< ଯିରିମୀୟ 37 >

1 ଏଥିଉତ୍ତାରେ ଯିହୋୟାକୀମ୍‍ର ପୁତ୍ର କନୀୟର ପଦରେ ଯୋଶୀୟର ପୁତ୍ର ସିଦିକୀୟ ରାଜା ହୋଇ ରାଜତ୍ୱ କଲା; ବାବିଲର ରାଜା ନବୂଖଦ୍‍ନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା।
Et regnavit rex Sedechias filius Iosiae pro Iechonia filio Ioakim: quem constituit regem Nabuchodonosor rex Babylonis in Terra Iuda:
2 ମାତ୍ର ସେ, କିଅବା ତାହାର ଦାସମାନେ ଅବା ଦେଶସ୍ଥ ଲୋକମାନେ, ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା କଥିତ ସଦାପ୍ରଭୁଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।
Et non obedivit ipse, et servi eius, et populus terrae verbis Domini, quae locutus est in manu Ieremiae prophetae.
3 ପୁଣି, ସିଦିକୀୟ ରାଜା ଶେଲିମୀୟର ପୁତ୍ର ଯିହୁଖଲକୁ ଓ ମାସେୟର ପୁତ୍ର ସଫନୀୟ ଯାଜକକୁ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟକୁ ପଠାଇ କହିଲା, “ବିନୟ କରୁଅଛୁ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ତୁମ୍ଭେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର।”
Et misit rex Sedechias Iuchal filium Selemiae, et Sophoniam filium Maasiae sacerdotem ad Ieremiam prophetam, dicens: Ora pro nobis Dominum Deum nostrum.
4 ସେହି ସମୟରେ ଯିରିମୀୟ ଲୋକମାନଙ୍କ ମଧ୍ୟରେ ଗତାୟାତ କରୁଥିଲେ; କାରଣ ସେମାନେ ତାଙ୍କୁ କାରାଗାରରେ ବନ୍ଦୀ କରି ନ ଥିଲେ।
Ieremias autem libere ambulabat in medio populi: non enim miserant eum in custodiam carceris.
5 ଆଉ, ଫାରୋର ସୈନ୍ୟ ମିସର ଦେଶରୁ ବାହାର ହୋଇ ଆସିଥିଲେ; ଏଣୁ ଯିରୂଶାଲମ ଅବରୋଧକାରୀ କଲ୍‍ଦୀୟମାନେ ସେମାନଙ୍କର ସମାଚାର ଶୁଣି ଯିରୂଶାଲମରୁ ଚାଲିଗଲେ।
Igitur exercitus Pharaonis egressus est de Aegypto: et audientes Chaldaei, qui obsidebant Ierusalem, huiuscemodi nuncium, recesserunt ab Ierusalem.
6 ସେତେବେଳେ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
Et factum est verbum Domini ad Ieremiam prophetam, dicens:
7 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଆମ୍ଭ ନିକଟରେ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇଅଛି ଯେ ଯିହୁଦାର ରାଜା, ତାହାକୁ ତୁମ୍ଭେମାନେ ଏହି କଥା କହିବ: ‘ଦେଖ, ତୁମ୍ଭମାନଙ୍କର ସାହାଯ୍ୟ ପାଇଁ ଫାରୋର ଯେଉଁ ସୈନ୍ୟ ବାହାରି ଆସିଅଛନ୍ତି, ସେମାନେ ଆପଣାମାନଙ୍କର ନିଜ ଦେଶ ମିସରକୁ ଫେରିଯିବେ।
Haec dicit Dominus Deus Israel: Sic dicetis regi Iuda, qui misit vos ad me interrogandum: Ecce exercitus Pharaonis, qui egressus est vobis in auxilium, revertetur in terram suam in Aegyptum.
8 ପୁଣି, କଲ୍‍ଦୀୟମାନେ ପୁନର୍ବାର ଆସି ଏହି ନଗର ବିରୁଦ୍ଧରେ ଯୁଦ୍ଧ କରିବେ ଓ ସେମାନେ ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ।’
et redient Chaldaei, et bellabunt contra civitatem hanc: et capient eam, et succendent eam igne.
9 ସଦାପ୍ରଭୁ ଏହି କଥା କହନ୍ତି; କଲ୍‍ଦୀୟମାନେ ନିଶ୍ଚୟ ଆମ୍ଭମାନଙ୍କ ନିକଟରୁ ଚାଲିଯିବେ, ତୁମ୍ଭେମାନେ ଏହି କଥା କହି ଆପଣାମାନଙ୍କୁ ଭୁଲାଅ ନାହିଁ; କାରଣ ସେମାନେ ଯିବେ ନାହିଁ।
Haec dicit Dominus: Nolite decipere animas vestras, dicentes: Euntes abibunt, et recedent a nobis Chaldaei, quia non abibunt.
