< ଯିରିମୀୟ 41 >
1 ଏଥିଉତ୍ତାରେ ସପ୍ତମ ମାସରେ ରାଜାର ଅମାତ୍ୟମାନଙ୍କ ମଧ୍ୟରେ ଗଣିତ ରାଜବଂଶୀୟ, ଇଲୀଶାମାର ପୌତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହା ସଙ୍ଗେ ଦଶ ଜଣ ପୁରୁଷ ମିସ୍ପାକୁ ଅହୀକାମ୍ର ପୁତ୍ର ଗଦଲୀୟ ନିକଟକୁ ଆସିଲେ; ଆଉ, ସେମାନେ ମିସ୍ପାରେ ଏକତ୍ର ଭୋଜନ କଲେ।
Lakini ilitokea kwamba katika mwezi wa saba Ishmael mwana wa Nethania mwana wa Elishama, toka familia ya kifalme, na maafisa baadhi wa mfalme, walikuja - wanaume kumi walikuwa pamoja naye - kwa Gedalia mwana wa Ahikam, huko Mizpa. Walikula chakula pamoja hukp Mizpa.
2 ସେତେବେଳେ ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ସେହି ଦଶ ଲୋକ ଉଠି ବାବିଲ ରାଜା ଦ୍ୱାରା ଦେଶର ଶାସନକର୍ତ୍ତା ପଦରେ ନିଯୁକ୍ତ, ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟଙ୍କୁ ଖଡ୍ଗାଘାତରେ ବଧ କଲେ।
Lakini Ishmael mwana wa Nethania, na wanaume kumi ambao walikuwa pamoja naye waliinuka na kumvamia Gedalia mwana wa Ahikam mwana wa Shafan, kwa upanga. Ishmael alimuua Gedalia, ambaye mfalme wa Babeli alimweka kuwa msimamizi wa nchi.
3 ଆହୁରି, ମିସ୍ପାରେ ଗଦଲୀୟ ସଙ୍ଗେ ଥିବା ସମସ୍ତ ଯିହୁଦୀୟ ଲୋକଙ୍କୁ ଓ ସେଠାରେ ଯେଉଁ କଲ୍ଦୀୟମାନେ ଦେଖାଗଲେ, ସେମାନଙ୍କୁ, ଅର୍ଥାତ୍, ଯୋଦ୍ଧାମାନଙ୍କୁ ଇଶ୍ମାୟେଲ ବଧ କଲା।
Kisha Ishmael aliwauwa Wayahudi wote ambao walikuwa pamoja na Gedalia huko Mizpa na Wakaldayo wanaume wa kupigana kukutwa huko.
4 ପୁଣି, ସେ ଗଦଲୀୟଙ୍କୁ ବଧ କଲା ଉତ୍ତାରେ, ସେ ବିଷୟ କେହି ନ ଜାଣିବା ପୂର୍ବରୁ,
Kisha ilikuwa siku ya pili baada ya kumuua Gedila, lakini hakuna moja aliyejua.
5 ଶିଖିମ, ଶୀଲୋ ଓ ଶମରୀୟାରୁ ଅଶୀ ଜଣ ପୁରୁଷ କ୍ଷୌର ଦାଢ଼ି ଓ ଛିନ୍ନବସ୍ତ୍ର ପରିହିତ ହୋଇ, ଆଉ ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରି, ପୁଣି ସଦାପ୍ରଭୁଙ୍କ ଗୃହରେ ଉତ୍ସର୍ଗ କରିବା ପାଇଁ ଆପଣା ଆପଣା ହସ୍ତରେ ନୈବେଦ୍ୟ ଓ କୁନ୍ଦୁରୁ ନେଇ ଆସୁଥିଲେ।
Wanaume baadhi walikuja toka Shechem, toka Shiloh, na toka Samaria-wanaume semanini ambayo walikuwa wamenyoa ndevu zao, walirarua nguo zao, na kujikata wenyewe- pamoja na chakula cha sadaka na ubani katika mikono yao kwenda kwa nyumba ya Yahwe.
6 ତହିଁରେ ନଥନୀୟର ପୁତ୍ର ଇଶ୍ମାୟେଲ ସେମାନଙ୍କୁ ଭେଟିବା ପାଇଁ ମିସ୍ପାଠାରୁ ଗଲା; ଆଉ, ଯାଉ ଯାଉ ସେ ବାଟଯାକ କ୍ରନ୍ଦନ କରି କରି ଗଲା; ପୁଣି, ସେମାନଙ୍କ ସହିତ ସାକ୍ଷାତ ହୁଅନ୍ତେ, ସେ ସେମାନଙ୍କୁ କହିଲା, “ଅହୀକାମ୍ର ପୁତ୍ର ଗଦଲୀୟ ନିକଟକୁ ଆସ।”
Basi Ishmael mwana wa Nethania alienda toka Mizpa kukutana nao kama walivyoenda, wakitembea na kulia. Kisha ilitokea kwamba kama alivyokutana nao, alisema nao, “Njoo kwa Gedalia mwana wa Ahikam!”
