< ଯିରିମୀୟ 30 >

1 ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ଯଥା,
Ga maganar da ta zo wa Irmiya daga Ubangiji.
2 “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ତୁମ୍ଭକୁ ଯେଉଁ ସକଳ କଥା କହିଅଛୁ, ତାହା ଗୋଟିଏ ପୁସ୍ତକରେ ଲେଖି ରଖ।
“Ga abin da Ubangiji, Allah na Isra’ila, yana cewa, ‘Ka rubuta a cikin littafi dukan maganganun da na yi maka.
3 କାରଣ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଆପଣା ଲୋକ ଇସ୍ରାଏଲର ଓ ଯିହୁଦାର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ଏପରି ସମୟ ଆସୁଅଛି, ସଦାପ୍ରଭୁ କହନ୍ତି; ହଁ, ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶକୁ ସେମାନଙ୍କୁ ଫେରାଇ ଆଣିବା ଓ ସେମାନେ ତାହା ଅଧିକାର କରିବେ।”
Kwanaki suna zuwa,’ in ji Ubangiji, ‘sa’ad da zan komo da mutanena Isra’ila da Yahuda daga bauta in kuma maido da su ga ƙasar da na ba wa kakanninsu mallaka,’ in ji Ubangiji.”
4 ଇସ୍ରାଏଲ ଓ ଯିହୁଦା ବିଷୟରେ ସଦାପ୍ରଭୁଙ୍କର କଥିତ ବାକ୍ୟ ଏହି।
Ga kalmomin Ubangiji da ya yi game da Isra’ila da Yahuda,
5 ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେମାନେ କମ୍ପିବାର ଓ ଭୟର ଶବ୍ଦ ଶୁଣିଅଛୁ, କିନ୍ତୁ ଶାନ୍ତିର ଶବ୍ଦ ନୁହେଁ।
“Ga abin da Ubangiji yana cewa, “‘Ana jin kukan tsoro, razana, ba salama ba.
6 କୌଣସି ପୁରୁଷର ପ୍ରସବବେଦନା ହେଉଅଛି କି ନାହିଁ, ତୁମ୍ଭେମାନେ ପଚାରି ବୁଝ; ପ୍ରସବବେଦନାର ସମୟରେ ଯେପରି ସ୍ତ୍ରୀଲୋକର, ସେପରି ପ୍ରତ୍ୟେକ ପୁରୁଷର ଆପଣା କଟିଦେଶରେ ହସ୍ତ ଦେବାର ଓ ସମସ୍ତଙ୍କର ମୁଖ ମଳିନ ହେବାର ଆମ୍ଭେ କାହିଁକି ଦେଖୁଅଛୁ?
Ku tambaya ku ji. Namiji zai iya haifi’ya’ya? To, me ya sa kuke ganin kowane mai ƙarfi da hannuwansa a kwankwaso kamar mace mai naƙuda, kowace fuska ta koma fari?
7 ହାୟ ହାୟ! ସେ ଦିନ ମହତ, ତାହା ତୁଲ୍ୟ ଦିନ ଆଉ ନାହିଁ, ତାହା ଯାକୁବର ସଙ୍କଟ କାଳ; ମାତ୍ର ସେ ତହିଁରୁ ଉଦ୍ଧାର ପାଇବ।
Kaito, gama wannan rana za tă zama mai girma! Babu kamar ta. Zai zama lokacin wahala wa Yaƙub, amma za a cece shi daga cikinta.
8 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ସେହି ଦିନ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା ଓ ତୁମ୍ଭର ବନ୍ଧନସବୁ ଛିଣ୍ଡାଇ ଦେବା; ପୁଣି, ବିଦେଶୀମାନେ ଆଉ ଆପଣାମାନଙ୍କର ଦାସ୍ୟକର୍ମ ତାହାକୁ କରାଇବେ ନାହିଁ।
“‘A wannan rana,’ in ji Ubangiji Maɗaukaki, ‘Zan karya karkiya daga wuyansu zan kuma cire musu kangi; baƙi ba za su ƙara bautar da su ba.
9 ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯାହାଙ୍କୁ ଉତ୍ପନ୍ନ କରିବା, ଆପଣାମାନଙ୍କର ସେହି ରାଜା ଦାଉଦଙ୍କର ଦାସ୍ୟକର୍ମ କରିବେ।
A maimakon haka, za su bauta wa Ubangiji Allahnsu Dawuda sarkinsu kuwa, wanda na tayar musu.
10 “ଏହେତୁ ସଦାପ୍ରଭୁ କହନ୍ତି, ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; ଅଥବା ହେ ଇସ୍ରାଏଲ, ନିରାଶ ହୁଅ ନାହିଁ; କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବୁ, ପୁଣି ଯାକୁବ ଫେରିଆସି ଶାନ୍ତିରେ ଓ ନିରାପଦରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।
“‘Saboda haka kada ka ji tsoro, ya Yaƙub bawana; kada ka karai, ya Isra’ila,’ in ji Ubangiji. ‘Tabbatacce zan cece ka daga wuri mai nesa, zuriyarka daga ƙasar zaman bautansu. Yaƙub zai sami salama da zaman lafiya, kuma ba wanda zai sa ya ji tsoro.
