< ଯିରିମୀୟ 36 >
1 ଏଥିଉତ୍ତାରେ ଯୋଶୀୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀମ୍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ଯଥା,
Chaka chachinayi cha Yehoyakimu mwana wa Yosiya mfumu ya Yuda, Yehova anayankhula ndi Yeremiya kuti,
2 “ତୁମ୍ଭେ ଖଣ୍ଡେ ନଳାକାର ପୁସ୍ତକ ନିଅ, ପୁଣି ଆମ୍ଭେ ତୁମ୍ଭକୁ କଥା କହିବା ଦିନଠାରୁ, ଯୋଶୀୟଙ୍କ ରାଜତ୍ୱ ଦିନଠାରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲର, ଯିହୁଦାର ଓ ସମସ୍ତ ଗୋଷ୍ଠୀର ବିରୁଦ୍ଧରେ ଯାହା ଯାହା ତୁମ୍ଭକୁ କହିଅଛୁ, ସେହି ସମସ୍ତ ବାକ୍ୟ ତହିଁରେ ଲେଖ।
“Tenga buku ndipo ulembemo mawu onse amene ndayankhula nawe otsutsa Israeli, Yuda ndi mitundu yonse ya anthu, kuyambira nthawi imene ndinayamba kuyankhula nawe pa nthawi ya ulamuliro wa Yosiya mpaka lero lino.
3 ହୋଇପାରେ, ଆମ୍ଭେ ଯିହୁଦା ବଂଶ ପ୍ରତି ଯେସକଳ ଅମଙ୍ଗଳ ଘଟାଇବାର ସଂକଳ୍ପ କରିଅଛୁ, ସେମାନେ ତାହାସବୁ ଶୁଣି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ, ଆମ୍ଭେ ସେମାନଙ୍କର ଅଧର୍ମ ଓ ପାପ କ୍ଷମା କରିବା।”
Mwina mwake anthu a ku Yuda adzamva za zoopsa zonse zimene ndakonza kuti ndiwachitire, ndipo munthu aliyense adzatembenuka ndi kusiya ntchito zake zoyipa. Motero ndidzawakhululukira zoyipa zawo ndi machimo awo.”
4 ତହିଁରେ ଯିରିମୀୟ ନେରୀୟର ପୁତ୍ର ବାରୂକକୁ ଡାକିଲେ; ଆଉ, ବାରୂକ ଯିରିମୀୟଙ୍କ ପ୍ରତି କଥିତ ସଦାପ୍ରଭୁଙ୍କର ବାକ୍ୟସବୁ ତାହାର ମୁଖରୁ ଶୁଣି ଏକ ନଳାକାର ପୁସ୍ତକରେ ଲେଖିଲା।
Tsono Yeremiya anayitana Baruki mwana wa Neriya. Baruki analemba mʼbuku mawu onse amene Yeremiya ankamuwuza, mawu amene Yehova anamuwuza Yeremiya.
5 ପୁଣି, ଯିରିମୀୟ ବାରୂକକୁ ଆଜ୍ଞା କରି କହିଲେ, “ମୁଁ ରୁଦ୍ଧ ଅଛି; ମୁଁ ସଦାପ୍ରଭୁଙ୍କ ଗୃହକୁ ଯାଇ ପାରୁ ନାହିଁ;
Kenaka Yeremiya anawuza Baruki kuti, “Ine andiletsa kupita ku Nyumba ya Mulungu.
6 ଏଣୁ ତୁମ୍ଭେ ଯାଅ, ପୁଣି ମୋʼ ମୁଖରୁ ଶୁଣି ଯାହା ଯାହା ଏହି ନଳାକାର ପୁସ୍ତକରେ ଲେଖିଅଛ, ସଦାପ୍ରଭୁଙ୍କର ସେହି ସକଳ ବାକ୍ୟ ଉପବାସ ଦିନ ସଦାପ୍ରଭୁଙ୍କ ଗୃହରେ ଲୋକମାନଙ୍କ କର୍ଣ୍ଣଗୋଚରରେ ପାଠ କର; ମଧ୍ୟ ଆପଣା ଆପଣା ନଗରରୁ ଆଗତ ଯିହୁଦାର ସମସ୍ତ ଲୋକଙ୍କ କର୍ଣ୍ଣଗୋଚରରେ ତୁମ୍ଭେ ତାହା ପାଠ କରିବ।
Tsono iwe upite ku Nyumba ya Yehova pa tsiku losala kudya ndipo ukawerenge mawu a Yehova ochokera mʼbukumu amene ndinakulembetsa anthu onse akumva. Ukawawerengere anthu onse a ku Yuda amene amabwera ku Nyumba ya Mulungu kuchokera ku mizinda yawo.
