< ଯିରିମୀୟ 32 >
1 ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ଦଶମ ବର୍ଷରେ, ଅର୍ଥାତ୍, ନବୂଖଦ୍ନିତ୍ସରଙ୍କ ରାଜତ୍ଵର ଅଷ୍ଟାଦଶ ବର୍ଷରେ ସଦାପ୍ରଭୁଙ୍କଠାରୁ ଯେଉଁ ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।
Det ordet som kom til Jeremia frå Herren i det tiande styringsåret åt Sidkia, Juda-kongen, det er det attande året Nebukadressar var konge.
2 ସେହି ସମୟରେ ବାବିଲ ରାଜାର ସୈନ୍ୟଗଣ ଯିରୂଶାଲମ ଅବରୋଧ କରୁଥିଲେ; ପୁଣି, ଯିରିମୀୟ ଭବିଷ୍ୟଦ୍ବକ୍ତା ଯିହୁଦାର ରାଜଗୃହର ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିଲେ।
Det var ved det leitet at Babel-kongens her kringsette Jerusalem, og profeten Jeremia var innestengd i vaktgarden som høyrde til Juda-kongens hus.
3 ଯେହେତୁ ଯିହୁଦାର ରାଜା ସିଦିକୀୟ ତାଙ୍କୁ ବନ୍ଦ କରି କହିଥିଲା, “ତୁମ୍ଭେ କାହିଁକି ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ଏହା କହୁଅଛ, ‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ବାବିଲ ରାଜାର ହସ୍ତରେ ସମର୍ପଣ କରିବା ଓ ସେ ତାହା ହସ୍ତଗତ କରିବ;
Der hadde Sidkia, Juda-kongen, stengt honom inne med so falne ord: «Kvi spår du og segjer: «So segjer Herren: Sjå, eg gjev denne byen i henderne på Babel-kongen, og han skal taka honom,
4 ଆଉ, ଯିହୁଦାର ରାଜା ସିଦିକୀୟ କଲ୍ଦୀୟମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ବାବିଲର ରାଜାର ହସ୍ତରେ ସମର୍ପିତ ହେବ ଓ ସମ୍ମୁଖାସମ୍ମୁଖୀ ହୋଇ ତାହା ସହିତ କଥା କହିବ ଓ ସ୍ୱଚକ୍ଷୁରେ ତାହାର ଚକ୍ଷୁ ଦେଖିବ;
og Sidkia, Juda-kongen, skal ikkje sleppa or henderne på kaldæarane, men han skal til vissa verta gjeven i henderne på Babel-kongen, og tala med honom, munn mot munn, og sjå honom, auga mot auga,
5 ପୁଣି, ସେ ସିଦିକୀୟକୁ ବାବିଲକୁ ଘେନିଯିବ, ପୁଣି ଆମ୍ଭେ ଯେପର୍ଯ୍ୟନ୍ତ ତାହାର ତତ୍ତ୍ୱାନୁସନ୍ଧାନ ନ କରୁ, ସେପର୍ଯ୍ୟନ୍ତ ସେ ସେଠାରେ ରହିବ; ତୁମ୍ଭେମାନେ କଲ୍ଦୀୟମାନଙ୍କ ସହିତ ଯୁଦ୍ଧ କଲେ ହେଁ କୃତକାର୍ଯ୍ୟ ହେବ ନାହିଁ।’”
og til Babel skal han føra Sidkia, og der skal han vera til eg vitjar honom, segjer Herren; når de strider mot kaldæarane, skal lukka ikkje fylgja dykk.»»
6 ଏଥିଉତ୍ତାରେ ଯିରିମୀୟ କହିଲେ, “ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;
Og Jeremia sagde: «Herrens ord kom til meg; han sagde:
7 ଦେଖ, ତୁମ୍ଭ ପିତୃବ୍ୟ ଶଲ୍ଲୁମ୍ର ପୁତ୍ର ହନନେଲ ତୁମ୍ଭ ନିକଟକୁ ଆସି ଏହି କଥା କହିବ, ‘ଅନାଥୋତ୍ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ ଆପଣା ପାଇଁ କ୍ରୟ କର; କାରଣ କ୍ରୟ ଦ୍ୱାରା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି।’
Sjå, Hanamel, son åt Sallum, farbror din, kjem til deg og segjer: «Kjøp deg jordi mi i Anatot! For du hev odelsretten til å løysa henne.»»
