< ଯିରିମୀୟ 36 >

1 ଏଥିଉତ୍ତାରେ ଯୋଶୀୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ଯଥା,
Y aconteció en el cuarto año de Joacim hijo de Josías, rey de Judá, que vino esta palabra a Jeremías, del SEÑOR, diciendo:
2 “ତୁମ୍ଭେ ଖଣ୍ଡେ ନଳାକାର ପୁସ୍ତକ ନିଅ, ପୁଣି ଆମ୍ଭେ ତୁମ୍ଭକୁ କଥା କହିବା ଦିନଠାରୁ, ଯୋଶୀୟଙ୍କ ରାଜତ୍ୱ ଦିନଠାରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲର, ଯିହୁଦାର ଓ ସମସ୍ତ ଗୋଷ୍ଠୀର ବିରୁଦ୍ଧରେ ଯାହା ଯାହା ତୁମ୍ଭକୁ କହିଅଛୁ, ସେହି ସମସ୍ତ ବାକ୍ୟ ତହିଁରେ ଲେଖ।
Tómate un rollo de libro, y escribe en él todas las palabras que te he hablado contra Israel y contra Judá, y contra todos los gentiles, desde el día que comencé a hablarte, desde los días de Josías hasta hoy.
3 ହୋଇପାରେ, ଆମ୍ଭେ ଯିହୁଦା ବଂଶ ପ୍ରତି ଯେସକଳ ଅମଙ୍ଗଳ ଘଟାଇବାର ସଂକଳ୍ପ କରିଅଛୁ, ସେମାନେ ତାହାସବୁ ଶୁଣି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ, ଆମ୍ଭେ ସେମାନଙ୍କର ଅଧର୍ମ ଓ ପାପ କ୍ଷମା କରିବା।”
Si por ventura oyere la Casa de Judá todo el mal que yo pienso hacerles, para que se torne cada uno de su mal camino, y yo perdonaré su maldad y su pecado.
4 ତହିଁରେ ଯିରିମୀୟ ନେରୀୟର ପୁତ୍ର ବାରୂକକୁ ଡାକିଲେ; ଆଉ, ବାରୂକ ଯିରିମୀୟଙ୍କ ପ୍ରତି କଥିତ ସଦାପ୍ରଭୁଙ୍କର ବାକ୍ୟସବୁ ତାହାର ମୁଖରୁ ଶୁଣି ଏକ ନଳାକାର ପୁସ୍ତକରେ ଲେଖିଲା।
Y llamó Jeremías a Baruc hijo de Nerías, y escribió Baruc de boca de Jeremías, en un rollo de libro, todas las palabras que el SEÑOR le había hablado.
5 ପୁଣି, ଯିରିମୀୟ ବାରୂକକୁ ଆଜ୍ଞା କରି କହିଲେ, “ମୁଁ ରୁଦ୍ଧ ଅଛି; ମୁଁ ସଦାପ୍ରଭୁଙ୍କ ଗୃହକୁ ଯାଇ ପାରୁ ନାହିଁ;
Y mandó Jeremías a Baruc, diciendo: Yo estoy preso, no puedo entrar en la Casa del SEÑOR.
