< ଯିରିମୀୟ 34 >
1 ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଓ ତାହାର କର୍ତ୍ତୃତ୍ୱାଧୀନ ଭୂଖଣ୍ଡର ସମସ୍ତ ରାଜ୍ୟ ଆଉ ସମସ୍ତ ଗୋଷ୍ଠୀ ଯିରୂଶାଲମ ଓ ତହିଁର ନଗରସମୂହର ବିରୁଦ୍ଧରେ ଯୁଦ୍ଧ କରୁଥିବା ସମୟରେ, ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା:
၁ဗာဗုလုန်ဘုရင်နေဗုခဒ်နေဇာနှင့် တပ်မ တော်သည်လက်အောက်ခံနိုင်ငံရှိသမျှနှင့် လူမျိုးအပေါင်းတို့၏စစ်တပ်များအကူ အညီဖြင့် ယေရုရှလင်မြို့နှင့်တကွအနီး အနားရှိမြို့ရွာများကိုတိုက်ခိုက်လျက်နေ စဉ် ထာဝရဘုရားသည်ငါ့အားဗျာဒိတ် ပေးတော်မူ၏။-
2 “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଯାଇ ଯିହୁଦାର ରାଜା ସିଦିକୀୟର ସଙ୍ଗେ ଆଳାପ କରି ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ବାବିଲ ରାଜାର ହସ୍ତରେ ଏହି ନଗର ସମର୍ପଣ କରିବା, ତହିଁରେ ସେ ଅଗ୍ନିରେ ତାହା ଦଗ୍ଧ କରିବ।
၂ဣသရေလအမျိုးသားတို့၏ဘုရားသခင် ထာဝရဘုရားသည် ငါ့အားသင်သည်ယုဒ ဘုရင်ဇေဒကိထံသို့သွား၍သူ့အားဗျာ ဒိတ်တော်ပြန်ကြားရမည်မှာ``ငါထာဝရ ဘုရားသည်ဤမြို့ကိုဗာဗုလုန်ဘုရင်အား ပေးအပ်မည်။ သူသည်ဤမြို့ကိုမီးရှို့လိမ့်မည်။-
3 ପୁଣି, ତୁମ୍ଭେ ତାହା ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ଧରାଯିବ ଓ ତାହା ହସ୍ତରେ ସମର୍ପିତ ହେବ; ପୁଣି, ତୁମ୍ଭର ଚକ୍ଷୁ ବାବିଲ ରାଜାର ଚକ୍ଷୁକୁ ଦେଖିବ ଓ ସେ ସମ୍ମୁଖାସମ୍ମୁଖୀ ହୋଇ ତୁମ୍ଭ ସଙ୍ଗେ କଥା କହିବ ଓ ତୁମ୍ଭେ ବାବିଲକୁ ଯିବ।
၃သင်သည်သူ၏ဘေးမှလွတ်မြောက်ရလိမ့် မည်မဟုတ်။ အဖမ်းခံရကာသူ၏လက်တွင်း သို့သက်ဆင်းရလိမ့်မည်။ သင်သည်သူနှင့် မျက်နှာချင်းဆိုင်တွေ့ဆုံပြောဆိုပြီးလျှင် ဗာဗုလုန်မြို့သို့လိုက်ပါသွားရလိမ့်မည်။-
4 ତଥାପି ହେ ସିଦିକୀୟ ଯିହୁଦାର ରାଜନ୍, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ସଦାପ୍ରଭୁ ତୁମ୍ଭ ବିଷୟରେ ଏହି କଥା କହନ୍ତି, ତୁମ୍ଭେ ଖଡ୍ଗ ଦ୍ୱାରା ମରିବ ନାହିଁ;
၄အို ဇေဒကိမင်း၊ သင့်ကိုရည်မှတ်၍ ငါမိန့် မှာသည့်စကားကိုနားထောင်လော့။ သင် သည်စစ်ပွဲတွင်ကျဆုံးရလိမ့်မည်မဟုတ်။-