8 ତହିଁରେ ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ମୋʼ ପିତୃବ୍ୟର ପୁତ୍ର ହନନେଲ ପ୍ରହରୀ ପ୍ରାଙ୍ଗଣରେ ମୋʼ ନିକଟକୁ ଆସି କହିଲା, ‘ବିନୟ କରୁଅଛି, ବିନ୍ୟାମୀନ୍ ପ୍ରଦେଶସ୍ଥ ଅନାଥୋତ୍ରେ ମୋହର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ କ୍ରୟ କର; କାରଣ ତହିଁର ଉତ୍ତରାଧିକାରୀ ହେବାର ଓ ତାହା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି; ତୁମ୍ଭେ ଆପଣା ପାଇଁ ତାହା କ୍ରୟ କର।’ ତେବେ ଏହା ସଦାପ୍ରଭୁଙ୍କର ବାକ୍ୟ ବୋଲି ମୁଁ ବୁଝିଲି।
Og Hanamel, son åt farbror min, kom etter Herrens ord til meg i vaktgarden og sagde med meg: «Kjøp jordi mi som er i Anatot i Benjaminslandet! For du hev odelsretten, og du hev skyldnaden til å løysa. Kjøp då!» Då skyna eg at det var ord frå Herren.
9 ପୁଣି, ମୋʼ ପିତୃବ୍ୟର ପୁତ୍ର ହନନେଲଠାରୁ ଅନାଥୋତ୍ସ୍ଥିତ ସେହି କ୍ଷେତ୍ର କ୍ରୟ କରି ତହିଁର ମୂଲ୍ୟ ସତର ଶେକଲ ରୂପା ତୌଲି ତାହାକୁ ଦେଲି।
Og eg kjøpte jordi av Hanamel, son åt farbror min, i Anatot, og vog sylvet åt honom, syttan sylvdalar.
10 ଆଉ, ମୁଁ କ୍ରୟପତ୍ରରେ ସ୍ୱାକ୍ଷର କରି ମୁଦ୍ରାଙ୍କ କଲି ଓ ସାକ୍ଷୀ ରଖି ନିକ୍ତିରେ ରୂପା ତୌଲି ତାହାକୁ ଦେଲି।
So skreiv eg det i eit kjøpebrev og sette innsigle på og tok vitne og vog sylvet på ei skålvegt.
11 ତହୁଁ ମୁଁ କ୍ରୟପତ୍ରର ଦୁଇ କିତା, ଅର୍ଥାତ୍, ବ୍ୟବସ୍ଥା ଓ ଧାରାନୁସାରେ ମୁଦ୍ରାଙ୍କିତ ଏକ କିତା ଓ ଖୋଲା ଏକ କିତା ନେଲି;
Sidan tok eg kjøpebrevet, det innsigla, med avtalen og skilordi, og det opne,
12 ପୁଣି, ମୋʼ ପିତୃବ୍ୟର ପୁତ୍ର ହନନେଲର ସାକ୍ଷାତରେ ଓ କ୍ରୟପତ୍ରରେ ସ୍ୱାକ୍ଷରକାରୀ ସାକ୍ଷୀମାନଙ୍କ ସାକ୍ଷାତରେ ଓ ପ୍ରହରୀ ପ୍ରାଙ୍ଗଣରେ ଉପବିଷ୍ଟ ସମସ୍ତ ଯିହୁଦୀମାନଙ୍କ ସାକ୍ଷାତରେ ମୁଁ ସେହି କ୍ରୟପତ୍ର ମହସେୟର ପୌତ୍ର ନେରୀୟର ପୁତ୍ର ବାରୂକର ହସ୍ତରେ ସମର୍ପଣ କଲି।
og eg gav kjøpebrevet til Baruk, son åt Neria Mahsejason, for augo på Hanamel, frenden min, og for augo på vitni som hadde skrive under på kjøpebrevet, og alle dei jødarne som sat i vaktgarden.
