< ଯିରିମୀୟ 42 >

1 ଏଥିଉତ୍ତାରେ ସେନାପତି ସମସ୍ତେ, କାରେହର ପୁତ୍ର ଯୋହାନନ୍‍ ଓ ହୋଶୋୟୀୟର ପୁତ୍ର ଯାସନୀୟ, ଆଉ କ୍ଷୁଦ୍ର ଓ ମହାନ ସମସ୍ତ ଲୋକ ଯିରିମୀୟ ଭବିଷ୍ୟଦ୍‍ବକ୍ତା ନିକଟକୁ ଆସି କହିଲେ,
Sa’an nan dukan shugabannin sojoji, haɗe da Yohanan ɗan Kareya da Yezaniya ɗan Hoshahiya, da dukan mutane daga ƙarami zuwa babba, suka zo wurin
2 “ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭମାନଙ୍କର ନିବେଦନ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆପଣ ଆମ୍ଭମାନଙ୍କ ନିମନ୍ତେ, ଅର୍ଥାତ୍‍, ଅବଶିଷ୍ଟ ଏହି ସକଳ ଲୋକଙ୍କ ନିମନ୍ତେ ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତୁ; କାରଣ ଆପଣ ସ୍ୱଚକ୍ଷୁରେ ଆମ୍ଭମାନଙ୍କୁ ଦେଖୁଅଛନ୍ତି, ଆମ୍ଭେମାନେ ଅନେକ ଥିଲୁ, ଏବେ ଅଳ୍ପମାତ୍ର ରହିଅଛୁ।
Irmiya annabi suka ce masa, “Muna roƙonka ka ji kukanmu ka kuma yi addu’a ga Ubangiji Allahnka saboda dukan wannan raguwar mutane. Gama kamar yadda kake gani yanzu, ko da yake dā muna da yawa, yanzu ɗan kaɗan muka rage.
3 ତହିଁରେ କେଉଁ ପଥ ଆମ୍ଭମାନଙ୍କର ଗନ୍ତବ୍ୟ ଓ କେଉଁ କର୍ମ ଆମ୍ଭମାନଙ୍କର କର୍ତ୍ତବ୍ୟ, ଏହା ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଜ୍ଞାତ କରାଇବେ।”
Ka yi addu’a cewa Ubangiji Allahnka zai faɗa mana inda za mu tafi da kuma abin da za mu yi.”
4 ସେତେବେଳେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କର କଥା ଶୁଣିଲି; ଦେଖ, ମୁଁ ତୁମ୍ଭମାନଙ୍କର କଥାନୁସାରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିବି ଓ ସଦାପ୍ରଭୁ ତୁମ୍ଭମାନଙ୍କୁ ଯେକୌଣସି ଉତ୍ତର ଦେବେ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ମୁଁ କୌଣସି କଥା ତୁମ୍ଭମାନଙ୍କଠାରୁ ଗୋପନ କରିବି ନାହିଁ।”
Sai Irmiya ya amsa ya ce, “Na ji ku, tabbatacce zan yi addu’a ga Ubangiji Allahnku yadda kuka roƙa; zan faɗa muku duk abin da Ubangiji ya faɗa ba kuwa zan ɓoye muku kome ba.”
5 ତହିଁରେ ସେମାନେ ଯିରିମୀୟଙ୍କୁ କହିଲେ, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଯେଉଁ କଥା କହି ଆପଣଙ୍କୁ ଆମ୍ଭମାନଙ୍କ ନିକଟକୁ ପଠାଇବେ, ତଦନୁସାରେ ଯଦି ଆମ୍ଭେମାନେ କର୍ମ ନ କରୁ, ତେବେ ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ ସତ୍ୟ ଓ ବିଶ୍ୱସ୍ତ ସାକ୍ଷୀ ହେଉନ୍ତୁ।
Sa’an nan suka ce wa Irmiya, “Ubangiji ya zama shaida na gaskiya da kuma aminci a kanmu in ba mu yi bisa da duk abin da Ubangiji Allahnka ya aike ka ka faɗa mana ba.