11 କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେହି ସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।
Ina tare da kai zan kuma cece ka,’ in ji Ubangiji. ‘Ko da yake na hallakar da dukan al’umma gaba ɗaya a inda na warwatsa ku, ba zan hallaka ku gaba ɗaya ba. Zan hore ku amma da adalci kaɗai; ba zan ƙyale ku ku tafi gaba ɗaya ba hukunci ba.’
12 କାରଣ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭର କ୍ଷତ ଅପ୍ରତୀକାର୍ଯ୍ୟ ଓ ତୁମ୍ଭର ଘାʼ ବ୍ୟଥାଜନକ।
“Ga abin da Ubangiji yana cewa, “‘Mikinku marar warkewa ne, raunin da kuka ji ya sha ƙarfin warkarwa.
13 ତୁମ୍ଭର କ୍ଷତ ଯେପରି ବନ୍ଧା ଯିବ, ଏଥିପାଇଁ ତୁମ୍ଭ ସପକ୍ଷରେ ପ୍ରତିବାଦ କରିବାକୁ କେହି ନାହିଁ, ତୁମ୍ଭର ସ୍ୱାସ୍ଥ୍ୟଜନକ ଔଷଧ ନାହିଁ।
Babu wanda zai yi roƙo saboda damuwarku, ba magani domin mikinku babu warkarwa dominku.
14 ତୁମ୍ଭର ପ୍ରେମକାରୀ ସମସ୍ତେ ତୁମ୍ଭକୁ ପାସୋରିଅଛନ୍ତି; ସେମାନେ ତୁମ୍ଭକୁ ଖୋଜନ୍ତି ନାହିଁ; କାରଣ ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ୟ ଆଘାତ କରିଅଛୁ ଓ ନିର୍ଦ୍ଦୟ ଲୋକ ତୁଲ୍ୟ ଶାସ୍ତି ଦେଇଅଛୁ।
Dukan abokanku sun manta da ku; ba su ƙara kulawa da ku. Na buge ku kamar yadda abokin gāba zai yi na kuma hukunta ku yadda mai mugunta zai yi, domin laifinku da girma yake zunubanku kuma da yawa suke.
15 ତୁମ୍ଭେ ଆପଣା କ୍ଷତ ସକାଶୁ କାହିଁକି କ୍ରନ୍ଦନ କରୁଅଛ? ତୁମ୍ଭର ବେଦନା ଅପ୍ରତୀକାର୍ଯ୍ୟ, ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭ ପ୍ରତି ଏହିସବୁ କରିଅଛୁ।
Me ya sa kuke kuka a kan mikinku, wahalarku da ba ta da magani? Domin laifinku da girma yake da kuma zunubanku masu yawa na yi muku waɗannan abubuwa.
16 ଏହେତୁ ଯେଉଁମାନେ ତୁମ୍ଭକୁ ଗ୍ରାସ କରନ୍ତି, ସେମାନେ ଗ୍ରାସିତ ହେବେ ଓ ତୁମ୍ଭର ବିପକ୍ଷ ସମସ୍ତେ ସେମାନଙ୍କର ପ୍ରତ୍ୟେକ ଜଣର ବନ୍ଦୀତ୍ୱ ସ୍ଥାନକୁ ଯିବେ ଓ ଯେଉଁମାନେ ତୁମ୍ଭକୁ ଲୁଟନ୍ତି, ସେମାନେ ଲୁଟିତ ହେବେ; ଯେଉଁମାନେ ତୁମ୍ଭର ଦ୍ରବ୍ୟ ହରଣ କରନ୍ତି, ସେହି ସମସ୍ତଙ୍କର ଦ୍ରବ୍ୟ ଆମ୍ଭେ ହରଣ କରାଇବା।
“‘Amma duk wanda ya cinye ku za a cinye shi; dukan abokan gābanku za su tafi zaman bauta. Waɗanda suka washe ku su ma za a washe su; dukan waɗanda suka mai da ku ganima su ma zan mai da su ganima.
17 କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ପୁନର୍ବାର ଆରୋଗ୍ୟ ପ୍ରଦାନ କରିବା ଓ ଆମ୍ଭେ ତୁମ୍ଭର ଘାʼ ସବୁ ସୁସ୍ଥ କରିବା; କାରଣ ସେମାନେ ତୁମ୍ଭକୁ ଦୂରୀକୃତା ବୋଲି ଡାକି କହନ୍ତି, ଏ ସିୟୋନ, ଏହାକୁ କେହି ଚାହେଁ ନାହିଁ।
Amma zan mayar muku da lafiya in kuma warkar da mikinku,’ in ji Ubangiji, ‘domin ana ce da ku yasassu, Sihiyona wadda ba wanda ya kula da ita.’