13 ଆଉ, ସେମାନଙ୍କ ସାକ୍ଷାତରେ ମୁଁ ବାରୂକକୁ ଏହି ଆଜ୍ଞା କଲି,
Og eg bad Baruk for augo på deim og sagde:
14 ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଏହି ମୁଦ୍ରାଙ୍କିତ ଓ ଖୋଲା ଦୁଇ ଖଣ୍ଡ କ୍ରୟପତ୍ର ନେଇ ତାହା ଯେପରି ଅନେକ ଦିନ ରହିବ, ଏଥିପାଇଁ ଏକ ମୃତ୍ତିକା ପାତ୍ରରେ ରଖ।
«So segjer Herren, allhers drott, Israels Gud: Tak desse brevi, både kjøpebrevet med innsigle og det opne brevet, og legg deim i ei leirkrukka, so dei kann standa seg i lang tid!
15 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଏହି ଦେଶରେ ଆହୁରି ଗୃହ, କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର କ୍ରୟ କରାଯିବ।’
For so segjer Herren, allhers drott, Israels Gud: Enn skal det verta kjøpt hus og jorder og vinhagar i dette landet.»
16 ନେରୀୟର ପୁତ୍ର ବାରୂକକୁ ସେହି କ୍ରୟପତ୍ର ସମର୍ପି ଦେଲା ଉତ୍ତାରେ ମୁଁ ସଦାପ୍ରଭୁଙ୍କ ନିକଟରେ ଏହି ପ୍ରାର୍ଥନା କଲି।
Då eg so hadde gjeve Baruk Neriason kjøpebrevet, bad eg til Herren og sagde:
17 ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ; ତୁମ୍ଭର ଅସାଧ୍ୟ କିଛି ହିଁ ନାହିଁ;
Å Herre, Herre! Sjå, du hev gjort himmelen og jordi med di store magt og med din strake arm; ingen ting er for vand for deg,
18 ତୁମ୍ଭେ ସହସ୍ର ସହସ୍ରର ପ୍ରତି ଦୟା ପ୍ରକାଶ କରୁଅଛ ଓ ପିତୃଗଣର ଅଧର୍ମର ପ୍ରତିଫଳ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର କ୍ରୋଡ଼ରେ ଦେଉଅଛ; ତୁମ୍ଭେ ମହାନ ପରାକ୍ରାନ୍ତ ପରମେଶ୍ୱର, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭର ନାମ;
du som gjer miskunn mot tusund på tusund, og for misgjerdi åt federne gjev du borni deira etter deim att uppi fanget, du store, velduge Gud - Herren, allhers drott, er namnet ditt -
19 ତୁମ୍ଭେ ମନ୍ତ୍ରଣାରେ ମହାନ ଓ କ୍ରିୟାରେ ପରାକ୍ରାନ୍ତ; ପ୍ରତ୍ୟେକ ଲୋକକୁ ତାହାର ଗତି ଓ କ୍ରିୟାନୁସାରେ ସମୁଚିତ ଫଳ ଦେବା ନିମନ୍ତେ ମନୁଷ୍ୟ-ସନ୍ତାନଗଣର ସକଳ ପଥ ପ୍ରତି ତୁମ୍ଭର ଚକ୍ଷୁ ମୁକ୍ତ ଥାଏ।
stor i råd og megtig i verk, du som hev augo dine opne yver alle vegarne åt mannsborni, so du kann gjeva kvar mann etter hans veg og etter den grøda hans verk hev bore,
20 ତୁମ୍ଭେ ମିସର ଦେଶରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ଦେଖାଇଲ, ଆଜି ପର୍ଯ୍ୟନ୍ତ ହିଁ ଇସ୍ରାଏଲ ଓ ଅନ୍ୟାନ୍ୟ ଲୋକଙ୍କ ମଧ୍ୟରେ ଦେଖାଉଅଛ, ପୁଣି ଆଜିର ନ୍ୟାୟ ଆପଣାର ନାମ ପ୍ରସିଦ୍ଧ କରୁଅଛ।
du som gjorde teikn og under i Egyptarlandet alt til denne dag, både i Israel og med andre menneskje, og gjorde deg namnfræg, so som du er enno i dag.
