< ଯିରିମୀୟ 35 >

1 ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ର ଅଧିକାର ସମୟରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା,
Yehova anayankhula ndi Yeremiya nthawi ya ulamuliro wa Yehoyakimu mwana wa Yosiya mfumu ya Yuda, kuti:
2 “ତୁମ୍ଭେ ରେଖବୀୟ ବଂଶ ନିକଟକୁ ଯାଇ ସେମାନଙ୍କ ସଙ୍ଗେ ଆଳାପ କର ଓ ସଦାପ୍ରଭୁଙ୍କ ଗୃହର ଏକ କୋଠରିକୁ ଆଣି ସେମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦିଅ।”
“Pita ku banja la Arekabu ndipo ukawayitane kuti abwere mʼchipinda chimodzi cha Nyumba ya Yehova ndipo akafika uwapatse vinyo kuti amwe.”
3 ତହୁଁ ମୁଁ ହବତ୍ସିନୀୟର ପୌତ୍ର, ଯିରିମୀୟର ପୁତ୍ର ଯାସନୀୟକୁ ଓ ତାହାର ଭ୍ରାତୃଗଣକୁ ଓ ତାହାର ସବୁ ପୁତ୍ରଙ୍କୁ, ଆଉ ସମୁଦାୟ ରେଖବୀୟ ବଂଶକୁ ସଙ୍ଗେ ନେଇ,
Choncho ndinakatenga Yaazaniya (mwana wa Yeremiya winanso amene anali mwana wa Habaziniya), abale ake, ana ake onse aamuna ndi banja lonse la Arekabu.
4 ସେମାନଙ୍କୁ ସଦାପ୍ରଭୁଙ୍କ ଗୃହରେ, ପରମେଶ୍ୱରଙ୍କ ଲୋକ ଯିଗ୍‍ଦଲୀୟର ପୁତ୍ର ହାନନ୍‍ର ପୁତ୍ରମାନଙ୍କର କୋଠରିକୁ ନେଇଗଲି, ସେହି କୋଠରି ଶଲ୍ଲୁମ୍‍ର ପୁତ୍ର ମାସେୟ ନାମକ ଦ୍ୱାରପାଳର କୋଠରି ଉପରେ, ଅଧିପତିଗଣର କୋଠରି ନିକଟରେ ଥିଲା;
Ndinabwera nawo ku Nyumba ya Yehova, ku chipinda cha ophunzira a mneneri Hanani mwana wa Igidaliya, munthu wa Mulungu. Chipinda chimenechi chinali pafupi ndi chipinda cha akuluakulu, chimene chinali pamwamba pa chipinda cha Maaseya mwana wa Salumu, mlonda wa pa khomo.
5 ପୁଣି, ମୁଁ ରେଖବ ବଂଶୀୟ ଲୋକମାନଙ୍କ ସମ୍ମୁଖରେ ଦ୍ରାକ୍ଷାରସପୂର୍ଣ୍ଣ କେତେକ ପାତ୍ର ଓ ପାନପାତ୍ର ରଖି ସେମାନଙ୍କୁ କହିଲି, “ତୁମ୍ଭେମାନେ ଦ୍ରାକ୍ଷାରସ ପାନ କର।”
Kenaka ndinayika mabotolo odzaza ndi vinyo ndi zikho zake pamaso pa Arekabu ndipo ndinawawuza kuti, “Imwani vinyoyu.”
6 ମାତ୍ର ସେମାନେ କହିଲେ, “ଆମ୍ଭେମାନେ ଦ୍ରାକ୍ଷାରସ ପାନ କରିବୁ ନାହିଁ; କାରଣ ଆମ୍ଭମାନଙ୍କର ପୂର୍ବପୁରୁଷ ରେଖବର ପୁତ୍ର ଯିହୋନାଦବ୍‍ ଆମ୍ଭମାନଙ୍କୁ ଏହି ଆଜ୍ଞା ଦେଇଅଛନ୍ତି, ‘ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସନ୍ତାନଗଣ କେହି କେବେ ଦ୍ରାକ୍ଷାରସ ପାନ କରିବ ନାହିଁ;
Koma iwo anayankha kuti, “Ife sitimwa vinyo, chifukwa kholo lathu Yehonadabu mwana wa Rekabu anatilamula kuti, ‘Inuyo ngakhale zidzukulu zanu, musadzamwe vinyo mpaka kalekale.
