< ଯିରିମୀୟ 30 >

1 ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ଯଥା,
הַדָּבָר אֲשֶׁר הָיָה אֶֽל־יִרְמְיָהוּ מֵאֵת יְהוָה לֵאמֹֽר׃
2 “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ତୁମ୍ଭକୁ ଯେଉଁ ସକଳ କଥା କହିଅଛୁ, ତାହା ଗୋଟିଏ ପୁସ୍ତକରେ ଲେଖି ରଖ।
כֹּֽה־אָמַר יְהוָה אֱלֹהֵי יִשְׂרָאֵל לֵאמֹר כְּתָב־לְךָ אֵת כָּל־הַדְּבָרִים אֲשֶׁר־דִּבַּרְתִּי אֵלֶיךָ אֶל־סֵֽפֶר׃
3 କାରଣ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଆପଣା ଲୋକ ଇସ୍ରାଏଲର ଓ ଯିହୁଦାର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ଏପରି ସମୟ ଆସୁଅଛି, ସଦାପ୍ରଭୁ କହନ୍ତି; ହଁ, ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶକୁ ସେମାନଙ୍କୁ ଫେରାଇ ଆଣିବା ଓ ସେମାନେ ତାହା ଅଧିକାର କରିବେ।”
כִּי הִנֵּה יָמִים בָּאִים נְאֻם־יְהוָה וְשַׁבְתִּי אֶת־שְׁבוּת עַמִּי יִשְׂרָאֵל וִֽיהוּדָה אָמַר יְהוָה וַהֲשִׁבֹתִים אֶל־הָאָרֶץ אֲשֶׁר־נָתַתִּי לַאֲבוֹתָם וִֽירֵשֽׁוּהָ׃
4 ଇସ୍ରାଏଲ ଓ ଯିହୁଦା ବିଷୟରେ ସଦାପ୍ରଭୁଙ୍କର କଥିତ ବାକ୍ୟ ଏହି।
וְאֵלֶּה הַדְּבָרִים אֲשֶׁר דִּבֶּר יְהוָה אֶל־יִשְׂרָאֵל וְאֶל־יְהוּדָֽה׃
5 ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେମାନେ କମ୍ପିବାର ଓ ଭୟର ଶବ୍ଦ ଶୁଣିଅଛୁ, କିନ୍ତୁ ଶାନ୍ତିର ଶବ୍ଦ ନୁହେଁ।
כִּי־כֹה אָמַר יְהוָה קוֹל חֲרָדָה שָׁמָעְנוּ פַּחַד וְאֵין שָׁלֽוֹם׃
6 କୌଣସି ପୁରୁଷର ପ୍ରସବବେଦନା ହେଉଅଛି କି ନାହିଁ, ତୁମ୍ଭେମାନେ ପଚାରି ବୁଝ; ପ୍ରସବବେଦନାର ସମୟରେ ଯେପରି ସ୍ତ୍ରୀଲୋକର, ସେପରି ପ୍ରତ୍ୟେକ ପୁରୁଷର ଆପଣା କଟିଦେଶରେ ହସ୍ତ ଦେବାର ଓ ସମସ୍ତଙ୍କର ମୁଖ ମଳିନ ହେବାର ଆମ୍ଭେ କାହିଁକି ଦେଖୁଅଛୁ?
