< ଯିରିମୀୟ 34 >

1 ବାବିଲର ରାଜା ନବୂଖଦ୍‍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଓ ତାହାର କର୍ତ୍ତୃତ୍ୱାଧୀନ ଭୂଖଣ୍ଡର ସମସ୍ତ ରାଜ୍ୟ ଆଉ ସମସ୍ତ ଗୋଷ୍ଠୀ ଯିରୂଶାଲମ ଓ ତହିଁର ନଗରସମୂହର ବିରୁଦ୍ଧରେ ଯୁଦ୍ଧ କରୁଥିବା ସମୟରେ, ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା:
A palavra que veio de Javé a Jeremias, quando Nabucodonosor, rei da Babilônia, com todo seu exército, todos os reinos da terra que estavam sob seu domínio, e todos os povos, estavam lutando contra Jerusalém e contra todas as suas cidades, dizendo
2 “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଯାଇ ଯିହୁଦାର ରାଜା ସିଦିକୀୟର ସଙ୍ଗେ ଆଳାପ କରି ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ବାବିଲ ରାଜାର ହସ୍ତରେ ଏହି ନଗର ସମର୍ପଣ କରିବା, ତହିଁରେ ସେ ଅଗ୍ନିରେ ତାହା ଦଗ୍ଧ କରିବ।
“Javé, o Deus de Israel, diz: “Vai, e fala com Zedequias, rei de Judá, e diz-lhe: “Eis que eu entregarei esta cidade na mão do rei da Babilônia e ele a queimará com fogo.
3 ପୁଣି, ତୁମ୍ଭେ ତାହା ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ଧରାଯିବ ଓ ତାହା ହସ୍ତରେ ସମର୍ପିତ ହେବ; ପୁଣି, ତୁମ୍ଭର ଚକ୍ଷୁ ବାବିଲ ରାଜାର ଚକ୍ଷୁକୁ ଦେଖିବ ଓ ସେ ସମ୍ମୁଖାସମ୍ମୁଖୀ ହୋଇ ତୁମ୍ଭ ସଙ୍ଗେ କଥା କହିବ ଓ ତୁମ୍ଭେ ବାବିଲକୁ ଯିବ।
Você não escapará de sua mão, mas certamente será tomado e entregue em suas mãos”. Seus olhos verão os olhos do rei da Babilônia, e ele falará com você boca a boca. Tu irás para a Babilônia”.
4 ତଥାପି ହେ ସିଦିକୀୟ ଯିହୁଦାର ରାଜନ୍‍, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ସଦାପ୍ରଭୁ ତୁମ୍ଭ ବିଷୟରେ ଏହି କଥା କହନ୍ତି, ତୁମ୍ଭେ ଖଡ୍ଗ ଦ୍ୱାରା ମରିବ ନାହିଁ;
“Ouça ainda a palavra de Javé, ó Zedequias, rei de Judá. Javé diz a seu respeito: “Você não morrerá pela espada”.
5 ତୁମ୍ଭେ ଶାନ୍ତିରେ ମରିବ; ପୁଣି, ତୁମ୍ଭ ପିତୃଲୋକମାନଙ୍କ ନିମନ୍ତେ, ତୁମ୍ଭ ପୂର୍ବବର୍ତ୍ତୀ ରାଜାମାନଙ୍କ ନିମନ୍ତେ ଯେପରି ଦାହ ହୋଇଥିଲା, ସେପରି ଲୋକମାନେ ତୁମ୍ଭ ନିମନ୍ତେ ସୁଗନ୍ଧି ଧୂପଦାହ କରିବେ; ଆଉ, ‘ହାୟ ପ୍ରଭୋ! ହାୟ ପ୍ରଭୋ!’ ବୋଲି ତୁମ୍ଭ ନିମନ୍ତେ ବିଳାପ କରିବେ, କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଏହି କଥା କହିଅଛୁ।”
Tu morrerás em paz; e com as queimadas de teus pais, os antigos reis que foram antes de ti, assim eles farão uma queima por ti. Eles te lamentarão, dizendo: “Ah Senhor!”, pois eu disse a palavra', diz Javé”.
