< ଯିରିମୀୟ 39 >
1 ଏଥିଉତ୍ତାରେ ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ନବମ ବର୍ଷର ଦଶମ ମାସରେ ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମର ବିରୁଦ୍ଧରେ ଆସି ତାହା ଅବରୋଧ କଲେ;
Devete godine kralja Sidkije, kralja judejskoga, desetoga mjeseca, Nabukodonozor, kralj babilonski, krenu sa svom vojskom na Jeruzalem te ga opsjede.
2 ସିଦିକୀୟଙ୍କ ରାଜତ୍ଵର ଏକାଦଶ ବର୍ଷର ଚତୁର୍ଥ ମାସର ନବମ ଦିନରେ ନଗରର ଏକ ସ୍ଥାନ ଭଗ୍ନ ହେଲା। ଏହିରୂପେ ଯିରୂଶାଲମ ହସ୍ତଗତ ହୁଅନ୍ତେ,
Jedanaeste godine kralja Sidkije, četvrtoga mjeseca, dana devetoga u mjesecu, provališe u grad.
3 ବାବିଲ ରାଜାର ଅଧିପତିସକଳ, ଅର୍ଥାତ୍, ନେର୍ଗଲ ଶରେତ୍ସର, ସମ୍ଗର-ନବୋ, ଶର୍ସଖୀମ୍, ରବ୍ସାରୀସ୍, ନେର୍ଗଲ ଶରେତ୍ସର, ରବମାଗ୍ ପ୍ରଭୃତି ବାବିଲ ରାଜାର ଅବଶିଷ୍ଟ ଅଧିପତି ସମସ୍ତେ ଭିତରେ ଆସି ମଧ୍ୟମ ଦ୍ୱାରରେ ବସିଲେ।
Uđoše sve vojskovođe kralja babilonskoga te se smjestiše kod Srednjih vrata: Nergal Sar-Eser, knez Sin-Magira, vrhovni zapovjednik, Nebušasban, visoki dostojanstvenik, i sve druge vojskovođe kralja babilonskoga.
4 ତହିଁରେ ଯିହୁଦାର ରାଜା ସିଦିକୀୟ ଓ ଯୋଦ୍ଧା ସମସ୍ତେ ସେମାନଙ୍କୁ ଦେଖି ପଳାଇଗଲେ, ସେମାନେ ରାତ୍ରିକାଳରେ ରାଜାର ଉଦ୍ୟାନ ନିକଟସ୍ଥ ପଥ ଦେଇ ଦୁଇ ପ୍ରାଚୀରର ମଧ୍ୟସ୍ଥିତ ଦ୍ୱାରରେ ନଗରରୁ ବାହାରିଗଲେ; ପୁଣି, ସେ ଆରବା ପଥରେ ଚାଲିଗଲା।
Kad ih vidješe Sidkija, kralj judejski, i svi ratnici njegovi, dadoše se u bijeg na vrata između dva zida, noću iziđoše iz grada prema Kraljevu vrtu i krenuše k dolini Arabi.
5 ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ସେମାନଙ୍କ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକୀୟ ନିକଟରେ ପହଞ୍ଚିଲେ ଓ ତାହାକୁ ଧରି ହମାତ୍ ଦେଶସ୍ଥ ରିବ୍ଲାରେ ବାବିଲର ରାଜା ନବୂଖଦ୍ନିତ୍ସର ନିକଟକୁ ଆଣିଲେ, ତହିଁରେ ସେ ତାହାର ଦଣ୍ଡାଜ୍ଞା ଦେଲା।
Ali ih čete kaldejske gonjahu i sustigoše Sidkiju u Poljanama jerihonskim. Uhvatiše ga, odvedoše u Riblu, u zemlju hamatsku, pred Nabukodonozora, kralja babilonskoga, koji mu izreče sud.
6 ପୁଣି, ବାବିଲର ରାଜା ରିବ୍ଲାରେ ସିଦିକୀୟର ଦୃଷ୍ଟିଗୋଚରରେ ତାହାର ପୁତ୍ରମାନଙ୍କୁ ବଧ କଲା; ମଧ୍ୟ ବାବିଲର ରାଜା ଯିହୁଦାର ଅଧିପତି ସମସ୍ତଙ୍କୁ ବଧ କଲା।
I kralj babilonski dade u Ribli pred očima kralja Sidkije zaklati djecu njegovu. A dade kralj babilonski pogubiti i sve odličnike judejske.
7 ଆହୁରି, ସେ ସିଦିକୀୟର ଚକ୍ଷୁ ଉପାଡ଼ି ତାହାକୁ ବାବିଲକୁ ନେଇଯିବା ନିମନ୍ତେ ଶୃଙ୍ଖଳରେ ବଦ୍ଧ କଲା।
Sidkiji iskopa oči, stavi ga u okove da ga odvede u Babilon.
8 ପୁଣି, କଲ୍ଦୀୟମାନେ ରାଜାର ଗୃହ ଓ ଲୋକମାନଙ୍କର ଗୃହସବୁ ଅଗ୍ନିରେ ଦଗ୍ଧ କଲେ, ଆଉ ଯିରୂଶାଲମର ପ୍ରାଚୀରସବୁ ଭାଙ୍ଗି ପକାଇଲେ।
Kaldejci zapališe kraljev dvor i kuće naroda i porušiše bedeme jeruzalemske.