6 ତାହା ଭଲ ହେଉ ବା ମନ୍ଦ ହେଉ, ଯାହାଙ୍କ ନିକଟକୁ ଆମ୍ଭେମାନେ ଆପଣଙ୍କୁ ପଠାଉଅଛୁ, ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଆମ୍ଭେମାନେ ମାନିବୁ; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ମାନିଲେ, ଆମ୍ଭମାନଙ୍କର ମଙ୍ଗଳ ହେବ।”
Ko ya gamshe mu ko bai gamshe mu ba, za mu yi biyayya da Ubangiji Allahnmu, ga wanda muke aikan ka, saboda ya zama mana da amfani, gama za mu yi biyayya da Ubangiji Allahnmu.”
7 ଏଥିଉତ୍ତାରେ ଦଶ ଦିନ ଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା।
Bayan kwana goma sai maganar Ubangiji ta zo wa Irmiya.
8 ତହିଁରେ ସେ କାରେହର ପୁତ୍ର ଯୋହାନନ୍‍କୁ ଓ ତାହାର ସଙ୍ଗୀ ସେନାପତି ସମସ୍ତଙ୍କୁ ଓ କ୍ଷୁଦ୍ରଠାରୁ ମହାନ ଲୋକ ପର୍ଯ୍ୟନ୍ତ ସମସ୍ତଙ୍କୁ ଡାକି ସେମାନଙ୍କୁ କହିଲେ,
Saboda haka ya kira Yohanan ɗan Kareya da dukan shugabannin sojoji waɗanda suke tare da shi da dukan jama’a daga ƙarami zuwa babba.
9 “ତୁମ୍ଭେମାନେ ଯାହାଙ୍କ ନିକଟରେ ଆପଣାମାନଙ୍କର ନିବେଦନ ଜଣାଇବାକୁ ମୋତେ ପଠାଇଥିଲ, ସେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;
Ya ce musu, “Ga abin da Ubangiji, Allah na Isra’ila, wanda kuka aike ni gare shi don in gabatar da kukanku, yana cewa,
10 ଯଦି ତୁମ୍ଭେମାନେ ଏହି ଦେଶରେ ଆହୁରି ବାସ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କୁ ନିର୍ମାଣ କରିବା, ଆଉ ଭାଙ୍ଗିବା ନାହିଁ ଓ ଆମ୍ଭେ ତୁମ୍ଭମାନଙ୍କୁ ରୋପଣ କରିବା, ଉତ୍ପାଟନ କରିବା ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଯେ ଅମଙ୍ଗଳ କରିଅଛୁ, ତହିଁରୁ କ୍ଷାନ୍ତ ହେଲୁ।
‘In kuka zauna a wannan ƙasa, zan gina ku ba zan kuwa rushe ku ba; zan dasa ku ba kuwa zan tumɓuke ku ba, gama ina baƙin ciki a kan masifar da na aukar a kanku.
11 ତୁମ୍ଭେମାନେ ଯେଉଁ ବାବିଲ ରାଜା ବିଷୟରେ ଭୀତ ଅଛ, ତାହାକୁ ଭୟ କର ନାହିଁ, ସଦାପ୍ରଭୁ କହନ୍ତି, ତାହାକୁ ଭୟ କର ନାହିଁ; କାରଣ ତୁମ୍ଭମାନଙ୍କୁ ରକ୍ଷା କରିବାକୁ ଓ ତାହା ହସ୍ତରୁ ଉଦ୍ଧାର କରିବାକୁ ଆମ୍ଭେ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛୁ।
Kada ku ji tsoron sarkin Babilon, wanda kuke tsoro a yanzu. Kada ku ji tsoronsa, in ji Ubangiji, gama ina tare da ku zan kuma cece ku daga hannuwansa.
12 ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଦୟା ପ୍ରଦାନ କରିବା, ତହିଁରେ ସେ ତୁମ୍ଭମାନଙ୍କ ପ୍ରତି ଦୟା ବହି ତୁମ୍ଭମାନଙ୍କ ଦେଶକୁ ତୁମ୍ଭମାନଙ୍କୁ ପ୍ରତ୍ୟାଗମନ କରାଇବ।
Zan nuna muku jinƙai don yă nuna muku jinƙai ya kuma maido da ku ƙasarku.’
