< ଯିରିମୀୟ 32 >

1 ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ଦଶମ ବର୍ଷରେ, ଅର୍ଥାତ୍‍, ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ଅଷ୍ଟାଦଶ ବର୍ଷରେ ସଦାପ୍ରଭୁଙ୍କଠାରୁ ଯେଉଁ ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।
This is the word that came to Jeremiah from the LORD in the tenth year of Zedekiah king of Judah, which was the eighteenth year of Nebuchadnezzar.
2 ସେହି ସମୟରେ ବାବିଲ ରାଜାର ସୈନ୍ୟଗଣ ଯିରୂଶାଲମ ଅବରୋଧ କରୁଥିଲେ; ପୁଣି, ଯିରିମୀୟ ଭବିଷ୍ୟଦ୍‍ବକ୍ତା ଯିହୁଦାର ରାଜଗୃହର ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିଲେ।
At that time the army of the king of Babylon was besieging Jerusalem, and Jeremiah the prophet was imprisoned in the courtyard of the guard, which was in the palace of the king of Judah.
3 ଯେହେତୁ ଯିହୁଦାର ରାଜା ସିଦିକୀୟ ତାଙ୍କୁ ବନ୍ଦ କରି କହିଥିଲା, “ତୁମ୍ଭେ କାହିଁକି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ଏହା କହୁଅଛ, ‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ବାବିଲ ରାଜାର ହସ୍ତରେ ସମର୍ପଣ କରିବା ଓ ସେ ତାହା ହସ୍ତଗତ କରିବ;
For Zedekiah king of Judah had imprisoned him, saying: “Why are you prophesying like this? You claim that the LORD says, ‘Behold, I am about to deliver this city into the hand of the king of Babylon, and he will capture it.
4 ଆଉ, ଯିହୁଦାର ରାଜା ସିଦିକୀୟ କଲ୍‍ଦୀୟମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ବାବିଲର ରାଜାର ହସ୍ତରେ ସମର୍ପିତ ହେବ ଓ ସମ୍ମୁଖାସମ୍ମୁଖୀ ହୋଇ ତାହା ସହିତ କଥା କହିବ ଓ ସ୍ୱଚକ୍ଷୁରେ ତାହାର ଚକ୍ଷୁ ଦେଖିବ;
Zedekiah king of Judah will not escape from the hands of the Chaldeans, but he will surely be delivered into the hand of the king of Babylon, and will speak with him face to face and see him eye to eye.
5 ପୁଣି, ସେ ସିଦିକୀୟକୁ ବାବିଲକୁ ଘେନିଯିବ, ପୁଣି ଆମ୍ଭେ ଯେପର୍ଯ୍ୟନ୍ତ ତାହାର ତତ୍ତ୍ୱାନୁସନ୍ଧାନ ନ କରୁ, ସେପର୍ଯ୍ୟନ୍ତ ସେ ସେଠାରେ ରହିବ; ତୁମ୍ଭେମାନେ କଲ୍‍ଦୀୟମାନଙ୍କ ସହିତ ଯୁଦ୍ଧ କଲେ ହେଁ କୃତକାର୍ଯ୍ୟ ହେବ ନାହିଁ।’”
He will take Zedekiah to Babylon, where he will stay until I attend to him, declares the LORD. If you fight against the Chaldeans, you will not succeed.’”
6 ଏଥିଉତ୍ତାରେ ଯିରିମୀୟ କହିଲେ, “ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;
Jeremiah replied, “The word of the LORD came to me, saying:
7 ଦେଖ, ତୁମ୍ଭ ପିତୃବ୍ୟ ଶଲ୍ଲୁମ୍‍ର ପୁତ୍ର ହନନେଲ ତୁମ୍ଭ ନିକଟକୁ ଆସି ଏହି କଥା କହିବ, ‘ଅନାଥୋତ୍‍ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ ଆପଣା ପାଇଁ କ୍ରୟ କର; କାରଣ କ୍ରୟ ଦ୍ୱାରା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି।’
Behold! Hanamel, the son of your uncle Shallum, is coming to you to say, ‘Buy for yourself my field in Anathoth, for you have the right of redemption to buy it.’