7 ହୋଇପାରେ, ସେମାନେ ସଦାପ୍ରଭୁଙ୍କ ସାକ୍ଷାତରେ ଆପଣା ଆପଣାର ନିବେଦନ ଜଣାଇବେ ଓ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; କାରଣ ସଦାପ୍ରଭୁ ଏହି ଲୋକମାନଙ୍କ ବିରୁଦ୍ଧରେ ମହାକ୍ରୋଧ ଓ ପ୍ରଚଣ୍ଡ କୋପର କଥା କହିଅଛନ୍ତି।”
Mwina mwake adzapempha kwa Yehova ndipo aliyense adzatembenuka ndi kusiya makhalidwe ake oyipa pakuti mkwiyo ndi ukali wa Yehova pa anthu awa ndi woopsa kwambiri.”
8 ତହିଁରେ ନେରୀୟର ପୁତ୍ର ବାରୂକ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କର ସକଳ ଆଜ୍ଞାନୁସାରେ କାର୍ଯ୍ୟ କରି ସେହି ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ବାକ୍ୟ ସଦାପ୍ରଭୁଙ୍କ ଗୃହରେ ପାଠ କଲା।
Baruki mwana wa Neriya anachita zonse zimene mneneri Yeremiya anamuwuza kuti achite. Mʼnyumba ya Yehova, iye anawerenga mawu a Yehova ochokera mʼbukulo.
9 ଏଥିଉତ୍ତାରେ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ଙ୍କ ରାଜତ୍ଵର ପଞ୍ଚମ ବର୍ଷର ନବମ ମାସରେ, ଯିରୂଶାଲମସ୍ଥ ସମସ୍ତ ଲୋକ ଓ ଯିହୁଦାର ନଗରସମୂହରୁ ଯିରୂଶାଲମକୁ ଆଗତ ସମସ୍ତ ଲୋକ, ସଦାପ୍ରଭୁଙ୍କ ସାକ୍ଷାତରେ ଉପବାସ ଘୋଷଣା କଲେ।
Pa mwezi wachisanu ndi chinayi wa chaka chachisanu cha Yehoyakimu mwana wa Yosiya mfumu ya Yuda, anthu onse a mu Yerusalemu ndi onse amene anabwera kumeneko kuchokera ku mizinda ya Yuda, anapangana za kusala kudya kuti apepese Yehova.
10 ସେତେବେଳେ ବାରୂକ ସଦାପ୍ରଭୁଙ୍କ ଗୃହର ଉପର ପ୍ରାଙ୍ଗଣରେ, ସଦାପ୍ରଭୁଙ୍କ ଗୃହର ନୂତନ ଦ୍ୱାରର ପ୍ରବେଶ ସ୍ଥାନ ନିକଟରେ, ଶାଫନ୍ ଲେଖକର ପୁତ୍ର ଗମରୀୟର କୋଠରିରେ, ସେହି ନଳାକାର ପୁସ୍ତକରୁ ଯିରିମୀୟଙ୍କ କଥା, ସମସ୍ତ ଲୋକଙ୍କ କର୍ଣ୍ଣଗୋଚରରେ ପାଠ କଲା।
Atayima pa chipinda cha Gemariya mwana wa mlembi Safani, chimene chinali mʼbwalo lapamwamba, pafupi ndi Chipata Chatsopano cholowera ku Nyumba ya Yehova, Baruki anawerenga mawu onse a Yeremiya amene anali mʼbuku muja kwa anthu onse amene anali ku Nyumba ya Yehova.
