< ଯିରିମୀୟ 40 >

1 ଯିରୂଶାଲମ ଓ ଯିହୁଦାର ଯେସମସ୍ତ ବନ୍ଦୀ ଲୋକ ବାବିଲକୁ ନିଆଯାଉଥିଲେ, ସେମାନଙ୍କ ମଧ୍ୟରୁ ଶୃଙ୍ଖଳାବଦ୍ଧ ଯିରିମୀୟଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ନେଇ ରାମା ନଗରରୁ ବିଦାୟ କଲା ଉତ୍ତାରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।
वह कलाम जो ख़ुदावन्द की तरफ़ से यरमियाह पर नाज़िल हुआ, इसके बाद के जिलौदारों के सरदार नबूज़रादान ने उसको रामा से रवाना कर दिया, जब उसने उसे हथकड़ियों से जकड़ा हुआ उन सब ग़ुलामों के बीच पाया जो येरूशलेम और यहूदाह के थे, जिनको ग़ुलाम करके बाबुल को ले जा रहे थे
2 ପ୍ରହରୀବର୍ଗର ସେନାପତି ଯିରିମୀୟଙ୍କୁ ନେଇ କହିଲା, “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ସ୍ଥାନ ବିଷୟରେ ଏହି ଅମଙ୍ଗଳର କଥା କହିଥିଲେ:
और जिलौदारों के सरदार ने यरमियाह को लेकर उससे कहा, कि “ख़ुदावन्द तेरे ख़ुदा ने इस बला की, जो इस जगह पर आई ख़बर दी थी।
3 ଆଉ, ସଦାପ୍ରଭୁ ତାହା ଘଟାଇଅଛନ୍ତି ଓ ଯେପରି କହିଥିଲେ, ସେପରି କରିଅଛନ୍ତି; ତୁମ୍ଭେମାନେ ସଦାପ୍ରଭୁଙ୍କର କଥା ନ ମାନି ତାହାଙ୍କ ବିରୁଦ୍ଧରେ ପାପ କରିଅଛ, ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଏହା ଘଟିଅଛି।
इसलिए ख़ुदावन्द ने उसे नाज़िल किया, और उसने अपने क़ौल के मुताबिक़ किया; क्यूँकि तुम लोगों ने ख़ुदावन्द का गुनाह किया और उसकी नहीं सुनी, इसलिए तुम्हारा ये हाल हुआ।
4 ଆଉ, ଏବେ ଦେଖ, ମୁଁ ଆଜି ତୁମ୍ଭ ହସ୍ତରେ ଥିବା ଶୃଙ୍ଖଳରୁ ତୁମ୍ଭକୁ ମୁକ୍ତ କଲି। ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ଦିଶେ, ତେବେ ଆସ, ଆଉ ମୁଁ ଭଲ ରୂପେ ତୁମ୍ଭର ତତ୍ତ୍ୱାବଧାନ କରିବି; ମାତ୍ର ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ନ ଦିଶେ, ତେବେ କ୍ଷାନ୍ତ ହୁଅ; ଦେଖ, ସମୁଦାୟ ଦେଶ ତୁମ୍ଭ ଆଗରେ ପଡ଼ିଛି; ଯେଉଁଠାକୁ ଯିବା ପାଇଁ ତୁମ୍ଭକୁ ଭଲ ଓ ଉପଯୁକ୍ତ ଦିଶେ, ସେଠାକୁ ଯାଅ।”
और देख, आज मैं तुझे इन हथकड़ियों से जो तेरे हाथों में हैं रिहाई देता हूँ। अगर मेरे साथ बाबुल चलना तेरी नज़र में बेहतर हो, तो चल, और मैं तुझ पर ख़ूब निगाह रखूँगा; और अगर मेरे साथ बाबुल चलना तेरी नज़र में बुरा लगे, तो यहीं रह; तमाम मुल्क तेरे सामने है जहाँ तेरा जी चाहे और तू मुनासिब जाने वहीं चला जा।”
