< ଯିରିମୀୟ 44 >

1 ଯେଉଁ ଯିହୁଦୀୟମାନେ ମିସର ଦେଶରେ ବାସ କଲେ, ଯେଉଁମାନେ ମିଗ୍‍ଦୋଲରେ ଓ ତଫନ୍‍ହେଷରରେ ଓ ନୋଫରେ ଓ ପଥ୍ରୋଷ ପ୍ରଦେଶରେ ବାସ କଲେ, ସେସମସ୍ତଙ୍କ ବିଷୟରେ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତାହା ଏହି, ଯଥା,
ئەو پەیامەی بۆ یەرمیا هات سەبارەت بە هەموو ئەو جولەکانەی لە خاکی میسر نیشتەجێ بوون، لە مگدۆل و لە تەحپەنحێس و لە مەمفیس و لە پاشایەتی باشووری میسر:
2 “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ଯିରୂଶାଲମ ଉପରେ ଓ ଯିହୁଦାର ସବୁ ନଗର ଉପରେ ଯେଉଁସବୁ ଅମଙ୍ଗଳ ଘଟାଇଅଛୁ, ତାହା ତୁମ୍ଭେମାନେ ଦେଖିଅଛ; ଆଉ ଦେଖ, ସେସବୁ ଆଜି ଉତ୍ସନ୍ନ ସ୍ଥାନ ହୋଇ ରହିଅଛି, ସେଠାରେ କୌଣସି ମନୁଷ୍ୟ ବାସ କରେ ନାହିଁ;
«یەزدانی سوپاسالار، خودای ئیسرائیل ئەمە دەفەرموێت: ئێوە هەموو ئەو بەڵایەتان بینی کە بەسەر ئۆرشەلیم و هەموو شارۆچکەکانی یەهودام هێنا. ئەمڕۆ وێرانە و ئاوەدانی تێدا نییە،
3 କାରଣ ସେମାନେ ଆମ୍ଭକୁ ବିରକ୍ତ କରିବା ପାଇଁ ଦୁଷ୍ଟତା କଲେ, ଅର୍ଥାତ୍‍, ସେମାନେ ଆପଣାମାନଙ୍କର ଓ ତୁମ୍ଭମାନଙ୍କର, ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାକୁ ଓ ସେମାନଙ୍କର ସେବା କରିବାକୁ ଗଲେ।
لەبەر ئەو خراپانەی کردیان. پەستیان کردم بە بخوور سووتاندن و پەرستنیان بۆ خوداکانی دیکە، ئەو خودایانەی نە ئەوان ناسیویانن و نە ئێوە و نە باوباپیرانتان.
4 ତଥାପି ଆମ୍ଭେ ଅତି ପ୍ରଭାତରେ ଉଠି ଆମ୍ଭର ସମସ୍ତ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇ କହିଲୁ, ଆଃ, ଏହି ଘୃଣାଯୋଗ୍ୟ କାର୍ଯ୍ୟ ତୁମ୍ଭେମାନେ କର ନାହିଁ, ଆମ୍ଭେ ତାହା ଘୃଣା କରୁ।
منیش بە بەردەوامی هەموو بەندە پێغەمبەرەکانی خۆمم بۆ ناردن، فەرمووم:”تکایە! ئەم کارە قێزەونە مەکەن کە من ڕقم لێیەتی.“
5 ମାତ୍ର ସେମାନେ ମନୋଯୋଗ କଲେ ନାହିଁ, କିଅବା ଆପଣା ଆପଣା ଦୁଷ୍ଟତାରୁ ଫେରିବା ପାଇଁ, ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଆଉ ଧୂପ ନ ଜ୍ୱଳାଇବା ପାଇଁ କର୍ଣ୍ଣପାତ କଲେ ନାହିଁ।
بەڵام نە گوێیان گرت و نە گوێیان شل کرد بۆ ئەوەی لە خراپەکەیان بگەڕێنەوە یان لە بخوور سووتاندن بۆ خوداکانی دیکە بوەستن.
6 ଏହେତୁ ଆମ୍ଭର ପ୍ରଚଣ୍ଡ କୋପ ଓ କ୍ରୋଧ ଢଳାଗଲା ଓ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ପଥରେ ତାହା ପ୍ରଜ୍ୱଳିତ ହେଲା, ପୁଣି ଆଜିର ସଦୃଶ୍ୟ ସେସବୁ ଉତ୍ସନ୍ନ ଓ ଧ୍ୱଂସିତ ହୋଇଅଛି।
جا هەڵچوون و تووڕەییم ڕژا، لە شارۆچکەکانی یەهودا و لە شەقامەکانی ئۆرشەلیمدا گڕی گرت، وەک ئەمڕۆ وێران بوو و بووە چۆڵەوانی.
7 ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏବେ ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ? ଏହା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣାମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ;
«ئێستاش یەزدانی پەروەردگاری سوپاسالار، خودای ئیسرائیل ئەمە دەفەرموێت: بۆچی ئێوە بەڵایەکی گەورە بەسەر خۆتان دەهێنن، بە قڕبوونتان لەناوەڕاستی یەهودا بە پیاو و ژن، بە منداڵ و شیرەخۆرەوە، ئیتر هیچ پاشماوەیەکتان لێ نامێنێتەوە؟
8 ତୁମ୍ଭେମାନେ ଏହି ଯେ ମିସର ଦେଶରେ ପ୍ରବାସ କରିବା ପାଇଁ ଆସିଅଛ, ଏହି ସ୍ଥାନରେ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ କାହିଁକି ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରୁଅଛ? ତୁମ୍ଭେମାନେ ଉଚ୍ଛିନ୍ନ ହେବ ଓ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ଅଭିଶାପ ଓ ନିନ୍ଦାର ପାତ୍ର ହେବ।
بۆچی بە کردەوەکانی دەستتان پەستم دەکەن کاتێک لە خاکی میسر بخوور بۆ خوداکانی دیکە دەسووتێنن، کە ئێوە بۆی هاتوون تاوەکو لەوێ ئاوارە بن؟ خۆتان قڕ دەکەن و دەبنە نەفرەت و ڕیسوایی لەنێو هەموو نەتەوەکانی سەر زەوی.