7 ତୁମ୍ଭେମାନେ ଗୃହ ନିର୍ମାଣ କରିବ ନାହିଁ କିଅବା ବୀଜ ବୁଣିବ ନାହିଁ, ଅଥବା ଦ୍ରାକ୍ଷାକ୍ଷେତ୍ର ରୋପଣ କରିବ ନାହିଁ, ଅବା ତହିଁର ଅଧିକାରୀ ହେବ ନାହିଁ; ମାତ୍ର ତୁମ୍ଭେମାନେ ଯାବଜ୍ଜୀବନ ତମ୍ବୁରେ ବାସ କରିବ, ତହିଁରେ ତୁମ୍ଭେମାନେ ଯେଉଁ ଦେଶରେ ପ୍ରବାସ କରୁଅଛ, ସେହି ଦେଶରେ ଅନେକ କାଳ ବଞ୍ଚିବ।’
Musadzamange nyumba kapena kufesa mbewu, kapena kulima minda ya mpesa; musadzakhale ndi zinthu zimenezi. Mʼmalo mwake muzidzakhale mʼmatenti. Mukadzatero mudzakhala nthawi yayitali mʼdziko limene mukukhalamo.’
8 ଏଣୁ ଆମ୍ଭମାନଙ୍କର ଯାବଜ୍ଜୀବନ ଦ୍ରାକ୍ଷାରସ ପାନ ନ କରିବାକୁ ଓ ବାସ କରିବା ନିମନ୍ତେ ଗୃହ ନିର୍ମାଣ ନ କରିବାକୁ, ଆମ୍ଭମାନଙ୍କର ପୂର୍ବପୁରୁଷ ରେଖବର ପୁତ୍ର ଯିହୋନାଦବ୍‍ ଆମ୍ଭମାନଙ୍କୁ ଯେସବୁ ଆଜ୍ଞା ଦେଇଅଛନ୍ତି, ଆମ୍ଭେମାନେ, ଆମ୍ଭମାନଙ୍କର ଭାର୍ଯ୍ୟାମାନେ ଓ ପୁତ୍ରକନ୍ୟାମାନେ ତାହାଙ୍କର ସେହି ବାକ୍ୟ ପାଳନ କରି ଆସୁଅଛୁ;
Ife takhala tikumvera zonse zimene kholo lathu Yehonadabu mwana wa Rekabu anatilamula. Ife ngakhale akazi athu kapena ana athu aamuna ndi aakazi sitinamwepo vinyo
9 ଅଥବା ଆମ୍ଭମାନଙ୍କର ଦ୍ରାକ୍ଷାକ୍ଷେତ୍ର କି ଶସ୍ୟକ୍ଷେତ୍ର ବା ବୀଜ ନାହିଁ;
kapena kumanga nyumba kuti tizikhalamo kapenanso kukhala ndi minda ya mpesa, minda ina iliyonse kapena mbewu.
10 ମାତ୍ର ଆମ୍ଭେମାନେ ତମ୍ବୁରେ ବାସ କରି, ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ପୂର୍ବପୁରୁଷ ଯିହୋନାଦବ୍‍ର ସମସ୍ତ ଆଜ୍ଞା ପ୍ରମାଣେ କର୍ମ କରି ଆସୁଅଛୁ।
Koma takhala mʼmatenti ndipo tamvera kwathunthu chilichonse chimene kholo lathu Yehonadabu anatilamula.
11 ମାତ୍ର ବାବିଲର ରାଜା ନବୂଖଦ୍‍ନିତ୍ସର ଯେତେବେଳେ ଏହି ଦେଶକୁ ଆସିଲେ, ସେତେବେଳେ ଆମ୍ଭେମାନେ କହିଲୁ, ‘ଆସ, କଲ୍‍ଦୀୟ ସୈନ୍ୟର ଓ ଅରାମୀୟ ସୈନ୍ୟର ଭୟ ସକାଶୁ ଆମ୍ଭେମାନେ ଯିରୂଶାଲମକୁ ଯାଉ,’ ଏହେତୁ ଆମ୍ଭେମାନେ ଯିରୂଶାଲମରେ ବାସ କରୁଅଛୁ।”
Koma pamene Nebukadinezara mfumu ya Babuloni anathira nkhondo dziko lino, ife tinati, ‘Tiyeni tichoke, tipite ku Yerusalemu kuti tithawe magulu ankhondo a Akasidi ndi Aaramu.’ Kotero ife takhala tikukhala mu Yerusalemu.”
12 ଏଥିଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା, ଯଥା,
Yehova anayankhulanso ndi Yeremiya kuti,
13 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ତୁମ୍ଭେ ଯାଇ ଯିହୁଦାର ଲୋକମାନଙ୍କୁ ଓ ଯିରୂଶାଲମର ନିବାସୀମାନଙ୍କୁ କୁହ, ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରିବା ପାଇଁ କି ଶିକ୍ଷା ଗ୍ରହଣ କରିବ ନାହିଁ?
