< ଯିରିମୀୟ 43 >
1 ଏଥିଉତ୍ତାରେ ଯିରିମୀୟ ଏହିସବୁ କଥା, ଅର୍ଥାତ୍, ଯେଉଁ ସକଳ କଥା ସମଗ୍ର ଲୋକଙ୍କୁ କହିବା ନିମନ୍ତେ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ସେମାନଙ୍କ ନିକଟକୁ ତାଙ୍କୁ ପଠାଇଥିଲେ, ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କର ସେହି ସକଳ କଥା କହିବାର ସମାପ୍ତ କରନ୍ତେ,
А кад изговори Јеремија свем народу све речи Господа Бога њиховог које му Господ Бог њихов заповеди за њих, све те речи,
2 ହୋଶୋୟୀୟର ପୁତ୍ର ଅସରୀୟ, କାରେହର ପୁତ୍ର ଯୋହାନନ୍ ଓ ଅହଙ୍କାରୀ ଲୋକ ସମସ୍ତେ ଯିରିମୀୟଙ୍କୁ କହିଲେ, “ତୁମ୍ଭେ ମିଥ୍ୟା କଥା କହୁଅଛ; ‘ତୁମ୍ଭେମାନେ ମିସରରେ ପ୍ରବାସ କରିବା ପାଇଁ ଯିବ ନାହିଁ,’ ଏ କଥା କହିବା ପାଇଁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ପଠାଇ ନାହାନ୍ତି;
Тада Азарија, син Осајин, и Јоанан, син Каријин и сви они људи охоли рекоше Јеремији говорећи: Није истина шта говориш; није те послао Господ Бог наш да нам кажеш: Не идите у Мисир да се онде станите.
3 ମାତ୍ର କଲ୍ଦୀୟମାନେ ଯେପରି ଆମ୍ଭମାନଙ୍କୁ ବଧ କରି ପାରିବେ ଓ ବନ୍ଦୀ କରି ବାବିଲକୁ ନେଇଯିବେ, ଏଥିପାଇଁ ସେମାନଙ୍କ ହସ୍ତରେ ଆମ୍ଭମାନଙ୍କୁ ସମର୍ପଣ କରିବା ପାଇଁ ନେରୀୟର ପୁତ୍ର ବାରୂକ ଆମ୍ଭମାନଙ୍କ ବିରୁଦ୍ଧରେ ତୁମ୍ଭକୁ ପ୍ରବର୍ତ୍ତାଉଅଛି।”
Него Варух, син Ниријин, подговара те на нас да нас преда у руке Халдејцима да нас погубе или да нас преселе у Вавилон.
4 ଏହିରୂପେ କାରେହର ପୁତ୍ର ଯୋହାନନ୍, ସେନାପତିସକଳ ଓ ଲୋକ ସମସ୍ତେ ଯିହୁଦା ଦେଶରେ ବାସ କରିବା ବିଷୟରେ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ।
И тако Јоанан, син Каријин и све војводе и сав народ не послушаше глас Господњи да остану у земљи Јудиној.
5 ମାତ୍ର କାରେହର ପୁତ୍ର ଯୋହାନନ୍ ଓ ସେନାପତି ସମସ୍ତେ, ଯିହୁଦାର ସକଳ ଅବଶିଷ୍ଟ ଲୋକଙ୍କୁ, ଅର୍ଥାତ୍, ନାନା ଗୋଷ୍ଠୀ ମଧ୍ୟକୁ ତାଡ଼ିତ ଯେସକଳ ଲୋକ ଯିହୁଦା ଦେଶରେ ପ୍ରବାସ କରିବା ପାଇଁ ଫେରି ଆସିଥିଲେ,
Него Јоанан, син Каријин и све војводе узеше сав остатак Јудин који се беше вратио да живи у земљи Јудиној из свих народа у које беху разагнани,
6 ସେହି ପୁରୁଷ, ସ୍ତ୍ରୀ, ବାଳକ, ବାଳିକା ଓ ରାଜକନ୍ୟାଗଣକୁ ଓ ଯେ ପ୍ରତ୍ୟେକ ଲୋକକୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟ ନିକଟରେ ଛାଡ଼ି ଯାଇଥିଲା, ସେମାନଙ୍କୁ, ଆଉ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ଓ ନେରୀୟର ପୁତ୍ର ବାରୂକକୁ ନେଇ,
Људе и жене и децу и кћери цареве, и све душе што беше оставио Невузардан заповедник стражарски с Годолијом, сином Ахикама, сина Сафановог, и Јеремију пророка и Варуха сина Ниријиног,
7 ମିସର ଦେଶରେ ଉପସ୍ଥିତ ହେଲେ, କାରଣ ସେମାନେ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ; ଆଉ, ସେମାନେ ତଫନ୍ହେଷର ପର୍ଯ୍ୟନ୍ତ ଗଲେ।
И одоше у земљу мисирску, јер не послушаше глас Господњи; и дођоше до Тафнеса.
