< ଯିରିମୀୟ 4 >

1 ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ, ଯଦି ତୁମ୍ଭେ ଫେରିବ, ତେବେ ଆମ୍ଭ ନିକଟକୁ ତୁମ୍ଭେ ଫେରି ଆସିବ; ଆଉ, ଯଦି ତୁମ୍ଭେ ଆମ୍ଭ ଦୃଷ୍ଟିରୁ ତୁମ୍ଭର ଘୃଣାଯୋଗ୍ୟ ବିଷୟସବୁ ଦୂର କରିବ, ତେବେ ତୁମ୍ଭେ ସ୍ଥାନାନ୍ତରୀକୃତ ହେବ ନାହିଁ;
Si tu reviens à moi, Israël, dit l'Éternel, tu reviendras ici; et si tu ôtes tes abominations de devant moi, tu ne seras plus errant;
2 ଆଉ, ତୁମ୍ଭେ ସତ୍ୟରେ, ନ୍ୟାୟରେ ଓ ଧାର୍ମିକତାରେ ଜୀବିତ ସଦାପ୍ରଭୁଙ୍କ ନାମରେ ଶପଥ କରିବ; ତହିଁରେ ନାନା ଦେଶୀୟମାନେ ତାହାଙ୍କଠାରେ ଆପଣାମାନଙ୍କୁ ଆଶୀର୍ବାଦର ପାତ୍ର କରିବେ ଓ ତାହାଙ୍କଠାରେ ଦର୍ପ କରିବେ।”
et si tu jures par « la vie de l'Éternel, » selon la vérité, la droiture et la justice, les nations se serviront de son nom pour bénir, et se glorifieront de lui.
3 କାରଣ ସଦାପ୍ରଭୁ ଯିହୁଦାର ଓ ଯିରୂଶାଲମର ଲୋକମାନଙ୍କୁ ଏହି କଥା କହନ୍ତି, “ତୁମ୍ଭେମାନେ ଆପଣାମାନଙ୍କର ପଡ଼ିଆ ଭୂମି ଚାଷ କର ଓ କଣ୍ଟାବଣ ମଧ୍ୟରେ ବୀଜ ବୁଣ ନାହିଁ।
Car ainsi parle l'Éternel aux hommes de Juda et de Jérusalem:
4 ହେ ଯିହୁଦାର ଲୋକେ ଓ ଯିରୂଶାଲମର ନିବାସୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ସୁନ୍ନତ କର ଓ ଆପଣା ଆପଣା ହୃଦୟର ଅଗ୍ରଚର୍ମ କାଢ଼ି ପକାଅ; ନୋହିଲେ ତୁମ୍ଭମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ଆମ୍ଭର କୋପ ଅଗ୍ନି ତୁଲ୍ୟ ବାହାରି ପ୍ରଜ୍ୱଳିତ ହେବ ଓ କେହି ତାହା ଲିଭାଇ ପାରିବ ନାହିଁ।”
Faites-vous des novales et ne semez point parmi les épines! Circoncisez-vous pour l'Éternel, et enlevez le prépuce de vos cœurs, hommes de Juda, et habitants de Jérusalem, de peur que ma colère n'éclate comme un feu, et ne consume sans que personne éteigne, à cause de la méchanceté de vos actions.
5 ତୁମ୍ଭେମାନେ ଯିହୁଦାରେ ପ୍ରଚାର କର ଓ ଯିରୂଶାଲମରେ ଘୋଷଣା କର; “ଆଉ କୁହ, ତୁମ୍ଭେମାନେ ଦେଶରେ ତୂରୀ ବଜାଅ; ଉଚ୍ଚସ୍ୱର କରି କୁହ, ‘ତୁମ୍ଭେମାନେ ଏକତ୍ର ହୁଅ, ଆସ, ଆମ୍ଭେମାନେ ଦୃଢ଼ ନଗରମାନଙ୍କୁ ଯାଉ।’
Annoncez en Juda, et publiez à Jérusalem, et parlez, et sonnez de la trompette dans le pays, criez à pleine voix et dites: Rassemblez-vous, et allons dans les villes fortes!
6 ସିୟୋନ ଆଡ଼େ ଧ୍ୱଜା ଟେକ, ରକ୍ଷା ନିମନ୍ତେ ପଳାଅ, ବିଳମ୍ବ କର ନାହିଁ; କାରଣ ଆମ୍ଭେ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ଆଣିବା।
Tournez l'étendard vers Sion, fuyez, ne vous arrêtez pas! Car du nord J'amène la calamité et un grand désastre.