11 ପୁଣି, ଶାଫନ୍ର ପୌତ୍ର ଗମରୀୟର ପୁତ୍ର ମୀଖାୟ ସେହି ନଳାକାର ପୁସ୍ତକରୁ ସଦାପ୍ରଭୁଙ୍କର ବାକ୍ୟସବୁ ଶୁଣନ୍ତେ,
Mikaya mwana wa Gemariya, mwana wa Safani, atamva mawu onse a Yehova ochokera mʼbukumo,
12 ସେ ରାଜଗୃହକୁ ଓହ୍ଲାଇ ଲେଖକର କୋଠରିକୁ ଗଲା; ଆଉ ଦେଖ, ସେ ସ୍ଥାନରେ, ଅଧିପତି ସମସ୍ତେ, ଅର୍ଥାତ୍, ଇଲୀଶାମା ଲେଖକ, ଶମୟୀୟର ପୁତ୍ର ଦଲୟିୟ, ଅକ୍ବୋରର ପୁତ୍ର ଇଲ୍ନାଥନ୍, ଶାଫନ୍ର ପୁତ୍ର ଗମରୀୟ, ହନାନୀୟର ପୁତ୍ର ସିଦିକୀୟ ଓ ସମସ୍ତ ଅଧିପତି ଉପବିଷ୍ଟ ଥିଲେ।
anapita ku nyumba ya mfumu nakalowa ku chipinda cha mlembi. Akuluakulu, mlembi Elisama, Delaya mwana wa Semaya, Elinatani mwana wa Akibori, Gemariya mwana wa Safani, Zedekiya mwana wa Hananiya pamodzi ndi akuluakulu ena onse, anali atasonkhana kumeneko.
13 ତେବେ ବାରୂକ ଲୋକମାନଙ୍କ କର୍ଣ୍ଣଗୋଚରରେ ନଳାକାର ପୁସ୍ତକ ପାଠ କଲା ବେଳେ ମୀଖାୟ ଯାହା ଯାହା ଶୁଣିଥିଲା, ସେସବୁ କଥା ସେମାନଙ୍କୁ ଜଣାଇଲା।
Tsono Mikaya anawafotokozera mawu onse amene anamva pamene Baruki ankawerenga buku lija anthu onse akumva.
14 ଏହେତୁ ଅଧିପତି ସମସ୍ତେ କୂଶୀର ପ୍ରପୌତ୍ର, ଶେଲିମୀୟର ପୌତ୍ର, ନଥନୀୟର ପୁତ୍ର ଯିହୁଦୀକୁ ବାରୂକ ନିକଟକୁ ପଠାଇ କହିଲେ, “ତୁମ୍ଭେ ଲୋକମାନଙ୍କ କର୍ଣ୍ଣଗୋଚରରେ ଯେଉଁ ନଳାକାର ପୁସ୍ତକ ପାଠ କରିଅଛ, ତାହା ହସ୍ତରେ ଘେନିଆସ।” ତହିଁରେ ନେରୀୟର ପୁତ୍ର ବାରୂକ ନଳାକାର ପୁସ୍ତକଟି ହସ୍ତରେ ଘେନି ସେମାନଙ୍କ ନିକଟରେ ଉପସ୍ଥିତ ହେଲା।
Pambuyo pake akuluakulu onsewo anatuma Yehudi mwana wa Netaniya, mwana wa Selemiya, mwana wa Kusi, kwa Baruki kukamuwuza kuti, “Bwera ndi buku limene unawerenga kwa anthu.” Ndipo Baruki mwana wa Neriya anapita nalo bukulo kwa anthuwo.
15 ତହିଁରେ ସେମାନେ ତାହାକୁ କହିଲେ, “ଏବେ ବସି ଆମ୍ଭମାନଙ୍କ କର୍ଣ୍ଣଗୋଚରରେ ତାହା ପାଠ କର।” ତହୁଁ ବାରୂକ ସେମାନଙ୍କ କର୍ଣ୍ଣଗୋଚରରେ ତାହା ପାଠ କଲା।
Iwo anati, “Khala pansi, ndipo tiwerengere bukuli.” Ndipo Baruki anawawerengera.
16 ସେତେବେଳେ ସେମାନେ ସବୁ କଥା ଶୁଣି ଭୟରେ ଏକଆରେକ ପ୍ରତି ଅନାଇଲେ, ଆଉ ବାରୂକକୁ କହିଲେ, “ଆମ୍ଭେମାନେ ରାଜାଙ୍କୁ ଏହିସବୁ କଥାର ବିଷୟ ଅବଶ୍ୟ ଜ୍ଞାତ କରାଇବୁ।”
Atamva mawu onsewo, anayangʼanana mwa mantha ndipo anamuwuza Baruki kuti, “Ndithudi tikafotokozera mfumu mawu onsewa.”