8 ତହିଁରେ ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ମୋʼ ପିତୃବ୍ୟର ପୁତ୍ର ହନନେଲ ପ୍ରହରୀ ପ୍ରାଙ୍ଗଣରେ ମୋʼ ନିକଟକୁ ଆସି କହିଲା, ‘ବିନୟ କରୁଅଛି, ବିନ୍ୟାମୀନ୍ ପ୍ରଦେଶସ୍ଥ ଅନାଥୋତ୍‍ରେ ମୋହର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ କ୍ରୟ କର; କାରଣ ତହିଁର ଉତ୍ତରାଧିକାରୀ ହେବାର ଓ ତାହା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି; ତୁମ୍ଭେ ଆପଣା ପାଇଁ ତାହା କ୍ରୟ କର।’ ତେବେ ଏହା ସଦାପ୍ରଭୁଙ୍କର ବାକ୍ୟ ବୋଲି ମୁଁ ବୁଝିଲି।
Then, as the LORD had said, my cousin Hanamel came to me in the courtyard of the guard and urged me, ‘Please buy my field in Anathoth in the land of Benjamin, for you own the right of inheritance and redemption. Buy it for yourself.’” Then I knew that this was the word of the LORD.
9 ପୁଣି, ମୋʼ ପିତୃବ୍ୟର ପୁତ୍ର ହନନେଲଠାରୁ ଅନାଥୋତ୍‍ସ୍ଥିତ ସେହି କ୍ଷେତ୍ର କ୍ରୟ କରି ତହିଁର ମୂଲ୍ୟ ସତର ଶେକଲ ରୂପା ତୌଲି ତାହାକୁ ଦେଲି।
So I bought the field in Anathoth from my cousin Hanamel, and I weighed out seventeen shekels of silver.
10 ଆଉ, ମୁଁ କ୍ରୟପତ୍ରରେ ସ୍ୱାକ୍ଷର କରି ମୁଦ୍ରାଙ୍କ କଲି ଓ ସାକ୍ଷୀ ରଖି ନିକ୍ତିରେ ରୂପା ତୌଲି ତାହାକୁ ଦେଲି।
I signed and sealed the deed, called in witnesses, and weighed out the silver on the scales.
11 ତହୁଁ ମୁଁ କ୍ରୟପତ୍ରର ଦୁଇ କିତା, ଅର୍ଥାତ୍‍, ବ୍ୟବସ୍ଥା ଓ ଧାରାନୁସାରେ ମୁଦ୍ରାଙ୍କିତ ଏକ କିତା ଓ ଖୋଲା ଏକ କିତା ନେଲି;
Then I took the deed of purchase—the sealed copy with its terms and conditions, as well as the open copy—
12 ପୁଣି, ମୋʼ ପିତୃବ୍ୟର ପୁତ୍ର ହନନେଲର ସାକ୍ଷାତରେ ଓ କ୍ରୟପତ୍ରରେ ସ୍ୱାକ୍ଷରକାରୀ ସାକ୍ଷୀମାନଙ୍କ ସାକ୍ଷାତରେ ଓ ପ୍ରହରୀ ପ୍ରାଙ୍ଗଣରେ ଉପବିଷ୍ଟ ସମସ୍ତ ଯିହୁଦୀମାନଙ୍କ ସାକ୍ଷାତରେ ମୁଁ ସେହି କ୍ରୟପତ୍ର ମହସେୟର ପୌତ୍ର ନେରୀୟର ପୁତ୍ର ବାରୂକର ହସ୍ତରେ ସମର୍ପଣ କଲି।
and I gave this deed to Baruch son of Neriah, the son of Mahseiah, in the sight of my cousin Hanamel and the witnesses who were signing the purchase agreement and all the Jews sitting in the courtyard of the guard.
13 ଆଉ, ସେମାନଙ୍କ ସାକ୍ଷାତରେ ମୁଁ ବାରୂକକୁ ଏହି ଆଜ୍ଞା କଲି,
In their sight I instructed Baruch,
14 ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଏହି ମୁଦ୍ରାଙ୍କିତ ଓ ଖୋଲା ଦୁଇ ଖଣ୍ଡ କ୍ରୟପତ୍ର ନେଇ ତାହା ଯେପରି ଅନେକ ଦିନ ରହିବ, ଏଥିପାଇଁ ଏକ ମୃତ୍ତିକା ପାତ୍ରରେ ରଖ।
“This is what the LORD of Hosts, the God of Israel, says: Take these deeds—both the sealed copy and the open copy of the deed of purchase—and put them in a clay jar to preserve them for a long time.