5 ତୁମ୍ଭେ ଶାନ୍ତିରେ ମରିବ; ପୁଣି, ତୁମ୍ଭ ପିତୃଲୋକମାନଙ୍କ ନିମନ୍ତେ, ତୁମ୍ଭ ପୂର୍ବବର୍ତ୍ତୀ ରାଜାମାନଙ୍କ ନିମନ୍ତେ ଯେପରି ଦାହ ହୋଇଥିଲା, ସେପରି ଲୋକମାନେ ତୁମ୍ଭ ନିମନ୍ତେ ସୁଗନ୍ଧି ଧୂପଦାହ କରିବେ; ଆଉ, ‘ହାୟ ପ୍ରଭୋ! ହାୟ ପ୍ରଭୋ!’ ବୋଲି ତୁମ୍ଭ ନିମନ୍ତେ ବିଳାପ କରିବେ, କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଏହି କଥା କହିଅଛୁ।”
၅အေးချမ်းစွာသေရလိမ့်မည်။ လူတို့သည် သင်၏ဘိုးဘေးများအတွက် နံ့သာပေါင်း ကိုမီးရှို့ခဲ့ကြသည့်နည်းတူ သင်၏အတွက် လည်းနံ့သာပေါင်းကိုမီးရှို့ကြလိမ့်မည်။ သူ တို့သည်`ငါတို့ဘုရင်ကွယ်လွန်ပြီ' ဟုဆို၍ သင်၏အတွက်ငိုကြွေးမြည်တမ်းကြလိမ့် မည်။ ဤကားငါထာဝရဘုရားမြွက်ဟ သည့်စကားဖြစ်၏'' ဟူ၍မိန့်တော်မူ၏။
6 ତହୁଁ ଯିରିମୀୟ ଭବିଷ୍ୟଦ୍ବକ୍ତା ଯିରୂଶାଲମରେ ଯିହୁଦାର ରାଜା ସିଦିକୀୟକୁ ଏହିସବୁ କଥା କହିଲେ।
၆ထိုနောက်ဗာဗုလုန်ဘုရင်၏တပ်မတော် သည် ယေရုရှလင်မြို့ကိုတိုက်ခိုက်လျက်နေ စဉ်ပရောဖက်ယေရမိသည် ထိုအကြောင်း အရာအလုံးစုံကိုဇေဒကိအားဆင့်ဆို ပြန်ကြား၏။ ဗာဗုလုန်တပ်မတော်သည် ယုဒပြည်ရှိခံတပ်မြို့များအနက် ကျန် ရှိသေးသည့်မြို့များဖြစ်သောလာခိရှ မြို့နှင့်အဇေကာမြို့တို့ကိုလည်းတိုက် ခိုက်လျက်နေသတည်း။
7 ସେସମୟରେ ବାବିଲ ରାଜାର ସୈନ୍ୟ ଯିରୂଶାଲମ ବିରୁଦ୍ଧରେ ଓ ଯିହୁଦାର ଅବଶିଷ୍ଟସକଳ ନଗର ଅର୍ଥାତ୍ ଲାଖୀଶ୍ ଓ ଅସେକା ବିରୁଦ୍ଧରେ ଯୁଦ୍ଧ କରୁଥିଲେ; କାରଣ ଯିହୁଦା ଦେଶସ୍ଥ ନଗରସମୂହ ମଧ୍ୟରେ ଏହି ଦୁଇଟି ମାତ୍ର ପ୍ରାଚୀର-ବେଷ୍ଟିତ ନଗର ଅବଶିଷ୍ଟ ଥିଲା।
၇
8 ପ୍ରତ୍ୟେକ ଜଣ ଆପଣା ଆପଣା ଏବ୍ରୀୟ ଦାସକୁ ଓ ପ୍ରତ୍ୟେକ ଜଣ ଆପଣା ଆପଣା ଏବ୍ରୀୟା ଦାସୀକୁ ମୁକ୍ତ କରି ବିଦାୟ କରିବେ; କେହି ସେମାନଙ୍କୁ, ଅର୍ଥାତ୍ ଆପଣା ଯିହୁଦୀୟ ଭ୍ରାତାକୁ ଦାସ୍ୟକର୍ମ କରାଇବ ନାହିଁ,
၈ဇေဒကိမင်းနှင့်ယေရုရှလင်မြို့သူမြို့သား တို့သည် ယုဒအမျိုးသားအချင်းချင်းကျွန် စေစားမှုမရှိစေရန် ဟေဗြဲကျွန်ယောကျာ်း ကျွန်မိန်းမတို့အား လွတ်လပ်ခွင့်ပေးရန် သဘောတူညီကြလေသည်။
9 ଏପରି ମୁକ୍ତି ଘୋଷଣାର ନିୟମ ସିଦିକୀୟ ରାଜା ଯିରୂଶାଲମସ୍ଥ ସବୁ ଲୋକଙ୍କ ସହିତ ସ୍ଥିର କଲା ଉତ୍ତାରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।
၉