6 ଏଣୁ ତୁମ୍ଭେ ଯାଅ, ପୁଣି ମୋʼ ମୁଖରୁ ଶୁଣି ଯାହା ଯାହା ଏହି ନଳାକାର ପୁସ୍ତକରେ ଲେଖିଅଛ, ସଦାପ୍ରଭୁଙ୍କର ସେହି ସକଳ ବାକ୍ୟ ଉପବାସ ଦିନ ସଦାପ୍ରଭୁଙ୍କ ଗୃହରେ ଲୋକମାନଙ୍କ କର୍ଣ୍ଣଗୋଚରରେ ପାଠ କର; ମଧ୍ୟ ଆପଣା ଆପଣା ନଗରରୁ ଆଗତ ଯିହୁଦାର ସମସ୍ତ ଲୋକଙ୍କ କର୍ଣ୍ଣଗୋଚରରେ ତୁମ୍ଭେ ତାହା ପାଠ କରିବ।
Entra tú, pues, y lee de este rollo que escribiste de mi boca, las palabras del SEÑOR a oídos del pueblo, en la Casa del SEÑOR, el día del ayuno; y también a oídos de todo Judá que vienen de sus ciudades. Las leerás
7 ହୋଇପାରେ, ସେମାନେ ସଦାପ୍ରଭୁଙ୍କ ସାକ୍ଷାତରେ ଆପଣା ଆପଣାର ନିବେଦନ ଜଣାଇବେ ଓ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; କାରଣ ସଦାପ୍ରଭୁ ଏହି ଲୋକମାନଙ୍କ ବିରୁଦ୍ଧରେ ମହାକ୍ରୋଧ ଓ ପ୍ରଚଣ୍ଡ କୋପର କଥା କହିଅଛନ୍ତି।”
si por ventura caerá oración de ellos en la presencia del SEÑOR, y se tornarán cada uno de su mal camino; porque grande es el furor y la ira que ha hablado el SEÑOR contra este pueblo.
8 ତହିଁରେ ନେରୀୟର ପୁତ୍ର ବାରୂକ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କର ସକଳ ଆଜ୍ଞାନୁସାରେ କାର୍ଯ୍ୟ କରି ସେହି ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ବାକ୍ୟ ସଦାପ୍ରଭୁଙ୍କ ଗୃହରେ ପାଠ କଲା।
Y Baruc hijo de Nerías hizo conforme a todas las cosas que le mandó Jeremías profeta, leyendo en el libro las palabras del SEÑOR en la Casa del SEÑOR.
9 ଏଥିଉତ୍ତାରେ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ପଞ୍ଚମ ବର୍ଷର ନବମ ମାସରେ, ଯିରୂଶାଲମସ୍ଥ ସମସ୍ତ ଲୋକ ଓ ଯିହୁଦାର ନଗରସମୂହରୁ ଯିରୂଶାଲମକୁ ଆଗତ ସମସ୍ତ ଲୋକ, ସଦାପ୍ରଭୁଙ୍କ ସାକ୍ଷାତରେ ଉପବାସ ଘୋଷଣା କଲେ।
Y aconteció en el año quinto de Joacim hijo de Josías, rey de Judá, en el mes noveno, que promulgaron ayuno en la presencia del SEÑOR, a todo el pueblo de Jerusalén, y a todo el pueblo que venía de las ciudades de Judá a Jerusalén.
10 ସେତେବେଳେ ବାରୂକ ସଦାପ୍ରଭୁଙ୍କ ଗୃହର ଉପର ପ୍ରାଙ୍ଗଣରେ, ସଦାପ୍ରଭୁଙ୍କ ଗୃହର ନୂତନ ଦ୍ୱାରର ପ୍ରବେଶ ସ୍ଥାନ ନିକଟରେ, ଶାଫନ୍‍ ଲେଖକର ପୁତ୍ର ଗମରୀୟର କୋଠରିରେ, ସେହି ନଳାକାର ପୁସ୍ତକରୁ ଯିରିମୀୟଙ୍କ କଥା, ସମସ୍ତ ଲୋକଙ୍କ କର୍ଣ୍ଣଗୋଚରରେ ପାଠ କଲା।
Y Baruc leyó en el libro las palabras de Jeremías en la Casa del SEÑOR, en la cámara de Gemarías hijo de Safán escriba, en el atrio de arriba, a la entrada de la puerta nueva de la Casa del SEÑOR, en oídos de todo el pueblo.