15 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଏହି ଦେଶରେ ଆହୁରି ଗୃହ, କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର କ୍ରୟ କରାଯିବ।’
For this is what the LORD of Hosts, the God of Israel, says: Houses, fields, and vineyards will again be bought in this land.”
16 ନେରୀୟର ପୁତ୍ର ବାରୂକକୁ ସେହି କ୍ରୟପତ୍ର ସମର୍ପି ଦେଲା ଉତ୍ତାରେ ମୁଁ ସଦାପ୍ରଭୁଙ୍କ ନିକଟରେ ଏହି ପ୍ରାର୍ଥନା କଲି।
After I had given the deed of purchase to Baruch son of Neriah, I prayed to the LORD:
17 ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ; ତୁମ୍ଭର ଅସାଧ୍ୟ କିଛି ହିଁ ନାହିଁ;
“Oh, Lord GOD! You have made the heavens and the earth by Your great power and outstretched arm. Nothing is too difficult for You!
18 ତୁମ୍ଭେ ସହସ୍ର ସହସ୍ରର ପ୍ରତି ଦୟା ପ୍ରକାଶ କରୁଅଛ ଓ ପିତୃଗଣର ଅଧର୍ମର ପ୍ରତିଫଳ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର କ୍ରୋଡ଼ରେ ଦେଉଅଛ; ତୁମ୍ଭେ ମହାନ ପରାକ୍ରାନ୍ତ ପରମେଶ୍ୱର, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭର ନାମ;
You show loving devotion to thousands but lay the iniquity of the fathers into the laps of their children after them, O great and mighty God whose name is the LORD of Hosts,
19 ତୁମ୍ଭେ ମନ୍ତ୍ରଣାରେ ମହାନ ଓ କ୍ରିୟାରେ ପରାକ୍ରାନ୍ତ; ପ୍ରତ୍ୟେକ ଲୋକକୁ ତାହାର ଗତି ଓ କ୍ରିୟାନୁସାରେ ସମୁଚିତ ଫଳ ଦେବା ନିମନ୍ତେ ମନୁଷ୍ୟ-ସନ୍ତାନଗଣର ସକଳ ପଥ ପ୍ରତି ତୁମ୍ଭର ଚକ୍ଷୁ ମୁକ୍ତ ଥାଏ।
the One great in counsel and mighty in deed, whose eyes are on all the ways of the sons of men, to reward each one according to his ways and according to the fruit of his deeds.
20 ତୁମ୍ଭେ ମିସର ଦେଶରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ଦେଖାଇଲ, ଆଜି ପର୍ଯ୍ୟନ୍ତ ହିଁ ଇସ୍ରାଏଲ ଓ ଅନ୍ୟାନ୍ୟ ଲୋକଙ୍କ ମଧ୍ୟରେ ଦେଖାଉଅଛ, ପୁଣି ଆଜିର ନ୍ୟାୟ ଆପଣାର ନାମ ପ୍ରସିଦ୍ଧ କରୁଅଛ।
You performed signs and wonders in the land of Egypt, and You do so to this very day, both in Israel and among all mankind. And You have made a name for Yourself, as is the case to this day.
21 ତୁମ୍ଭେ ଚିହ୍ନ, ଅଦ୍ଭୁତ ଲକ୍ଷଣ, ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ ମହତ ଭୟାନକତ୍ତ୍ୱ ଦ୍ୱାରା ତୁମ୍ଭର ଇସ୍ରାଏଲ ଲୋକଙ୍କୁ ମିସର ଦେଶରୁ ବାହାର କରି ଆଣିଲ;
You brought Your people Israel out of the land of Egypt with signs and wonders, with a strong hand and an outstretched arm, and with great terror.
22 ଆଉ, ଏହି ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ସେମାନଙ୍କୁ ଦେବା ପାଇଁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲ, ତାହା ସେମାନଙ୍କୁ ଦେଲ;
You gave them this land that You had sworn to give their fathers, a land flowing with milk and honey.
23 ପୁଣି, ସେମାନେ ଆସି ତାହା ଅଧିକାର କଲେ; ମାତ୍ର ସେମାନେ ତୁମ୍ଭ ରବରେ ମନୋଯୋଗ କଲେ ନାହିଁ; କିଅବା ତୁମ୍ଭ ବ୍ୟବସ୍ଥା ପଥରେ ଚାଲିଲେ ନାହିଁ; ତୁମ୍ଭେ ସେମାନଙ୍କୁ ଯାହା ଯାହା ପାଳନ କରିବାକୁ ଆଜ୍ଞା ଦେଲ, ସେସବୁ ମଧ୍ୟରୁ ସେମାନେ କିଛି ହିଁ ପାଳନ କରି ନାହାନ୍ତି; ଏହେତୁ ତୁମ୍ଭେ ଏହିସବୁ ଅମଙ୍ଗଳ ସେମାନଙ୍କ ଉପରେ ଘଟାଇଅଛ।
They came in and possessed it, but they did not obey Your voice or walk in Your law. They failed to perform all that You commanded them to do, and so You have brought upon them all this disaster.