7 ସିଂହ ଆପଣା ଗହ୍ୱରରୁ ବାହାରିଅଛି, ନାନା ଦେଶୀୟମାନଙ୍କର ବିନାଶକ ଆସୁଅଛି; ତୁମ୍ଭ ନଗରସମୂହ ଯେପରି ଉଚ୍ଛିନ୍ନ, ନିବାସୀବିହୀନ ହେବ, ଏଥିପାଇଁ ତୁମ୍ଭ ଦେଶକୁ ଉଜାଡ଼ କରିବାକୁ ସେ ବାଟରେ ଅଛି, ସେ ଆପଣା ସ୍ଥାନରୁ ବାହାରିଅଛି।
Le lion sort de son fourré, et le destructeur des peuples part, il sort de son lieu, pour faire de ton pays un désert; tes villes seront détruites, dépeuplées.
8 ଏଥିସକାଶୁ ତୁମ୍ଭେମାନେ ଚଟ ପିନ୍ଧି ବିଳାପ ଓ ହାହାକାର କର; କାରଣ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆମ୍ଭମାନଙ୍କଠାରୁ ଫେରି ନାହିଁ।”
Aussi, ceignez le cilice, gémissez, et lamentez-vous, car l'ardente colère de l'Éternel ne s'éloigne pas de vous.
9 ପୁଣି ସଦାପ୍ରଭୁ କହନ୍ତି, “ସେହି ଦିନ ରାଜାର ହୃଦୟ ଓ ଅଧିପତିଗଣର ହୃଦୟ କ୍ଷୟ ପାଇବ ଓ ଯାଜକଗଣ ଚମତ୍କୃତ ହେବେ ଓ ଭବିଷ୍ୟଦ୍‍ବକ୍ତାମାନେ ବିସ୍ମୟାପନ୍ନ ହେବେ।”
Et dans ce jour-là, dit l'Éternel, le cœur manquera au roi et aux princes, et les sacrificateurs seront atterrés, et les prophètes seront stupéfaits.
10 ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଏହି ଲୋକମାନଙ୍କୁ ଓ ଯିରୂଶାଲମକୁ ତୁମ୍ଭମାନଙ୍କର ଶାନ୍ତି ହେବ ବୋଲି କହି ନିଶ୍ଚୟ ଅତିଶୟ ଭ୍ରାନ୍ତ କରିଅଛ; ଯେହେତୁ ଖଡ୍ଗ ପ୍ରାଣକୁ ଆଘାତ କରୁଅଛି।”
Alors je dis: Ah! Seigneur, Éternel, en vérité tu as trompé ce peuple et Jérusalem en disant: Vous serez sains et saufs! et cependant l'épée pénètre jusqu'à son cœur.
11 ସେହି ସମୟରେ ଏହି ଲୋକମାନଙ୍କୁ ଓ ଯିରୂଶାଲମକୁ କୁହାଯିବ, “ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରୁ ଆମ୍ଭ ଲୋକମାନଙ୍କର କନ୍ୟା ଆଡ଼କୁ ଉଷ୍ମ ବାୟୁ ଆସୁଅଛି, ତାହା ଶସ୍ୟ ଝାଡ଼ିବା କି ପରିଷ୍କାର କରିବା ନିମନ୍ତେ ନୁହେଁ;
Dans ce temps-là, il sera dit à ce peuple et à Jérusalem: Un vent brûlant vient des collines du désert dans la direction de la fille de mon peuple, non point pour nettoyer, ni pour émonder,
12 ସେହି ସବୁ ସ୍ଥାନରୁ ଘୂର୍ଣ୍ଣିବାୟୁ ଆମ୍ଭ ସପକ୍ଷରେ ଆସିବ; ଏବେ ଆମ୍ଭେ ହିଁ ଲୋକମାନଙ୍କ ବିରୁଦ୍ଧରେ ଦଣ୍ଡାଜ୍ଞା ପ୍ରକାଶ କରିବା।”
un vent plus fort que pour cela viendra de par moi; et alors à mon tour je prononcerai ma sentence contre eux.