10 ତୁମ୍ଭମାନଙ୍କ ସହିତ ଯୁଦ୍ଧକାରୀ କଲ୍‍ଦୀୟମାନଙ୍କର ସମୁଦାୟ ସୈନ୍ୟକୁ ତୁମ୍ଭେମାନେ ହତାହତ କଲେ ମଧ୍ୟ ଯଦ୍ୟପି ସେମାନଙ୍କ ମଧ୍ୟରୁ କେବଳ ଆହତ ଲୋକ ଅବଶିଷ୍ଟ ରହନ୍ତି, ତଥାପି ସେମାନଙ୍କର ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ବୁରୁ ଉଠିବେ ଓ ଏହି ନଗରକୁ ଅଗ୍ନିରେ ଦଗ୍ଧ କରିବେ।”
Sed et si percusseritis omnem exercitum Chaldaeorum, qui praeliantur adversum vos, et derelicti fuerint ex eis aliqui vulnerati: singuli de tentorio suo consurgent, et incendent civitatem hanc igne.
11 କଲ୍‍ଦୀୟମାନଙ୍କର ସୈନ୍ୟ ଯେଉଁ ସମୟରେ ଫାରୋର ସୈନ୍ୟ ଭୟରେ ଯିରୂଶାଲମରୁ ଚାଲି ଯାଇଥିଲେ, ସେସମୟରେ ଏପରି ଘଟିଥିଲା ଯେ,
Ergo cum recessisset exercitus Chaldaeorum ab Ierusalem propter exercitum Pharaonis,
12 ଯିରିମୀୟ ଆପଣା ଲୋକମାନଙ୍କ ମଧ୍ୟରେ ଆପଣାର ପ୍ରାପ୍ୟ ଅଂଶ ପାଇବା ନିମନ୍ତେ ବିନ୍ୟାମୀନ୍ ପ୍ରଦେଶକୁ ଯିବା ପାଇଁ ଯିରୂଶାଲମରୁ ବାହାରିଲେ।
egressus est Ieremias de Ierusalem ut iret in Terram Beniamin, et divideret ibi possessionem in conspectu civium.
13 ପୁଣି, ସେ ବିନ୍ୟାମୀନ୍ ନାମକ ନଗର-ଦ୍ୱାରରେ ଉପସ୍ଥିତ ହେବା ବେଳେ ସେଠାରେ ପ୍ରହରୀଗଣର ଜଣେ ଅଧ୍ୟକ୍ଷ ଥିଲା, ତାହାର ନାମ ଯିରୀୟ, ସେ ହନାନୀୟର ପୌତ୍ର ଶେଲିମୀୟର ପୁତ୍ର; ପୁଣି, ସେ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ଧରି କହିଲା, “ତୁମ୍ଭେ କଲ୍‍ଦୀୟମାନଙ୍କର ପକ୍ଷକୁ ଯାଉଅଛ।”
Cumque pervenisset ad portam Beniamin, erat ibi custos portae per vices, nomine Ierias, filius Selemiae filii Hananiae, et apprehendit Ieremiam prophetam, dicens: Ad Chaldaeos profugis.
14 ସେତେବେଳେ ଯିରିମୀୟ କହିଲେ, “ଏ ମିଥ୍ୟା କଥା; ମୁଁ କଲ୍‍ଦୀୟମାନଙ୍କ ପକ୍ଷକୁ ଯାଉ ନାହିଁ;” ତଥାପି ଯିରୀୟ ଯିରିମୀୟଙ୍କ କଥା ନ ଶୁଣି ତାଙ୍କୁ ଧରି ଅଧିପତିମାନଙ୍କ ନିକଟକୁ ନେଇଗଲା।
Et respondit Ieremias: Falsum est, non fugio ad Chaldaeos. Et non audivit eum: sed comprehendit Ierias Ieremiam, et adduxit eum ad principes.
15 ପୁଣି, ଅଧିପତିମାନେ ଯିରିମୀୟଙ୍କ ପ୍ରତି କ୍ରୁଦ୍ଧ ହୋଇ ତାଙ୍କୁ ପ୍ରହାର କଲେ ଓ ଯୋନାଥନ ଲେଖକର ଗୃହସ୍ଥିତ କାରାଗାରରେ ରଖିଲେ; କାରଣ ସେମାନେ ସେସ୍ଥାନକୁ କାରାଗାର କରିଥିଲେ।
Quam ob rem irati principes contra Ieremiam, caesum eum miserunt in carcerem, qui erat in domo Ionathan scribae: ipse enim praepositus erat super carcerem.