10 ସମସ୍ତ ଅଧିପତି ଓ ସମସ୍ତ ଲୋକେ ଏହି ନିୟମରେ ଆବଦ୍ଧ ହୋଇ, ପ୍ରତ୍ୟେକେ ଆପଣା ଆପଣା ଦାସକୁ ଓ ପ୍ରତ୍ୟେକେ ଆପଣା ଆପଣା ଦାସୀକୁ ମୁକ୍ତ କରି ବିଦାୟ କରିଦେବେ, କେହି ସେମାନଙ୍କୁ ଆଉ ଦାସ୍ୟକର୍ମ କରାଇବେ ନାହିଁ ବୋଲି ସମ୍ମତ ହେଲେ, ସେମାନେ ସମ୍ମତ ହୋଇ ସେମାନଙ୍କୁ ବିଦାୟ କରିଦେଲେ;
၁၀ပြည်သူများနှင့်ပြည်သူ့ခေါင်းဆောင်အပေါင်း တို့သည် မိမိတို့ကျေးကျွန်များအားလွတ်လပ် ခွင့်ပေးပြီးလျှင် နောင်အဘယ်အခါ၌မျှပြန် ၍ကျွန်စေစားမှုမပြုပါဟုသဘောတူညီ ကြ၏။ သူတို့သည်မိမိတို့ကျေးကျွန်များ ကိုလွတ်လပ်ခွင့်ပေးကြ၏။-
11 ମାତ୍ର ତହିଁ ଉତ୍ତାରେ ସେମାନେ ଫେରି ଯେଉଁ ଦାସଦାସୀମାନଙ୍କୁ ମୁକ୍ତ କରି ବିଦାୟ କରି ଦେଇଥିଲେ, ସେମାନଙ୍କୁ ପୁନର୍ବାର ଅଣାଇ ଆପଣାମାନଙ୍କ ଦାସଦାସୀ ହେବା ନିମନ୍ତେ ବଶୀଭୂତ କଲେ।
၁၁သို့သော်လည်းယင်းသို့လွတ်လပ်ခွင့်ပေးပြီး သည်နောက် စိတ်သဘောပြောင်းလဲ၍ထိုသူ တို့အားပြန်လည်ခေါ်ယူကာ အတင်း အကြပ်ကျွန်ခံစေကြပြန်၏။
12 ଏହେତୁ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, ଯଥା,
၁၂ထိုအခါဣသရေလအမျိုးသားတို့၏ ဘုရားသခင်ထာဝရဘုရားသည်၊-
13 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଆମ୍ଭେ ମିସର ଦେଶରୁ ଦାସଗୃହରୁ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ବାହାର କରି ଆଣିବା ସମୟରେ ସେମାନଙ୍କ ସହିତ ଏକ ନିୟମ କଲୁ, ଯଥା,
၁၃ငါ့အားပြည်သူတို့အားဆင့်ဆိုစေသည် မှာ``ငါသည်သင်၏ဘိုးဘေးများအား အီဂျစ်ပြည်မှကယ်ဆယ်ကာ ကျွန်ဘဝ မှလွတ်မြောက်စေခဲ့စဉ်အခါကသူတို့ နှင့်ပဋိညာဉ်ပြုခဲ့၏။-
14 ‘ତୁମ୍ଭର କୌଣସି ଏବ୍ରୀୟ ଭ୍ରାତା ତୁମ୍ଭ ନିକଟରେ ବିକ୍ରୀତ ହୋଇ ଛଅ ବର୍ଷ ତୁମ୍ଭର ଦାସ୍ୟକର୍ମ କଲା ଉତ୍ତାରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ ଦେବ, ତୁମ୍ଭେମାନେ ପ୍ରତ୍ୟେକେ ସାତ ବର୍ଷର ଶେଷରେ ଆପଣା ଆପଣାର ସେହି ଭ୍ରାତାକୁ ମୁକ୍ତ କରିବ;’ ମାତ୍ର ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭ ବାକ୍ୟ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ।
၁၄သူတို့သည်မိမိဝယ်ယူထားသည့်ဟေဗြဲ ကျွန်မှန်သမျှကိုခြောက်နှစ်မျှစေစားပြီး နောက် ခုနစ်နှစ်မြောက်တွင်လွတ်လပ်ခွင့်ပေးရ ကြမည်ဖြစ်ကြောင်း သူတို့အားငါမှာကြား ခဲ့၏။ သို့ရာတွင်သင်၏ဘိုးဘေးတို့သည် ငါ့အားပမာဏမပြုကြ။ ငါပြောဆို သည့်စကားကိုလည်းနားမထောင်ကြ။-