17 ପୁଣି, ସେମାନେ ବାରୂକକୁ ପଚାରିଲେ, “କହିଲ, ତୁମ୍ଭେ କିପରି ତାହା ମୁଖରୁ ଏସବୁ କଥା ଶୁଣି ଲେଖିଲ?”
Tsono anamufunsa Baruki kuti, “Tatiwuze, unalemba bwanji mawu onsewa? Kodi ndi Yeremiya anakulembetsa zimenezi?”
18 ତହିଁରେ ବାରୂକ ସେମାନଙ୍କୁ ଉତ୍ତର କଲା, “ସେ ଆପଣା ମୁଖରେ ଏହିସବୁ କଥା ମୋʼ ନିକଟରେ ଉଚ୍ଚାରଣ କଲେ, ଆଉ ମୁଁ କାଳୀ ନେଇ ନଳାକାର ପୁସ୍ତକରେ ଲେଖିଲି।”
Baruki anayankha kuti, “Inde, ndi Yeremiya amene anandiwuza mawu onsewa, ndipo ine ndinawalemba ndi utoto mʼbukumu.”
19 ସେତେବେଳେ ଅଧିପତିମାନେ ବାରୂକକୁ କହିଲେ, “ତୁମ୍ଭେ ଓ ଯିରିମୀୟ ଯାଇ ଲୁଚ; ଆଉ, ତୁମ୍ଭେମାନେ କେଉଁଠାରେ ଅଛ, ଏହା କେହି ନ ଜାଣୁ।”
Kenaka akuluakuluwo anamuwuza Baruki kuti, “Iweyo ndi Yeremiya, pitani mukabisale. Munthu aliyense asadziwe kumene muli.”
20 ଏଥିଉତ୍ତାରେ ସେମାନେ ପ୍ରାଙ୍ଗଣରେ ରାଜା ନିକଟକୁ ଗଲେ; ମାତ୍ର ନଳାକାର ପୁସ୍ତକଟି ଇଲୀଶାମା ଲେଖକର କୋଠରିରେ ଛାଡ଼ି ଯାଇଥିଲେ; ଆଉ, ସେମାନେ ରାଜାର କର୍ଣ୍ଣଗୋଚରରେ ଏସବୁ କଥା ଜଣାଇଲେ।
Atayika bukulo mʼchipinda cha mlembi Elisama, analowa mʼbwalo, napita kwa mfumu ndi kukayifotokozera zonse.
21 ତହୁଁ ରାଜା ନଳାକାର ପୁସ୍ତକ ଆଣିବା ପାଇଁ ଯିହୁଦୀକୁ ପଠାନ୍ତେ, ସେ ଇଲୀଶାମା ଲେଖକର କୋଠରିରୁ ତାହା ଆଣିଲା। ପୁଣି, ଯିହୁଦୀ ରାଜାଙ୍କ କର୍ଣ୍ଣଗୋଚରରେ ଓ ତାହାଙ୍କ ଛାମୁରେ ଠିଆ ହୋଇଥିବା ସମସ୍ତ ଅଧିପତିଙ୍କ କର୍ଣ୍ଣଗୋଚରରେ ତାହା ପାଠ କଲା।
Itamva zimenezi mfumu inatuma Yehudi kuti akatenge bukulo, ndipo Yehudi anakalitenga ku chipinda cha mlembi Elisama ndipo anawerengera mfumu pamodzi ndi akuluakulu ake amene anali naye.
22 ଏହି ସମୟରେ, ଅର୍ଥାତ୍, ନବମ ମାସରେ ରାଜା ଶୀତକାଳ କ୍ଷେପଣର ଗୃହରେ ବସିଥିଲେ ଓ ତାଙ୍କ ସମ୍ମୁଖରେ ଅଗ୍ନିପାତ୍ରରେ ଅଗ୍ନି ଜ୍ୱଳୁଥିଲା।
Unali mwezi wachisanu ndi chinayi ndipo mfumu inali mʼnyumba ya pa nyengo yozizira, ikuwotha moto umene anasonkha.
