< ଯିରିମୀୟ 35 >

1 ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ର ଅଧିକାର ସମୟରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା,
Słowo, które się stało do Jeremijasza od Pana za dni Joakima, syna Jozyjaszowego, króla Judzkiego, mówiąc:
2 “ତୁମ୍ଭେ ରେଖବୀୟ ବଂଶ ନିକଟକୁ ଯାଇ ସେମାନଙ୍କ ସଙ୍ଗେ ଆଳାପ କର ଓ ସଦାପ୍ରଭୁଙ୍କ ଗୃହର ଏକ କୋଠରିକୁ ଆଣି ସେମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦିଅ।”
Idź do domu Rechabitów, a mów z nimi, i wprowadź ich do domu Pańskiego, do jednej komory, a daj im pić wino.
3 ତହୁଁ ମୁଁ ହବତ୍ସିନୀୟର ପୌତ୍ର, ଯିରିମୀୟର ପୁତ୍ର ଯାସନୀୟକୁ ଓ ତାହାର ଭ୍ରାତୃଗଣକୁ ଓ ତାହାର ସବୁ ପୁତ୍ରଙ୍କୁ, ଆଉ ସମୁଦାୟ ରେଖବୀୟ ବଂଶକୁ ସଙ୍ଗେ ନେଇ,
Wziąłem tedy z sobą Jasanijasza, syna Jeremijaszowego, syna Chabazymijaszowego, i braci jego, i wszystkich synów jego, i wszystek dom Rechabitów,
4 ସେମାନଙ୍କୁ ସଦାପ୍ରଭୁଙ୍କ ଗୃହରେ, ପରମେଶ୍ୱରଙ୍କ ଲୋକ ଯିଗ୍‍ଦଲୀୟର ପୁତ୍ର ହାନନ୍‍ର ପୁତ୍ରମାନଙ୍କର କୋଠରିକୁ ନେଇଗଲି, ସେହି କୋଠରି ଶଲ୍ଲୁମ୍‍ର ପୁତ୍ର ମାସେୟ ନାମକ ଦ୍ୱାରପାଳର କୋଠରି ଉପରେ, ଅଧିପତିଗଣର କୋଠରି ନିକଟରେ ଥିଲା;
I wprowadziłem ich do domu Pańskiego, do komory synów Chanana, syna Jegdalijaszowego, męża Bożego, która była podle komory książęcej, która była nad komorą Maasejasza, syna Sallumowego, strzegącego progu.
5 ପୁଣି, ମୁଁ ରେଖବ ବଂଶୀୟ ଲୋକମାନଙ୍କ ସମ୍ମୁଖରେ ଦ୍ରାକ୍ଷାରସପୂର୍ଣ୍ଣ କେତେକ ପାତ୍ର ଓ ପାନପାତ୍ର ରଖି ସେମାନଙ୍କୁ କହିଲି, “ତୁମ୍ଭେମାନେ ଦ୍ରାକ୍ଷାରସ ପାନ କର।”
Potem postawiłem przed synami domu Rechabitów czaszę pełną wina i kubki, i mówiłem do nich: Pijcie wino.
6 ମାତ୍ର ସେମାନେ କହିଲେ, “ଆମ୍ଭେମାନେ ଦ୍ରାକ୍ଷାରସ ପାନ କରିବୁ ନାହିଁ; କାରଣ ଆମ୍ଭମାନଙ୍କର ପୂର୍ବପୁରୁଷ ରେଖବର ପୁତ୍ର ଯିହୋନାଦବ୍‍ ଆମ୍ଭମାନଙ୍କୁ ଏହି ଆଜ୍ଞା ଦେଇଅଛନ୍ତି, ‘ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସନ୍ତାନଗଣ କେହି କେବେ ଦ୍ରାକ୍ଷାରସ ପାନ କରିବ ନାହିଁ;
Którzy odpowiedzieli: Nie pijamy wina; bo Jonadab, syn Rechabowy, ojciec nasz, zakazał nam, mówiąc: Nie pijajcie wina, wy i synowie wasi aż na wieki;
7 ତୁମ୍ଭେମାନେ ଗୃହ ନିର୍ମାଣ କରିବ ନାହିଁ କିଅବା ବୀଜ ବୁଣିବ ନାହିଁ, ଅଥବା ଦ୍ରାକ୍ଷାକ୍ଷେତ୍ର ରୋପଣ କରିବ ନାହିଁ, ଅବା ତହିଁର ଅଧିକାରୀ ହେବ ନାହିଁ; ମାତ୍ର ତୁମ୍ଭେମାନେ ଯାବଜ୍ଜୀବନ ତମ୍ବୁରେ ବାସ କରିବ, ତହିଁରେ ତୁମ୍ଭେମାନେ ଯେଉଁ ଦେଶରେ ପ୍ରବାସ କରୁଅଛ, ସେହି ଦେଶରେ ଅନେକ କାଳ ବଞ୍ଚିବ।’
A domu nie budujcie, i nasienia nie rozsiewajcie, i winnicy nie sadźcie, ani miewajcie; ale w namiotach mieszkajcie po wszystkie dni wasze, abyście żyli przez wiele dni na obliczu ziemi, w której jesteście przechodniami.