13 ଦେଖ, ସେ ମେଘମାଳା ତୁଲ୍ୟ ଆସୁଅଛି, ତାହାର ରଥସବୁ ଘୂର୍ଣ୍ଣିବାୟୁ ସ୍ୱରୂପ ହେବ; ତାହାର ଅଶ୍ୱଗଣ ଉତ୍କ୍ରୋଶ ପକ୍ଷୀ ଅପେକ୍ଷା ଦ୍ରୁତଗାମୀ। ହାୟ ହାୟ! ଆମ୍ଭେମାନେ ବିନଷ୍ଟ ହେଲୁ।
Voici, Il s'avance comme les nuées, et ses chars sont comme l'ouragan, et ses chevaux plus légers que les aigles. « Malheur à nous, car nous sommes dévastés! »
14 ହେ ଯିରୂଶାଲମ, ଉଦ୍ଧାର ପାଇବା ନିମନ୍ତେ ଦୁଷ୍ଟତାରୁ ଆପଣା ହୃଦୟ ଧୁଅ। ତୁମ୍ଭର ମନ୍ଦ କଳ୍ପନାସବୁ କେତେ କାଳ ତୁମ୍ଭ ମଧ୍ୟରେ ବାସ କରିବ?
Purge de méchanceté ton cœur, Jérusalem, afin que tu sois sauvée! Jusques à quand séjourneront dans ton cœur tes pensées désastreuses?
15 କାରଣ ଦାନ୍ ନଗରଠାରୁ ଏକ ରବ ପ୍ରଚାର କରେ ଓ ଇଫ୍ରୟିମ ପର୍ବତମାଳାରୁ ଅମଙ୍ଗଳ ଘୋଷଣା କରେ;
Car une voix publie depuis Dan, et annonce un désastre depuis la montagne d'Éphraïm.
16 ତୁମ୍ଭେମାନେ ନାନା ଦେଶୀୟମାନଙ୍କୁ ଜଣାଅ; ଦେଖ, ଯିରୂଶାଲମ ବିରୁଦ୍ଧରେ ଘୋଷଣା କର, “ଦୂର ଦେଶରୁ ଅବରୋଧକାରୀମାନେ ଆସୁଅଛନ୍ତି ଓ ସେମାନେ ଯିହୁଦାର ନଗରସମୂହର ବିରୁଦ୍ଧରେ ହୁଙ୍କାର କରୁଅଛନ୍ତି।
Annoncez-le aux nations! Voici, publiez-le dans Jérusalem: des assiégeants arrivent d'une terre lointaine, et ils poussent leur voix contre les villes de Juda.
17 ସେମାନେ କ୍ଷେତ୍ର ରକ୍ଷକମାନଙ୍କ ପରି ତାହାର ଚାରିଆଡ଼େ ଅଛନ୍ତି, କାରଣ ସଦାପ୍ରଭୁ କହନ୍ତି, ସେ ଆମ୍ଭର ବିଦ୍ରୋହାଚାରିଣୀ ହୋଇଅଛି।
Comme les gardes d'un champ ils te cerneront; car elle s'est révoltée contre moi, dit l'Éternel.
18 ତୁମ୍ଭର ଆଚରଣ ଓ ତୁମ୍ଭର କ୍ରିୟା ଏହିସବୁ ତୁମ୍ଭ ପ୍ରତି ଘଟାଇଅଛି; ଏହା ତୁମ୍ଭ ଦୁଷ୍ଟତାର ଫଳ, ହଁ, ତାହା ତିକ୍ତ, ହଁ, ତାହା ମର୍ମଭେଦକ।”
Ta conduite et tes œuvres ont attiré ces choses sur toi; c'est l'effet de ta méchanceté; oui, cela est amer, oui, cela pénètre jusqu'à ton cœur.
19 ହାୟ, ମୋହର ପ୍ରାଣ! ମୋହର ପ୍ରାଣ! ମୁଁ ହୃଦୟରେ ବ୍ୟଥିତ ଅଛି; ମୋର ହୃଦୟ ମୋʼ ମଧ୍ୟରେ ଅସ୍ଥିର ହେଉଅଛି; ମୁଁ ନୀରବ ରହି ନ ପାରେ; କାରଣ ହେ ମୋହର ପ୍ରାଣ, ତୁମ୍ଭେ ତୂରୀ ଶବ୍ଦ ଓ ଯୁଦ୍ଧର ନାଦ ଶୁଣିଅଛ।
« Mes entrailles! mes entrailles! je souffre dans les cellules de mon cœur; mon cœur bouillonne, je ne puis me taire; car tu entends, mon âme, le son de la trompette, le cri de guerre.