16 ଯିରିମୀୟ ସେହି କାରାକୂପ ଓ ତହିଁର କ୍ଷୁଦ୍ର କୋଠରିରେ ପ୍ରବେଶ କରି ଅନେକ ଦିନ ସେଠାରେ ରହିଲେ।
Itaque ingressus est Ieremias in domum laci et in ergastulum: et sedit ibi Ieremias diebus multis.
17 ତହିଁ ଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ତାଙ୍କୁ ଅଣାଇଲା; ଆଉ, ରାଜା ଆପଣା ଗୃହରେ ତାଙ୍କୁ ଗୋପନରେ ପଚାରିଲା, “ସଦାପ୍ରଭୁଙ୍କ ନିକଟରୁ କୌଣସି ବାକ୍ୟ ଆସିଅଛି କି?” ତହିଁରେ ଯିରିମୀୟ କହିଲେ, “ଆସିଅଛି। ସେ ଆହୁରି କହିଲେ, ଆପଣ ବାବିଲର ରାଜାର ହସ୍ତରେ ସମର୍ପିତ ହେବେ।”
Mittens autem Sedechias rex tulit eum: et interrogavit eum in domo sua abscondite, et dixit: Putasne est sermo a Domino? Et dixit Ieremias: Est. Et ait: In manus regis Babylonis traderis.
18 ଆହୁରି, ଯିରିମୀୟ ସିଦିକୀୟ ରାଜାକୁ କହିଲେ, “ଆପଣଙ୍କ ବିରୁଦ୍ଧରେ, ଆପଣଙ୍କ ଦାସଗଣ ବିରୁଦ୍ଧରେ, ଅବା ଏହି ଲୋକମାନଙ୍କ ବିରୁଦ୍ଧରେ ମୁଁ କି ପାପ କରିଅଛି ଯେ, ଆପଣମାନେ ମୋତେ କାରାଗାରରେ ରଖିଅଛନ୍ତି?
Et dixit Ieremias ad regem Sedechiam: Quid peccavi tibi, et servis tuis, et populo tuo, quia misisti me in domum carceris?
19 ଆପଣମାନଙ୍କର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆପଣମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହିଲେ, ବାବିଲର ରାଜା ଆପଣମାନଙ୍କ ବିରୁଦ୍ଧରେ ଓ ଏହି ଦେଶ ବିରୁଦ୍ଧରେ ଆସିବ ନାହିଁ, ସେମାନେ ଏବେ କାହାନ୍ତି?
Ubi sunt prophetae vestri, qui prophetabant vobis, et dicebant: Non veniet rex Babylonis super vos, et super terram hanc?
20 ଏବେ ହେ ମୋର ପ୍ରଭୁ, ମହାରାଜ, ବିନୟ କରୁଅଛି, ଶ୍ରବଣ କରନ୍ତୁ; ଆପଣ ଯୋନାଥନ ଲେଖକର ଗୃହକୁ ମୋତେ ଫେରି ନ ପଠାଉନ୍ତୁ, ନୋହିଲେ ମୁଁ ସେଠାରେ ମରିଯିବି; ବିନୟ କରୁଅଛି, ମୋର ଏହି ନିବେଦନ ଆପଣଙ୍କ ଛାମୁରେ ସୁଗ୍ରାହ୍ୟ ହେଉ।”
Nunc ergo audi obsecro domine mi rex: Valeat deprecatio mea in conspectu tuo: et ne me remittas in domum Ionathan scribae, ne moriar ibi.
21 ତହିଁରେ ସିଦିକୀୟ ରାଜା ଆଜ୍ଞା କରନ୍ତେ, ଲୋକମାନେ ଯିରିମୀୟଙ୍କୁ ପ୍ରହରୀ ପ୍ରାଙ୍ଗଣରେ ରଖିଲେ, ପୁଣି ନଗରରେ ସବୁ ରୁଟି ଶେଷ ନ ହେବା ପର୍ଯ୍ୟନ୍ତ ରୁଟିବାଲାମାନଙ୍କର ପଲ୍ଲୀରୁ ଗୋଟିଏ ଲେଖାଏଁ ରୁଟି ପ୍ରତିଦିନ ତାଙ୍କୁ ଦେଲେ। ଏହି ପ୍ରକାରେ ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।
Praecepit ergo rex Sedechias ut traderetur Ieremias in vestibulo carceris: et daretur ei torta panis quotidie, excepto pulmento, donec consumerentur omnes panes de civitate: et mansit Ieremias in vestibulo carceris.

< ଯିରିମୀୟ 37 >