“Iyeyu, Yehova Mulungu wa Israeli anawuza Yeremiya kuti: Pita ukawawuze anthu a ku Yuda ndi a ku Yerusalemu kuti, ‘Kodi simungatengeko phunziro ndi kumvera mawu anga?’ akutero Yehova.
14 ରେଖବର ପୁତ୍ର ଯିହୋନାଦବ୍‍ ଆପଣା ସନ୍ତାନଗଣକୁ ଦ୍ରାକ୍ଷାରସ ପାନ ନ କରିବା ପାଇଁ ଯେଉଁ ଆଜ୍ଞା ଦେଇଥିଲା, ତାହାର ସେହି ବାକ୍ୟ ପ୍ରତିପାଳିତ ହେଉଅଛି ଓ ସେମାନେ ଆଜି ପର୍ଯ୍ୟନ୍ତ ଦ୍ରାକ୍ଷାରସ ପାନ କରନ୍ତି ନାହିଁ; କାରଣ ସେମାନେ ଆପଣା ପିତୃପୁରୁଷର ଆଜ୍ଞା ପାଳନ କରନ୍ତି, ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ପ୍ରଭାତରେ ଉଠି କହିଅଛୁ; ଆଉ, ତୁମ୍ଭେମାନେ ଆମ୍ଭ କଥାରେ ମନୋଯୋଗ କରି ନାହଁ।
‘Yehonadabu mwana wa Rekabu analamula ana ake kuti asamwe vinyo ndipo lamulo limeneli alisunga. Mpaka lero lino iwo samwa vinyo, chifukwa akumvera lamulo la kholo lawo. Koma Ine ndakhala ndikuyankhula nanu kawirikawiri kukuchenjezani, koma inu simunandimvere Ine.
15 ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ‘ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍‍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ;’ ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।
Kawirikawiri ndakhala ndikutumiza atumiki anga, aneneri, kwa inu. Iwo akhala akukuwuzani kuti, ‘Aliyense wa inu asiye ntchito zake zoyipa ndi kukonza makhalidwe ake; musatsatire milungu ina ndi kumayitumikira. Pamenepo mudzakhala mʼdziko limene ndinakupatsani ndi makolo anu.’ Komabe inu simunasamale zimenezi kapena kundimvera Ine.
16 ରେଖବର ପୁତ୍ର ଯିହୋନାଦବ୍‍ର ସନ୍ତାନଗଣ ସେମାନଙ୍କ ପ୍ରତି ଆଜ୍ଞାପିତ ପିତୃପୁରୁଷର ଆଜ୍ଞା ପ୍ରତିପାଳନ କରିଅଛନ୍ତି, ମାତ୍ର ଏହି ଲୋକମାନେ ଆମ୍ଭ କଥାରେ ମନୋଯୋଗ କରି ନାହାନ୍ତି।
Zidzukulu za Yehonadabu mwana wa Rekabu zakhala zikumvera lamulo limene kholo lawo anazilamula, koma inuyo simunandimvere Ine.
17 ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହାସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।”
“Nʼchifukwa chake Yehova Mulungu Wamphamvuzonse, Mulungu wa Israeli akuti, ‘Ndidzagwetsera pa Yuda ndi pa onse okhala mu Yerusalemu masautso onse amene ndinakonza chifukwa sanandimvere. Ndinawayitana koma iwo sanayankhe.’”
18 ପୁଣି, ଯିରିମୀୟ ରେଖବୀୟ ବଂଶକୁ କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷ ଯିହୋନାଦବ୍‍ର ଆଜ୍ଞା ମାନିଅଛ ଓ ତାହାର ବିଧାନସବୁ ପାଳନ କରିଅଛ ଓ ତୁମ୍ଭମାନଙ୍କ ପ୍ରତି ତାହାର ସମସ୍ତ ଆଜ୍ଞା ପ୍ରମାଣେ କାର୍ଯ୍ୟ କରିଅଛ,
Yeremiya anawuza banja la Arekabu mawu onse a Yehova Wamphamvuzonse, Mulungu wa Israeli, kuti, “Munamvera lamulo la kholo lanu Yehonadabu ndipo mwatsatira malangizo ake onse ndi kuchita chilichonse chimene anakulamulani.”
19 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଆମ୍ଭ ସମ୍ମୁଖରେ ଠିଆ ହେବା ପାଇଁ ରେଖବର ପୁତ୍ର ଯିହୋନାଦବ୍‍ ବଂଶୀୟ ଲୋକର ଅଭାବ କଦାପି ହେବ ନାହିଁ।”
Tsono Yehova Wamphamvuzonse, Mulungu wa Israeli akuti, “Yehonadabu mwana wa Rekabu sadzasowa munthu wonditumikira Ine nthawi zonse.”

< ଯିରିମୀୟ 35 >