5 ଯିରିମୀୟ ଫେରି ନ ଯାଉଣୁ ନବୂଷରଦନ୍‍ ତାଙ୍କୁ କହିଲା, “ତେବେ ତୁମ୍ଭେ ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟ ନିକଟକୁ ଫେରିଯାଅ, ବାବିଲର ରାଜା ତାହାକୁ ଯିହୁଦାର ନଗରସମୂହର ଉପରେ ଶାସନକର୍ତ୍ତା ପଦରେ ନିଯୁକ୍ତ କରିଅଛି, ଆଉ ତୁମ୍ଭେ ଲୋକମାନଙ୍କ ମଧ୍ୟରେ ତାହା ସଙ୍ଗେ ବାସ କର; ଅବା ଯେକୌଣସି ସ୍ଥାନକୁ ଯିବା ପାଇଁ ତୁମ୍ଭକୁ ଉପଯୁକ୍ତ ଦିଶେ, ସେ ସ୍ଥାନକୁ ଯାଅ।” ତହିଁରେ ପ୍ରହରୀବର୍ଗର ସେନାପତି ତାଙ୍କୁ ପାଥେୟ ଓ ପାରିତୋଷିକ ଦେଇ ବିଦାୟ କଲା।
वह वहीं था कि उसने फिर कहा, तू जिदलियाह बिन अख़ीक़ाम बिन साफ़न के पास जिसे शाह — ए — बाबुल ने यहूदाह के शहरों का हाकिम किया है, चला जा और लोगों के बीच उसके साथ रह; वर्ना जहाँ तेरी नज़र में बेहतर हो वहीं चला जा। और जिलौदारों के सरदार ने उसे ख़ुराक और इन'आम देकर रुख़्सत किया।
6 ତହିଁରେ ଯିରିମୀୟ ମିସ୍ପାକୁ ଅହୀକାମ୍‍‍ର ପୁତ୍ର ଗଦଲୀୟ ନିକଟକୁ ଯାଇ ଦେଶସ୍ଥ ଅବଶିଷ୍ଟ ଲୋକମାନଙ୍କ ମଧ୍ୟରେ ତାହା ସଙ୍ଗେ ବାସ କଲେ।
तब यरमियाह जिदलियाह — बिन — अख़ीक़ाम के पास मिस्फ़ाह में गया, और उसके साथ उन लोगों के बीच, जो उस मुल्क में बाक़ी रह गए थे रहने लगा।
7 ଏଥିଉତ୍ତାରେ ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କୁ ବାବିଲର ରାଜା ଦେଶର ଶାସନକର୍ତ୍ତା କରି ନିଯୁକ୍ତ କରିଅଛି ଓ ଯେଉଁମାନେ ବନ୍ଦୀ ହୋଇ ବାବିଲକୁ ନୀତ ହୋଇ ନାହାନ୍ତି, ଏପରି ସକଳ ପୁରୁଷ, ସ୍ତ୍ରୀ, ବାଳକ ଓ ବାଳିକା ଓ ଦେଶସ୍ଥ ଦରିଦ୍ରମାନଙ୍କର ଭାର ତାହା ହସ୍ତରେ ସମର୍ପଣ କରିଅଛି ବୋଲି ପଦାରେ ସ୍ଥିତ ସେନାପତିଗଣ ଓ ସେମାନଙ୍କର ଲୋକମାନେ ଶୁଣିଲେ।
जब लश्करों के सब सरदारों ने और उनके आदमियों ने जो मैदान में रह गए थे, सुना के शाह — ए — बाबुल ने जिदलियाह — बिन — अख़ीक़ाम को मुल्क का हाकिम मुक़र्रर किया है; और मर्दों और 'औरतों और बच्चों को, और ममलुकत के ग़रीबों को जो ग़ुलाम होकर बाबुल को न गए थे, उसके सुपुर्द किया है;
8 ତହିଁରେ ସେମାନେ, ଅର୍ଥାତ୍‍, ନଥନୀୟର ପୁତ୍ର ଇଶ୍ମାୟେଲ ଓ କାରେହର ପୁତ୍ର ଯୋହାନନ୍‍ ଓ ଯୋନାଥନ, ତନ୍‍ହୂମତର ପୁତ୍ର ସରାୟ ଓ ନଟୋଫାତୀୟ ଏଫର ପୁତ୍ରମାନେ ଆଉ ମାଖାଥୀୟର ପୁତ୍ର ଯାସନୀୟ, ଏମାନେ, ପୁଣି ଏମାନଙ୍କର ଲୋକମାନେ ମିସ୍ପାକୁ ଗଦଲୀୟ ନିକଟକୁ ଗଲେ।