9 ପୁଣି, ପ୍ରହରୀବର୍ଗର ସେନାପତି ନବୂଷରଦନ୍, ନଗରରେ ଥିବା ଅବଶିଷ୍ଟ ଲୋକମାନଙ୍କୁ, ମଧ୍ୟ ତାହାର ପକ୍ଷ ହୋଇଥିବା ପଳାତକମାନଙ୍କୁ ବନ୍ଦୀ କରି ବାବିଲକୁ ନେଇଗଲା।
Ostatak pučanstva koje još ostade u gradu, izbjeglice što su mu se predale i sav ostali narod, izagna u Babilon Nebuzaradan, zapovjednik tjelesne straže.
10 ମାତ୍ର ପ୍ରହରୀବର୍ଗର ସେନାପତି ନବୂଷରଦନ୍, କେତେଗୁଡ଼ିଏ ଦୀନ ଦରିଦ୍ର ଲୋକଙ୍କୁ ଯିହୁଦା ଦେଶରେ ଛାଡ଼ିକରି ଗଲା, ଆଉ ସେହି ସମୟରେ ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଓ ଭୂମି ଦେଲା।
A od siromašnoga puka koji nije ništa posjedovao, Nebuzaradan, zapovjednik tjelesne straže, ostavi neke u zemlji judejskoj i porazdijeli im vinograde i polja.
11 ପୁଣି, ବାବିଲର ରାଜା ନବୂଖଦ୍ନିତ୍ସର ଯିରିମୀୟଙ୍କ ବିଷୟରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍କୁ ଏହି ଆଜ୍ଞା କଲା,
O Jeremiji Nabukodonozor, kralj babilonski, zapovjedi Nebuzaradanu, zapovjedniku tjelesne straže:
12 “ତୁମ୍ଭେ ତାଙ୍କୁ ନେଇ ଭଲ ରୂପେ ତାଙ୍କର ତତ୍ତ୍ୱାବଧାନ କର ଓ ତାଙ୍କର କୌଣସି କ୍ଷତି କର ନାହିଁ; ପୁଣି, ସେ ଯେପରି ତୁମ୍ଭକୁ କହନ୍ତି, ସେପରି ତାଙ୍କ ପ୍ରତି କର।”
“Uzmi ga i oko tvoje neka bdi nad njim. Ne čini mu nikakva zla, nego postupaj s njime kako on bude želio.”
13 ତହିଁରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଓ ନବୂଶସ୍ବନ୍, ରବ୍ସାରୀସ୍ ଓ ନେର୍ଗଲ ଶରେତ୍ସର, ରବମାଗ୍ ଓ ବାବିଲ ରାଜାର ସମସ୍ତ ପ୍ରଧାନବର୍ଗ ଲୋକ ପଠାଇଲେ।
Tada Nebuzaradan, zapovjednik tjelesne straže, Nebušazdan, visoki dostojanstvenik, Nergal Sar-Eser, vrhovni zapovjednik, i sve vojskovođe kralja babilonskoga
14 ସେମାନେ ଲୋକ ପଠାଇ ପ୍ରହରୀ ପ୍ରାଙ୍ଗଣରୁ ଯିରିମୀୟଙ୍କୁ ଆଣିଲେ, ପୁଣି ଗୃହକୁ ନେଇଯିବା ନିମନ୍ତେ ତାଙ୍କୁ ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟଙ୍କ ହସ୍ତରେ ସମର୍ପଣ କଲେ; ତହିଁରେ ଯିରିମୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ।
poslaše ljude da izvedu Jeremiju iz tamničkoga dvorišta i pustiše ga na slobodu. I tako on osta među narodom.
15 ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିବା ସମୟରେ, ତାହାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
Dok je Jeremija bio zatvoren u tamničkom dvorištu, dođe mu riječ Jahvina:
16 “ତୁମ୍ଭେ ଯାଇ କୂଶୀୟ ଏବଦ୍-ମେଲକକୁ କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳର ନିମନ୍ତେ ଆମ୍ଭେ ଏହି ନଗର ଉପରେ ଆପଣାର ବାକ୍ୟସବୁ ସଫଳ କରିବା; ପୁଣି, ସେଦିନ ତୁମ୍ଭ ସାକ୍ଷାତରେ ସେସବୁ ସଫଳ ହେବ।
“Idi i reci Kušitu Ebed-Meleku: Ovako govori Jahve nad Vojskama, Bog Izraelov: 'Evo, učinit ću da se ispune moje riječi protiv ovoga grada, na nesreću, ne na spas njegov. I kad se u onaj dan na tvoje oči obistine,
17 ମାତ୍ର ସଦାପ୍ରଭୁ କହନ୍ତି, ସେଦିନରେ ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା; ପୁଣି, ତୁମ୍ଭେ ଯେଉଁ ଲୋକମାନଙ୍କ ବିଷୟରେ ଭୟ କରୁଅଛ, ସେମାନଙ୍କ ହସ୍ତରେ ସମର୍ପିତ ହେବ ନାହିଁ।
ja ću te u onaj dan spasiti - riječ je Jahvina - i nećeš biti predan u ruke ljudima pred kojima dršćeš,
18 କାରଣ ଆମ୍ଭେ ନିଶ୍ଚୟ ତୁମ୍ଭକୁ ରକ୍ଷା କରିବା, ତୁମ୍ଭେ ଖଡ୍ଗରେ ପତିତ ହେବ ନାହିଁ, ମାତ୍ର ତୁମ୍ଭ ପ୍ରାଣ ତୁମ୍ଭ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ: ଯେହେତୁ ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରିଅଛ, ଏହା ସଦାପ୍ରଭୁ କହନ୍ତି।’”
jer ja ću te pouzdano spasiti te nećeš od mača poginuti, nego ćeš dobiti život kao plijen, jer si se u me pouzdao' - riječ je Jahvina.”