15 ପୁଣି, ତୁମ୍ଭେମାନେ ଏଥିପୂର୍ବେ ଫେରି ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରି ଆମ୍ଭ ଦୃଷ୍ଟିରେ ଯଥାର୍ଥ କର୍ମ କରିଥିଲ ଓ ଆମ୍ଭ ନାମରେ ଖ୍ୟାତ ଗୃହରେ ଆମ୍ଭ ସମ୍ମୁଖରେ ନିୟମ କରିଥିଲ
၁၅လွန်ခဲ့သည့်ရက်အနည်းငယ်ကသင်တို့သည် စိတ်သဘောပြောင်းလဲ၍ ငါနှစ်သက်သည့် အမှုကိုပြုခဲ့ကြ၏။ သင်တို့အားလုံးပင် မိမိတို့ဟေဗြဲအမျိုးသားအချင်းချင်း တို့အား လွတ်လပ်ခွင့်ပေးရန်သဘောတူညီ ချက်ဖြင့် ငါ့နာမဖြင့်တည်ဆောက်ထား သောဗိမာန်တော်အတွင်းငါ၏ရှေ့မှောက် ၌ပဋိညာဉ်ပြုခဲ့ကြ၏။-
16 ମାତ୍ର ତୁମ୍ଭେମାନେ ଫେରି ଆମ୍ଭ ନାମ ଅପବିତ୍ର କଲ, ଆଉ ଯେଉଁମାନଙ୍କୁ ମୁକ୍ତ କରି ସେମାନଙ୍କ ଇଚ୍ଛାନୁସାରେ ବିଦାୟ କରି ଦେଇଥିଲ, ତୁମ୍ଭମାନଙ୍କର ପ୍ରତ୍ୟେକେ ଆପଣା ଆପଣା ସେହି ଦାସଦାସୀକୁ ପୁନର୍ବାର ଅଣାଇ ଆପଣାମାନଙ୍କର ଦାସଦାସୀ ହେବା ପାଇଁ ବଶୀଭୂତ କରିଅଛ।
၁၆သို့ရာတွင်သင်တို့သည်စိတ်သဘောထား ပြောင်းလဲကြပြန်၍ငါ့အားအသရေဖျက် ကြ၏။ သင်တို့အားလုံးပင်မိမိတို့လွတ်လပ် ခွင့်ပေးခဲ့ကြသည့်ကျေးကျွန်များကို ပြန် လည်ခေါ်ယူကာအတင်းအကြပ်ကျွန်ခံ စေကြပြန်၏။-
17 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା।
၁၇သို့သော်လည်းသင်တို့သည်ငါ၏စကားကို နားမထောင်၊ မိမိတို့ဟေဗြဲအမျိုးသား အချင်းချင်းတို့အားလည်း လွတ်လပ်ခွင့် မပေးခဲ့ကြဟုငါထာဝရဘုရားမြွက် ဆို၏။ ထို့ကြောင့်သင်တို့အားစစ်ဘေး၊ အနာ ရောဂါဘေးနှင့်ငတ်မွတ်ခေါင်းပါးခြင်းဘေး တို့ဖြင့် လွတ်လပ်စွာသေရခြင်းတည်းဟူ သောလွတ်လပ်ခွင့်ကိုငါပေးမည်။ ငါသည် သင်တို့အားပြုသည့်အမှုကြောင့် ကမ္ဘာပေါ် ရှိလူမျိုးတကာတို့သည်ထိတ်လန့်တုန် လှုပ်ကြလိမ့်မည်။-
18 ପୁଣି, ଯେଉଁମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି, ଯେଉଁମାନେ ଗୋବତ୍ସକୁ ଦୁଇ ଖଣ୍ଡ କରି ତନ୍ମଧ୍ୟ ଦେଇ ଗମନ କରିବା ବେଳେ ଆମ୍ଭ ସମ୍ମୁଖରେ ଯେଉଁ ନିୟମ କଲେ, ସେହି ନିୟମର କଥା ପାଳନ କରି ନାହାନ୍ତି, ସେମାନଙ୍କୁ,