שַׁאֲלוּ־נָא וּרְאוּ אִם־יֹלֵד זָכָר מַדּוּעַ רָאִיתִי כָל־גֶּבֶר יָדָיו עַל־חֲלָצָיו כַּיּוֹלֵדָה וְנֶהֶפְכוּ כָל־פָּנִים לְיֵרָקֽוֹן׃
7 ହାୟ ହାୟ! ସେ ଦିନ ମହତ, ତାହା ତୁଲ୍ୟ ଦିନ ଆଉ ନାହିଁ, ତାହା ଯାକୁବର ସଙ୍କଟ କାଳ; ମାତ୍ର ସେ ତହିଁରୁ ଉଦ୍ଧାର ପାଇବ।
הוֹי כִּי גָדוֹל הַיּוֹם הַהוּא מֵאַיִן כָּמֹהוּ וְעֵֽת־צָרָה הִיא לְיַֽעֲקֹב וּמִמֶּנָּה יִוָּשֵֽׁעַ׃
8 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ସେହି ଦିନ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା ଓ ତୁମ୍ଭର ବନ୍ଧନସବୁ ଛିଣ୍ଡାଇ ଦେବା; ପୁଣି, ବିଦେଶୀମାନେ ଆଉ ଆପଣାମାନଙ୍କର ଦାସ୍ୟକର୍ମ ତାହାକୁ କରାଇବେ ନାହିଁ।
וְהָיָה בַיּוֹם הַהוּא נְאֻם ׀ יְהוָה צְבָאוֹת אֶשְׁבֹּר עֻלּוֹ מֵעַל צַוָּארֶךָ וּמוֹסְרוֹתֶיךָ אֲנַתֵּק וְלֹא־יַעַבְדוּ־בוֹ עוֹד זָרִֽים׃
9 ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯାହାଙ୍କୁ ଉତ୍ପନ୍ନ କରିବା, ଆପଣାମାନଙ୍କର ସେହି ରାଜା ଦାଉଦଙ୍କର ଦାସ୍ୟକର୍ମ କରିବେ।
וְעָבְדוּ אֵת יְהוָה אֱלֹֽהֵיהֶם וְאֵת דָּוִד מַלְכָּם אֲשֶׁר אָקִים לָהֶֽם׃
10 “ଏହେତୁ ସଦାପ୍ରଭୁ କହନ୍ତି, ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; ଅଥବା ହେ ଇସ୍ରାଏଲ, ନିରାଶ ହୁଅ ନାହିଁ; କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବୁ, ପୁଣି ଯାକୁବ ଫେରିଆସି ଶାନ୍ତିରେ ଓ ନିରାପଦରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।
וְאַתָּה אַל־תִּירָא עַבְדִּי יַעֲקֹב נְאֻם־יְהֹוָה וְאַל־תֵּחַת יִשְׂרָאֵל כִּי הִנְנִי מוֹשִֽׁיעֲךָ מֵֽרָחוֹק וְאֶֽת־זַרְעֲךָ מֵאֶרֶץ שִׁבְיָם וְשָׁב יַעֲקֹב וְשָׁקַט וְשַׁאֲנַן וְאֵין מַחֲרִֽיד׃
11 କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେହି ସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।
כִּֽי־אִתְּךָ אֲנִי נְאֻם־יְהוָה לְהֽוֹשִׁיעֶךָ כִּי אֶעֱשֶׂה כָלָה בְּכָֽל־הַגּוֹיִם ׀ אֲשֶׁר הֲפִצוֹתִיךָ שָּׁם אַךְ אֹֽתְךָ לֹֽא־אֶעֱשֶׂה כָלָה וְיִסַּרְתִּיךָ לַמִּשְׁפָּט וְנַקֵּה לֹא אֲנַקֶּֽךָּ׃
12 କାରଣ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭର କ୍ଷତ ଅପ୍ରତୀକାର୍ଯ୍ୟ ଓ ତୁମ୍ଭର ଘାʼ ବ୍ୟଥାଜନକ।
