< ଯିରିମୀୟ 37 >
1 ଏଥିଉତ୍ତାରେ ଯିହୋୟାକୀମ୍ର ପୁତ୍ର କନୀୟର ପଦରେ ଯୋଶୀୟର ପୁତ୍ର ସିଦିକୀୟ ରାଜା ହୋଇ ରାଜତ୍ୱ କଲା; ବାବିଲର ରାଜା ନବୂଖଦ୍ନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା।
Потом царова Седекија, син Јосијин, место Хоније, сина Јоакимовог, ког постави царем у земљи Јудиној Навуходоносор цар вавилонски.
2 ମାତ୍ର ସେ, କିଅବା ତାହାର ଦାସମାନେ ଅବା ଦେଶସ୍ଥ ଲୋକମାନେ, ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା କଥିତ ସଦାପ୍ରଭୁଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।
Али ни он ни слуге његове ни народ земаљски не слушаху речи Господње које говораше преко Јеремије пророка.
3 ପୁଣି, ସିଦିକୀୟ ରାଜା ଶେଲିମୀୟର ପୁତ୍ର ଯିହୁଖଲକୁ ଓ ମାସେୟର ପୁତ୍ର ସଫନୀୟ ଯାଜକକୁ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ପଠାଇ କହିଲା, “ବିନୟ କରୁଅଛୁ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ତୁମ୍ଭେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର।”
И посла цар Седекија Јеухала сина Селемијиног, и Софонију сина Масијиног свештеника к Јеремији пророку, те му рекоше: Помоли се за нас Господу Богу нашем.
4 ସେହି ସମୟରେ ଯିରିମୀୟ ଲୋକମାନଙ୍କ ମଧ୍ୟରେ ଗତାୟାତ କରୁଥିଲେ; କାରଣ ସେମାନେ ତାଙ୍କୁ କାରାଗାରରେ ବନ୍ଦୀ କରି ନ ଥିଲେ।
И Јеремија иђаше међу народ и још га не беху метнули у тамницу.
5 ଆଉ, ଫାରୋର ସୈନ୍ୟ ମିସର ଦେଶରୁ ବାହାର ହୋଇ ଆସିଥିଲେ; ଏଣୁ ଯିରୂଶାଲମ ଅବରୋଧକାରୀ କଲ୍ଦୀୟମାନେ ସେମାନଙ୍କର ସମାଚାର ଶୁଣି ଯିରୂଶାଲମରୁ ଚାଲିଗଲେ।
И војска Фараонова изиђе из Мисира, а Халдејци који бијаху Јерусалим чувши глас о њој отидоше од Јерусалима.
6 ସେତେବେଳେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
А реч Господња дође Јеремији пророку говорећи:
7 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଆମ୍ଭ ନିକଟରେ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇଅଛି ଯେ ଯିହୁଦାର ରାଜା, ତାହାକୁ ତୁମ୍ଭେମାନେ ଏହି କଥା କହିବ: ‘ଦେଖ, ତୁମ୍ଭମାନଙ୍କର ସାହାଯ୍ୟ ପାଇଁ ଫାରୋର ଯେଉଁ ସୈନ୍ୟ ବାହାରି ଆସିଅଛନ୍ତି, ସେମାନେ ଆପଣାମାନଙ୍କର ନିଜ ଦେଶ ମିସରକୁ ଫେରିଯିବେ।
Овако вели Господ Бог Израиљев: Овако реците цару Јудином, који вас је послао к мени да ме питате: Ево војска Фараонова која пође вама у помоћ, вратиће се у своју земљу, у Мисир.
8 ପୁଣି, କଲ୍ଦୀୟମାନେ ପୁନର୍ବାର ଆସି ଏହି ନଗର ବିରୁଦ୍ଧରେ ଯୁଦ୍ଧ କରିବେ ଓ ସେମାନେ ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ।’
А Халдејци ће опет доћи и опколиће тај град и узеће га и спалиће га огњем.
9 ସଦାପ୍ରଭୁ ଏହି କଥା କହନ୍ତି; କଲ୍ଦୀୟମାନେ ନିଶ୍ଚୟ ଆମ୍ଭମାନଙ୍କ ନିକଟରୁ ଚାଲିଯିବେ, ତୁମ୍ଭେମାନେ ଏହି କଥା କହି ଆପଣାମାନଙ୍କୁ ଭୁଲାଅ ନାହିଁ; କାରଣ ସେମାନେ ଯିବେ ନାହିଁ।
Овако вели Господ: Не варајте се говорећи: Отићи ће од нас Халдејци, јер неће отићи.
