< ଯିରିମୀୟ 33 >

1 ଆହୁରି, ଯିରିମୀୟ, ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିବା ବେଳେ ସଦାପ୍ରଭୁଙ୍କର ବାକ୍ୟ ଦ୍ୱିତୀୟ ଥର ତାହାଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
エレミヤがなお監視の庭に閉じ込められている時、主の言葉はふたたび彼に臨んだ、
2 “ଏହି କାର୍ଯ୍ୟର ସାଧନକର୍ତ୍ତା ସଦାପ୍ରଭୁ, ଯେ ଏହା ସୁସ୍ଥିର କରିବା ନିମନ୍ତେ ନିରୂପଣ କରିଅଛନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି; ସଦାପ୍ରଭୁ ତାହାଙ୍କର ନାମ;
「地を造られた主、それを形造って堅く立たせられた主、その名を主と名のっておられる者がこう仰せられる、
3 ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କର, ତହିଁରେ ଆମ୍ଭେ ତୁମ୍ଭକୁ ଉତ୍ତର ଦେବା, ପୁଣି ତୁମ୍ଭର ଅଜ୍ଞାତ ମହତ ଓ ଦୁଷ୍କର ବିଷୟମାନ ତୁମ୍ଭକୁ ଦେଖାଇବା।
わたしに呼び求めよ、そうすれば、わたしはあなたに答える。そしてあなたの知らない大きな隠されている事を、あなたに示す。
4 କାରଣ ଏହି ନଗରର ଯେସକଳ ଗୃହ ଓ ଯିହୁଦାର ରାଜାଗଣର ଯେସକଳ ଗୃହ ବନ୍ଧ ଓ ଖଡ୍ଗ ବିରୁଦ୍ଧରେ ଆଶ୍ରୟ ସ୍ୱରୂପ ହେବା ନିମନ୍ତେ ଭଗ୍ନ ହୋଇଅଛି, ସେହି ସକଳର ବିଷୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;
イスラエルの神、主は塁と、つるぎとを防ぐために破壊されたこの町の家と、ユダの王の家についてこう言われる、
5 ଲୋକମାନେ କଲ୍‍ଦୀୟମାନଙ୍କ ସଙ୍ଗେ ଯୁଦ୍ଧ କରିବାକୁ ଆସନ୍ତି, ମାତ୍ର ଯେଉଁମାନଙ୍କୁ ଆମ୍ଭେ ଆପଣା କ୍ରୋଧରେ ଓ ପ୍ରଚଣ୍ଡ କୋପରେ ବଧ କରିଅଛୁ ଓ ଯେଉଁମାନଙ୍କ ସକଳ ଦୁଷ୍ଟତା ସକାଶୁ ଆମ୍ଭେ ଏହି ନଗରଠାରୁ ଆପଣା ମୁଖ ଲୁଚାଇଅଛୁ, ସେହି ଲୋକମାନଙ୍କ ଶବରେ ସେସବୁ ଗୃହ ପରିପୂର୍ଣ୍ଣ ହେବ।
カルデヤびとは来て戦い、わたしが怒りと憤りをもって殺す人々の死体を、それに満たす。わたしは人々のもろもろの悪のために、この町にわたしの顔をおおい隠した。
6 ଦେଖ, ଆମ୍ଭେ ଏହି ନଗର ପ୍ରତି ସ୍ୱାସ୍ଥ୍ୟ ଆଉ ଆରୋଗ୍ୟ ଆଣିବା, ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିବା; ପୁଣି, ଆମ୍ଭେ ସେମାନଙ୍କ ପ୍ରତି ପ୍ରଚୁର ଶାନ୍ତି ଓ ସତ୍ୟତା ପ୍ରକାଶ କରିବା।
見よ、わたしは健康と、いやしとを、ここにもたらして人々をいやし、豊かな繁栄と安全とを彼らに示す。
7 ଆଉ, ଆମ୍ଭେ ଯିହୁଦାର ବନ୍ଦୀତ୍ୱାବସ୍ଥା ଓ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ପୁଣି ଆଦ୍ୟ କାଳର ନ୍ୟାୟ ସେମାନଙ୍କୁ ଗଠନ କରିବା।
わたしはユダとイスラエルを再び栄えさせ、彼らを建てて、もとのようにする。