23 ଏଥିଉତ୍ତାରେ ଯିହୁଦୀ ନଳାକାର ପୁସ୍ତକରୁ ତିନି ଚାରି ପତ୍ର ପାଠ କଲା ଉତ୍ତାରେ ରାଜା କଲମତ୍ରାସରେ ତାହା କାଟି ଅଗ୍ନିପାତ୍ରରେ ଥିବା ଅଗ୍ନିରେ ତାହା ପକାଇଦେଲେ, ତହୁଁ ସେହି ପାତ୍ରରେ ଥିବା ଅଗ୍ନିରେ ସମୁଦାୟ ନଳାକାର ପୁସ୍ତକ ଭସ୍ମସାତ୍ ହେଲା।
Yehudi ankati akawerenga masamba atatu kapena anayi a bukulo, mfumu inkawangʼamba ndi mpeni ndi kuwaponya pa moto ndipo anapitiriza kuchita zimenezi mpaka buku lonse linapsa.
24 ମାତ୍ର ରାଜା କିଅବା ତାହାର ଦାସଗଣ, ଯେଉଁମାନେ ସେହି ସବୁ ବାକ୍ୟ ଶୁଣିଲେ, ସେମାନେ କେହି ଭୀତ ହେଲେ ନାହିଁ, କିଅବା ଆପଣା ଆପଣା ବସ୍ତ୍ର ଚିରିଲେ ନାହିଁ।
Mfumu pamodzi ndi omutumikira ake onse amene anamva mawu onsewa sanachite mantha kapena kungʼamba zovala zawo.
25 ଆହୁରି, ରାଜା ଯେପରି ନଳାକାର ପୁସ୍ତକ ପୋଡ଼ି ନ ପକାନ୍ତି, ଏଥିପାଇଁ ଇଲ୍ନାଥନ୍, ଦଲୟିୟ ଓ ଗମରୀୟ ତାଙ୍କୁ ନିବେଦନ କରିଥିଲେ, ମାତ୍ର ସେ ସେମାନଙ୍କ କଥା ଶୁଣିଲେ ନାହିଁ।
Ngakhale kuti Elinatani, Delaya, ndi Gemariya anapempha mfumu kuti isatenthe bukulo, mfumuyo sinawamvere.
26 ପୁଣି ରାଜା, ବାରୂକ ଲେଖକଙ୍କୁ ଓ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ଧରିବା ପାଇଁ ରାଜପୁତ୍ର ଯିରହମେଲକୁ ଓ ଅସ୍ରୀୟେଲର ପୁତ୍ର ସରାୟକୁ ଓ ଅବ୍ଦୀୟେଲର ପୁତ୍ର ଶେଲିମୀୟକୁ ଆଜ୍ଞା କଲେ; ମାତ୍ର ସଦାପ୍ରଭୁ ସେମାନଙ୍କୁ ଲୁଚାଇ ରଖିଲେ।
Mʼmalo mwake, mfumu inalamula Yerahimeeli mwana wake, Seraya mwana wa Azirieli ndi Selemiya mwana wa Abideeli kuti agwire mlembi Baruki ndi mneneri Yeremiya. Koma pamenepo nʼkuti Yehova atawabisa.
27 ଯିରିମୀୟଙ୍କ ମୁଖରୁ ଶୁଣି ବାରୂକ ଯେସକଳ ବାକ୍ୟ ଲେଖିଥିଲା, ସେହି ସମସ୍ତ ନଳାକାର ପୁସ୍ତକ ରାଜା ଦଗ୍ଧ କଲା ଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
Mfumu itatentha buku limene linali ndi mawu amene Yeremiya anamulembetsa Baruki, Yehova anayankhula ndi Yeremiya kuti,
28 “ଯିହୁଦାର ରାଜା ଯିହୋୟାକୀମ୍ ଯେଉଁ ନଳାକାର ପୁସ୍ତକ ପୋଡ଼ି ପକାଇଅଛି, ସେହି ପ୍ରଥମ ନଳାକାର ପୁସ୍ତକରେ ଲିଖିତ ଆଦ୍ୟ ସକଳ ବାକ୍ୟ, ତୁମ୍ଭେ ଆଉ ଖଣ୍ଡେ ପୁସ୍ତକ ନେଇ ପୁନର୍ବାର ଲେଖ।
“Tenganso buku lina ndipo ulembe mawu onse amene anali mʼbuku loyamba lija, limene Yehoyakimu analitentha.