11 ପୁଣି, ଶାଫନ୍‍ର ପୌତ୍ର ଗମରୀୟର ପୁତ୍ର ମୀଖାୟ ସେହି ନଳାକାର ପୁସ୍ତକରୁ ସଦାପ୍ରଭୁଙ୍କର ବାକ୍ୟସବୁ ଶୁଣନ୍ତେ,
Y oyendo Micaías hijo de Gemarías, hijo de Safán, todas las palabras del SEÑOR del libro,
12 ସେ ରାଜଗୃହକୁ ଓହ୍ଲାଇ ଲେଖକର କୋଠରିକୁ ଗଲା; ଆଉ ଦେଖ, ସେ ସ୍ଥାନରେ, ଅଧିପତି ସମସ୍ତେ, ଅର୍ଥାତ୍‍, ଇଲୀଶାମା ଲେଖକ, ଶମୟୀୟର ପୁତ୍ର ଦଲୟିୟ, ଅକ୍‍ବୋରର ପୁତ୍ର ଇଲ୍‍ନାଥନ୍‍, ଶାଫନ୍‍ର ପୁତ୍ର ଗମରୀୟ, ହନାନୀୟର ପୁତ୍ର ସିଦିକୀୟ ଓ ସମସ୍ତ ଅଧିପତି ଉପବିଷ୍ଟ ଥିଲେ।
descendió a la casa del rey, a la cámara del escriba, y he aquí que todos los príncipes estaban allí sentados: Elisama escriba, y Delaía hijo de Semaías, y Elnatán hijo de Acbor, y Gemarías hijo de Safán, y Sedequías hijo de Ananías, y todos los príncipes.
13 ତେବେ ବାରୂକ ଲୋକମାନଙ୍କ କର୍ଣ୍ଣଗୋଚରରେ ନଳାକାର ପୁସ୍ତକ ପାଠ କଲା ବେଳେ ମୀଖାୟ ଯାହା ଯାହା ଶୁଣିଥିଲା, ସେସବୁ କଥା ସେମାନଙ୍କୁ ଜଣାଇଲା।
Y les contó Micaías todas las palabras que había oído leyendo Baruc en el libro a oídos del pueblo.
14 ଏହେତୁ ଅଧିପତି ସମସ୍ତେ କୂଶୀର ପ୍ରପୌତ୍ର, ଶେଲିମୀୟର ପୌତ୍ର, ନଥନୀୟର ପୁତ୍ର ଯିହୁଦୀକୁ ବାରୂକ ନିକଟକୁ ପଠାଇ କହିଲେ, “ତୁମ୍ଭେ ଲୋକମାନଙ୍କ କର୍ଣ୍ଣଗୋଚରରେ ଯେଉଁ ନଳାକାର ପୁସ୍ତକ ପାଠ କରିଅଛ, ତାହା ହସ୍ତରେ ଘେନିଆସ।” ତହିଁରେ ନେରୀୟର ପୁତ୍ର ବାରୂକ ନଳାକାର ପୁସ୍ତକଟି ହସ୍ତରେ ଘେନି ସେମାନଙ୍କ ନିକଟରେ ଉପସ୍ଥିତ ହେଲା।
Entonces enviaron todos los príncipes a Jehudí hijo de Netanías, hijo de Selemías, hijo de Cusi, para que dijese a Baruc: Toma el rollo en que leíste a oídos del pueblo, y ven. Y Baruc, hijo de Nerías, tomó el rollo en su mano, y vino a ellos.
15 ତହିଁରେ ସେମାନେ ତାହାକୁ କହିଲେ, “ଏବେ ବସି ଆମ୍ଭମାନଙ୍କ କର୍ଣ୍ଣଗୋଚରରେ ତାହା ପାଠ କର।” ତହୁଁ ବାରୂକ ସେମାନଙ୍କ କର୍ଣ୍ଣଗୋଚରରେ ତାହା ପାଠ କଲା।
Y le dijeron: Siéntate ahora, y léelo en nuestros oídos. Y leyó Baruc a sus oídos.
16 ସେତେବେଳେ ସେମାନେ ସବୁ କଥା ଶୁଣି ଭୟରେ ଏକଆରେକ ପ୍ରତି ଅନାଇଲେ, ଆଉ ବାରୂକକୁ କହିଲେ, “ଆମ୍ଭେମାନେ ରାଜାଙ୍କୁ ଏହିସବୁ କଥାର ବିଷୟ ଅବଶ୍ୟ ଜ୍ଞାତ କରାଇବୁ।”
Y fue que, cuando oyeron todas aquellas palabras, cada uno se volvió espantado a su compañero, y dijeron a Baruc: Sin duda contaremos al rey todas estas palabras.