8 ପୁଣି, ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି; ସେସବୁରୁ ଆମ୍ଭେ ସେମାନଙ୍କୁ ଶୁଚି କରିବା ଓ ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମାଚରଣ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି ଓ ଯଦ୍ଦ୍ୱାରା ସେମାନେ ଆମ୍ଭର ଆଜ୍ଞାଲଙ୍ଘନ କରିଅଛନ୍ତି, ଆମ୍ଭେ ସେସବୁ କ୍ଷମା କରିବା।
わたしは彼らがわたしに向かって犯した罪のすべてのとがを清め、彼らがわたしに向かって犯した罪と反逆のすべてのとがをゆるす。
9 ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯେସକଳ ମଙ୍ଗଳ କରିବା, ତାହା ପୃଥିବୀସ୍ଥ ସକଳ ଗୋଷ୍ଠୀ ଶ୍ରବଣ କରିବେ, ସେମାନଙ୍କ ସମ୍ମୁଖରେ ଏହି ନଗର ଆମ୍ଭ ପକ୍ଷରେ ଆନନ୍ଦଜନକ କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ୱରୂପ ହେବ, ଆଉ ଆମ୍ଭେ ତାହା ପାଇଁ ଯେସବୁ ମଙ୍ଗଳ ଓ ଶାନ୍ତି ଆୟୋଜନ କରିବା, ତହିଁ ସକାଶୁ ସେମାନେ ଭୀତ ଓ କମ୍ପିତ ହେବେ।
この町は地のもろもろの民の前に、わたしのために喜びの名となり、誉となり、栄えとなる。彼らはわたしがわたしの民に施すもろもろの恵みのことを聞く。そして、わたしがこの町に施すもろもろの恵みと、もろもろの繁栄のために恐れて身をふるわす。
10 ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଏହି ଯେଉଁ ସ୍ଥାନକୁ ‘ଧ୍ୱଂସିତ, ନରଶୂନ୍ୟ ଓ ପଶୁଶୂନ୍ୟ,’ ବୋଲି କହୁଅଛ, ସେଠାରେ, ଅର୍ଥାତ୍‍, ଧ୍ୱଂସିତ, ନରଶୂନ୍ୟ, ନିବାସୀବିହୀନ ଓ ପଶୁଶୂନ୍ୟ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ସଡ଼କରେ
主はこう言われる、あなたがたが、『それは荒れて、人もおらず獣もいない』というこの所、すなわち、荒れて、人もおらず住む者もなく、獣もいないユダの町とエルサレムのちまたに、
11 ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ, ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପୂର୍ବକାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।
再び喜びの声、楽しみの声、花婿の声、花嫁の声、および『万軍の主に感謝せよ、主は恵みふかく、そのいつくしみは、いつまでも絶えることがない』といって、感謝の供え物を主の宮に携えてくる者の声が聞える。それは、わたしがこの地を再び栄えさせて初めのようにするからであると主は言われる。
12 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଏହି ନରଶୂନ୍ୟ ଓ ପଶୁଶୂନ୍ୟ ଧ୍ୱଂସସ୍ଥାନରେ ଓ ତହିଁର ସକଳ ନଗରରେ, ପୁନର୍ବାର ପଶୁପାଳକମାନଙ୍କର ବସତି ସ୍ଥାନ ହେବ, ସେମାନେ ସେସ୍ଥାନରେ ଆପଣା ଆପଣା ପଲମାନଙ୍କୁ ବିଶ୍ରାମ କରାଇବେ।