8 ଏଥିଉତ୍ତାରେ ତଫନ୍ହେଷରରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
И дође реч Господња Јеремији у Тафнесу говорећи:
9 “ତୁମ୍ଭେ କେତେଗୁଡ଼ିଏ ବୃହତ ପ୍ରସ୍ତର ଆପଣା ହସ୍ତରେ ନେଇ, ତଫନ୍ହେଷରରେ ଫାରୋ ଗୃହର ପ୍ରବେଶ ସ୍ଥାନର ନିକଟରେ ଯେଉଁ ଇଟାଗାନ୍ଥୁନି ଅଛି, ତହିଁ ମଧ୍ୟରେ ମଶଲା ଭିତରେ ଯିହୁଦାର ଲୋକମାନଙ୍କ ସାକ୍ଷାତରେ ଲୁଚାଇ ରଖ;
Узми у руке великог камења, и покриј га калом у пећи за опеке што је на вратима дома Фараоновог у Тафнесу да виде Јудејци;
10 ଆଉ, ସେମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଆଜ୍ଞା ପଠାଇ ଆପଣା ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ଅଣାଇବା ଓ ଏହି ଯେଉଁ ପ୍ରସ୍ତରସବୁ ଲୁଚାଇ ରଖିଅଛୁ, ତହିଁ ଉପରେ ତାହାର ସିଂହାସନ ସ୍ଥାପନ କରିବା; ଆଉ, ସେ ତହିଁ ଉପରେ ଆପଣା ରାଜକୀୟ ଚନ୍ଦ୍ରାତପ ବିସ୍ତାର କରିବ।
И реци им: Овако вели Господ над војскама, Бог Израиљев: Ево, ја ћу послати и довести Навуходоносора цара вавилонског, слугу свог, и метнућу престо његов на ово камење које сакрих, и разапеће царски шатор свој на њему.
11 ପୁଣି, ସେ ଆସି ମିସର ଦେଶକୁ ଆଘାତ କରି ମୃତ୍ୟୁୁଯୋଗ୍ୟ ଲୋକଙ୍କୁ ମୃତ୍ୟୁୁରେ, ବନ୍ଦୀତ୍ୱର ଯୋଗ୍ୟ ଲୋକଙ୍କୁ ବନ୍ଦୀତ୍ୱରେ ଓ ଖଡ୍ଗଯୋଗ୍ୟ ଲୋକଙ୍କୁ ଖଡ୍ଗରେ ସମର୍ପଣ କରିବ।
Јер ће доћи и затрти земљу мисирску; ко буде за смрт отићи ће на смрт, ко за ропство, у ропство, ко за мач, под мач.
12 ଆଉ, ଆମ୍ଭେ ମିସରସ୍ଥ ଦେବାଳୟସବୁରେ ଅଗ୍ନି ଲଗାଇବା ଓ ସେ ସେମାନଙ୍କୁ ଦଗ୍ଧ କରି ବାବିଲକୁ ବନ୍ଦୀ କରି ଘେନିଯିବ; ପୁଣି, ମେଷପାଳକ ଯେପରି ଆପଣା ବସ୍ତ୍ର ଘୋଡ଼ାଇଥାଏ, ସେହିପରି ସେ ମିସର ଦେଶ ଦ୍ୱାରା ଆପଣାକୁ ଘୋଡ଼ାଇବ ଓ ସେ ଶାନ୍ତିରେ ଏ ସ୍ଥାନରୁ ପ୍ରସ୍ଥାନ କରିବ।
И распалићу огањ у кућама богова мисирских; и попалиће их и одвешће их у ропство, и огрнуће се земљом мисирском као што се пастир огрће плаштем својим, и отићи ће оданде с миром.
13 ଆହୁରି, ସେ ମିସର ଦେଶସ୍ଥ ବେଥ୍-ଶେମଶର ସ୍ତମ୍ଭସକଳ ଭାଙ୍ଗି ପକାଇବ ଓ ମିସର ଦେଶସ୍ଥ ଦେବାଳୟସବୁ ସେ ଅଗ୍ନିରେ ଦଗ୍ଧ କରିବ।’”
И изломиће ступове у дому сунчаном што је у земљи мисирској, и куће богова мисирских попалиће огњем.