21 ତୁମ୍ଭେ ଚିହ୍ନ, ଅଦ୍ଭୁତ ଲକ୍ଷଣ, ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ ମହତ ଭୟାନକତ୍ତ୍ୱ ଦ୍ୱାରା ତୁମ୍ଭର ଇସ୍ରାଏଲ ଲୋକଙ୍କୁ ମିସର ଦେଶରୁ ବାହାର କରି ଆଣିଲ;
Og du førde ditt folk ut or Egyptarlandet med teikn og med under og med sterk hand og strak arm og med stor fælska.
22 ଆଉ, ଏହି ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ସେମାନଙ୍କୁ ଦେବା ପାଇଁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲ, ତାହା ସେମାନଙ୍କୁ ଦେଲ;
Og du gav deim dette landet som du hadde svore federne deira å gjeva deim, eit land som fløymer med mjølk og honning.
23 ପୁଣି, ସେମାନେ ଆସି ତାହା ଅଧିକାର କଲେ; ମାତ୍ର ସେମାନେ ତୁମ୍ଭ ରବରେ ମନୋଯୋଗ କଲେ ନାହିଁ; କିଅବା ତୁମ୍ଭ ବ୍ୟବସ୍ଥା ପଥରେ ଚାଲିଲେ ନାହିଁ; ତୁମ୍ଭେ ସେମାନଙ୍କୁ ଯାହା ଯାହା ପାଳନ କରିବାକୁ ଆଜ୍ଞା ଦେଲ, ସେସବୁ ମଧ୍ୟରୁ ସେମାନେ କିଛି ହିଁ ପାଳନ କରି ନାହାନ୍ତି; ଏହେତୁ ତୁମ୍ଭେ ଏହିସବୁ ଅମଙ୍ଗଳ ସେମାନଙ୍କ ଉପରେ ଘଟାଇଅଛ।
Og dei kom og tok det til eiga, men dei høyrde ikkje på di røyst og ferdast ikkje etter loverne dine. Dei gjorde ikkje noko av det du hadde bode deim å gjera. Då let du all denne ulukka koma på deim.
24 ଏହିସବୁ ବନ୍ଧ ଦେଖ, ସେମାନେ ଜୟ କରିବା ପାଇଁ ନଗରକୁ ଆସିଅଛନ୍ତି; ପୁଣି, ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ସକାଶୁ ନଗର ବିରୁଦ୍ଧରେ ଯୁଦ୍ଧକାରୀ କଲ୍ଦୀୟମାନଙ୍କ ହସ୍ତରେ ତାହା ଦତ୍ତ ହେଉଅଛି; ଆଉ, ତୁମ୍ଭେ ଯାହା କହିଅଛ, ତାହା ସଫଳ ହେଉଅଛି; ପୁଣି ଦେଖ, ତୁମ୍ଭେ ଏହା ଦେଖୁଅଛ।
Sjå, umlægringsvollarne er alt komne innåt byen, so dei kann taka honom, og ved sverd og svolt og sott er byen gjeven i henderne på kaldæarane, som strider imot honom. So no er det kome det du truga med, og sjå, du ser det.
25 ପୁଣି, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ମୋତେ କହିଅଛ, ‘ମୂଲ୍ୟ ଦେଇ କ୍ଷେତ୍ର କିଣ ଓ ସାକ୍ଷୀ ରଖ; ମାତ୍ର ଏହି ନଗର କଲ୍ଦୀୟମାନଙ୍କ ହସ୍ତରେ ଦତ୍ତ ହେଉଅଛି।’”
Og like vel hev du, Herre, Herre, sagt med meg: «Kjøp deg jordi for sylv og tak vitne på det!» - endå byen er gjeven i henderne på kaldæarane.