万軍の主はこう言われる、荒れて、人もおらず獣もいないこの所と、そのすべての町々に再びその群れを伏させる牧者のすまいがあるようになる。
13 ସଦାପ୍ରଭୁ କହନ୍ତି, ପାର୍ବତୀୟ ଦେଶର ନଗରସମୂହରେ, ନିମ୍ନ ଭୂମିର ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ସକଳ ନଗରରେ ଓ ବିନ୍ୟାମୀନ୍ ଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ଅଞ୍ଚଳରେ ଓ ଯିହୁଦାର ନଗରମାନରେ, ମେଷଗଣନାକାରୀ ଲୋକର ହସ୍ତାଧୀନରେ ମେଷପଲ ପୁନର୍ବାର ଗତାୟାତ କରିବେ।
山地の町々と、平地の町々と、ネゲブの町々と、ベニヤミンの地、エルサレムの周囲と、ユダの町々で、群れは再びそれを数える者の手の下を通りすぎると主は言われる。
14 ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସମ୍ବନ୍ଧରେ ଯେଉଁ ମଙ୍ଗଳ ବାକ୍ୟ କହିଅଛୁ, ଆମ୍ଭର ତାହା ସଫଳ କରିବାର ସମୟ ଆସୁଅଛି।
主は言われる、見よ、わたしがイスラエルの家とユダの家に約束したことをなし遂げる日が来る。
15 ସେସକଳ ଦିନରେ ଓ ସେହି ସମୟରେ ଆମ୍ଭେ ଦାଉଦ-ବଂଶରେ ଧର୍ମରୂପ ଏକ ଶାଖା ଉତ୍ପନ୍ନ କରାଇବା; ପୁଣି, ସେ ଦେଶରେ ନ୍ୟାୟବିଚାର ଓ ଧର୍ମ ପ୍ରଚଳିତ କରିବେ।
その日、その時になるならば、わたしはダビデのために一つの正しい枝を生じさせよう。彼は公平と正義を地に行う。
16 ସେହି ସକଳ ଦିନରେ ଯିହୁଦା ପରିତ୍ରାଣ ପାଇବ ଓ ଯିରୂଶାଲମ ନିରାପଦରେ ବାସ କରିବ, ଆଉ ‘ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ,’ ଏହି ନାମରେ ସେ ବିଖ୍ୟାତ ହେବେ।
その日、ユダは救を得、エルサレムは安らかにおる。その名は『主はわれわれの正義』ととなえられる。
17 କାରଣ ସଦାପ୍ରଭୁ ଏହି କଥା କହନ୍ତି: ଇସ୍ରାଏଲ ବଂଶୀୟ ସିଂହାସନରେ ଉପବିଷ୍ଟ ହେବା ପାଇଁ ଦାଉଦ ସମ୍ପର୍କୀୟ ପୁରୁଷର ଅଭାବ କଦାପି ହେବ ନାହିଁ,
主はこう仰せられる、イスラエルの家の位に座する人がダビデの子孫のうちに欠けることはない。
18 କିଅବା ଆମ୍ଭ ସମ୍ମୁଖରେ ହୋମ ଉତ୍ସର୍ଗ, ଭକ୍ଷ୍ୟ ନୈବେଦ୍ୟ ଦାହ ଓ ନିତ୍ୟ ବଳିଦାନ କରିବା ପାଇଁ ଲେବୀୟ ଯାଜକମାନଙ୍କ ସମ୍ପର୍କୀୟ ଲୋକର ଅଭାବ ହେବ ନାହିଁ।”
またわたしの前に燔祭をささげ、素祭を焼き、つねに犠牲をささげる人が、レビびとである祭司のうちに絶えることはない」。
19 ଏଥିଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
主の言葉はエレミヤに臨んだ、
20 “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯଦି ଦିବସ ସମ୍ବନ୍ଧୀୟ ଆମ୍ଭର ନିୟମ ଓ ରାତ୍ରି ସମ୍ବନ୍ଧୀୟ ଆମ୍ଭର ନିୟମ ଏରୂପ ଭଗ୍ନ କରିପାର ଯେ, ଯଥା ସମୟରେ ଦିବସ କି ରାତ୍ରି ନ ହୁଏ;