24 ଏହିସବୁ ବନ୍ଧ ଦେଖ, ସେମାନେ ଜୟ କରିବା ପାଇଁ ନଗରକୁ ଆସିଅଛନ୍ତି; ପୁଣି, ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ସକାଶୁ ନଗର ବିରୁଦ୍ଧରେ ଯୁଦ୍ଧକାରୀ କଲ୍‍ଦୀୟମାନଙ୍କ ହସ୍ତରେ ତାହା ଦତ୍ତ ହେଉଅଛି; ଆଉ, ତୁମ୍ଭେ ଯାହା କହିଅଛ, ତାହା ସଫଳ ହେଉଅଛି; ପୁଣି ଦେଖ, ତୁମ୍ଭେ ଏହା ଦେଖୁଅଛ।
See how the siege ramps are mounted against the city to capture it. And by sword and famine and plague, the city has been given into the hands of the Chaldeans who are fighting against it. What You have spoken has happened, as You now see!
25 ପୁଣି, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ମୋତେ କହିଅଛ, ‘ମୂଲ୍ୟ ଦେଇ କ୍ଷେତ୍ର କିଣ ଓ ସାକ୍ଷୀ ରଖ; ମାତ୍ର ଏହି ନଗର କଲ୍‍ଦୀୟମାନଙ୍କ ହସ୍ତରେ ଦତ୍ତ ହେଉଅଛି।’”
Yet You, O Lord GOD, have said to me, ‘Buy for yourself the field with silver and call in witnesses, even though the city has been delivered into the hands of the Chaldeans!’”
26 ତାହା ପରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
Then the word of the LORD came to Jeremiah:
27 “ଦେଖ, ଆମ୍ଭେ ସଦାପ୍ରଭୁ, ସମଗ୍ର ମର୍ତ୍ତ୍ୟର ପରମେଶ୍ୱର; ଆମ୍ଭର ଅସାଧ୍ୟ କି କିଛି ଅଛି?
“Behold, I am the LORD, the God of all flesh. Is anything too difficult for Me?
28 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ କଲ୍‍ଦୀୟମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ଏହି ନଗର ସମର୍ପଣ କରିବା, ପୁଣି ସେ ତାହା ହସ୍ତଗତ କରିବ।
Therefore this is what the LORD says: Behold, I am about to deliver this city into the hands of the Chaldeans and of Nebuchadnezzar king of Babylon, who will capture it.
29 ଆଉ, ଯେଉଁ କଲ୍‍ଦୀୟମାନେ ଏହି ନଗର ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି, ସେମାନେ ପ୍ରବେଶ କରି ଏହି ନଗରରେ ଅଗ୍ନି ଲଗାଇବେ, ପୁଣି ଆମ୍ଭକୁ ବିରକ୍ତ କରିବା ପାଇଁ ଯେଉଁ ସକଳ ଗୃହର ଛାତ ଉପରେ ଲୋକମାନେ ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଲେ, ସେହି ସବୁ ଗୃହ ସହିତ ଏହି ନଗର ଅଗ୍ନିରେ ଦଗ୍ଧ କରିବେ।
And the Chaldeans who are fighting against this city will come in, set it on fire, and burn it, along with the houses of those who provoked Me to anger by burning incense to Baal on their rooftops and by pouring out drink offerings to other gods.
30 କାରଣ ଆମ୍ଭ ସାକ୍ଷାତରେ ଯାହା ମନ୍ଦ, କେବଳ ତାହା ହିଁ ଇସ୍ରାଏଲ-ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଆପଣା ଆପଣାର ବାଲ୍ୟକାଳରୁ କରି ଆସୁଅଛନ୍ତି; ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ୱାରା ଆମ୍ଭକୁ କେବଳ ବିରକ୍ତ କରିଅଛନ୍ତି, ଏହା ସଦାପ୍ରଭୁ କହନ୍ତି।
For the children of Israel and of Judah have done nothing but evil in My sight from their youth; indeed, they have done nothing but provoke Me to anger by the work of their hands, declares the LORD.