तो इस्माईल — बिन — नतनियाह और यूहनान और यूनतन बनी क़रिह और सिरायाह — बिन — तनहुमत और बनी 'ईफ़ी नतुफ़ाती और यज़नियाह — बिन — मा'काती अपने आदमियों के साथ जिदलियाह के पास मिस्फ़ाह में आए।
9 ପୁଣି, ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟ ସେମାନଙ୍କ ଓ ସେମାନଙ୍କ ଲୋକମାନଙ୍କ ନିକଟରେ ଶପଥ କରି କହିଲା, “ତୁମ୍ଭେମାନେ କଲ୍‍ଦୀୟମାନଙ୍କର ଦାସ ହେବା ପାଇଁ ଭୟ କର ନାହିଁ, ବାବିଲ ରାଜାର ଦାସ ହୋଇ ଦେଶରେ ବାସ କର, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।
और जिद्लियाह — बिन — अख़ीक़ाम — बिन — साफ़न ने उन से और उन के आदमियों से क़सम खाकर कहा, तुम कसदियों की ख़िदमत गुज़ारी से न डरो। अपने मुल्क में बसो, और शाह — ए — बाबुल की ख़िदमत करो तो तुम्हारा भला होगा।
10 ଦେଖ, ଯେଉଁ କଲ୍‍ଦୀୟମାନେ ଆମ୍ଭମାନଙ୍କ ନିକଟକୁ ଆସିବେ, ସେମାନଙ୍କ ସମ୍ମୁଖରେ ଠିଆ ହେବା ପାଇଁ ଆମ୍ଭେ ମିସ୍ପାରେ ବାସ କରିବା; ମାତ୍ର ତୁମ୍ଭେମାନେ ଦ୍ରାକ୍ଷାରସ, ଗ୍ରୀଷ୍ମକାଳୀନ ଫଳ ଓ ତୈଳ ସଞ୍ଚୟ କରି ଆପଣା ଆପଣା ପାତ୍ରରେ ରଖ, ଆଉ ତୁମ୍ଭମାନଙ୍କର ଯେସକଳ ନଗର ତୁମ୍ଭେମାନେ ହସ୍ତଗତ କରିଅଛ, ତହିଁରେ ବାସ କର।”
देखो, मैं तो इसलिए मिस्फ़ाह में रहता हूँ कि जो कसदी हमारे पास आएँ, उनकी ख़िदमत में हाज़िर रहूँ पर तुम मय और ताबिस्तानी मेवे, और तेल जमा' करके अपने बर्तनों में रख्खो, और अपने शहरो में जिन पर तुम ने क़ब्ज़ा किया है बसो।
11 ଆଉ, ମୋୟାବରେ ଓ ଅମ୍ମୋନ-ସନ୍ତାନଗଣ ମଧ୍ୟରେ, ଆଉ ଇଦୋମରେ ଓ ଅନ୍ୟାନ୍ୟ ସକଳ ଦେଶରେ ଯେଉଁ ଯିହୁଦୀୟମାନେ ଥିଲେ, ସେମାନେ ଯେତେବେଳେ ଶୁଣିଲେ ଯେ, ବାବିଲର ରାଜା ଯିହୁଦାର ଏକ ଅଂଶ ଲୋକ ଅବଶିଷ୍ଟ ରଖିଅଛି ଓ ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କୁ ସେମାନଙ୍କ ଉପରେ ନିଯୁକ୍ତ କରିଅଛି;
और इसी तरह जब उन सब यहूदियों ने जो मोआब और बनी 'अम्मोन और अदोम' और तमाम मुमालिक में थे, सुना कि शाह — ए — बाबुल ने यहूदाह के चन्द लोगों को रहने दिया है, और जिदलियाह — बिन — अख़ीक़ाम — बिन — साफ़न को उन पर हाकिम मुक़र्रर किया है;