17 ପୁଣି, ସେମାନେ ବାରୂକକୁ ପଚାରିଲେ, “କହିଲ, ତୁମ୍ଭେ କିପରି ତାହା ମୁଖରୁ ଏସବୁ କଥା ଶୁଣି ଲେଖିଲ?”
Preguntaron luego a Baruc, diciendo: Cuéntanos ahora cómo escribiste de boca de Jeremías todas estas palabras.
18 ତହିଁରେ ବାରୂକ ସେମାନଙ୍କୁ ଉତ୍ତର କଲା, “ସେ ଆପଣା ମୁଖରେ ଏହିସବୁ କଥା ମୋʼ ନିକଟରେ ଉଚ୍ଚାରଣ କଲେ, ଆଉ ମୁଁ କାଳୀ ନେଇ ନଳାକାର ପୁସ୍ତକରେ ଲେଖିଲି।”
Y Baruc les dijo: El me dictaba de su boca todas estas palabras, y yo escribía con tinta en el libro.
19 ସେତେବେଳେ ଅଧିପତିମାନେ ବାରୂକକୁ କହିଲେ, “ତୁମ୍ଭେ ଓ ଯିରିମୀୟ ଯାଇ ଲୁଚ; ଆଉ, ତୁମ୍ଭେମାନେ କେଉଁଠାରେ ଅଛ, ଏହା କେହି ନ ଜାଣୁ।”
Entonces dijeron los príncipes a Baruc: Ve, y escóndete, tú y Jeremías, y nadie sepa dónde estáis.
20 ଏଥିଉତ୍ତାରେ ସେମାନେ ପ୍ରାଙ୍ଗଣରେ ରାଜା ନିକଟକୁ ଗଲେ; ମାତ୍ର ନଳାକାର ପୁସ୍ତକଟି ଇଲୀଶାମା ଲେଖକର କୋଠରିରେ ଛାଡ଼ି ଯାଇଥିଲେ; ଆଉ, ସେମାନେ ରାଜାର କର୍ଣ୍ଣଗୋଚରରେ ଏସବୁ କଥା ଜଣାଇଲେ।
Y entraron al rey al atrio, habiendo depositado el rollo en la cámara de Elisama escriba; y contaron a los oídos del rey todas estas palabras.
21 ତହୁଁ ରାଜା ନଳାକାର ପୁସ୍ତକ ଆଣିବା ପାଇଁ ଯିହୁଦୀକୁ ପଠାନ୍ତେ, ସେ ଇଲୀଶାମା ଲେଖକର କୋଠରିରୁ ତାହା ଆଣିଲା। ପୁଣି, ଯିହୁଦୀ ରାଜାଙ୍କ କର୍ଣ୍ଣଗୋଚରରେ ଓ ତାହାଙ୍କ ଛାମୁରେ ଠିଆ ହୋଇଥିବା ସମସ୍ତ ଅଧିପତିଙ୍କ କର୍ଣ୍ଣଗୋଚରରେ ତାହା ପାଠ କଲା।
Y envió el rey a Jehudí a que tomase el rollo, el cual lo tomó de la cámara de Elisama escriba, y leyó en él Jehudí a oídos del rey, y a oídos de todos los príncipes que junto al rey estaban.
22 ଏହି ସମୟରେ, ଅର୍ଥାତ୍‍, ନବମ ମାସରେ ରାଜା ଶୀତକାଳ କ୍ଷେପଣର ଗୃହରେ ବସିଥିଲେ ଓ ତାଙ୍କ ସମ୍ମୁଖରେ ଅଗ୍ନିପାତ୍ରରେ ଅଗ୍ନି ଜ୍ୱଳୁଥିଲା।
Y el rey estaba en la casa de invierno en el mes noveno, y había un brasero ardiendo delante de él;
23 ଏଥିଉତ୍ତାରେ ଯିହୁଦୀ ନଳାକାର ପୁସ୍ତକରୁ ତିନି ଚାରି ପତ୍ର ପାଠ କଲା ଉତ୍ତାରେ ରାଜା କଲମତ୍ରାସରେ ତାହା କାଟି ଅଗ୍ନିପାତ୍ରରେ ଥିବା ଅଗ୍ନିରେ ତାହା ପକାଇଦେଲେ, ତହୁଁ ସେହି ପାତ୍ରରେ ଥିବା ଅଗ୍ନିରେ ସମୁଦାୟ ନଳାକାର ପୁସ୍ତକ ଭସ୍ମସାତ୍‍ ହେଲା।
y fue que, cuando Jehudí hubo leído tres o cuatro planas, lo rasgó con un cuchillo de escribanía, y lo echó en el fuego que había en el brasero, hasta que todo el rollo se consumió sobre el fuego que en el brasero había.
