< ଯିରିମୀୟ 39 >

1 ଏଥିଉତ୍ତାରେ ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ନବମ ବର୍ଷର ଦଶମ ମାସରେ ବାବିଲର ରାଜା ନବୂଖଦ୍‍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମର ବିରୁଦ୍ଧରେ ଆସି ତାହା ଅବରୋଧ କଲେ;
בשנה התשעית לצדקיהו מלך יהודה בחדש העשרי בא נבוכדראצר מלך בבל וכל חילו אל ירושלם ויצרו עליה
2 ସିଦିକୀୟଙ୍କ ରାଜତ୍ଵର ଏକାଦଶ ବର୍ଷର ଚତୁର୍ଥ ମାସର ନବମ ଦିନରେ ନଗରର ଏକ ସ୍ଥାନ ଭଗ୍ନ ହେଲା। ଏହିରୂପେ ଯିରୂଶାଲମ ହସ୍ତଗତ ହୁଅନ୍ତେ,
בעשתי עשרה שנה לצדקיהו בחדש הרביעי בתשעה לחדש הבקעה העיר
3 ବାବିଲ ରାଜାର ଅଧିପତିସକଳ, ଅର୍ଥାତ୍‍, ନେର୍ଗଲ ଶରେତ୍ସର, ସମ୍‍ଗର-ନବୋ, ଶର୍ସଖୀମ୍‍, ରବ୍‍ସାରୀସ୍‍, ନେର୍ଗଲ ଶରେତ୍ସର, ରବମାଗ୍‍ ପ୍ରଭୃତି ବାବିଲ ରାଜାର ଅବଶିଷ୍ଟ ଅଧିପତି ସମସ୍ତେ ଭିତରେ ଆସି ମଧ୍ୟମ ଦ୍ୱାରରେ ବସିଲେ।
ויבאו כל שרי מלך בבל וישבו בשער התוך--נרגל שראצר סמגר נבו שר סכים רב סריס נרגל שראצר רב מג וכל שארית שרי מלך בבל
4 ତହିଁରେ ଯିହୁଦାର ରାଜା ସିଦିକୀୟ ଓ ଯୋଦ୍ଧା ସମସ୍ତେ ସେମାନଙ୍କୁ ଦେଖି ପଳାଇଗଲେ, ସେମାନେ ରାତ୍ରିକାଳରେ ରାଜାର ଉଦ୍ୟାନ ନିକଟସ୍ଥ ପଥ ଦେଇ ଦୁଇ ପ୍ରାଚୀରର ମଧ୍ୟସ୍ଥିତ ଦ୍ୱାରରେ ନଗରରୁ ବାହାରିଗଲେ; ପୁଣି, ସେ ଆରବା ପଥରେ ଚାଲିଗଲା।
ויהי כאשר ראם צדקיהו מלך יהודה וכל אנשי המלחמה ויברחו ויצאו לילה מן העיר דרך גן המלך בשער בין החמתים ויצא דרך הערבה
5 ମାତ୍ର କଲ୍‍ଦୀୟମାନଙ୍କ ସୈନ୍ୟ ସେମାନଙ୍କ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକୀୟ ନିକଟରେ ପହଞ୍ଚିଲେ ଓ ତାହାକୁ ଧରି ହମାତ୍‍ ଦେଶସ୍ଥ ରିବ୍ଲାରେ ବାବିଲର ରାଜା ନବୂଖଦ୍‍ନିତ୍ସର ନିକଟକୁ ଆଣିଲେ, ତହିଁରେ ସେ ତାହାର ଦଣ୍ଡାଜ୍ଞା ଦେଲା।
וירדפו חיל כשדים אחריהם וישגו את צדקיהו בערבות ירחו ויקחו אותו ויעלהו אל נבוכדראצר מלך בבל רבלתה בארץ חמת וידבר אתו משפטים
6 ପୁଣି, ବାବିଲର ରାଜା ରିବ୍ଲାରେ ସିଦିକୀୟର ଦୃଷ୍ଟିଗୋଚରରେ ତାହାର ପୁତ୍ରମାନଙ୍କୁ ବଧ କଲା; ମଧ୍ୟ ବାବିଲର ରାଜା ଯିହୁଦାର ଅଧିପତି ସମସ୍ତଙ୍କୁ ବଧ କଲା।
וישחט מלך בבל את בני צדקיהו ברבלה--לעיניו ואת כל חרי יהודה שחט מלך בבל
7 ଆହୁରି, ସେ ସିଦିକୀୟର ଚକ୍ଷୁ ଉପାଡ଼ି ତାହାକୁ ବାବିଲକୁ ନେଇଯିବା ନିମନ୍ତେ ଶୃଙ୍ଖଳରେ ବଦ୍ଧ କଲା।
ואת עיני צדקיהו עור ויאסרהו בנחשתים לביא אתו בבלה
8 ପୁଣି, କଲ୍‍ଦୀୟମାନେ ରାଜାର ଗୃହ ଓ ଲୋକମାନଙ୍କର ଗୃହସବୁ ଅଗ୍ନିରେ ଦଗ୍ଧ କଲେ, ଆଉ ଯିରୂଶାଲମର ପ୍ରାଚୀରସବୁ ଭାଙ୍ଗି ପକାଇଲେ।
ואת בית המלך ואת בית העם שרפו הכשדים באש ואת חמות ירושלם נתצו
9 ପୁଣି, ପ୍ରହରୀବର୍ଗର ସେନାପତି ନବୂଷରଦନ୍‍, ନଗରରେ ଥିବା ଅବଶିଷ୍ଟ ଲୋକମାନଙ୍କୁ, ମଧ୍ୟ ତାହାର ପକ୍ଷ ହୋଇଥିବା ପଳାତକମାନଙ୍କୁ ବନ୍ଦୀ କରି ବାବିଲକୁ ନେଇଗଲା।
ואת יתר העם הנשארים בעיר ואת הנפלים אשר נפלו עליו ואת יתר העם הנשארים--הגלה נבוזראדן רב טבחים בבל
