< ଯିରିମୀୟ 43 >

1 ଏଥିଉତ୍ତାରେ ଯିରିମୀୟ ଏହିସବୁ କଥା, ଅର୍ଥାତ୍‍, ଯେଉଁ ସକଳ କଥା ସମଗ୍ର ଲୋକଙ୍କୁ କହିବା ନିମନ୍ତେ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ସେମାନଙ୍କ ନିକଟକୁ ତାଙ୍କୁ ପଠାଇଥିଲେ, ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କର ସେହି ସକଳ କଥା କହିବାର ସମାପ୍ତ କରନ୍ତେ,
Yeremiya atatsiriza kuwawuza anthuwo mawu onse a Yehova Mulungu wawo, amene Yehova anamutuma kuti akawawuze,
2 ହୋଶୋୟୀୟର ପୁତ୍ର ଅସରୀୟ, କାରେହର ପୁତ୍ର ଯୋହାନନ୍‍ ଓ ଅହଙ୍କାରୀ ଲୋକ ସମସ୍ତେ ଯିରିମୀୟଙ୍କୁ କହିଲେ, “ତୁମ୍ଭେ ମିଥ୍ୟା କଥା କହୁଅଛ; ‘ତୁମ୍ଭେମାନେ ମିସରରେ ପ୍ରବାସ କରିବା ପାଇଁ ଯିବ ନାହିଁ,’ ଏ କଥା କହିବା ପାଇଁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ପଠାଇ ନାହାନ୍ତି;
Azariya mwana wa Hosayia ndi Yohanani mwana wa Kareya pamodzi ndi anthu onse odzikuza anawuza Yeremiya kuti, “Ukunama iwe! Yehova Mulungu wathu sanakutume kuti unene kuti, ‘Musapite ku Igupto kukakhala kumeneko.’
3 ମାତ୍ର କଲ୍‍ଦୀୟମାନେ ଯେପରି ଆମ୍ଭମାନଙ୍କୁ ବଧ କରି ପାରିବେ ଓ ବନ୍ଦୀ କରି ବାବିଲକୁ ନେଇଯିବେ, ଏଥିପାଇଁ ସେମାନଙ୍କ ହସ୍ତରେ ଆମ୍ଭମାନଙ୍କୁ ସମର୍ପଣ କରିବା ପାଇଁ ନେରୀୟର ପୁତ୍ର ବାରୂକ ଆମ୍ଭମାନଙ୍କ ବିରୁଦ୍ଧରେ ତୁମ୍ଭକୁ ପ୍ରବର୍ତ୍ତାଉଅଛି।”
Koma ndi Baruki mwana wa Neriya amene akukulimbikitsa kuti utiletse zopita ku Igupto ndi kuti mʼmalo mwake tidzipereke mʼmanja mwa Ababuloni, kuti iwo atiphe kapena kutitenga ukapolo ku Babuloni.”
4 ଏହିରୂପେ କାରେହର ପୁତ୍ର ଯୋହାନନ୍‍, ସେନାପତିସକଳ ଓ ଲୋକ ସମସ୍ତେ ଯିହୁଦା ଦେଶରେ ବାସ କରିବା ବିଷୟରେ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ।
Motero Yohanani mwana wa Kareya ndi atsogoleri onse a ankhondo pamodzi ndi anthu onse sanamvere lamulo la Yehova loti akhale mʼdziko la Yuda.
5 ମାତ୍ର କାରେହର ପୁତ୍ର ଯୋହାନନ୍‍ ଓ ସେନାପତି ସମସ୍ତେ, ଯିହୁଦାର ସକଳ ଅବଶିଷ୍ଟ ଲୋକଙ୍କୁ, ଅର୍ଥାତ୍‍, ନାନା ଗୋଷ୍ଠୀ ମଧ୍ୟକୁ ତାଡ଼ିତ ଯେସକଳ ଲୋକ ଯିହୁଦା ଦେଶରେ ପ୍ରବାସ କରିବା ପାଇଁ ଫେରି ଆସିଥିଲେ,
Mʼmalo mwake, Yohanani mwana wa Kareya ndi atsogoleri onse a ankhondo anatenga anthu onse otsala a ku Yuda amene anabwera kudzakhala mʼdziko la Yuda kuchokera ku mayiko onse kumene anabalakirako.
6 ସେହି ପୁରୁଷ, ସ୍ତ୍ରୀ, ବାଳକ, ବାଳିକା ଓ ରାଜକନ୍ୟାଗଣକୁ ଓ ଯେ ପ୍ରତ୍ୟେକ ଲୋକକୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟ ନିକଟରେ ଛାଡ଼ି ଯାଇଥିଲା, ସେମାନଙ୍କୁ, ଆଉ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ନେରୀୟର ପୁତ୍ର ବାରୂକକୁ ନେଇ,
Mʼgulu la anthu otengedwalo munali amuna onse, akazi ndi ana, ana aakazi a mfumu, ndiponso anthu amene Nebuzaradani mtsogoleri wa asilikali olonda mfumu anawasiya kwa Gedaliya mwana wa Ahikamu, mdzukulu wa Safani pamodzinso ndi mneneri Yeremiya ndi Baruki mwana wa Neriya.
