< ଯିରିମୀୟ 40 >
1 ଯିରୂଶାଲମ ଓ ଯିହୁଦାର ଯେସମସ୍ତ ବନ୍ଦୀ ଲୋକ ବାବିଲକୁ ନିଆଯାଉଥିଲେ, ସେମାନଙ୍କ ମଧ୍ୟରୁ ଶୃଙ୍ଖଳାବଦ୍ଧ ଯିରିମୀୟଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ନେଇ ରାମା ନଗରରୁ ବିଦାୟ କଲା ଉତ୍ତାରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।
Det Ord, som kom fra HERREN til Jeremias, efter at livvagtens øverste Nebuzaradan havde løsladt ham i Rama; han lod ham hente, medens han var bundet med Lænker iblandt alle Fangerne fra Jerusalem, og Juda, der førtes til Babel.
2 ପ୍ରହରୀବର୍ଗର ସେନାପତି ଯିରିମୀୟଙ୍କୁ ନେଇ କହିଲା, “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ସ୍ଥାନ ବିଷୟରେ ଏହି ଅମଙ୍ଗଳର କଥା କହିଥିଲେ:
Livvagts øverste lod Jeremias hente og sagde til ham: "HERREN din Gud har udtalt denne Ulykke over dette Sted,
3 ଆଉ, ସଦାପ୍ରଭୁ ତାହା ଘଟାଇଅଛନ୍ତି ଓ ଯେପରି କହିଥିଲେ, ସେପରି କରିଅଛନ୍ତି; ତୁମ୍ଭେମାନେ ସଦାପ୍ରଭୁଙ୍କର କଥା ନ ମାନି ତାହାଙ୍କ ବିରୁଦ୍ଧରେ ପାପ କରିଅଛ, ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଏହା ଘଟିଅଛି।
og HERREN lod det ske og gjorde, hvad han havde sagt, fordi I syndede mod HERREN og ikke adlød hans, Røst; derfor timedes dette eder.
4 ଆଉ, ଏବେ ଦେଖ, ମୁଁ ଆଜି ତୁମ୍ଭ ହସ୍ତରେ ଥିବା ଶୃଙ୍ଖଳରୁ ତୁମ୍ଭକୁ ମୁକ୍ତ କଲି। ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ଦିଶେ, ତେବେ ଆସ, ଆଉ ମୁଁ ଭଲ ରୂପେ ତୁମ୍ଭର ତତ୍ତ୍ୱାବଧାନ କରିବି; ମାତ୍ର ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ନ ଦିଶେ, ତେବେ କ୍ଷାନ୍ତ ହୁଅ; ଦେଖ, ସମୁଦାୟ ଦେଶ ତୁମ୍ଭ ଆଗରେ ପଡ଼ିଛି; ଯେଉଁଠାକୁ ଯିବା ପାଇଁ ତୁମ୍ଭକୁ ଭଲ ଓ ଉପଯୁକ୍ତ ଦିଶେ, ସେଠାକୁ ଯାଅ।”
Se, nu tager jeg i Dag Lænkerne af dine Hænder. Hvis det tykkes dig godt at drage med mig til Babel, så drag med, og jeg vil have Øje med dig; men tykkes det dig ilde, så lad være! Se, hele Landet står dig åbent; gå, hvor det tykkes dig godt og ret!"
5 ଯିରିମୀୟ ଫେରି ନ ଯାଉଣୁ ନବୂଷରଦନ୍ ତାଙ୍କୁ କହିଲା, “ତେବେ ତୁମ୍ଭେ ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟ ନିକଟକୁ ଫେରିଯାଅ, ବାବିଲର ରାଜା ତାହାକୁ ଯିହୁଦାର ନଗରସମୂହର ଉପରେ ଶାସନକର୍ତ୍ତା ପଦରେ ନିଯୁକ୍ତ କରିଅଛି, ଆଉ ତୁମ୍ଭେ ଲୋକମାନଙ୍କ ମଧ୍ୟରେ ତାହା ସଙ୍ଗେ ବାସ କର; ଅବା ଯେକୌଣସି ସ୍ଥାନକୁ ଯିବା ପାଇଁ ତୁମ୍ଭକୁ ଉପଯୁକ୍ତ ଦିଶେ, ସେ ସ୍ଥାନକୁ ଯାଅ।” ତହିଁରେ ପ୍ରହରୀବର୍ଗର ସେନାପତି ତାଙ୍କୁ ପାଥେୟ ଓ ପାରିତୋଷିକ ଦେଇ ବିଦାୟ କଲା।
Og da han tøvede med at vende tilbage, tilføjede han: "Så vend tilbage til Gedalja Sjafans Søn Ahikams Søn, som Babels konge har sat over Judas Land, og bosæt dig hos, ham iblandt Folket, eller gå, hvor som helst det tykkes dig ret!" Og Livvagts øverste gav ham Rejsetæring og Gave og lod ham gå.