7 ଏଉତ୍ତାରେ ସେମାନେ ନଗରର ମଧ୍ୟସ୍ଥାନରେ ଉପସ୍ଥିତ ହୁଅନ୍ତେ, ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ପୁରୁଷମାନେ ସେମାନଙ୍କୁ ବଧ କରି କୂପରେ ପକାଇଦେଲେ।
Ilikuja kuwa kwamba wakati walipokuja katika mji, Ishmaeil mwana wa Nethania aliwauwa na kuwatupa kwenye shimo, yeye na wanaume ambao walikuwa pamoja naye.
8 ମାତ୍ର ସେମାନଙ୍କ ମଧ୍ୟରୁ ଦଶ ଜଣ ଇଶ୍ମାୟେଲକୁ କହିଲେ, “ଆମ୍ଭମାନଙ୍କୁ ବଧ କର ନାହିଁ; କାରଣ ଆମ୍ଭେମାନେ କ୍ଷେତ୍ରରେ ଗହମ, ଯବ, ତୈଳ ଓ ମଧୁ ସଞ୍ଚୟ କରି ପୋତି ଲୁଚାଇ ରଖିଅଛୁ।” ତହିଁରେ ସେ କ୍ଷାନ୍ତ ହୋଇ ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ବଧ କଲା ନାହିଁ।
Lakini palikuwa na wanaume kumi miongoni mwao ambao walisema kwa Ishmael, “Usituue, kwa kuwa kuna riziki zetu kwenye shamba: ngano na shayiri, mafuta na asili” Kwa hiyo hakuwauwa pamoja na rafiki zao wengine.
9 ଇଶ୍ମାୟେଲ ଯେଉଁ କୂପରେ ଆପଣା ଦ୍ୱାରା ହତ ଲୋକମାନଙ୍କର ଶବ ଗଦଲୀୟଙ୍କ ଶବ ନିକଟରେ ପକାଇଦେଲା, ସେହି କୂପ ଆସା ରାଜା, ଇସ୍ରାଏଲର ବାଶା ରାଜାର ଭୟରେ ପ୍ରସ୍ତୁତ କରିଥିଲେ; ପୁଣି, ନଥନୀୟର ପୁତ୍ର ଇଶ୍ମାୟେଲ ହତ ଲୋକମାନଙ୍କ ଶବରେ ତାହା ପରିପୂର୍ଣ୍ଣ କଲା।
Kisima ambacho Ishmael alitupa miili yote ya waliokufa ambaye yeye na Gedalia waliwapiga, kilikuwa ni kilekile ambacho mfalme Asa alichimba wakati alipokuwa akivamiwa na mfalme Baasha wa Israel. Ishmael mwana wa Nethania alilijaza wale ambao walikuwa wameuawa.
10 ଏଥିଉତ୍ତାରେ ଇଶ୍ମାୟେଲ, ମିସ୍ପାରେ ଅବଶିଷ୍ଟ ଥିବା ସମସ୍ତ ଲୋକଙ୍କୁ, ଅର୍ଥାତ୍, ସମସ୍ତ ରାଜକନ୍ୟାଗଣକୁ ଓ ମିସ୍ପାରେ ଅବଶିଷ୍ଟ ଥିବା ଯେସମସ୍ତ ଲୋକଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଅହୀକାମ୍ର ପୁତ୍ର ଗଦଲୀୟ ହସ୍ତରେ ସମର୍ପଣ କରିଥିଲା, ସେମାନଙ୍କୁ ବନ୍ଦୀ କରି ନେଇଗଲା; ନଥନୀୟର ପୁତ୍ର ଇଶ୍ମାୟେଲ ସେମାନଙ୍କୁ ବନ୍ଦୀ କରି ଅମ୍ମୋନ-ସନ୍ତାନଗଣର ନିକଟକୁ ଯିବା ପାଇଁ ପ୍ରସ୍ଥାନ କଲା।
Badae Ishmael aliwashika watu wengine wote ambao walikuwa huko Mizpa, mabinti wa mfalme na watu wote ambao walikuwa wameachwa huko Mizpa ambayo Nebuzaradani mlinzi mkuu alikuwa amewakabidhi kwa Gedalia mwana wa Ahikam. Basi Ishmael mwana wa Nethania aliwashika na kuvuka kwa watu wa Ammon.
11 ମାତ୍ର ନଥନୀୟର ପୁତ୍ର ଇଶ୍ମାୟେଲର ଏହିସବୁ ଦୁଷ୍କର୍ମ ବିଷୟ କାରେହର ପୁତ୍ର ଯୋହାନନ୍ ଓ ତାହାର ସଙ୍ଗୀ ସେନାପତି ସମସ୍ତେ ଶୁଣନ୍ତେ,
Lakini Yonathani mwana wa Karea na amri wote wa jeshi pamoja naye walisikia madhara yote ambayo Ishmael mwana wa Nethania alikuwa amefanya.