18 ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯାକୁବର ତମ୍ବୁସକଳର ବନ୍ଦୀତ୍ୱ ପରିବର୍ତ୍ତନ କରିବା ଓ ତାହାର ସକଳ ବାସସ୍ଥାନ ପ୍ରତି ଦୟା କରିବା; ତହିଁରେ ନଗର ଆପଣାର ଉପପର୍ବତ ଉପରେ ପୁନର୍ବାର ନିର୍ମିତ ହେବ ଓ ରାଜଗୃହ ତହିଁର ରୀତିମତେ ରହିବ।
“Ga abin da Ubangiji yana cewa, “‘Zan mayar da wadatar tentin Yaƙub in kuma ji tausayin wuraren zamansa; za a sāke gina birnin a kufansa, fadar kuwa za tă tsaya a wurin da ya dace da ita.
19 ଆଉ, ସେହି ସ୍ଥାନ ମଧ୍ୟରୁ ଧନ୍ୟବାଦ ଓ ଆନନ୍ଦକାରୀମାନଙ୍କର ଧ୍ୱନି ନିର୍ଗତ ହେବ; ପୁଣି, ଆମ୍ଭେ ସେମାନଙ୍କୁ ବୃଦ୍ଧି କରିବା ଓ ସେମାନେ ଅଳ୍ପସଂଖ୍ୟକ ହେବେ ନାହିଁ; ଆହୁରି, ଆମ୍ଭେ ସେମାନଙ୍କୁ ଗୌରବାନ୍ୱିତ କରିବା ଓ ସେମାନେ କ୍ଷୁଦ୍ର ହେବେ ନାହିଁ।
Daga gare su waƙoƙi za su fito na godiya da kuma sowa ta farin ciki. Zan riɓaɓɓanya su, ba za su kuwa ragu ba; zan kawo musu ɗaukaka, ba kuwa za a ƙasƙanta su ba.
20 ସେମାନଙ୍କର ସନ୍ତାନଗଣ ମଧ୍ୟ ପୂର୍ବ ପରି ହେବେ ଓ ସେମାନଙ୍କର ମଣ୍ଡଳୀ ଆମ୍ଭ ସାକ୍ଷାତରେ ସ୍ଥିରୀକୃତ ହେବ ଓ ଯେଉଁମାନେ ସେମାନଙ୍କର ଉପଦ୍ରବ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ଶାସ୍ତି ଦେବା।
’Ya’yansu za su kasance kamar a kwanakin dā jama’arsu kuma za su kahu a gabana; zan hukunta duk wanda ya zalunce su.
21 ପୁଣି, ସେମାନଙ୍କର ଅଧିପତି ସେମାନଙ୍କ ମଧ୍ୟରୁ ହେବେ ଓ ସେମାନଙ୍କର ଶାସନକର୍ତ୍ତା ସେମାନଙ୍କ ମଧ୍ୟରୁ ନିର୍ଗତ ହେବେ; ଆଉ, ଆମ୍ଭେ ତାଙ୍କୁ ଆପଣାର ନିକଟବର୍ତ୍ତୀ କରାଇବା ଓ ସେ ଆମ୍ଭ ନିକଟକୁ ଆସିବେ, କାରଣ ସଦାପ୍ରଭୁ କହନ୍ତି, ଆମ୍ଭ ନିକଟକୁ ଆସିବା ପାଇଁ ଯେ ସାହସ କରିଅଛନ୍ତି, ସେ କିଏ?
Shugabansu zai zama ɗaya daga cikinsu; mai mulkinsu zai taso daga cikinsu. Zan kawo shi kusa zai kuma zo kusa da ni, gama wane ne zai miƙa kansa don yă yi kusa da ni?’ In ji Ubangiji.
22 ପୁଣି, ତୁମ୍ଭେମାନେ ଆମ୍ଭର ଲୋକ ହେବ, ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା।”
‘Saboda haka za ku zama mutanena, ni kuwa in zama Allahnku.’”
23 ଦେଖ, ସଦାପ୍ରଭୁଙ୍କର ତୋଫାନ, ଅର୍ଥାତ୍‍, ତାହାଙ୍କର ପ୍ରଚଣ୍ଡ କ୍ରୋଧ, ସର୍ବନାଶକାରୀ ତୋଫାନ ନିର୍ଗତ ହୋଇଅଛି; ତାହା ଦୁଷ୍ଟମାନଙ୍କ ମସ୍ତକରେ ଲାଗିବ।
Ga shi, hadarin Ubangiji zai fasu cikin hasala, iskar guguwa mai hurawa a kan kawunan mugaye.
24 ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରିବା ପର୍ଯ୍ୟନ୍ତ ତାହାଙ୍କର ପ୍ରଜ୍ୱଳିତ କ୍ରୋଧ ନିବୃତ୍ତ ହେବ ନାହିଁ; ତୁମ୍ଭେମାନେ ଅନ୍ତିମ କାଳରେ ଏହା ବୁଝିବ।
Fushi mai zafi na Ubangiji ba zai kawu ba sai ya cika manufofin zuciyarsa gaba ɗaya. A kwanaki masu zuwa za ku gane wannan.

< ଯିରିମୀୟ 30 >