି, ଯେପରି କୌଣସି ଭାର୍ଯ୍ୟା ବିଶ୍ୱାସଘାତକତାପୂର୍ବକ ଆପଣା ସ୍ୱାମୀକୁ ଛାଡ଼ିଯାଏ, ସେପରି ହେ ଇସ୍ରାଏଲ, ତୁମ୍ଭେ ନିଶ୍ଚୟ ଆମ୍ଭ ପ୍ରତି ସେହି ପ୍ରକାର ବିଶ୍ୱାସଘାତକତା କରିଅଛ।”
πλὴν ὡς ἀθετεῖ γυνὴ εἰς τὸν συνόντα αὐτῇ οὕτως ἠθέτησεν εἰς ἐμὲ οἶκος Ισραηλ λέγει κύριος
21 ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀମାନରେ ଏକ ସ୍ୱର, ଇସ୍ରାଏଲ-ସନ୍ତାନଗଣର ରୋଦନ ଓ କାକୂକ୍ତି ଶୁଣାଯାଏ; କାରଣ ସେମାନେ କୁଟିଳ ପଥଗାମୀ ଓ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରି ପକାଇଅଛନ୍ତି।
φωνὴ ἐκ χειλέων ἠκούσθη κλαυθμοῦ καὶ δεήσεως υἱῶν Ισραηλ ὅτι ἠδίκησαν ἐν ταῖς ὁδοῖς αὐτῶν ἐπελάθοντο θεοῦ ἁγίου αὐτῶν
22 “ହେ ବିପଥଗାମୀ ସନ୍ତାନଗଣ ଫେର, ଆମ୍ଭେ ତୁମ୍ଭମାନଙ୍କର ବିପଥଗମନରୂପ ରୋଗ ସୁସ୍ଥ କରିବା। ଦେଖ, ଆମ୍ଭେମାନେ ତୁମ୍ଭ ନିକଟକୁ ଆସିଅଛୁ; କାରଣ ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟ।
ἐπιστράφητε υἱοὶ ἐπιστρέφοντες καὶ ἰάσομαι τὰ συντρίμματα ὑμῶν ἰδοὺ δοῦλοι ἡμεῖς ἐσόμεθά σοι ὅτι σὺ κύριος ὁ θεὸς ἡμῶν εἶ
23 ଉପପର୍ବତସମୂହରୁ, ପର୍ବତମାନର ଉପରିସ୍ଥ କୋଳାହଳରୁ ଅପେକ୍ଷିତ ଉପକାର ନିତାନ୍ତ ବ୍ୟର୍ଥ; ନିତାନ୍ତ ଆମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କଠାରେ ଇସ୍ରାଏଲର ପରିତ୍ରାଣ ଅଛି।
ὄντως εἰς ψεῦδος ἦσαν οἱ βουνοὶ καὶ ἡ δύναμις τῶν ὀρέων πλὴν διὰ κυρίου θεοῦ ἡμῶν ἡ σωτηρία τοῦ Ισραηλ
24 ମାତ୍ର ଲଜ୍ଜାସ୍ପଦ ବସ୍ତୁ ଆମ୍ଭମାନଙ୍କର ବାଲ୍ୟକାଳରୁ ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଶ୍ରମଫଳ, ସେମାନଙ୍କ ଗୋମେଷାଦି ପଲ ସେମାନଙ୍କର ପୁତ୍ର ଓ କନ୍ୟାଗଣଙ୍କୁ ଗ୍ରାସ କରିଅଛି।
ἡ δὲ αἰσχύνη κατανάλωσεν τοὺς μόχθους τῶν πατέρων ἡμῶν ἀπὸ νεότητος ἡμῶν τὰ πρόβατα αὐτῶν καὶ τοὺς μόσχους αὐτῶν καὶ τοὺς υἱοὺς αὐτῶν καὶ τὰς θυγατέρας αὐτῶν
25 ଆମ୍ଭେମାନେ ନିଜ ଲଜ୍ଜାରେ ଶୟନ କରୁ ଓ ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ; କାରଣ ଆମ୍ଭେମାନେ ଓ ଆମ୍ଭମାନଙ୍କ ପିତୃପୁରୁଷମାନେ ବାଲ୍ୟକାଳରୁ ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛୁ ଓ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ କରି ନାହୁଁ।”
ἐκοιμήθημεν ἐν τῇ αἰσχύνῃ ἡμῶν καὶ ἐπεκάλυψεν ἡμᾶς ἡ ἀτιμία ἡμῶν διότι ἔναντι τοῦ θεοῦ ἡμῶν ἡμάρτομεν ἡμεῖς καὶ οἱ πατέρες ἡμῶν ἀπὸ νεότητος ἡμῶν ἕως τῆς ἡμέρας ταύτης καὶ οὐχ ὑπηκούσαμεν τῆς φωνῆς κυρίου τοῦ θεοῦ ἡμῶν

< ଯିରିମୀୟ 3 >