၁၈ယုဒပြည်နှင့်ယေရုရှလင်မြို့မှခေါင်းဆောင် များသည် နန်းတွင်းအရာရှိများ၊ ယဇ်ပုရော ဟိတ်များ၊ ပြည်သူများနှင့်အတူမိမိတို့ နှစ်ခြမ်းခွဲထားသည့်နွားလား၏စပ်ကြား တွင်လျှောက်သွားကာ ငါနှင့်ပဋိညာဉ်ပြုခဲ့ ကြ၏။ သို့ရာတွင်သူတို့သည်ငါ၏ရှေ့မှောက် တွင် မိမိတို့ပြုခဲ့သည့်ပဋိညာဉ်ကိုချိုး ဖောက်ကြ၏။ ထို့ကြောင့်နွားလားကိုသူ တို့ပြုသကဲ့သို့သူတို့အားငါပြုမည်။-
19 ଅର୍ଥାତ୍, ଯିହୁଦାର ଅଧିପତିଗଣକୁ ଓ ଯିରୂଶାଲମର ଅଧିପତିଗଣକୁ, ନପୁଂସକଗଣକୁ ଓ ଯାଜକମାନଙ୍କୁ ଓ ଦେଶର ସମସ୍ତ ଲୋକଙ୍କୁ, ଯେଉଁମାନେ ଗୋବତ୍ସର ଦୁଇ ଖଣ୍ଡର ମଧ୍ୟଦେଇ ଗମନ କଲେ, ସେମାନଙ୍କୁ ଆମ୍ଭେ ସମର୍ପଣ କରିବା;
၁၉
20 ଆମ୍ଭେ ସେମାନଙ୍କୁ ହିଁ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନଙ୍କର ଶବ ଖେଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।
၂၀ငါသည်သူတို့ကိုရန်သူများ၏လက်သို့ ပေးအပ်မည်။ သူတို့အားသတ်ဖြတ်လိုသူ များ၏လက်သို့ပေးအပ်မည်။ သူတို့၏ အလောင်းများသည်ငှက်များတောသားရဲ များ၏အစာဖြစ်လိမ့်မည်။-
21 ପୁଣି, ଯିହୁଦାର ରାଜା ସିଦିକୀୟକୁ ଓ ତାହାର ଅଧିପତିଗଣକୁ ଆମ୍ଭେ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ଓ ବାବିଲ ରାଜାର ଯେଉଁ ସୈନ୍ୟଗଣ ତୁମ୍ଭମାନଙ୍କ ନିକଟରୁ ଉଠି ଯାଇଅଛନ୍ତି, ସେମାନଙ୍କ ହସ୍ତରେ ସମର୍ପଣ କରିବା।
၂၁ယုဒဘုရင်ဇေဒကိနှင့်မှူးမတ်များအား သူ တို့ကိုသတ်ဖြတ်လိုသည့်ရန်သူများ၏လက် သို့ငါပေးအပ်မည်။ ငါသည်သူတို့အားယခု အတိုက်အခိုက်ရပ်စဲလိုက်သည့် ဗာဗုလုန် ဘုရင်၏တပ်မတော်လက်သို့ပေးအပ်မည်။-
22 ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଆଜ୍ଞା ଦ୍ୱାରା ସେମାନଙ୍କୁ ଏହି ନଗରକୁ ପୁନର୍ବାର ଅଣାଇବା; ତହିଁରେ ସେମାନେ ନଗର ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ; ପୁଣି, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।”
၂၂ထိုတပ်မတော်ကိုငါအမိန့်ပေးသဖြင့် သူ တို့သည်ပြန်လာ၍ဤမြို့ကိုတိုက်ခိုက်သိမ်း ယူပြီးလျှင် မီးရှို့လိုက်ကြလိမ့်မည်။ ငါသည် ယုဒမြို့တို့ကိုလူသူကင်းမဲ့ရာသဲကန္တာရ ကဲ့သို့ဖြစ်စေမည်။ ဤကားငါထာဝရဘုရား မြွက်ဟသည့်စကားဖြစ်၏'' ဟုမိန့်တော်မူ၏။