10 ତୁମ୍ଭମାନଙ୍କ ସହିତ ଯୁଦ୍ଧକାରୀ କଲ୍ଦୀୟମାନଙ୍କର ସମୁଦାୟ ସୈନ୍ୟକୁ ତୁମ୍ଭେମାନେ ହତାହତ କଲେ ମଧ୍ୟ ଯଦ୍ୟପି ସେମାନଙ୍କ ମଧ୍ୟରୁ କେବଳ ଆହତ ଲୋକ ଅବଶିଷ୍ଟ ରହନ୍ତି, ତଥାପି ସେମାନଙ୍କର ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ବୁରୁ ଉଠିବେ ଓ ଏହି ନଗରକୁ ଅଗ୍ନିରେ ଦଗ୍ଧ କରିବେ।”
И да побијете сву војску халдејску, која ће се бити с вама, и да их остане неколико рањеника, и они ће устати из својих шатора и спалити тај град огњем.
11 କଲ୍ଦୀୟମାନଙ୍କର ସୈନ୍ୟ ଯେଉଁ ସମୟରେ ଫାରୋର ସୈନ୍ୟ ଭୟରେ ଯିରୂଶାଲମରୁ ଚାଲି ଯାଇଥିଲେ, ସେସମୟରେ ଏପରି ଘଟିଥିଲା ଯେ,
А кад отиде војска халдејска од Јерусалима ради војске Фараонове,
12 ଯିରିମୀୟ ଆପଣା ଲୋକମାନଙ୍କ ମଧ୍ୟରେ ଆପଣାର ପ୍ରାପ୍ୟ ଅଂଶ ପାଇବା ନିମନ୍ତେ ବିନ୍ୟାମୀନ୍ ପ୍ରଦେଶକୁ ଯିବା ପାଇଁ ଯିରୂଶାଲମରୁ ବାହାରିଲେ।
Изиђе Јеремија из Јерусалима да би отишао у земљу Венијаминову и уклонио се оданде међу народ.
13 ପୁଣି, ସେ ବିନ୍ୟାମୀନ୍ ନାମକ ନଗର-ଦ୍ୱାରରେ ଉପସ୍ଥିତ ହେବା ବେଳେ ସେଠାରେ ପ୍ରହରୀଗଣର ଜଣେ ଅଧ୍ୟକ୍ଷ ଥିଲା, ତାହାର ନାମ ଯିରୀୟ, ସେ ହନାନୀୟର ପୌତ୍ର ଶେଲିମୀୟର ପୁତ୍ର; ପୁଣି, ସେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ଧରି କହିଲା, “ତୁମ୍ଭେ କଲ୍ଦୀୟମାନଙ୍କର ପକ୍ଷକୁ ଯାଉଅଛ।”
Али, кад беше на вратима Венијаминовим, онде беше старешина стражарски по имену Јереја, син Селемије сина Ананијиног, те ухвати Јеремију пророка говорећи: Ти бежиш ка Халдејцима.
14 ସେତେବେଳେ ଯିରିମୀୟ କହିଲେ, “ଏ ମିଥ୍ୟା କଥା; ମୁଁ କଲ୍ଦୀୟମାନଙ୍କ ପକ୍ଷକୁ ଯାଉ ନାହିଁ;” ତଥାପି ଯିରୀୟ ଯିରିମୀୟଙ୍କ କଥା ନ ଶୁଣି ତାଙ୍କୁ ଧରି ଅଧିପତିମାନଙ୍କ ନିକଟକୁ ନେଇଗଲା।
А Јеремија рече: Није истина, не бежим ка Халдејцима. Али га не хте слушати, него ухвати Јереја Јеремију и одведе ка кнезовима.
15 ପୁଣି, ଅଧିପତିମାନେ ଯିରିମୀୟଙ୍କ ପ୍ରତି କ୍ରୁଦ୍ଧ ହୋଇ ତାଙ୍କୁ ପ୍ରହାର କଲେ ଓ ଯୋନାଥନ ଲେଖକର ଗୃହସ୍ଥିତ କାରାଗାରରେ ରଖିଲେ; କାରଣ ସେମାନେ ସେସ୍ଥାନକୁ କାରାଗାର କରିଥିଲେ।
А кнезови се разгневише на Јеремију, и избише га, и метнуше га у тамницу у кући Јонатана писара, јер од ње беху начинили тамницу.