29 ପୁଣି, ଯିହୁଦାର ରାଜା ଯିହୋୟାକୀମ୍ ବିଷୟରେ ତୁମ୍ଭେ କହିବ, ‘ସଦାପ୍ରଭୁ ଏହି କଥା କହନ୍ତି: ବାବିଲର ରାଜା ନିଶ୍ଚୟ ଆସିବ ଓ ଏହି ଦେଶ ନଷ୍ଟ କରିବ, ଆଉ ତାହାକୁ ମନୁଷ୍ୟ ଓ ପଶୁଶୂନ୍ୟ କରିବ, ଏପରି କଥା ତୁମ୍ଭେ କାହିଁକି ଲେଖିଅଛ? ଏହା କହି ତୁମ୍ଭେ ଏହି ନଳାକାର ପୁସ୍ତକ ଦଗ୍ଧ କରିଅଛ।
Ndiponso akamuwuze Yehoyakimu mfumu ya Yuda kuti, ‘Yehova akuti: Iwe unatentha buku lija ndipo unati: Nʼchifukwa chiyani unalemba kuti mfumu ya ku Babuloni idzabwera ndithu kudzawononga dziko lino ndi kupha anthu pamodzi ndi nyama zomwe?’
30 ଏହେତୁ ଯିହୁଦାର ରାଜା ଯିହୋୟାକୀମ୍ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ଦାଉଦର ସିଂହାସନରେ ବସିବା ପାଇଁ ତାହାର କେହି ରହିବ ନାହିଁ; ଆଉ ତାହାର ମୃତ ଶରୀର ଦିନ ବେଳେ ଖରାରେ ଓ ରାତ୍ରି ବେଳେ କାକରରେ ପକାଯିବ।
Nʼchifukwa chake kunena za Yehoyakimu mfumu ya Yuda Yehova akuti sipadzaoneka munthu wina wolowa mʼmalo mwake pa mpando wa Davide. Akadzafa mtembo wake udzaponyedwa kunja ndipo udzakhala pa dzuwa masana, ndi pachisanu chowundana usiku.
31 ପୁଣି, ଆମ୍ଭେ ତାହାକୁ ଓ ତାହାର ବଂଶକୁ ଓ ତାହାର ଦାସଗଣକୁ ସେମାନଙ୍କର ଅଧର୍ମ ସକାଶୁ ଶାସ୍ତି ଦେବା; ଆଉ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ଯେ ଯେ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ଉପରେ, ଯିରୂଶାଲମ ନିବାସୀମାନଙ୍କ ଉପରେ ଓ ଯିହୁଦାର ଲୋକମାନଙ୍କ ଉପରେ ବର୍ତ୍ତାଇବା; ମାତ୍ର ସେମାନେ ଶୁଣିଲେ ନାହିଁ।’”
Ndidzamulanga pamodzi ndi ana ake ndiponso omutumikira ake chifukwa cha zoyipa zawo; ndidzagwetsa pa iwo ndi pa onse amene akukhala mu Yerusalemu ndiponso pa anthu a ku Yuda masautso onse amene ndinawanena, chifukwa sanamvere.”
32 ତହୁଁ ଯିରିମୀୟ ଆଉ ଖଣ୍ଡେ ନଳାକାର ପୁସ୍ତକ ନେଇ ନେରୀୟର ପୁତ୍ର ବାରୂକ ଲେଖକଙ୍କୁ ଦେଲେ; ଯିହୁଦାର ରାଜା ଯିହୋୟାକୀମ୍ ଯେଉଁ ନଳାକାର ପୁସ୍ତକ ଅଗ୍ନିରେ ଦଗ୍ଧ କରିଥିଲା, ତହିଁର ସମସ୍ତ କଥା ସେ ଯିରିମୀୟଙ୍କ ମୁଖରୁ ଶୁଣି ତହିଁରେ ଲେଖିଲା; ପୁଣି, ତାହା ଛଡ଼ା ସେହି ପ୍ରକାର ଆଉ ଅନେକ କଥା ତହିଁରେ ଯୁକ୍ତ କରାଗଲା।
Choncho Yeremiya anatenga buku lina napatsa mlembi Baruki mwana wa Neriya, ndipo Yeremiya anamulembetsa mawu onse amene anali mʼbuku limene Yehoyakimu mfumu ya Yuda anatentha. Ndipo anawonjezerapo mawu ambiri monga omwewo.