6 ତହୁଁ ଯିରିମୀୟ ଭବିଷ୍ୟଦ୍‍ବକ୍ତା ଯିରୂଶାଲମରେ ଯିହୁଦାର ରାଜା ସିଦିକୀୟକୁ ଏହିସବୁ କଥା କହିଲେ।
Então Jeremias, o profeta, disse todas estas palavras a Zedequias, rei de Judá em Jerusalém,
7 ସେସମୟରେ ବାବିଲ ରାଜାର ସୈନ୍ୟ ଯିରୂଶାଲମ ବିରୁଦ୍ଧରେ ଓ ଯିହୁଦାର ଅବଶିଷ୍ଟସକଳ ନଗର ଅର୍ଥାତ୍‍ ଲାଖୀଶ୍‍ ଓ ଅସେକା ବିରୁଦ୍ଧରେ ଯୁଦ୍ଧ କରୁଥିଲେ; କାରଣ ଯିହୁଦା ଦେଶସ୍ଥ ନଗରସମୂହ ମଧ୍ୟରେ ଏହି ଦୁଇଟି ମାତ୍ର ପ୍ରାଚୀର-ବେଷ୍ଟିତ ନଗର ଅବଶିଷ୍ଟ ଥିଲା।
quando o exército do rei da Babilônia lutava contra Jerusalém e contra todas as cidades de Judá que ficaram, contra Laquis e contra Azeca; pois só estas ficaram das cidades de Judá como cidades fortificadas.
8 ପ୍ରତ୍ୟେକ ଜଣ ଆପଣା ଆପଣା ଏବ୍ରୀୟ ଦାସକୁ ଓ ପ୍ରତ୍ୟେକ ଜଣ ଆପଣା ଆପଣା ଏବ୍ରୀୟା ଦାସୀକୁ ମୁକ୍ତ କରି ବିଦାୟ କରିବେ; କେହି ସେମାନଙ୍କୁ, ଅର୍ଥାତ୍‍ ଆପଣା ଯିହୁଦୀୟ ଭ୍ରାତାକୁ ଦାସ୍ୟକର୍ମ କରାଇବ ନାହିଁ,
A palavra veio de Javé a Jeremias, depois que o rei Zedequias fez um pacto com todo o povo que estava em Jerusalém, para proclamar-lhes a liberdade,
9 ଏପରି ମୁକ୍ତି ଘୋଷଣାର ନିୟମ ସିଦିକୀୟ ରାଜା ଯିରୂଶାଲମସ୍ଥ ସବୁ ଲୋକଙ୍କ ସହିତ ସ୍ଥିର କଲା ଉତ୍ତାରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।
que cada homem deixasse livre seu servo masculino, e cada homem sua serva, que é hebreu ou hebréia, para que ninguém fizesse deles escravos, de um judeu seu irmão.
10 ସମସ୍ତ ଅଧିପତି ଓ ସମସ୍ତ ଲୋକେ ଏହି ନିୟମରେ ଆବଦ୍ଧ ହୋଇ, ପ୍ରତ୍ୟେକେ ଆପଣା ଆପଣା ଦାସକୁ ଓ ପ୍ରତ୍ୟେକେ ଆପଣା ଆପଣା ଦାସୀକୁ ମୁକ୍ତ କରି ବିଦାୟ କରିଦେବେ, କେହି ସେମାନଙ୍କୁ ଆଉ ଦାସ୍ୟକର୍ମ କରାଇବେ ନାହିଁ ବୋଲି ସମ୍ମତ ହେଲେ, ସେମାନେ ସମ୍ମତ ହୋଇ ସେମାନଙ୍କୁ ବିଦାୟ କରିଦେଲେ;
que todos os príncipes e todo o povo obedecessem que tivessem entrado no pacto, que todos deixassem livre seu servo masculino e todas as suas servas, que ninguém mais fizesse deles escravos. Eles obedeceram e os deixaram ir,
11 ମାତ୍ର ତହିଁ ଉତ୍ତାରେ ସେମାନେ ଫେରି ଯେଉଁ ଦାସଦାସୀମାନଙ୍କୁ ମୁକ୍ତ କରି ବିଦାୟ କରି ଦେଇଥିଲେ, ସେମାନଙ୍କୁ ପୁନର୍ବାର ଅଣାଇ ଆପଣାମାନଙ୍କ ଦାସଦାସୀ ହେବା ନିମନ୍ତେ ବଶୀଭୂତ କଲେ।
mas depois se voltaram, e fizeram com que os servos e as servas que haviam deixado ir livres retornassem, e os sujeitaram a servos e servas.