13 ମାତ୍ର ଯଦି ତୁମ୍ଭେମାନେ କୁହ, ଆମ୍ଭେମାନେ ଏ ଦେଶରେ ବାସ କରିବା ନାହିଁ ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ନ ମାନି ଯଦି କୁହ,
“Amma fa, in kuka ce, ‘Ba za mu zauna a wannan ƙasa ba,’ ta haka kuka kuma nuna rashin biyayya ga Ubangiji Allahnku,
14 ନା; ମାତ୍ର ଆମ୍ଭେମାନେ ମିସର ଦେଶକୁ ଯିବା, ସେଠାରେ ଆମ୍ଭେମାନେ ଯୁଦ୍ଧ ଦେଖିବା ନାହିଁ, କି ତୂରୀ ଶବ୍ଦ ଶୁଣିବା ନାହିଁ, କିଅବା ଖାଦ୍ୟର ଅଭାବ ଭୋଗିବା ନାହିଁ; ଆଉ, ସେଠାରେ ଆମ୍ଭେମାନେ ବାସ କରିବା।
in kuma kuka ce, ‘A’a, za mu tafi mu zauna a Masar, inda ba za mu ga yaƙi ko mu ji ƙarar ƙaho ko mu ji yunwa ba,’
15 ଏହେତୁ ହେ ଯିହୁଦାର ଅବଶିଷ୍ଟ ଲୋକେ, ତୁମ୍ଭେମାନେ ଏବେ ସଦାପ୍ରଭୁଙ୍କର ବାକ୍ୟ ଶୁଣ: ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେମାନେ ଯଦି ମିସରରେ ପ୍ରବେଶ କରିବା ପାଇଁ ନିତାନ୍ତ ଉତ୍ସୁକ ହୁଅ ଓ ସେଠାରେ ପ୍ରବାସ କରିବା ପାଇଁ ଯାଅ;
to, ku ji maganar Ubangiji, ya raguwar Yahuda. Ga abin da Ubangiji Maɗaukaki, Allah na Isra’ila, yana cewa, ‘In kun ƙudura ku tafi Masar kuka kuma tafi kun zauna a can,
16 ତେବେ ଏହା ଘଟିବ ଯେ, ଯେଉଁ ଖଡ୍ଗକୁ ତୁମ୍ଭେମାନେ ଭୟ କରୁଅଛ, ତାହା ତୁମ୍ଭମାନଙ୍କର ପଛେ ଗୋଡ଼ାଇ ମିସରରେ ତୁମ୍ଭମାନଙ୍କୁ ଧରିବ ଓ ଯେଉଁ ଦୁର୍ଭିକ୍ଷ ବିଷୟରେ ତୁମ୍ଭେମାନେ ଭୀତ ହେଉଅଛ, ତାହା ମିସର ଦେଶରେ ତୁମ୍ଭମାନଙ୍କର ପଛେ ପଛେ ଲାଗି ରହିବ ଓ ସେଠାରେ ତୁମ୍ଭେମାନେ ମରିବ।
takobin da kuke tsoro zai same ku a can, kuma yunwar da kuke tsoro za tă bi ku zuwa Masar, a can kuwa za ku mutu.
17 ଯେଉଁମାନେ ମିସରକୁ ଯାଇ ସେଠାରେ ପ୍ରବାସ କରିବା ପାଇଁ ଉତ୍ସୁକ ହୁଅନ୍ତି, ସେସମସ୍ତ ଲୋକଙ୍କ ପ୍ରତି ଏହି ପ୍ରକାର ଘଟିବ; ସେମାନେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବେ; ପୁଣି, ଆମ୍ଭେ ସେମାନଙ୍କ ଉପରେ ଯେଉଁ ଅମଙ୍ଗଳ ଘଟାଇବା, ତହିଁରୁ ସେମାନଙ୍କ ମଧ୍ୟରେ କେହି ଉତ୍ତୀର୍ଣ୍ଣ ଅବା ରକ୍ଷାପ୍ରାପ୍ତ ହେବେ ନାହିଁ।
Tabbatacce, duk waɗanda suka ƙudura suka tafi Masar su zauna a can za su mutu ta wurin takobi, yunwa da annoba; ba ko ɗayansu zai tsira ko ya kuɓuta wa masifar da zan aukar a kansu.’