8 ଏଣୁ ଆମ୍ଭମାନଙ୍କର ଯାବଜ୍ଜୀବନ ଦ୍ରାକ୍ଷାରସ ପାନ ନ କରିବାକୁ ଓ ବାସ କରିବା ନିମନ୍ତେ ଗୃହ ନିର୍ମାଣ ନ କରିବାକୁ, ଆମ୍ଭମାନଙ୍କର ପୂର୍ବପୁରୁଷ ରେଖବର ପୁତ୍ର ଯିହୋନାଦବ୍‍ ଆମ୍ଭମାନଙ୍କୁ ଯେସବୁ ଆଜ୍ଞା ଦେଇଅଛନ୍ତି, ଆମ୍ଭେମାନେ, ଆମ୍ଭମାନଙ୍କର ଭାର୍ଯ୍ୟାମାନେ ଓ ପୁତ୍ରକନ୍ୟାମାନେ ତାହାଙ୍କର ସେହି ବାକ୍ୟ ପାଳନ କରି ଆସୁଅଛୁ;
Przetoż usłuchaliśmy głosu Jonadaba, syna Rechabowego, ojca naszego, we wszystkiem, co nam rozkazał, żebyśmy nie pili wina po wszystkie dni nasze, my, żony nasze, synowie nasi, i córki nasze;
9 ଅଥବା ଆମ୍ଭମାନଙ୍କର ଦ୍ରାକ୍ଷାକ୍ଷେତ୍ର କି ଶସ୍ୟକ୍ଷେତ୍ର ବା ବୀଜ ନାହିଁ;
I żebyśmy nie budowali domów ku mieszkaniu naszemu, a winnicy, i roli, i żadnego siewu nie mieli,
10 ମାତ୍ର ଆମ୍ଭେମାନେ ତମ୍ବୁରେ ବାସ କରି, ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ପୂର୍ବପୁରୁଷ ଯିହୋନାଦବ୍‍ର ସମସ୍ତ ଆଜ୍ଞା ପ୍ରମାଣେ କର୍ମ କରି ଆସୁଅଛୁ।
Ale abyśmy mieszkali w namiotach; i usłuchaliśmy, i uczynimy według wszystkiego, co nam rozkazał Jonadab, ojciec nasz.
11 ମାତ୍ର ବାବିଲର ରାଜା ନବୂଖଦ୍‍ନିତ୍ସର ଯେତେବେଳେ ଏହି ଦେଶକୁ ଆସିଲେ, ସେତେବେଳେ ଆମ୍ଭେମାନେ କହିଲୁ, ‘ଆସ, କଲ୍‍ଦୀୟ ସୈନ୍ୟର ଓ ଅରାମୀୟ ସୈନ୍ୟର ଭୟ ସକାଶୁ ଆମ୍ଭେମାନେ ଯିରୂଶାଲମକୁ ଯାଉ,’ ଏହେତୁ ଆମ୍ଭେମାନେ ଯିରୂଶାଲମରେ ବାସ କରୁଅଛୁ।”
A gdy przyciągnął, Nabuchodonozor król Babiloński, do ziemi naszej, rzekliśmy: Pójdźcie, a ustąpmy do Jeruzalemu przed wojskiem Chaldejskiem, i przed wojskiem Syryjskiem; a takeśmy zostali w Jeruzalemie.
12 ଏଥିଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା, ଯଥା,
I stało się słowo Pańskie do Jeremijasza, mówiąc:
13 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ତୁମ୍ଭେ ଯାଇ ଯିହୁଦାର ଲୋକମାନଙ୍କୁ ଓ ଯିରୂଶାଲମର ନିବାସୀମାନଙ୍କୁ କୁହ, ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରିବା ପାଇଁ କି ଶିକ୍ଷା ଗ୍ରହଣ କରିବ ନାହିଁ?