20 ବିନାଶ ଉପରେ ବିନାଶ ପ୍ରଚାରିତ ହେଉଅଛି; କାରଣ ସମୁଦାୟ ଦେଶ ଉଚ୍ଛିନ୍ନ ହୋଇଅଛି; ଅକସ୍ମାତ୍‍ ମୋହର ତମ୍ବୁ, ଏକ ନିମିଷ ମଧ୍ୟରେ ମୋହର ଆବରଣସବୁ ଉଚ୍ଛିନ୍ନ ହେଲା।
Ruine sur ruine est annoncée, car tout le pays est désolé; tout à coup mes tentes sont détruites, en un instant mes pavillons.
21 ମୁଁ କେତେ କାଳ ପତାକା ଦେଖିବି ଓ ତୂରୀର ଶବ୍ଦ ଶୁଣିବି?
Jusques à quand verrai-je l'étendard, ouïrai-je le son de la trompette? »
22 “କାରଣ ଆମ୍ଭର ଲୋକମାନେ ଅଜ୍ଞାନ, ସେମାନେ ଆମ୍ଭକୁ ଚିହ୍ନନ୍ତି ନାହିଁ; ସେମାନେ ନିର୍ବୋଧ ବାଳକ, ସେମାନଙ୍କର କିଛି ବିବେଚନା ନାହିଁ; ସେମାନେ କୁକର୍ମ କରିବାକୁ ନିପୁଣ, ମାତ୍ର ସୁକର୍ମ କରିବାକୁ ସେମାନଙ୍କର କିଛି ଜ୍ଞାନ ନାହିଁ।”
– « C'est que Mon peuple est en délire, il ne Me connaît pas; ce sont des fils insensés, destitués d'intelligence; ce sont des sages pour faire le mal; mais pour faire le bien, ce sont des ignorants. »
23 ମୁଁ ପୃଥିବୀକୁ ଅନାଇଲି, ଆଉ ଦେଖ, ତାହା ନିର୍ଜନ ଓ ଶୂନ୍ୟ ଥିଲା; ଆକାଶମଣ୍ଡଳକୁ ଅନାଇଲି, ଆଉ ତହିଁରେ ଦୀପ୍ତି ନ ଥିଲା।
Je regarde la terre, et voici, elle est déserte et vide; et les Cieux, ils n'ont plus leur lumière.
24 ମୁଁ ପର୍ବତମାଳାକୁ ଅନାଇଲି, ଆଉ ଦେଖ, ସେସବୁ କମ୍ପିଲେ ଓ ଉପପର୍ବତସବୁ ଏଣେତେଣେ ଦୋହଲିଲେ।
Je regarde les montagnes, et voici, elles tremblent, et toutes les collines s'ébranlent.
25 ମୁଁ ଅନାଇଲି, ଆଉ ଦେଖ, କେହି ମନୁଷ୍ୟ ନ ଥିଲା ଓ ଆକାଶର ପକ୍ଷୀସବୁ ପଳାଇ ଯାଇଥିଲେ।
Je regarde, et voici, il n'y a point d'homme, et tous les oiseaux des Cieux ont fui.
26 ମୁଁ ଅନାଇଲି, ଆଉ ଦେଖ, ସଦାପ୍ରଭୁଙ୍କ ଛାମୁରେ ଓ ତାହାଙ୍କ ପ୍ରଚଣ୍ଡ କ୍ରୋଧ ସମ୍ମୁଖରେ ଉର୍ବରା କ୍ଷେତ୍ର, ମରୁଭୂମି ଓ ତହିଁର ନଗରସକଳ ଭଗ୍ନ ହୋଇଥିଲା।
Je regarde, et voici, le Carmel est un désert, et toutes ses villes sont détruites par l'Éternel et par le feu de sa colère.
27 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ସମୁଦାୟ ଦେଶ ଧ୍ୱଂସସ୍ଥାନ ହେବ; ତଥାପି ଆମ୍ଭେ ସମ୍ପୂର୍ଣ୍ଣ ରୂପେ ନାଶ କରିବା ନାହିଁ।
Car ainsi parle l'Éternel: La dévastation couvrira le pays; mais je ne la ferai pas totale.