6 ତହିଁରେ ଯିରିମୀୟ ମିସ୍ପାକୁ ଅହୀକାମ୍ର ପୁତ୍ର ଗଦଲୀୟ ନିକଟକୁ ଯାଇ ଦେଶସ୍ଥ ଅବଶିଷ୍ଟ ଲୋକମାନଙ୍କ ମଧ୍ୟରେ ତାହା ସଙ୍ଗେ ବାସ କଲେ।
Jeremias gik da til Gedalja, Ahikams Søn, i Mizpa og bosatte sig hos ham iblandt Folket, der var levnet i Landet.
7 ଏଥିଉତ୍ତାରେ ଅହୀକାମ୍ର ପୁତ୍ର ଗଦଲୀୟଙ୍କୁ ବାବିଲର ରାଜା ଦେଶର ଶାସନକର୍ତ୍ତା କରି ନିଯୁକ୍ତ କରିଅଛି ଓ ଯେଉଁମାନେ ବନ୍ଦୀ ହୋଇ ବାବିଲକୁ ନୀତ ହୋଇ ନାହାନ୍ତି, ଏପରି ସକଳ ପୁରୁଷ, ସ୍ତ୍ରୀ, ବାଳକ ଓ ବାଳିକା ଓ ଦେଶସ୍ଥ ଦରିଦ୍ରମାନଙ୍କର ଭାର ତାହା ହସ୍ତରେ ସମର୍ପଣ କରିଅଛି ବୋଲି ପଦାରେ ସ୍ଥିତ ସେନାପତିଗଣ ଓ ସେମାନଙ୍କର ଲୋକମାନେ ଶୁଣିଲେ।
Da alle Hærførerne, som var ude i åbent Land, og deres Mænd hørte, at Babels konge havde sat Gedalja, Ahikams Søn, over Landet og over Mænd, kvinder og Børn og dem af den fattige Befolkning i Landet, som ikke var ført til Babel,
8 ତହିଁରେ ସେମାନେ, ଅର୍ଥାତ୍, ନଥନୀୟର ପୁତ୍ର ଇଶ୍ମାୟେଲ ଓ କାରେହର ପୁତ୍ର ଯୋହାନନ୍ ଓ ଯୋନାଥନ, ତନ୍ହୂମତର ପୁତ୍ର ସରାୟ ଓ ନଟୋଫାତୀୟ ଏଫର ପୁତ୍ରମାନେ ଆଉ ମାଖାଥୀୟର ପୁତ୍ର ଯାସନୀୟ, ଏମାନେ, ପୁଣି ଏମାନଙ୍କର ଲୋକମାନେ ମିସ୍ପାକୁ ଗଦଲୀୟ ନିକଟକୁ ଗଲେ।
kom de til Gedalja i Mizpa: Jisjmael Netanjas Søn Johanan Kareas Søn. Seraja Tanhumets Søn, Netofatiten Efajs Sønner og Jezanja Maakatitens Søn, med deres Mænd.
9 ପୁଣି, ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟ ସେମାନଙ୍କ ଓ ସେମାନଙ୍କ ଲୋକମାନଙ୍କ ନିକଟରେ ଶପଥ କରି କହିଲା, “ତୁମ୍ଭେମାନେ କଲ୍ଦୀୟମାନଙ୍କର ଦାସ ହେବା ପାଇଁ ଭୟ କର ନାହିଁ, ବାବିଲ ରାଜାର ଦାସ ହୋଇ ଦେଶରେ ବାସ କର, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।
Og Gedalja, Sjafans Søn Ahikams Søn, tilsvor dem og deres Mænd således: "Frygt ikke for at stå under Kaldæerne; bosæt eder i Landet og underkast eder Babels Konge, så skal det gå eder vel.
10 ଦେଖ, ଯେଉଁ କଲ୍ଦୀୟମାନେ ଆମ୍ଭମାନଙ୍କ ନିକଟକୁ ଆସିବେ, ସେମାନଙ୍କ ସମ୍ମୁଖରେ ଠିଆ ହେବା ପାଇଁ ଆମ୍ଭେ ମିସ୍ପାରେ ବାସ କରିବା; ମାତ୍ର ତୁମ୍ଭେମାନେ ଦ୍ରାକ୍ଷାରସ, ଗ୍ରୀଷ୍ମକାଳୀନ ଫଳ ଓ ତୈଳ ସଞ୍ଚୟ କରି ଆପଣା ଆପଣା ପାତ୍ରରେ ରଖ, ଆଉ ତୁମ୍ଭମାନଙ୍କର ଯେସକଳ ନଗର ତୁମ୍ଭେମାନେ ହସ୍ତଗତ କରିଅଛ, ତହିଁରେ ବାସ କର।”
Se, selv bliver jeg i Mizpa for at tage mod Kaldæerne, når de kommer til os; men I skal samle Vin, Frugt og Olie i eders Kar og bo i de Byer, I tager i Eje!"