24 ମାତ୍ର ରାଜା କିଅବା ତାହାର ଦାସଗଣ, ଯେଉଁମାନେ ସେହି ସବୁ ବାକ୍ୟ ଶୁଣିଲେ, ସେମାନେ କେହି ଭୀତ ହେଲେ ନାହିଁ, କିଅବା ଆପଣା ଆପଣା ବସ୍ତ୍ର ଚିରିଲେ ନାହିଁ।
Y no tuvieron temor, ni rasgaron sus vestidos, el rey y todos sus siervos que oyeron todas estas palabras.
25 ଆହୁରି, ରାଜା ଯେପରି ନଳାକାର ପୁସ୍ତକ ପୋଡ଼ି ନ ପକାନ୍ତି, ଏଥିପାଇଁ ଇଲ୍‍ନାଥନ୍‍, ଦଲୟିୟ ଓ ଗମରୀୟ ତାଙ୍କୁ ନିବେଦନ କରିଥିଲେ, ମାତ୍ର ସେ ସେମାନଙ୍କ କଥା ଶୁଣିଲେ ନାହିଁ।
Y aunque Elnatán y Delaía y Gemarías rogaron al rey que no quemase aquel rollo, no los quiso oír;
26 ପୁଣି ରାଜା, ବାରୂକ ଲେଖକଙ୍କୁ ଓ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ଧରିବା ପାଇଁ ରାଜପୁତ୍ର ଯିରହମେଲକୁ ଓ ଅସ୍ରୀୟେଲର ପୁତ୍ର ସରାୟକୁ ଓ ଅବ୍‍ଦୀୟେଲର ପୁତ୍ର ଶେଲିମୀୟକୁ ଆଜ୍ଞା କଲେ; ମାତ୍ର ସଦାପ୍ରଭୁ ସେମାନଙ୍କୁ ଲୁଚାଇ ରଖିଲେ।
antes mandó el rey a Jerameel hijo de Hamelec, y a Seraías hijo de Azriel, y a Selemías hijo de Abdeel, tomar a Baruc el escribano y a Jeremías profeta; mas el SEÑOR los escondió.
27 ଯିରିମୀୟଙ୍କ ମୁଖରୁ ଶୁଣି ବାରୂକ ଯେସକଳ ବାକ୍ୟ ଲେଖିଥିଲା, ସେହି ସମସ୍ତ ନଳାକାର ପୁସ୍ତକ ରାଜା ଦଗ୍ଧ କଲା ଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
Y vino palabra del SEÑOR a Jeremías, después que el rey quemó el rollo, las palabras que Baruc había escrito de boca de Jeremías, diciendo:
28 “ଯିହୁଦାର ରାଜା ଯିହୋୟାକୀମ୍‍ ଯେଉଁ ନଳାକାର ପୁସ୍ତକ ପୋଡ଼ି ପକାଇଅଛି, ସେହି ପ୍ରଥମ ନଳାକାର ପୁସ୍ତକରେ ଲିଖିତ ଆଦ୍ୟ ସକଳ ବାକ୍ୟ, ତୁମ୍ଭେ ଆଉ ଖଣ୍ଡେ ପୁସ୍ତକ ନେଇ ପୁନର୍ବାର ଲେଖ।
Vuelve a tomar otro rollo, y escribe en él todas las palabras primeras, que estaban en el primer rollo que quemó Joacim, el rey de Judá.