28 ଏଥିସକାଶୁ ପୃଥିବୀ ଶୋକ କରିବ ଓ ଉପରିସ୍ଥ ଆକାଶମଣ୍ଡଳ ଅନ୍ଧକାର ହେବ; କାରଣ ଆମ୍ଭେ ଏହା କହିଅଛୁ, ଆମ୍ଭେ ଏହା ମନରେ ସ୍ଥିର କରିଅଛୁ ଓ ଆମ୍ଭେ ଦୁଃଖିତ ହୋଇ ନାହୁଁ, କିଅବା ଆମ୍ଭେ ଏଥିରୁ ଫେରିବୁ ନାହିଁ।”
Pour cela le pays est en deuil, et le ciel s'obscurcit, parce que je l'ai dit, je l'ai arrêté, et je ne m'en repens point, et n'en reviendrai point.
29 ଅଶ୍ୱାରୋହୀ ଓ ଧନୁର୍ଦ୍ଧାରୀମାନଙ୍କ ରବ ସକାଶୁ ସମୁଦାୟ ନଗର ପଳାୟନ କରେ; ସେମାନେ ନିବିଡ଼ ବନକୁ ଯାଆନ୍ତି ଓ ଶୈଳ ଉପରେ ଚଢ଼ନ୍ତି; ପ୍ରତ୍ୟେକ ନଗର ତ୍ୟକ୍ତ ହୋଇଅଛି ଓ ତହିଁ ମଧ୍ୟରେ ଜଣେ ମନୁଷ୍ୟ ସୁଦ୍ଧା ବାସ କରେ ନାହିଁ।
Au bruit des cavaliers et des archers toute ville est en fuite; on gagne les forêts, et on gravit les rochers; toute ville est abandonnée, il n'y reste personne.
30 ଆଉ, ତୁମ୍ଭେ ଯେତେବେଳେ ଉଚ୍ଛିନ୍ନ ହେବ, ସେତେବେଳେ ତୁମ୍ଭେ କଅଣ କରିବ? ଯଦ୍ୟପି ତୁମ୍ଭେ ରକ୍ତବର୍ଣ୍ଣ ବସ୍ତ୍ର ପରିଧାନ କରୁଅଛ, ଯଦ୍ୟପି ତୁମ୍ଭେ ସୁବର୍ଣ୍ଣ ଅଳଙ୍କାରରେ ଆପଣାକୁ ଭୂଷିତା କରୁଅଛ, ଯଦ୍ୟପି ତୁମ୍ଭେ ଅଞ୍ଜନ ଦ୍ୱାରା ଆପଣା ଚକ୍ଷୁ ପ୍ରସାରୁଅଛ, ତଥାପି ତୁମ୍ଭେ ବ୍ୟର୍ଥରେ ଆପଣାକୁ ସୁନ୍ଦର କରୁଅଛ; ତୁମ୍ଭର ଜାରପୁରୁଷମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି।
Et toi, ville désolée, que feras-tu? Quand même tu t'habilles de pourpre, que tu te pares d'une parure d'or, que tu bordes de fard tes yeux, en vain t'embellis-tu, les amants te dédaignent, ils en veulent à ta vie.
31 କାରଣ ପ୍ରସବକାରିଣୀ ସ୍ତ୍ରୀର ରବ ପରି, ପ୍ରଥମ ସନ୍ତାନ ପ୍ରସବକାରିଣୀ ସ୍ତ୍ରୀର ବେଦନା ପରି ସିୟୋନ କନ୍ୟାର ରବ ଆମ୍ଭେ ଶୁଣିଅଛୁ, ସେ ଦୀର୍ଘ ନିଶ୍ୱାସ ଛାଡ଼ି ଓ ଆପଣା ହାତ ପ୍ରସାରି କହୁଅଛି, “ହାୟ ହାୟ! ହତ୍ୟାକାରୀମାନଙ୍କ ଆଗରେ ମୋʼ ପ୍ରାଣ ମୂର୍ଚ୍ଛିତ ହେଲା।”
Car j'entends comme la voix d'une femme en travail, un cri d'angoisse comme au premier enfantement: c'est la voix de la fille de Sion; elle soupire, étend les bras: « C'en est fait de moi! mon âme succombe sous les meurtriers! »

< ଯିରିମୀୟ 4 >