12 ଏହେତୁ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, ଯଥା,
Portanto, a palavra de Javé veio de Javé a Jeremias, dizendo:
13 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଆମ୍ଭେ ମିସର ଦେଶରୁ ଦାସଗୃହରୁ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ବାହାର କରି ଆଣିବା ସମୟରେ ସେମାନଙ୍କ ସହିତ ଏକ ନିୟମ କଲୁ, ଯଥା,
“Javé, o Deus de Israel, diz: “Eu fiz um pacto com seus pais no dia em que os tirei da terra do Egito, da casa da servidão, dizendo: “Eu fiz um pacto com seus pais no dia em que os tirei da terra do Egito, da casa da servidão:
14 ‘ତୁମ୍ଭର କୌଣସି ଏବ୍ରୀୟ ଭ୍ରାତା ତୁମ୍ଭ ନିକଟରେ ବିକ୍ରୀତ ହୋଇ ଛଅ ବର୍ଷ ତୁମ୍ଭର ଦାସ୍ୟକର୍ମ କଲା ଉତ୍ତାରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ ଦେବ, ତୁମ୍ଭେମାନେ ପ୍ରତ୍ୟେକେ ସାତ ବର୍ଷର ଶେଷରେ ଆପଣା ଆପଣାର ସେହି ଭ୍ରାତାକୁ ମୁକ୍ତ କରିବ;’ ମାତ୍ର ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭ ବାକ୍ୟ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ।
Ao final de sete anos, cada homem de vós libertará seu irmão que é hebreu, que foi vendido a vós, e que vos serviu seis anos. Vocês o deixarão ir livre de vocês. Mas seus pais não me ouviram e não inclinaram os ouvidos.
15 ପୁଣି, ତୁମ୍ଭେମାନେ ଏଥିପୂର୍ବେ ଫେରି ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରି ଆମ୍ଭ ଦୃଷ୍ଟିରେ ଯଥାର୍ଥ କର୍ମ କରିଥିଲ ଓ ଆମ୍ଭ ନାମରେ ଖ୍ୟାତ ଗୃହରେ ଆମ୍ଭ ସମ୍ମୁଖରେ ନିୟମ କରିଥିଲ
Vocês tinham agora se virado, e tinham feito o que é certo aos meus olhos, em cada homem proclamando a liberdade ao seu próximo. Tinhas feito um pacto diante de mim na casa que é chamada pelo meu nome;
16 ମାତ୍ର ତୁମ୍ଭେମାନେ ଫେରି ଆମ୍ଭ ନାମ ଅପବିତ୍ର କଲ, ଆଉ ଯେଉଁମାନଙ୍କୁ ମୁକ୍ତ କରି ସେମାନଙ୍କ ଇଚ୍ଛାନୁସାରେ ବିଦାୟ କରି ଦେଇଥିଲ, ତୁମ୍ଭମାନଙ୍କର ପ୍ରତ୍ୟେକେ ଆପଣା ଆପଣା ସେହି ଦାସଦାସୀକୁ ପୁନର୍ବାର ଅଣାଇ ଆପଣାମାନଙ୍କର ଦାସଦାସୀ ହେବା ପାଇଁ ବଶୀଭୂତ କରିଅଛ।
mas tu te voltaste e profanaste o meu nome, e cada homem fez com que seu servo e cada homem sua serva, a quem tu tinhas deixado ir livre a seu bel-prazer, retornassem. Vós os sujeitastes, para serem para vós servos e servas”.