כִּי כֹה אָמַר יְהוָה אָנוּשׁ לְשִׁבְרֵךְ נַחְלָה מַכָּתֵֽךְ׃
13 ତୁମ୍ଭର କ୍ଷତ ଯେପରି ବନ୍ଧା ଯିବ, ଏଥିପାଇଁ ତୁମ୍ଭ ସପକ୍ଷରେ ପ୍ରତିବାଦ କରିବାକୁ କେହି ନାହିଁ, ତୁମ୍ଭର ସ୍ୱାସ୍ଥ୍ୟଜନକ ଔଷଧ ନାହିଁ।
אֵֽין־דָּן דִּינֵךְ לְמָזוֹר רְפֻאוֹת תְּעָלָה אֵין לָֽךְ׃
14 ତୁମ୍ଭର ପ୍ରେମକାରୀ ସମସ୍ତେ ତୁମ୍ଭକୁ ପାସୋରିଅଛନ୍ତି; ସେମାନେ ତୁମ୍ଭକୁ ଖୋଜନ୍ତି ନାହିଁ; କାରଣ ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ୟ ଆଘାତ କରିଅଛୁ ଓ ନିର୍ଦ୍ଦୟ ଲୋକ ତୁଲ୍ୟ ଶାସ୍ତି ଦେଇଅଛୁ।
כָּל־מְאַהֲבַיִךְ שְׁכֵחוּךְ אוֹתָךְ לֹא יִדְרֹשׁוּ כִּי מַכַּת אוֹיֵב הִכִּיתִיךְ מוּסַר אַכְזָרִי עַל רֹב עֲוֺנֵךְ עָצְמוּ חַטֹּאתָֽיִךְ׃
15 ତୁମ୍ଭେ ଆପଣା କ୍ଷତ ସକାଶୁ କାହିଁକି କ୍ରନ୍ଦନ କରୁଅଛ? ତୁମ୍ଭର ବେଦନା ଅପ୍ରତୀକାର୍ଯ୍ୟ, ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭ ପ୍ରତି ଏହିସବୁ କରିଅଛୁ।
מַה־תִּזְעַק עַל־שִׁבְרֵךְ אָנוּשׁ מַכְאֹבֵךְ עַל ׀ רֹב עֲוֺנֵךְ עָֽצְמוּ חַטֹּאתַיִךְ עָשִׂיתִי אֵלֶּה לָֽךְ׃
16 ଏହେତୁ ଯେଉଁମାନେ ତୁମ୍ଭକୁ ଗ୍ରାସ କରନ୍ତି, ସେମାନେ ଗ୍ରାସିତ ହେବେ ଓ ତୁମ୍ଭର ବିପକ୍ଷ ସମସ୍ତେ ସେମାନଙ୍କର ପ୍ରତ୍ୟେକ ଜଣର ବନ୍ଦୀତ୍ୱ ସ୍ଥାନକୁ ଯିବେ ଓ ଯେଉଁମାନେ ତୁମ୍ଭକୁ ଲୁଟନ୍ତି, ସେମାନେ ଲୁଟିତ ହେବେ; ଯେଉଁମାନେ ତୁମ୍ଭର ଦ୍ରବ୍ୟ ହରଣ କରନ୍ତି, ସେହି ସମସ୍ତଙ୍କର ଦ୍ରବ୍ୟ ଆମ୍ଭେ ହରଣ କରାଇବା।
לָכֵן כָּל־אֹכְלַיִךְ יֵאָכֵלוּ וְכָל־צָרַיִךְ כֻּלָּם בַּשְּׁבִי יֵלֵכוּ וְהָיוּ שֹׁאסַיִךְ לִמְשִׁסָּה וְכָל־בֹּזְזַיִךְ אֶתֵּן לָבַֽז׃
17 କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ପୁନର୍ବାର ଆରୋଗ୍ୟ ପ୍ରଦାନ କରିବା ଓ ଆମ୍ଭେ ତୁମ୍ଭର ଘାʼ ସବୁ ସୁସ୍ଥ କରିବା; କାରଣ ସେମାନେ ତୁମ୍ଭକୁ ଦୂରୀକୃତା ବୋଲି ଡାକି କହନ୍ତି, ଏ ସିୟୋନ, ଏହାକୁ କେହି ଚାହେଁ ନାହିଁ।
כִּי אַעֲלֶה אֲרֻכָה לָךְ וּמִמַּכּוֹתַיִךְ אֶרְפָּאֵךְ נְאֻם־יְהוָה כִּי נִדָּחָה קָרְאוּ לָךְ צִיּוֹן הִיא דֹּרֵשׁ אֵין לָֽהּ׃
18 ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯାକୁବର ତମ୍ବୁସକଳର ବନ୍ଦୀତ୍ୱ ପରିବର୍ତ୍ତନ କରିବା ଓ ତାହାର ସକଳ ବାସସ୍ଥାନ ପ୍ରତି ଦୟା କରିବା; ତହିଁରେ ନଗର ଆପଣାର ଉପପର୍ବତ ଉପରେ ପୁନର୍ବାର ନିର୍ମିତ ହେବ ଓ ରାଜଗୃହ ତହିଁର ରୀତିମତେ ରହିବ।