26 ତାହା ପରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
Då kom Herrens ord til Jeremia; han sagde:
27 “ଦେଖ, ଆମ୍ଭେ ସଦାପ୍ରଭୁ, ସମଗ୍ର ମର୍ତ୍ତ୍ୟର ପରମେଶ୍ୱର; ଆମ୍ଭର ଅସାଧ୍ୟ କି କିଛି ଅଛି?
Sjå, eg er Herren, all kjøts Gud: skulde nokon ting vera for vand for meg?
28 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ କଲ୍ଦୀୟମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଏହି ନଗର ସମର୍ପଣ କରିବା, ପୁଣି ସେ ତାହା ହସ୍ତଗତ କରିବ।
Difor, so segjer Herren: Sjå, eg gjev denne byen i henderne på kaldæarane og i henderne på Nebukadressar, Babel-kongen, og han skal taka honom.
29 ଆଉ, ଯେଉଁ କଲ୍ଦୀୟମାନେ ଏହି ନଗର ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି, ସେମାନେ ପ୍ରବେଶ କରି ଏହି ନଗରରେ ଅଗ୍ନି ଲଗାଇବେ, ପୁଣି ଆମ୍ଭକୁ ବିରକ୍ତ କରିବା ପାଇଁ ଯେଉଁ ସକଳ ଗୃହର ଛାତ ଉପରେ ଲୋକମାନେ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଲେ, ସେହି ସବୁ ଗୃହ ସହିତ ଏହି ନଗର ଅଗ୍ନିରେ ଦଗ୍ଧ କରିବେ।
Og kaldæarane, som strider mot denne byen, skal koma og setja eld på denne byen og brenna honom med dei husi der dei uppå taki hev brent røykjelse åt Ba’al og rent ut drykkoffer for andre gudar til å harma meg med.
30 କାରଣ ଆମ୍ଭ ସାକ୍ଷାତରେ ଯାହା ମନ୍ଦ, କେବଳ ତାହା ହିଁ ଇସ୍ରାଏଲ-ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଆପଣା ଆପଣାର ବାଲ୍ୟକାଳରୁ କରି ଆସୁଅଛନ୍ତି; ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ୱାରା ଆମ୍ଭକୁ କେବଳ ବିରକ୍ତ କରିଅଛନ୍ତି, ଏହା ସଦାପ୍ରଭୁ କହନ୍ତି।
For Israels born og Judas born hev berre gjort det som vondt er framfor augo mine, alt frå si ungdomstid, ja, Israels born hev berre harma meg med dei verk deira hender hev gjort, segjer Herren.
31 କାରଣ ସେମାନେ ଏହି ନଗର ନିର୍ମାଣ କରିବା ଦିନଠାରୁ ଆଜି ପର୍ଯ୍ୟନ୍ତ ହିଁ ତାହା ଆମ୍ଭ କ୍ରୋଧ ଓ କୋପର କାରଣ ହୋଇ ଆସୁଅଛି; ତହିଁ ସକାଶୁ ତାହା ଆମ୍ଭ ସମ୍ମୁଖରୁ ଦୂରୀକୃତ ହେବାର ଯୋଗ୍ୟ ହୋଇଅଛି।
For denne byen hev vore til å gjera meg vreid og harm ifrå den dagen dei bygde honom, og alt fram til denne dag, so eg lyt taka honom burt frå mi åsyn
32 କାରଣ ଇସ୍ରାଏଲ-ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ, ଅର୍ଥାତ୍, ସେମାନେ, ସେମାନଙ୍କର ରାଜାଗଣ, ଅଧିପତିଗଣ, ଯାଜକଗଣ ଓ ଭବିଷ୍ୟଦ୍ବକ୍ତାଗଣ, ଆଉ ଯିହୁଦାର ଲୋକମାନେ ଓ ଯିରୂଶାଲମ ନିବାସୀମାନେ ଆମ୍ଭକୁ ବିରକ୍ତ କରିବା ପାଇଁ ନାନା ପ୍ରକାର ଦୁଷ୍କ୍ରିୟା କରିଅଛନ୍ତି।
for all vondskapen som Israels born og Judas born hev gjort til å harma meg med, dei sjølve, deira kongar, deira hovdingar, deira prestar og deira profetar, Juda-menner og Jerusalems-buar.