16 ଯିରିମୀୟ ସେହି କାରାକୂପ ଓ ତହିଁର କ୍ଷୁଦ୍ର କୋଠରିରେ ପ୍ରବେଶ କରି ଅନେକ ଦିନ ସେଠାରେ ରହିଲେ।
А кад Јеремија уђе у јаму, у тамницу, оста онде дуго времена.
17 ତହିଁ ଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ତାଙ୍କୁ ଅଣାଇଲା; ଆଉ, ରାଜା ଆପଣା ଗୃହରେ ତାଙ୍କୁ ଗୋପନରେ ପଚାରିଲା, “ସଦାପ୍ରଭୁଙ୍କ ନିକଟରୁ କୌଣସି ବାକ୍ୟ ଆସିଅଛି କି?” ତହିଁରେ ଯିରିମୀୟ କହିଲେ, “ଆସିଅଛି। ସେ ଆହୁରି କହିଲେ, ଆପଣ ବାବିଲର ରାଜାର ହସ୍ତରେ ସମର୍ପିତ ହେବେ।”
Потом посла цар Седекија, те га извади, и упита га у својој кући насамо, и рече му говорећи: Има ли реч од Господа? А Јеремија рече: Има. Још рече: Бићеш предан у руке цару вавилонском.
18 ଆହୁରି, ଯିରିମୀୟ ସିଦିକୀୟ ରାଜାକୁ କହିଲେ, “ଆପଣଙ୍କ ବିରୁଦ୍ଧରେ, ଆପଣଙ୍କ ଦାସଗଣ ବିରୁଦ୍ଧରେ, ଅବା ଏହି ଲୋକମାନଙ୍କ ବିରୁଦ୍ଧରେ ମୁଁ କି ପାପ କରିଅଛି ଯେ, ଆପଣମାନେ ମୋତେ କାରାଗାରରେ ରଖିଅଛନ୍ତି?
По том рече Јеремија цару Седекији: Шта сам ти скривио или слугама твојим или том народу, те ме метнусте у тамницу?
19 ଆପଣମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆପଣମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହିଲେ, ବାବିଲର ରାଜା ଆପଣମାନଙ୍କ ବିରୁଦ୍ଧରେ ଓ ଏହି ଦେଶ ବିରୁଦ୍ଧରେ ଆସିବ ନାହିଁ, ସେମାନେ ଏବେ କାହାନ୍ତି?
И где су ваши пророци који вам пророкују говорећи: Неће доћи цар вавилонски на вас ни на ову земљу?
20 ଏବେ ହେ ମୋର ପ୍ରଭୁ, ମହାରାଜ, ବିନୟ କରୁଅଛି, ଶ୍ରବଣ କରନ୍ତୁ; ଆପଣ ଯୋନାଥନ ଲେଖକର ଗୃହକୁ ମୋତେ ଫେରି ନ ପଠାଉନ୍ତୁ, ନୋହିଲେ ମୁଁ ସେଠାରେ ମରିଯିବି; ବିନୟ କରୁଅଛି, ମୋର ଏହି ନିବେଦନ ଆପଣଙ୍କ ଛାମୁରେ ସୁଗ୍ରାହ୍ୟ ହେଉ।”
Сада дакле послушај, царе господару мој, пусти преда се молбу моју, немој ме враћати у кућу Јонатана писара, да не умрем онде.
21 ତହିଁରେ ସିଦିକୀୟ ରାଜା ଆଜ୍ଞା କରନ୍ତେ, ଲୋକମାନେ ଯିରିମୀୟଙ୍କୁ ପ୍ରହରୀ ପ୍ରାଙ୍ଗଣରେ ରଖିଲେ, ପୁଣି ନଗରରେ ସବୁ ରୁଟି ଶେଷ ନ ହେବା ପର୍ଯ୍ୟନ୍ତ ରୁଟିବାଲାମାନଙ୍କର ପଲ୍ଲୀରୁ ଗୋଟିଏ ଲେଖାଏଁ ରୁଟି ପ୍ରତିଦିନ ତାଙ୍କୁ ଦେଲେ। ଏହି ପ୍ରକାରେ ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।
Тада заповеди цар Седекија да затворе Јеремију у трем од тамнице и да му дају сваки дан по хлеб с улице хлебарске, докле траје хлеба у граду. Тако сеђаше Јеремија у трему од тамнице.