10 ମାତ୍ର ପ୍ରହରୀବର୍ଗର ସେନାପତି ନବୂଷରଦନ୍‍, କେତେଗୁଡ଼ିଏ ଦୀନ ଦରିଦ୍ର ଲୋକଙ୍କୁ ଯିହୁଦା ଦେଶରେ ଛାଡ଼ିକରି ଗଲା, ଆଉ ସେହି ସମୟରେ ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଓ ଭୂମି ଦେଲା।
ומן העם הדלים אשר אין להם מאומה השאיר נבוזראדן רב טבחים בארץ יהודה ויתן להם כרמים ויגבים ביום ההוא
11 ପୁଣି, ବାବିଲର ରାଜା ନବୂଖଦ୍‍ନିତ୍ସର ଯିରିମୀୟଙ୍କ ବିଷୟରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍କୁ ଏହି ଆଜ୍ଞା କଲା,
ויצו נבוכדראצר מלך בבל על ירמיהו ביד נבוזראדן רב טבחים לאמר
12 “ତୁମ୍ଭେ ତାଙ୍କୁ ନେଇ ଭଲ ରୂପେ ତାଙ୍କର ତତ୍ତ୍ୱାବଧାନ କର ଓ ତାଙ୍କର କୌଣସି କ୍ଷତି କର ନାହିଁ; ପୁଣି, ସେ ଯେପରି ତୁମ୍ଭକୁ କହନ୍ତି, ସେପରି ତାଙ୍କ ପ୍ରତି କର।”
קחנו ועיניך שים עליו ואל תעש לו מאומה רע כי אם כאשר ידבר אליך--כן עשה עמו
13 ତହିଁରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଓ ନବୂଶସ୍‍ବନ୍‍, ରବ୍‍ସାରୀସ୍‍ ଓ ନେର୍ଗଲ ଶରେତ୍ସର, ରବମାଗ୍‍ ଓ ବାବିଲ ରାଜାର ସମସ୍ତ ପ୍ରଧାନବର୍ଗ ଲୋକ ପଠାଇଲେ।
וישלח נבוזראדן רב טבחים ונבושזבן רב סריס ונרגל שראצר רב מג--וכל רבי מלך בבל
14 ସେମାନେ ଲୋକ ପଠାଇ ପ୍ରହରୀ ପ୍ରାଙ୍ଗଣରୁ ଯିରିମୀୟଙ୍କୁ ଆଣିଲେ, ପୁଣି ଗୃହକୁ ନେଇଯିବା ନିମନ୍ତେ ତାଙ୍କୁ ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କ ହସ୍ତରେ ସମର୍ପଣ କଲେ; ତହିଁରେ ଯିରିମୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ।
וישלחו ויקחו את ירמיהו מחצר המטרה ויתנו אתו אל גדליהו בן אחיקם בן שפן להוצאהו אל הבית וישב בתוך העם
15 ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିବା ସମୟରେ, ତାହାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
ואל ירמיהו היה דבר יהוה בהיתו עצור בחצר המטרה לאמר
16 “ତୁମ୍ଭେ ଯାଇ କୂଶୀୟ ଏବଦ୍‍-ମେଲକକୁ କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳର ନିମନ୍ତେ ଆମ୍ଭେ ଏହି ନଗର ଉପରେ ଆପଣାର ବାକ୍ୟସବୁ ସଫଳ କରିବା; ପୁଣି, ସେଦିନ ତୁମ୍ଭ ସାକ୍ଷାତରେ ସେସବୁ ସଫଳ ହେବ।
הלוך ואמרת לעבד מלך הכושי לאמר כה אמר יהוה צבאות אלהי ישראל הנני מבי את דברי אל העיר הזאת לרעה ולא לטובה והיו לפניך ביום ההוא
17 ମାତ୍ର ସଦାପ୍ରଭୁ କହନ୍ତି, ସେଦିନରେ ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା; ପୁଣି, ତୁମ୍ଭେ ଯେଉଁ ଲୋକମାନଙ୍କ ବିଷୟରେ ଭୟ କରୁଅଛ, ସେମାନଙ୍କ ହସ୍ତରେ ସମର୍ପିତ ହେବ ନାହିଁ।
והצלתיך ביום ההוא נאם יהוה ולא תנתן ביד האנשים אשר אתה יגור מפניהם
18 କାରଣ ଆମ୍ଭେ ନିଶ୍ଚୟ ତୁମ୍ଭକୁ ରକ୍ଷା କରିବା, ତୁମ୍ଭେ ଖଡ୍ଗରେ ପତିତ ହେବ ନାହିଁ, ମାତ୍ର ତୁମ୍ଭ ପ୍ରାଣ ତୁମ୍ଭ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ: ଯେହେତୁ ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରିଅଛ, ଏହା ସଦାପ୍ରଭୁ କହନ୍ତି।’”
כי מלט אמלטך ובחרב לא תפל והיתה לך נפשך לשלל כי בטחת בי נאם יהוה

< ଯିରିମୀୟ 39 >