33 ସେମାନେ ଆମ୍ଭ ପ୍ରତି ମୁଖ ନ ଫେରାଇ ପିଠି ଫେରାଇ ଅଛନ୍ତି; ଆଉ, ଆମ୍ଭେ ସେମାନଙ୍କୁ ଶିକ୍ଷା ଦେଲେ ହେଁ, ପ୍ରଭାତରେ ଉଠି ଶିକ୍ଷା ଦେଲେ ହେଁ ସେମାନେ ଶିକ୍ଷା ଗ୍ରହଣ କରିବା ପାଇଁ ମନୋଯୋଗ କରି ନାହାନ୍ତି।
Og dei snudde ryggen til meg og ikkje andlitet, og endå eg lærde dei jamt og samt, so høyrde dei ikkje, so dei tok age.
34 ମାତ୍ର ଆମ୍ଭ ନାମରେ ଖ୍ୟାତ ଗୃହକୁ ଅଶୁଚି କରିବା ପାଇଁ ସେମାନେ ତହିଁ ମଧ୍ୟରେ ଆପଣାମାନଙ୍କ ଘୃଣାଯୋଗ୍ୟ ବସ୍ତୁ ସ୍ଥାପନ କରନ୍ତି।
Men dei sette sine styggeting i det huset som er uppkalla etter mitt namn, so dei sulka det ut.
35 ପୁଣି, ଏହି ଯେଉଁ ଘୃଣାଯୋଗ୍ୟ କାର୍ଯ୍ୟ କରିବା ପାଇଁ ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଯାହା ଆମ୍ଭ ମନରେ ଉଦୟ ହୋଇ ନାହିଁ, ତାହା କରିବା ପାଇଁ, ଅର୍ଥାତ୍, ଯିହୁଦାକୁ ପାପ କରାଇବା ପାଇଁ ମୋଲକ୍ର ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର କନ୍ୟାଗଣଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ପାଇଁ ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି।
Og dei bygde dei Ba’al-haugarne som er i Hinnomssons-dalen, for dei vilde lata sønerne og døtterne sine ganga gjenom elden for Molek - slikt hadde eg då ikkje påbode, og aldri var det kome meg i hugen at dei skulde gjera slikt eit skjemdarverk og soleis få Juda til å synda.
36 ଏନିମନ୍ତେ ଏବେ ଯେଉଁ ନଗର ବିଷୟରେ ତୁମ୍ଭେମାନେ କୁହ ଯେ, ‘ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ତାହା ବାବିଲର ରାଜାର ହସ୍ତରେ ଅର୍ପିତ ହୋଇଅଛି,’ ତହିଁ ବିଷୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;
Og no, difor, segjer Herren, Israels Gud, um denne byen som de segjer sofalne ord um: «Han er gjeven i henderne på Babel-kongen ved sverd og svolt og sott»:
37 ଦେଖ, ଆମ୍ଭେ ଆପଣା କ୍ରୋଧ ଓ ପ୍ରଚଣ୍ଡ କୋପ ଓ ମହାରୋଷରେ ସେମାନଙ୍କୁ ଯେସକଳ ଦେଶରେ ଛିନ୍ନଭିନ୍ନ କରିଅଛୁ, ସେହି ସକଳ ଦେଶରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଏହି ସ୍ଥାନକୁ ଆଣିବା ଓ ଆମ୍ଭେ ସେମାନଙ୍କୁ ନିରାପଦରେ ବାସ କରାଇବା।
Sjå, eg samlar deim ut or alle dei landi som eg hev drive deim til i min vreide og harm og store gram, og eg vil lata deim snu attende til denne staden og bu her trygge.