31 କାରଣ ସେମାନେ ଏହି ନଗର ନିର୍ମାଣ କରିବା ଦିନଠାରୁ ଆଜି ପର୍ଯ୍ୟନ୍ତ ହିଁ ତାହା ଆମ୍ଭ କ୍ରୋଧ ଓ କୋପର କାରଣ ହୋଇ ଆସୁଅଛି; ତହିଁ ସକାଶୁ ତାହା ଆମ୍ଭ ସମ୍ମୁଖରୁ ଦୂରୀକୃତ ହେବାର ଯୋଗ୍ୟ ହୋଇଅଛି।
For this city has aroused My wrath and fury from the day it was built until now. Therefore I will remove it from My presence
32 କାରଣ ଇସ୍ରାଏଲ-ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ, ଅର୍ଥାତ୍‍, ସେମାନେ, ସେମାନଙ୍କର ରାଜାଗଣ, ଅଧିପତିଗଣ, ଯାଜକଗଣ ଓ ଭବିଷ୍ୟଦ୍‍ବକ୍ତାଗଣ, ଆଉ ଯିହୁଦାର ଲୋକମାନେ ଓ ଯିରୂଶାଲମ ନିବାସୀମାନେ ଆମ୍ଭକୁ ବିରକ୍ତ କରିବା ପାଇଁ ନାନା ପ୍ରକାର ଦୁଷ୍କ୍ରିୟା କରିଅଛନ୍ତି।
because of all the evil the children of Israel and of Judah have done to provoke Me to anger—they, their kings, their officials, their priests and prophets, the men of Judah, and the residents of Jerusalem.
33 ସେମାନେ ଆମ୍ଭ ପ୍ରତି ମୁଖ ନ ଫେରାଇ ପିଠି ଫେରାଇ ଅଛନ୍ତି; ଆଉ, ଆମ୍ଭେ ସେମାନଙ୍କୁ ଶିକ୍ଷା ଦେଲେ ହେଁ, ପ୍ରଭାତରେ ଉଠି ଶିକ୍ଷା ଦେଲେ ହେଁ ସେମାନେ ଶିକ୍ଷା ଗ୍ରହଣ କରିବା ପାଇଁ ମନୋଯୋଗ କରି ନାହାନ୍ତି।
They have turned their backs to Me and not their faces. Though I taught them again and again, they would not listen or respond to discipline.
34 ମାତ୍ର ଆମ୍ଭ ନାମରେ ଖ୍ୟାତ ଗୃହକୁ ଅଶୁଚି କରିବା ପାଇଁ ସେମାନେ ତହିଁ ମଧ୍ୟରେ ଆପଣାମାନଙ୍କ ଘୃଣାଯୋଗ୍ୟ ବସ୍ତୁ ସ୍ଥାପନ କରନ୍ତି।
They have placed their abominations in the house that bears My Name, and so have defiled it.
35 ପୁଣି, ଏହି ଯେଉଁ ଘୃଣାଯୋଗ୍ୟ କାର୍ଯ୍ୟ କରିବା ପାଇଁ ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଯାହା ଆମ୍ଭ ମନରେ ଉଦୟ ହୋଇ ନାହିଁ, ତାହା କରିବା ପାଇଁ, ଅର୍ଥାତ୍‍, ଯିହୁଦାକୁ ପାପ କରାଇବା ପାଇଁ ମୋଲକ୍‍ର ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର କନ୍ୟାଗଣଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ପାଇଁ ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍‍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି।
They have built the high places of Baal in the Valley of Hinnom to make their sons and daughters pass through the fire to Molech—something I never commanded them, nor had it ever entered My mind, that they should commit such an abomination and cause Judah to sin.