כֹּה ׀ אָמַר יְהוָה הִנְנִי־שָׁב שְׁבוּת אָהֳלֵי יַֽעֲקוֹב וּמִשְׁכְּנֹתָיו אֲרַחֵם וְנִבְנְתָה עִיר עַל־תִּלָּהּ וְאַרְמוֹן עַל־מִשְׁפָּטוֹ יֵשֵֽׁב׃
19 ଆଉ, ସେହି ସ୍ଥାନ ମଧ୍ୟରୁ ଧନ୍ୟବାଦ ଓ ଆନନ୍ଦକାରୀମାନଙ୍କର ଧ୍ୱନି ନିର୍ଗତ ହେବ; ପୁଣି, ଆମ୍ଭେ ସେମାନଙ୍କୁ ବୃଦ୍ଧି କରିବା ଓ ସେମାନେ ଅଳ୍ପସଂଖ୍ୟକ ହେବେ ନାହିଁ; ଆହୁରି, ଆମ୍ଭେ ସେମାନଙ୍କୁ ଗୌରବାନ୍ୱିତ କରିବା ଓ ସେମାନେ କ୍ଷୁଦ୍ର ହେବେ ନାହିଁ।
וְיָצָא מֵהֶם תּוֹדָה וְקוֹל מְשַׂחֲקִים וְהִרְבִּתִים וְלֹא יִמְעָטוּ וְהִכְבַּדְתִּים וְלֹא יִצְעָֽרוּ׃
20 ସେମାନଙ୍କର ସନ୍ତାନଗଣ ମଧ୍ୟ ପୂର୍ବ ପରି ହେବେ ଓ ସେମାନଙ୍କର ମଣ୍ଡଳୀ ଆମ୍ଭ ସାକ୍ଷାତରେ ସ୍ଥିରୀକୃତ ହେବ ଓ ଯେଉଁମାନେ ସେମାନଙ୍କର ଉପଦ୍ରବ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ଶାସ୍ତି ଦେବା।
וְהָיוּ בָנָיו כְּקֶדֶם וַעֲדָתוֹ לְפָנַי תִּכּוֹן וּפָקַדְתִּי עַל כָּל־לֹחֲצָֽיו׃
21 ପୁଣି, ସେମାନଙ୍କର ଅଧିପତି ସେମାନଙ୍କ ମଧ୍ୟରୁ ହେବେ ଓ ସେମାନଙ୍କର ଶାସନକର୍ତ୍ତା ସେମାନଙ୍କ ମଧ୍ୟରୁ ନିର୍ଗତ ହେବେ; ଆଉ, ଆମ୍ଭେ ତାଙ୍କୁ ଆପଣାର ନିକଟବର୍ତ୍ତୀ କରାଇବା ଓ ସେ ଆମ୍ଭ ନିକଟକୁ ଆସିବେ, କାରଣ ସଦାପ୍ରଭୁ କହନ୍ତି, ଆମ୍ଭ ନିକଟକୁ ଆସିବା ପାଇଁ ଯେ ସାହସ କରିଅଛନ୍ତି, ସେ କିଏ?
וְהָיָה אַדִּירוֹ מִמֶּנּוּ וּמֹֽשְׁלוֹ מִקִּרְבּוֹ יֵצֵא וְהִקְרַבְתִּיו וְנִגַּשׁ אֵלָי כִּי מִי הוּא־זֶה עָרַב אֶת־לִבּוֹ לָגֶשֶׁת אֵלַי נְאֻם־יְהוָֽה׃
22 ପୁଣି, ତୁମ୍ଭେମାନେ ଆମ୍ଭର ଲୋକ ହେବ, ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା।”
וִהְיִיתֶם לִי לְעָם וְאָנֹכִי אֶהְיֶה לָכֶם לֵאלֹהִֽים׃
23 ଦେଖ, ସଦାପ୍ରଭୁଙ୍କର ତୋଫାନ, ଅର୍ଥାତ୍‍, ତାହାଙ୍କର ପ୍ରଚଣ୍ଡ କ୍ରୋଧ, ସର୍ବନାଶକାରୀ ତୋଫାନ ନିର୍ଗତ ହୋଇଅଛି; ତାହା ଦୁଷ୍ଟମାନଙ୍କ ମସ୍ତକରେ ଲାଗିବ।
הִנֵּה ׀ סַעֲרַת יְהוָה חֵמָה יָֽצְאָה סַעַר מִתְגּוֹרֵר עַל רֹאשׁ רְשָׁעִים יָחֽוּל׃
24 ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରିବା ପର୍ଯ୍ୟନ୍ତ ତାହାଙ୍କର ପ୍ରଜ୍ୱଳିତ କ୍ରୋଧ ନିବୃତ୍ତ ହେବ ନାହିଁ; ତୁମ୍ଭେମାନେ ଅନ୍ତିମ କାଳରେ ଏହା ବୁଝିବ।
לֹא יָשׁוּב חֲרוֹן אַף־יְהוָה עַד־עֲשֹׂתוֹ וְעַד־הֲקִימוֹ מְזִמּוֹת לִבּוֹ בְּאַחֲרִית הַיָּמִים תִּתְבּוֹנְנוּ בָֽהּ׃

< ଯିରିମୀୟ 30 >