7 ମିସର ଦେଶରେ ଉପସ୍ଥିତ ହେଲେ, କାରଣ ସେମାନେ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ; ଆଉ, ସେମାନେ ତଫନ୍‍ହେଷର ପର୍ଯ୍ୟନ୍ତ ଗଲେ।
Kotero anthuwo analowa mʼdziko la Igupto chifukwa anakana kumvera Yehova, nakafika ku Tapanesi.
8 ଏଥିଉତ୍ତାରେ ତଫନ୍‍ହେଷରରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
Ndipo Yehova anayankhula ndi Yeremiya ku Tapanesi kuti,
9 “ତୁମ୍ଭେ କେତେଗୁଡ଼ିଏ ବୃହତ ପ୍ରସ୍ତର ଆପଣା ହସ୍ତରେ ନେଇ, ତଫନ୍‍ହେଷରରେ ଫାରୋ ଗୃହର ପ୍ରବେଶ ସ୍ଥାନର ନିକଟରେ ଯେଉଁ ଇଟାଗାନ୍ଥୁନି ଅଛି, ତହିଁ ମଧ୍ୟରେ ମଶଲା ଭିତରେ ଯିହୁଦାର ଲୋକମାନଙ୍କ ସାକ୍ଷାତରେ ଲୁଚାଇ ରଖ;
“Tenga miyala inayi yayikulu ndipo uyikwirire mʼdothi pa chiwundo cha polowera ku nyumba yaufumu ya Farao ku Tapanesi. Uchite zimenezi Ayuda onse akuona.
10 ଆଉ, ସେମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଆଜ୍ଞା ପଠାଇ ଆପଣା ଦାସ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ଅଣାଇବା ଓ ଏହି ଯେଉଁ ପ୍ରସ୍ତରସବୁ ଲୁଚାଇ ରଖିଅଛୁ, ତହିଁ ଉପରେ ତାହାର ସିଂହାସନ ସ୍ଥାପନ କରିବା; ଆଉ, ସେ ତହିଁ ଉପରେ ଆପଣା ରାଜକୀୟ ଚନ୍ଦ୍ରାତପ ବିସ୍ତାର କରିବ।
Ndipo uwawuze kuti, ‘Yehova Wamphamvuzonse, Mulungu wa Israeli akuti: Ndidzayitana mtumiki wanga Nebukadinezara mfumu ya ku Babuloni, ndipo adzakhazika mpando wake waufumu pa miyala imene ndayikwirira apayi. Iye adzafunyulula tenti yake yaufumu pa miyala imeneyi.
11 ପୁଣି, ସେ ଆସି ମିସର ଦେଶକୁ ଆଘାତ କରି ମୃତ୍ୟୁୁଯୋଗ୍ୟ ଲୋକଙ୍କୁ ମୃତ୍ୟୁୁରେ, ବନ୍ଦୀତ୍ୱର ଯୋଗ୍ୟ ଲୋକଙ୍କୁ ବନ୍ଦୀତ୍ୱରେ ଓ ଖଡ୍ଗଯୋଗ୍ୟ ଲୋକଙ୍କୁ ଖଡ୍ଗରେ ସମର୍ପଣ କରିବ।
Iye adzabwera kudzathira nkhondo Igupto. Iwo oyenera kufa ndi mliri adzafa ndi mliri, iwo oyenera kutengedwa ukapolo adzatengedwa ukapolo, ndipo iwo oyenera kufa ndi lupanga adzafa ndi lupanga.
12 ଆଉ, ଆମ୍ଭେ ମିସରସ୍ଥ ଦେବାଳୟସବୁରେ ଅଗ୍ନି ଲଗାଇବା ଓ ସେ ସେମାନଙ୍କୁ ଦଗ୍ଧ କରି ବାବିଲକୁ ବନ୍ଦୀ କରି ଘେନିଯିବ; ପୁଣି, ମେଷପାଳକ ଯେପରି ଆପଣା ବସ୍ତ୍ର ଘୋଡ଼ାଇଥାଏ, ସେହିପରି ସେ ମିସର ଦେଶ ଦ୍ୱାରା ଆପଣାକୁ ଘୋଡ଼ାଇବ ଓ ସେ ଶାନ୍ତିରେ ଏ ସ୍ଥାନରୁ ପ୍ରସ୍ଥାନ କରିବ।
Adzayatsa moto mʼnyumba zopembedzera milungu ya Igupto. Adzayeretsa dziko la Igupto monga momwe mʼbusa amayeretsera chovala chake pochotsamo nsabwe. Pambuyo pake adzachoka mʼdziko la Igupto mwa mtendere.
13 ଆହୁରି, ସେ ମିସର ଦେଶସ୍ଥ ବେଥ୍-ଶେମଶର ସ୍ତମ୍ଭସକଳ ଭାଙ୍ଗି ପକାଇବ ଓ ମିସର ଦେଶସ୍ଥ ଦେବାଳୟସବୁ ସେ ଅଗ୍ନିରେ ଦଗ୍ଧ କରିବ।’”
Ku Iguptoko adzagwetsa zipilala zachipembedzo za ku nyumba yopembedzera mulungu wa dzuwa. Adzatentha ndi moto nyumba za milungu ya ku Igupto.’”

< ଯିରିମୀୟ 43 >