「主はこう仰せられる、もしあなたがたが、昼と結んだわたしの契約を破り、また夜と結んだわたしの契約を破り、昼と夜が定められた時に来ないようにすることができるならば、
21 ତେବେ ଆମ୍ଭ ଦାସ ଦାଉଦର ସିଂହାସନରେ ବସି ରାଜ୍ୟ କରିବା ପାଇଁ ତାହାର ସନ୍ତାନର ଅଭାବ ହେବ ନାହିଁ ବୋଲି ତାହା ସଙ୍ଗେ ଆମ୍ଭର ଯେଉଁ ନିୟମ ଅଛି, ତାହା ମଧ୍ୟ ଭଗ୍ନ କରାଯାଇ ପାରିବ; ଆଉ, ଆମ୍ଭର ପରିଚାରକ ଲେବୀୟ ଯାଜକମାନଙ୍କ ସହିତ ଆମ୍ଭର ନିୟମ ମଧ୍ୟ ଭଗ୍ନ କରାଯାଇ ପାରିବ।
しもべダビデとわたしが結んだ契約もまた破れ、彼はその位に座して王となる子を与えられない。またわたしがわたしに仕えるレビびとである祭司に立てた契約も破れる。
22 ଆକାଶମଣ୍ଡଳସ୍ଥ ସୈନ୍ୟଗଣର ସଂଖ୍ୟା ଯେପରି ଗଣାଯାଇ ନ ପାରେ, କିଅବା ସମୁଦ୍ରର ବାଲି ଯେପରି ମପାଯାଇ ନ ପାରେ, ସେପରି ଆମ୍ଭେ ଆପଣାର ଦାସ ଦାଉଦର ବଂଶକୁ ଓ ଆମ୍ଭର ପରିଚର୍ଯ୍ୟାକାରୀ ଲେବୀୟମାନଙ୍କୁ ବୃଦ୍ଧି କରିବା।”
天の星は数えることができず、浜の砂は量ることができない。そのようにわたしは、しもべダビデの子孫と、わたしに仕えるレビびとである祭司の数を増そう」。
23 ଆଉ, ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
主の言葉はエレミヤに臨んだ、
24 “ଏହି ଲୋକମାନେ ଯାହା କହିଅଛନ୍ତି, ତାହା କି ତୁମ୍ଭେ ବିବେଚନା କରୁ ନାହଁ? ସେମାନେ କହିଅଛନ୍ତି, ‘ସଦାପ୍ରଭୁ ଆପଣାର ମନୋନୀତ ଦୁଇ ଗୋଷ୍ଠୀଙ୍କୁ ଅଗ୍ରାହ୍ୟ କରିଅଛନ୍ତି।’ ଏହିରୂପେ ସେମାନେ ଆମ୍ଭ ଲୋକମାନଙ୍କୁ ତୁଚ୍ଛଜ୍ଞାନ କରନ୍ତି, ସେମାନଙ୍କ ସାକ୍ଷାତରେ ସେମାନେ ଏକ ଗୋଷ୍ଠୀ ହୋଇ ଯେପରି ଆଉ ରହିବେ ନାହିଁ।
「あなたはこの民が、『主は自ら選んだ二つのやからを捨てた』といっているのを聞かないか。彼らはこのようにわたしの民を侮って、これを国とみなさないのである。
25 ସଦାପ୍ରଭୁ ଏହି କଥା କହନ୍ତି, ଯେବେ ଦିବସ ଓ ରାତ୍ରି ସମ୍ବନ୍ଧୀୟ ଆମ୍ଭର ନିୟମ ସ୍ଥିର ନ ରହେ, ଆମ୍ଭେ ଯଦି ଆକାଶର ଓ ପୃଥିବୀର ବିଧିସକଳ ନିରୂପଣ କରି ନ ଥାଉ,
主はこう言われる、もしわたしが昼と夜とに契約を立てず、また天地のおきてを定めなかったのであれば、
26 ତାହାହେଲେ ଆମ୍ଭେ ଯାକୁବର ଓ ଆମ୍ଭ ଦାସ ଦାଉଦର ବଂଶକୁ ଅଗ୍ରାହ୍ୟ କରି ଅବ୍ରହାମର, ଇସ୍‌ହାକର ଓ ଯାକୁବର ବଂଶ ଉପରେ ଶାସନକର୍ତ୍ତା କରିବା ପାଇଁ ତାହାର ବଂଶରୁ ଲୋକ ଗ୍ରହଣ କରିବା ନାହିଁ। ଆମ୍ଭେ ସେମାନଙ୍କୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା ଓ ସେମାନଙ୍କ ପ୍ରତି ଦୟା କରିବା।”
わたしは、ヤコブとわたしのしもべダビデとの子孫を捨てて、再び彼の子孫のうちからアブラハム、イサク、ヤコブの子孫を治める者を選ばない。わたしは彼らを再び栄えさせ、彼らにあわれみをたれよう」。

< ଯିରିମୀୟ 33 >