18 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯିରୂଶାଲମ ନିବାସୀମାନଙ୍କ ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ଢଳା ଯାଇଅଛି, ସେପରି ତୁମ୍ଭେମାନେ ଯେତେବେଳେ ମିସରରେ ପ୍ରବେଶ କରିବ, ସେତେବେଳେ ତୁମ୍ଭମାନଙ୍କ ଉପରେ ଆମ୍ଭର ପ୍ରଚଣ୍ଡ କୋପ ଢଳାଯିବ; ପୁଣି, ତୁମ୍ଭେମାନେ ଅଭିଶାପ, ବିସ୍ମୟ, ଶ୍ରାପ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଆଉ ଦେଖିବ ନାହିଁ।
Ga abin da Ubangiji Maɗaukaki, Allah na Isra’ila, yana cewa, ‘Kamar yadda na kwararo fushina da hasalata a kan mazaunan Urushalima, haka kuma zan kwararo fushina a kanku sa’ad da kuka tafi Masar. Za ku zama abin la’ana da abin tsoro, abin ƙyama da abin ba’a; ba za ku ƙara ganin wannan wuri ba.’
19 ହେ ଯିହୁଦାର ଅବଶିଷ୍ଟ ଲୋକେ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ କହିଅଛନ୍ତି, ‘ତୁମ୍ଭେମାନେ ମିସରକୁ ଯାଅ ନାହିଁ,’ ମୁଁ ଆଜି ତୁମ୍ଭମାନଙ୍କୁ ଏହି ସାକ୍ଷ୍ୟ ଦେଲି, ଏହା ନିଶ୍ଚୟ ଜାଣ।
“Ya ku raguwar Yahuda, Ubangiji ya ce muku, ‘Kada ku je Masar.’ Ku tabbatar da wannan. Na gargaɗe ku yau
20 ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିରୁଦ୍ଧରେ ପ୍ରବଞ୍ଚନା କରିଅଛ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟକୁ ମୋତେ ପଠାଇ କହିଲ, ‘ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କହିବେ, ତଦନୁସାରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭେମାନେ ତାହା କରିବୁ।’
cewa in kun yi kuskure sa’ad da kuka aike ni wurin Ubangiji Allahnku kuka kuma ce, ‘Yi mana addu’a ga Ubangiji Allahnmu; ka faɗa mana duk abin da ya faɗa za mu kuwa aikata.’
21 ପୁଣି, ଆଜି ମୁଁ ତୁମ୍ଭମାନଙ୍କୁ ତାହା ଜଣାଇଲି; ମାତ୍ର ଯେଉଁ ବିଷୟରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଲେ, ତହିଁର କୌଣସି ବିଷୟରେ ତୁମ୍ଭେମାନେ ତାହାଙ୍କ ରବରେ ମନୋଯୋଗ କଲ ନାହିଁ।
Na faɗa muku yau, amma har yanzu ba ku yi biyayya ga Ubangiji Allahnku cikin dukan abin da ya aiko ni in faɗa muku ba.
22 ଏହେତୁ ଏବେ ନିଶ୍ଚୟ ଜାଣ ଯେ, ଯେଉଁ ସ୍ଥାନରେ ପ୍ରବାସ କରିବା ନିମନ୍ତେ ତୁମ୍ଭେମାନେ ଯିବା ପାଇଁ ବାଞ୍ଛା କରୁଅଛ, ସେ ସ୍ଥାନରେ ତୁମ୍ଭେମାନେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ।”
Saboda haka yanzu, ku tabbatar da wannan. Za ku mutu ta wurin takobi, yunwa da annoba a wurin da kuke so ku tafi ku zauna.”

< ଯିରିମୀୟ 42 >