29 ପୁଣି, ଯିହୁଦାର ରାଜା ଯିହୋୟାକୀମ୍‍ ବିଷୟରେ ତୁମ୍ଭେ କହିବ, ‘ସଦାପ୍ରଭୁ ଏହି କଥା କହନ୍ତି: ବାବିଲର ରାଜା ନିଶ୍ଚୟ ଆସିବ ଓ ଏହି ଦେଶ ନଷ୍ଟ କରିବ, ଆଉ ତାହାକୁ ମନୁଷ୍ୟ ଓ ପଶୁଶୂନ୍ୟ କରିବ, ଏପରି କଥା ତୁମ୍ଭେ କାହିଁକି ଲେଖିଅଛ? ଏହା କହି ତୁମ୍ଭେ ଏହି ନଳାକାର ପୁସ୍ତକ ଦଗ୍ଧ କରିଅଛ।
Y dirás a Joacim rey de Judá: Así dijo el SEÑOR: Tú quemaste este rollo, diciendo: ¿Por qué escribiste en él, diciendo: De cierto, vendrá el rey de Babilonia, y destruirá esta tierra, y hará que no queden en ella hombres ni animales?
30 ଏହେତୁ ଯିହୁଦାର ରାଜା ଯିହୋୟାକୀମ୍‍ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ଦାଉଦର ସିଂହାସନରେ ବସିବା ପାଇଁ ତାହାର କେହି ରହିବ ନାହିଁ; ଆଉ ତାହାର ମୃତ ଶରୀର ଦିନ ବେଳେ ଖରାରେ ଓ ରାତ୍ରି ବେଳେ କାକରରେ ପକାଯିବ।
Por tanto, así dijo el SEÑOR a Joacim rey de Judá: No tendrá quien se siente sobre el trono de David; y su cuerpo será echado al calor del día y al hielo de la noche.
31 ପୁଣି, ଆମ୍ଭେ ତାହାକୁ ଓ ତାହାର ବଂଶକୁ ଓ ତାହାର ଦାସଗଣକୁ ସେମାନଙ୍କର ଅଧର୍ମ ସକାଶୁ ଶାସ୍ତି ଦେବା; ଆଉ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ଯେ ଯେ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ଉପରେ, ଯିରୂଶାଲମ ନିବାସୀମାନଙ୍କ ଉପରେ ଓ ଯିହୁଦାର ଲୋକମାନଙ୍କ ଉପରେ ବର୍ତ୍ତାଇବା; ମାତ୍ର ସେମାନେ ଶୁଣିଲେ ନାହିଁ।’”
Y visitaré sobre él, y sobre su simiente, y sobre sus siervos, su maldad; y traeré sobre ellos, y sobre los moradores de Jerusalén, y sobre los varones de Judá, todo el mal que les he dicho y no oyeron.
32 ତହୁଁ ଯିରିମୀୟ ଆଉ ଖଣ୍ଡେ ନଳାକାର ପୁସ୍ତକ ନେଇ ନେରୀୟର ପୁତ୍ର ବାରୂକ ଲେଖକଙ୍କୁ ଦେଲେ; ଯିହୁଦାର ରାଜା ଯିହୋୟାକୀମ୍‍ ଯେଉଁ ନଳାକାର ପୁସ୍ତକ ଅଗ୍ନିରେ ଦଗ୍ଧ କରିଥିଲା, ତହିଁର ସମସ୍ତ କଥା ସେ ଯିରିମୀୟଙ୍କ ମୁଖରୁ ଶୁଣି ତହିଁରେ ଲେଖିଲା; ପୁଣି, ତାହା ଛଡ଼ା ସେହି ପ୍ରକାର ଆଉ ଅନେକ କଥା ତହିଁରେ ଯୁକ୍ତ କରାଗଲା।
Y tomó Jeremías otro rollo, y lo dio a Baruc hijo de Nerías escriba; y escribió en él de boca de Jeremías todas las palabras del libro que quemó en el fuego Joacim rey de Judá; y aun fueron añadidas sobre ellas muchas otras palabras semejantes.

< ଯିରିମୀୟ 36 >