38 ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା;
Då skal dei vera mitt folk, og eg skal vera deira Gud.
39 ଆଉ, ସେମାନଙ୍କର ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର ମଙ୍ଗଳ ନିମନ୍ତେ ସେମାନେ ଯେପରି ସଦାକାଳ ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଓ ଏକ ପଥ ଦେବା;
Og eg vil gjeva deim eitt hjarta og ein veg, so dei ottast meg alle dagar, til bate for deim sjølve og sønerne deira etter deim.
40 ପୁଣି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ଯେ ସେମାନଙ୍କଠାରୁ ବିମୁଖ ନ ହେବା, ଏହି ଭାବର ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା ଓ ସେମାନେ ଯେପରି ଆମ୍ଭଠାରୁ ଦୂର ହେବେ ନାହିଁ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତଃକରଣରେ ସ୍ଥାପନ କରିବା।
Og eg vil gjera ei ævepakt med deim, at eg aldri skal snu ifrå deim med mine velgjerningar mot deim, og eg vil leggja otte for meg i deira hjarta, so dei ikkje skal vika frå meg.
41 ଆହୁରି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ସେମାନଙ୍କ ବିଷୟରେ ଆନନ୍ଦ କରିବା ଓ ଆମ୍ଭେ ଆପଣାର ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସେମାନଙ୍କୁ ଏହି ଦେଶରେ ନିଶ୍ଚୟ ରୋପଣ କରିବା।
Og eg vil fagna meg yver deim og gjera vel imot deim, og eg vil planta deim i dette landet med truskap, av alt mitt hjarta og av all mi sjæl.
42 କାରଣ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଏହି ଲୋକମାନଙ୍କ ଉପରେ ଏହିସବୁ ମହା ଅମଙ୍ଗଳ ଯେପରି ଘଟାଇଅଛୁ, ସେପରି ଆମ୍ଭେ ସେମାନଙ୍କୁ ଯେ ଯେ ମଙ୍ଗଳର ପ୍ରତିଜ୍ଞା କରିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା।
For so segjer Herren: Liksom eg hev late all denne store ulukka koma yver dette folket, soleis vil eg og lata alt det gode koma yver deim, som eg hev lova deim.
43 ପୁଣି, ଏହି ଯେଉଁ ଦେଶ ବିଷୟରେ ତୁମ୍ଭେମାନେ କୁହ, ଏହା ମନୁଷ୍ୟ ଓ ପଶୁଶୂନ୍ୟ ଧ୍ୱଂସସ୍ଥାନ ହୋଇ କଲ୍ଦୀୟମାନଙ୍କ ହସ୍ତରେ ଦତ୍ତ ହୋଇଅଛି, ତହିଁ ମଧ୍ୟରେ କ୍ଷେତ୍ର କ୍ରୟ କରାଯିବ।
Og jorder skal verta kjøpte i dette landet som de kallar «ei audn utan folk og fe, gjevi i henderne på kaldæarane».
44 ବିନ୍ୟାମୀନ୍ ପ୍ରଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନରେ, ଯିହୁଦାର ନଗରସମୂହରେ, ପାର୍ବତୀୟ ପ୍ରଦେଶସ୍ଥ ନାନା ନଗରରେ, ପୁଣି ନିମ୍ନ ଭୂମିସ୍ଥ ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ନଗରସମୂହରେ ଲୋକମାନେ ମୂଲ୍ୟ ଦେଇ କ୍ଷେତ୍ର କ୍ରୟ କରିବେ ଓ କ୍ରୟପତ୍ର ସ୍ୱାକ୍ଷର କରି ମୁଦ୍ରାଙ୍କିତ କରିବେ ଓ ସାକ୍ଷୀ ରଖିବେ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।”
Jorder skal dei kjøpa for sylv og skriva kjøpebrev med innsigle på og vitne til i Benjaminslandet og i umkverven kring Jerusalem og i Juda-byarne, både i fjellbyarne og i byarne på flatlendet og i Sudlandet. For eg vil gjera ende på deira utlægd, segjer Herren.