12 ସେତେବେଳେ ସେହି ଯିହୁଦୀୟମାନେ ଯେ ଯେଉଁ ସ୍ଥାନକୁ ତାଡ଼ିତ ହୋଇଥିଲେ, ସେସକଳ ସ୍ଥାନରୁ ଫେରି ଯିହୁଦା ଦେଶକୁ ମିସ୍ପାରେ ଗଦଲୀୟ ନିକଟକୁ ଆସିଲେ, ଆଉ ପ୍ରଚୁର ଦ୍ରାକ୍ଷାରସ ଓ ଗ୍ରୀଷ୍ମକାଳୀନ ଫଳ ସଞ୍ଚୟ କଲେ।
तो सब यहूदी हर जगह से, जहाँ वह तितर — बितर किए गए थे, लौटे और यहूदाह के मुल्क में मिस्फ़ाह में जिदलियाह के पास आए, और मय और ताबिस्तानी मेवे कसरत से जमा' किए।
13 ଆହୁରି, କାରେହର ପୁତ୍ର ଯୋହାନନ୍‍ ଓ ପଦାରେ ଅବସ୍ଥିତ ସେନାପତିସକଳ ମିସ୍ପାରେ ଗଦଲୀୟ ନିକଟକୁ ଆସିଲେ,
और यूहनान — बिन — क़रीह और लश्करों के सब सरदार जो मैदानों में थे, मिस्फ़ाह में जिदलियाह के पास आए
14 ଆଉ ତାହାକୁ କହିଲେ, “ଅମ୍ମୋନ-ସନ୍ତାନଗଣର ରାଜା ବାଲୀସ ଆପଣଙ୍କ ପ୍ରାଣ ନେବା ପାଇଁ ନଥନୀୟର ପୁତ୍ର ଇଶ୍ମାୟେଲକୁ ପଠାଇଅଛି ବୋଲି କି ଆପଣ ଜାଣନ୍ତି?” ମାତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟ ସେମାନଙ୍କ କଥାରେ ବିଶ୍ୱାସ କଲା ନାହିଁ।
और उससे कहने लगे, क्या तू जानता है कि बनी 'अम्मोन के बादशाह बा'लीस ने इस्माईल — बिन — नतनियाह को इसलिए भेजा है कि तुझे क़त्ल करे? लेकिन जिदलियाह — बिन — अख़ीक़ाम ने उनका यक़ीन न किया।
15 ତହିଁରେ କାରେହର ପୁତ୍ର ଯୋହାନନ୍‍ ମିସ୍ପାରେ ଗଦଲୀୟଙ୍କୁ ଗୋପନରେ କହିଲା, “ଆପଣଙ୍କର ଅନୁମତି ହେଲେ ମୁଁ ଯାଇ ନଥନୀୟର ପୁତ୍ର ଇଶ୍ମାୟେଲକୁ ବଧ କରିବି, ଆଉ କେହି ତାହା ଜାଣିବ ନାହିଁ; ସେ କାହିଁକି ଆପଣଙ୍କୁ ବଧ କରିବ ଓ ତଦ୍ଦ୍ୱାରା ଆପଣଙ୍କ ନିକଟରେ ସଂଗୃହୀତ ଯିହୁଦୀୟ ସମସ୍ତେ ଛିନ୍ନଭିନ୍ନ ହୋଇଯିବେ ଓ ଯିହୁଦାର ଅବଶିଷ୍ଟାଂଶ ବିନଷ୍ଟ ହେବ?”
और यूहनान — बिन — क़रीह ने मिस्फ़ाह में जिदलियाह से तन्हाई में कहा, इजाज़त हो तो मैं इस्माईल — बिन — नतनियाह को क़त्ल करूँ, और इसको कोई न जानेगा; वह क्यूँ तुझे क़त्ल करे, और सब यहूदी जो तेरे पास जमा' हुए हैं, तितर — बितर किए जाएँ, और यहूदाह के बाक़ी मान्दा लोग हलाक हों?
16 ମାତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟ କାରେହର ପୁତ୍ର ଯୋହାନନ୍‍କୁ କହିଲା, “ତୁମ୍ଭେ ଏ କାର୍ଯ୍ୟ କରିବ ନାହିଁ; କାରଣ ତୁମ୍ଭେ ଇଶ୍ମାୟେଲ ବିଷୟରେ ମିଥ୍ୟା କଥା କହୁଅଛ।”
लेकिन जिदलियाह — बिन — अख़ीक़ाम ने यूहनान — बिन — क़रीह से कहा, तू ऐसा काम हरगिज़ न करना, क्यूँकि तू इस्माईल के बारे में झूट कहता है।

< ଯିରିମୀୟ 40 >