11 ଆଉ, ମୋୟାବରେ ଓ ଅମ୍ମୋନ-ସନ୍ତାନଗଣ ମଧ୍ୟରେ, ଆଉ ଇଦୋମରେ ଓ ଅନ୍ୟାନ୍ୟ ସକଳ ଦେଶରେ ଯେଉଁ ଯିହୁଦୀୟମାନେ ଥିଲେ, ସେମାନେ ଯେତେବେଳେ ଶୁଣିଲେ ଯେ, ବାବିଲର ରାଜା ଯିହୁଦାର ଏକ ଅଂଶ ଲୋକ ଅବଶିଷ୍ଟ ରଖିଅଛି ଓ ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟଙ୍କୁ ସେମାନଙ୍କ ଉପରେ ନିଯୁକ୍ତ କରିଅଛି;
Og da også alle de Judæere, der var i Moab, hos Ammoniterne, i Edom og alle de andre Lande, hørte, at Babels Konge havde levnet Juda en Rest og sat Gedalja. Sjafans Søn Ahikams Søn, over dem,
12 ସେତେବେଳେ ସେହି ଯିହୁଦୀୟମାନେ ଯେ ଯେଉଁ ସ୍ଥାନକୁ ତାଡ଼ିତ ହୋଇଥିଲେ, ସେସକଳ ସ୍ଥାନରୁ ଫେରି ଯିହୁଦା ଦେଶକୁ ମିସ୍ପାରେ ଗଦଲୀୟ ନିକଟକୁ ଆସିଲେ, ଆଉ ପ୍ରଚୁର ଦ୍ରାକ୍ଷାରସ ଓ ଗ୍ରୀଷ୍ମକାଳୀନ ଫଳ ସଞ୍ଚୟ କଲେ।
vendte de alle tilbage fra alle de Steder, som de var fordrevet til, og kom til Judas Land til Gedalja i Mizpa; og de indsamlede Vin og Frugt i store Måder.
13 ଆହୁରି, କାରେହର ପୁତ୍ର ଯୋହାନନ୍ ଓ ପଦାରେ ଅବସ୍ଥିତ ସେନାପତିସକଳ ମିସ୍ପାରେ ଗଦଲୀୟ ନିକଟକୁ ଆସିଲେ,
Men Johanan, Kareas Søn, og alle de andre Hærførere, som havde været ude i åbent Land, kom til Gedalja i Mizpa
14 ଆଉ ତାହାକୁ କହିଲେ, “ଅମ୍ମୋନ-ସନ୍ତାନଗଣର ରାଜା ବାଲୀସ ଆପଣଙ୍କ ପ୍ରାଣ ନେବା ପାଇଁ ନଥନୀୟର ପୁତ୍ର ଇଶ୍ମାୟେଲକୁ ପଠାଇଅଛି ବୋଲି କି ଆପଣ ଜାଣନ୍ତି?” ମାତ୍ର ଅହୀକାମ୍ର ପୁତ୍ର ଗଦଲୀୟ ସେମାନଙ୍କ କଥାରେ ବିଶ୍ୱାସ କଲା ନାହିଁ।
og sagde: "Mon du ved, at Baalis, Ammoniternes Konge, har sendt Jisjmael, Netanjas Søn, for at myrde dig?" Men Gedalja, Ahikams Søn, troede dem ikke.
15 ତହିଁରେ କାରେହର ପୁତ୍ର ଯୋହାନନ୍ ମିସ୍ପାରେ ଗଦଲୀୟଙ୍କୁ ଗୋପନରେ କହିଲା, “ଆପଣଙ୍କର ଅନୁମତି ହେଲେ ମୁଁ ଯାଇ ନଥନୀୟର ପୁତ୍ର ଇଶ୍ମାୟେଲକୁ ବଧ କରିବି, ଆଉ କେହି ତାହା ଜାଣିବ ନାହିଁ; ସେ କାହିଁକି ଆପଣଙ୍କୁ ବଧ କରିବ ଓ ତଦ୍ଦ୍ୱାରା ଆପଣଙ୍କ ନିକଟରେ ସଂଗୃହୀତ ଯିହୁଦୀୟ ସମସ୍ତେ ଛିନ୍ନଭିନ୍ନ ହୋଇଯିବେ ଓ ଯିହୁଦାର ଅବଶିଷ୍ଟାଂଶ ବିନଷ୍ଟ ହେବ?”
Da sagde Johanan, Kareas Søn, i al Hemmelighed til Gedalja I Mizpa: "Lad mig gå hen og myrde Jisjmael, Netanjas Søn; ingen skal få det at vide. Hvorfor skal han myrde dig, så at hele Juda, som har samlet sig om dig, splittes, og Judas Rest går til Grunde?"
16 ମାତ୍ର ଅହୀକାମ୍ର ପୁତ୍ର ଗଦଲୀୟ କାରେହର ପୁତ୍ର ଯୋହାନନ୍କୁ କହିଲା, “ତୁମ୍ଭେ ଏ କାର୍ଯ୍ୟ କରିବ ନାହିଁ; କାରଣ ତୁମ୍ଭେ ଇଶ୍ମାୟେଲ ବିଷୟରେ ମିଥ୍ୟା କଥା କହୁଅଛ।”
Men Gedalja, Ahikas Søn, svarede Johanan, Kareas Søn: "Det må du ikke gøre, thi du lyver om Jisjmael!"