12 ସେମାନେ ସମସ୍ତ ଲୋକଙ୍କୁ ନେଇ ନଥନୀୟର ପୁତ୍ର ଇଶ୍ମାୟେଲ ସଙ୍ଗେ ଯୁଦ୍ଧ କରିବାକୁ ଗଲେ ଓ ଗିବୀୟୋନ୍ସ୍ଥିତ ମହାଜଳାଶୟ ନିକଟରେ ତାହାକୁ ଦେଖିଲେ।
Basi waliwachukua wanaume wao na kwenda kupigana dhidi ya Ishmanel mwana wa Nethania. Walipigana naye huko kwenye kisima kuu cha Gibeoni.
13 ସେତେବେଳେ ଇଶ୍ମାୟେଲ ସଙ୍ଗେ ଥିବା ସମସ୍ତ ଲୋକ କାରେହର ପୁତ୍ର ଯୋହାନନ୍କୁ ଓ ତାହାର ସଙ୍ଗୀ ସେନାପତିମାନଙ୍କୁ ଦେଖି ଆନନ୍ଦିତ ହେଲେ।
Kisha ilitokea kwamba wakati watu wote ambao walikuwa na Ishmael kuona Yonathani mwana wa Karea na amri wote wa jeshi ambao walikuwa pamoja naye, walikuwa na furaha.
14 ତହିଁରେ ଇଶ୍ମାୟେଲ ଯେଉଁ ଲୋକମାନଙ୍କୁ ମିସ୍ପାରୁ ବନ୍ଦୀ କରି ନେଇଯାଇଥିଲା, ସେସମସ୍ତେ ଲେଉଟି କାରେହର ପୁତ୍ର ଯୋହାନନ୍ ନିକଟକୁ ଫେରି ଆସିଲେ।
Basi watu wote ambao Ishmael alikuwa amewashika huko Mizpa waligeuka na kwenda kwa Yonathani mwana wa Karea.
15 ମାତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଆଠ ଜଣ ଲୋକ ସହିତ ଯୋହାନନ୍ ନିକଟରୁ ପଳାଇ ଅମ୍ମୋନ-ସନ୍ତାନଗଣର ନିକଟକୁ ଗଲା।
Lakini Ishmael mwana wa Nethania alitoroka na wanaume wanane toka kwa Yonathani. Alienda kwa watu wa Ammon.
16 ତହୁଁ ନଥନୀୟର ପୁତ୍ର ଇଶ୍ମାୟେଲ ଅହୀକାମ୍ର ପୁତ୍ର ଗଦଲୀୟଙ୍କୁ ବଧ କଲା ଉତ୍ତାରେ କାରେହର ପୁତ୍ର ଯୋହାନନ୍ ଆପଣା ସଙ୍ଗୀ ସେନାପତିଗଣ ସହିତ ଯେସମସ୍ତ ଅବଶିଷ୍ଟ ଲୋକଙ୍କୁ ତାହା ହସ୍ତରୁ ଉଦ୍ଧାର କରି ମିସ୍ପାରୁ ଆଣିଥିଲା, ସେମାନଙ୍କୁ, ଅର୍ଥାତ୍, ଗିବୀୟୋନ୍ରୁ ଆଣିଥିବା ଯୋଦ୍ଧା ପୁରୁଷମାନଙ୍କୁ ଓ ସ୍ତ୍ରୀଲୋକ, ବାଳକ ବାଳିକା ଓ ନପୁଂସକମାନଙ୍କୁ ସେ ସଙ୍ଗେ ନେଲା।
Yonathani mwana wa Karea na amri jeshi pamoja naye walichukua toka Mizpa watu wote ambao walikuwa wameokolewa kutoka kwa Ishmael mwana wa Nethania. Hii ilikuwa baada ya Ishmael kuwa amemuuwa Gedalia mwana wa Ahikam. Yonathan na rafiki zake walichukua wanaume shujaa, wanaume wapiganaji, wanawake na watoto, na mtoashi ambaye alikuwa ameokolewa huko Gibeoni.
17 ଆଉ, ସେମାନେ କଲ୍ଦୀୟମାନଙ୍କ ସକାଶୁ ମିସରରେ ପ୍ରବେଶ କରିବା ନିମନ୍ତେ ପ୍ରସ୍ଥାନ କରି ବେଥଲିହିମ ନିକଟସ୍ଥ ଗେରୁତ୍ତ୍ୱ କିମ୍ହମ୍ରେ ବାସ କଲେ;
Kisha walienda na kubaki kwa muda huko Geruthi Chimham, ambayo iko karibu Bethelemu. Walikuwa wakienda Misri
18 କାରଣ ନଥନୀୟର ପୁତ୍ର ଇଶ୍ମାୟେଲ, ବାବିଲ ରାଜାର ନିଯୁକ୍ତ ଦେଶର ଶାସନକର୍ତ୍ତା ଅହୀକାମ୍ର ପୁତ୍ର ଗଦଲୀୟଙ୍କୁ ବଧ କରିବା ହେତୁରୁ ସେମାନେ କଲ୍ଦୀୟମାନଙ୍କ ବିଷୟରେ ଭୀତ ହୋଇଥିଲେ।
kwa sababu ya Wakaldayo. Walikuwa wakiwaogopa kwani Ishmael mwana wa Nethania alikuwa amemua Gedalia mwana wa Ahikam, ambaye mfamle wa Babeli amewekwa kwenye usimamizi wa nchi.