Tak mówi Pan zastępów, Bóg Izraelski: Idź, a rzecz mężom Judzkim i obywatelom Jeruzalemskim: I nie przyjmiecież ćwiczenia, abyście posłuszni byli słowom moim? mówi Pan.
14 ରେଖବର ପୁତ୍ର ଯିହୋନାଦବ୍‍ ଆପଣା ସନ୍ତାନଗଣକୁ ଦ୍ରାକ୍ଷାରସ ପାନ ନ କରିବା ପାଇଁ ଯେଉଁ ଆଜ୍ଞା ଦେଇଥିଲା, ତାହାର ସେହି ବାକ୍ୟ ପ୍ରତିପାଳିତ ହେଉଅଛି ଓ ସେମାନେ ଆଜି ପର୍ଯ୍ୟନ୍ତ ଦ୍ରାକ୍ଷାରସ ପାନ କରନ୍ତି ନାହିଁ; କାରଣ ସେମାନେ ଆପଣା ପିତୃପୁରୁଷର ଆଜ୍ଞା ପାଳନ କରନ୍ତି, ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ପ୍ରଭାତରେ ଉଠି କହିଅଛୁ; ଆଉ, ତୁମ୍ଭେମାନେ ଆମ୍ଭ କଥାରେ ମନୋଯୋଗ କରି ନାହଁ।
Ważne są słowa Jonadaba, syna Rechabowego, które przykazał synom swoim, żeby nie pili wina; i nie piją go aż do dnia tego, bo posłuszni są przykazaniu ojca swego; ale Ja mówię do was, rano wstawając i mówiąc, a przecie jesteście nieposłuszni.
15 ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ‘ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍‍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ;’ ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।
Posyłam też do was wszystkich sług swych, proroków w rano wstawając i posyłając, aby mówili: Nawróćcie się już każdy od złej drogi swej, a polepszajcie spraw swoich, a nie naśladujcie bogów cudzych, ani im służcie; a tak mieszkajcie w tej ziemi, którąm dał wam, i ojcom waszym; aleście nie nakłonili ucha swego, aniście mię usłuchali;
16 ରେଖବର ପୁତ୍ର ଯିହୋନାଦବ୍‍ର ସନ୍ତାନଗଣ ସେମାନଙ୍କ ପ୍ରତି ଆଜ୍ଞାପିତ ପିତୃପୁରୁଷର ଆଜ୍ଞା ପ୍ରତିପାଳନ କରିଅଛନ୍ତି, ମାତ୍ର ଏହି ଲୋକମାନେ ଆମ୍ଭ କଥାରେ ମନୋଯୋଗ କରି ନାହାନ୍ତି।
Choć synowie Jonadaba, syna Rechabowego, dosyć uczynili rozkazaniu ojca swego, które im przykazał, ale ten lud nie jest mi posłuszny.
17 ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହାସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।”
Przetoż tak mówi Pan, Bóg zastępów, Bóg Izraelski: Oto Ja przywiodę na Judę i na wszystkich obywateli Jeruzalemskich wszystko złe, którem wyrzekł przeciwko im, przeto, żem mówił do nich, a nie słuchali, i wołałem ich, a nie ozwali mi się.
18 ପୁଣି, ଯିରିମୀୟ ରେଖବୀୟ ବଂଶକୁ କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷ ଯିହୋନାଦବ୍‍ର ଆଜ୍ଞା ମାନିଅଛ ଓ ତାହାର ବିଧାନସବୁ ପାଳନ କରିଅଛ ଓ ତୁମ୍ଭମାନଙ୍କ ପ୍ରତି ତାହାର ସମସ୍ତ ଆଜ୍ଞା ପ୍ରମାଣେ କାର୍ଯ୍ୟ କରିଅଛ,
A domowi Rechabitów rzekł Jeremijasz: Tak mówi Pan zastępów, Bóg Izraelski: Dlatego, żeście posłuszni rozkazaniu Jonadaba, ojca waszego, i strzeżecie wszystkich przykazań jego, a czynicie według wszystkiego, co wam rozkazał:
19 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଆମ୍ଭ ସମ୍ମୁଖରେ ଠିଆ ହେବା ପାଇଁ ରେଖବର ପୁତ୍ର ଯିହୋନାଦବ୍‍ ବଂଶୀୟ ଲୋକର ଅଭାବ କଦାପି ହେବ ନାହିଁ।”
Przetoż tak mówi Pan zastępów, Bóg Izraelski: Nie będzie wygładzony mąż z rodu Jonadaba, syna Rechabowego, któryby stał przed obliczem mojem po wszystkie dni.

< ଯିରିମୀୟ 35 >