17 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା।
Portanto Yahweh diz: “Você não me ouviu, para proclamar a liberdade, cada homem a seu irmão, e cada homem a seu próximo. Eis que eu vos proclamo a liberdade”, diz Javé, “à espada, à pestilência e à fome”. Farei com que você seja atirado para frente e para trás entre todos os reinos da terra”.
18 ପୁଣି, ଯେଉଁମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି, ଯେଉଁମାନେ ଗୋବତ୍ସକୁ ଦୁଇ ଖଣ୍ଡ କରି ତନ୍ମଧ୍ୟ ଦେଇ ଗମନ କରିବା ବେଳେ ଆମ୍ଭ ସମ୍ମୁଖରେ ଯେଉଁ ନିୟମ କଲେ, ସେହି ନିୟମର କଥା ପାଳନ କରି ନାହାନ୍ତି, ସେମାନଙ୍କୁ,
Darei aos homens que transgrediram meu pacto, que não cumpriram as palavras do pacto que fizeram diante de mim quando cortaram o bezerro em dois e passaram entre suas partes:
19 ଅର୍ଥାତ୍‍, ଯିହୁଦାର ଅଧିପତିଗଣକୁ ଓ ଯିରୂଶାଲମର ଅଧିପତିଗଣକୁ, ନପୁଂସକଗଣକୁ ଓ ଯାଜକମାନଙ୍କୁ ଓ ଦେଶର ସମସ୍ତ ଲୋକଙ୍କୁ, ଯେଉଁମାନେ ଗୋବତ୍ସର ଦୁଇ ଖଣ୍ଡର ମଧ୍ୟଦେଇ ଗମନ କଲେ, ସେମାନଙ୍କୁ ଆମ୍ଭେ ସମର୍ପଣ କରିବା;
os príncipes de Judá, os príncipes de Jerusalém, os eunucos, os sacerdotes e todo o povo da terra, que passaram entre as partes do bezerro.
20 ଆମ୍ଭେ ସେମାନଙ୍କୁ ହିଁ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନଙ୍କର ଶବ ଖେଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।
até na mão de seus inimigos e na mão daqueles que buscam sua vida. Seus cadáveres serão alimento para as aves do céu e para os animais da terra.
21 ପୁଣି, ଯିହୁଦାର ରାଜା ସିଦିକୀୟକୁ ଓ ତାହାର ଅଧିପତିଗଣକୁ ଆମ୍ଭେ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ଓ ବାବିଲ ରାଜାର ଯେଉଁ ସୈନ୍ୟଗଣ ତୁମ୍ଭମାନଙ୍କ ନିକଟରୁ ଉଠି ଯାଇଅଛନ୍ତି, ସେମାନଙ୍କ ହସ୍ତରେ ସମର୍ପଣ କରିବା।
“Entrego Zedequias rei de Judá e seus príncipes nas mãos de seus inimigos, nas mãos daqueles que buscam sua vida e nas mãos do exército do rei da Babilônia, que se afastou de vocês.
22 ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଆଜ୍ଞା ଦ୍ୱାରା ସେମାନଙ୍କୁ ଏହି ନଗରକୁ ପୁନର୍ବାର ଅଣାଇବା; ତହିଁରେ ସେମାନେ ନଗର ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ; ପୁଣି, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।”
Eis que eu mandarei”, diz Javé, “e os farei voltar a esta cidade”. Eles vão lutar contra ela, tomá-la e queimá-la com fogo”. Farei das cidades de Judá uma desolação, sem habitantes”.

< ଯିରିମୀୟ 34 >