36 ଏନିମନ୍ତେ ଏବେ ଯେଉଁ ନଗର ବିଷୟରେ ତୁମ୍ଭେମାନେ କୁହ ଯେ, ‘ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ତାହା ବାବିଲର ରାଜାର ହସ୍ତରେ ଅର୍ପିତ ହୋଇଅଛି,’ ତହିଁ ବିଷୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;
Now therefore, about this city of which you say, ‘It will be delivered into the hand of the king of Babylon by sword and famine and plague,’ this is what the LORD, the God of Israel, says:
37 ଦେଖ, ଆମ୍ଭେ ଆପଣା କ୍ରୋଧ ଓ ପ୍ରଚଣ୍ଡ କୋପ ଓ ମହାରୋଷରେ ସେମାନଙ୍କୁ ଯେସକଳ ଦେଶରେ ଛିନ୍ନଭିନ୍ନ କରିଅଛୁ, ସେହି ସକଳ ଦେଶରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଏହି ସ୍ଥାନକୁ ଆଣିବା ଓ ଆମ୍ଭେ ସେମାନଙ୍କୁ ନିରାପଦରେ ବାସ କରାଇବା।
I will surely gather My people from all the lands to which I have banished them in My furious anger and great wrath, and I will return them to this place and make them dwell in safety.
38 ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା;
They will be My people, and I will be their God.
39 ଆଉ, ସେମାନଙ୍କର ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର ମଙ୍ଗଳ ନିମନ୍ତେ ସେମାନେ ଯେପରି ସଦାକାଳ ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଓ ଏକ ପଥ ଦେବା;
I will give them one heart and one way, so that they will always fear Me for their own good and for the good of their children after them.
40 ପୁଣି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ଯେ ସେମାନଙ୍କଠାରୁ ବିମୁଖ ନ ହେବା, ଏହି ଭାବର ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା ଓ ସେମାନେ ଯେପରି ଆମ୍ଭଠାରୁ ଦୂର ହେବେ ନାହିଁ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତଃକରଣରେ ସ୍ଥାପନ କରିବା।
I will make an everlasting covenant with them: I will never turn away from doing good to them, and I will put My fear in their hearts, so that they will never turn away from Me.
41 ଆହୁରି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ସେମାନଙ୍କ ବିଷୟରେ ଆନନ୍ଦ କରିବା ଓ ଆମ୍ଭେ ଆପଣାର ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସେମାନଙ୍କୁ ଏହି ଦେଶରେ ନିଶ୍ଚୟ ରୋପଣ କରିବା।
Yes, I will rejoice in doing them good, and I will faithfully plant them in this land with all My heart and with all My soul.
42 କାରଣ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଏହି ଲୋକମାନଙ୍କ ଉପରେ ଏହିସବୁ ମହା ଅମଙ୍ଗଳ ଯେପରି ଘଟାଇଅଛୁ, ସେପରି ଆମ୍ଭେ ସେମାନଙ୍କୁ ଯେ ଯେ ମଙ୍ଗଳର ପ୍ରତିଜ୍ଞା କରିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା।
For this is what the LORD says: Just as I have brought all this great disaster on this people, so I will bring on them all the good I have promised them.
43 ପୁଣି, ଏହି ଯେଉଁ ଦେଶ ବିଷୟରେ ତୁମ୍ଭେମାନେ କୁହ, ଏହା ମନୁଷ୍ୟ ଓ ପଶୁଶୂନ୍ୟ ଧ୍ୱଂସସ୍ଥାନ ହୋଇ କଲ୍‍ଦୀୟମାନଙ୍କ ହସ୍ତରେ ଦତ୍ତ ହୋଇଅଛି, ତହିଁ ମଧ୍ୟରେ କ୍ଷେତ୍ର କ୍ରୟ କରାଯିବ।
And fields will be bought in this land about which you are saying, ‘It is a desolation, without man or beast; it has been delivered into the hands of the Chaldeans.’
44 ବିନ୍ୟାମୀନ୍ ପ୍ରଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନରେ, ଯିହୁଦାର ନଗରସମୂହରେ, ପାର୍ବତୀୟ ପ୍ରଦେଶସ୍ଥ ନାନା ନଗରରେ, ପୁଣି ନିମ୍ନ ଭୂମିସ୍ଥ ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ନଗରସମୂହରେ ଲୋକମାନେ ମୂଲ୍ୟ ଦେଇ କ୍ଷେତ୍ର କ୍ରୟ କରିବେ ଓ କ୍ରୟପତ୍ର ସ୍ୱାକ୍ଷର କରି ମୁଦ୍ରାଙ୍କିତ କରିବେ ଓ ସାକ୍ଷୀ ରଖିବେ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।”
Fields will be purchased with silver, and deeds will be signed, sealed, and witnessed in the land of Benjamin, in the areas surrounding Jerusalem, and in the cities of Judah—the cities of the hill country, the foothills, and the Negev—because I will restore them from captivity, declares the LORD.”

< ଯିରିମୀୟ 32 >