9 ଯିହୁଦା ଦେଶରେ ଓ ଯିରୂଶାଲମର ସମସ୍ତ ପଥରେ କୃତ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କର ଦୁଷ୍କ୍ରିୟା ଓ ଯିହୁଦା-ରାଜାଗଣର ଦୁଷ୍କ୍ରିୟା ଓ ସେମାନଙ୍କ ଭାର୍ଯ୍ୟାଗଣର ଦୁଷ୍କ୍ରିୟା, ଆଉ ତୁମ୍ଭମାନଙ୍କର ନିଜର ଦୁଷ୍କ୍ରିୟା ଓ ତୁମ୍ଭମାନଙ୍କର ଭାର୍ଯ୍ୟାଗଣର ଦୁଷ୍କ୍ରିୟା କି ତୁମ୍ଭେମାନେ ପାସୋରିଅଛ?
ئایا خراپەکانی باوباپیرانتان و خراپەکانی پاشاکان و شاژنەکانی یەهودا و خراپەکانی خۆتان و ژنەکانتان لەیادچوو، ئەوەی لە خاکی یەهودا و شەقامەکانی ئۆرشەلیم کران؟
10 ସେମାନେ ଆଜି ପର୍ଯ୍ୟନ୍ତ ଚୂର୍ଣ୍ଣମନା ହୋଇ ନାହାନ୍ତି, କିଅବା ସେମାନେ ଭୟ କରି ନାହାନ୍ତି, ଅଥବା ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରେ ଓ ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କ ସମ୍ମୁଖରେ ଆପଣାର ଯେଉଁ ବ୍ୟବସ୍ଥା ଓ ବିଧି ସ୍ଥାପନ କଲୁ, ତଦନୁସାରେ ଆଚରଣ କରି ନାହାନ୍ତି।
هەتا ئەمڕۆش نە زەلیل بوون و نە لە من ترسان و نە ڕێگای فێرکردن و فەرزەکانی منتان گرتەبەر، ئەوەی لەبەردەم ئێوە و لەبەردەم باوباپیرانتان دامناوە.
11 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି: ଦେଖ, ଆମ୍ଭେ ତୁମ୍ଭମାନଙ୍କର ଅମଙ୍ଗଳ କରିବା ପାଇଁ, ସମୁଦାୟ ଯିହୁଦାକୁ ହିଁ ଉଚ୍ଛିନ୍ନ କରିବା ପାଇଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା।
«لەبەر ئەوە یەزدانی سوپاسالار، خودای ئیسرائیل ئەمە دەفەرموێت: ئەوەتا من مکوڕ دەبم لەسەر ئەوەی بەڵاتان بەسەربهێنم و هەموو یەهودا قڕ بکەم.
12 ପୁଣି, ଯିହୁଦାର ଯେଉଁ ଅବଶିଷ୍ଟାଂଶ ଲୋକେ ମିସର ଦେଶରେ ପ୍ରବାସ କରିବା ପାଇଁ ସେଠାକୁ ଯିବା ଲାଗି ଉତ୍ସୁକ ଅଛନ୍ତି, ଆମ୍ଭେ ସେମାନଙ୍କୁ ଧରିବା ଓ ସେସମସ୍ତେ ଲୁପ୍ତ ହେବେ; ମିସର ଦେଶରେ ସେମାନେ ପତିତ ହେବେ; ଖଡ୍ଗ ଓ ଦୁର୍ଭିକ୍ଷରେ ସେମାନେ ଲୁପ୍ତ ହେବେ। କ୍ଷୁଦ୍ର ଓ ମହାନ ଖଡ୍ଗ ଓ ଦୁର୍ଭିକ୍ଷରେ ମରିବେ; ଆଉ, ସେମାନେ ଅଭିଶାପ, ବିସ୍ମୟ ଓ ନିନ୍ଦାର ପାତ୍ର ହେବେ।
پاشماوەی یەهوداش دەبەم، ئەوانەی سوور بوون بچنە خاکی میسر هەتا لەوێ نیشتەجێ بن. هەموویان لە خاکی میسر لەناودەچن، بە شمشێر دەکوژرێن و بە قاتوقڕی دەمرن. لە بچووکەوە هەتا گەورە بە شمشێر و قاتوقڕی لەناودەچن و دەبنە مایەی نەفرەت لێکردن و تۆقین، سووکایەتی و ڕیسوایی.
13 କାରଣ ଆମ୍ଭେ ଯେପରି ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଯିରୂଶାଲମକୁ ଦଣ୍ଡ ଦେଇଅଛୁ, ତଦ୍ରୂପ ମିସର ଦେଶରେ ବାସକାରୀମାନଙ୍କୁ ଦଣ୍ଡ ଦେବା;
هەروەها سزای ئەوانەش دەدەم کە لە خاکی میسر نیشتەجێن، وەک چۆن بە شمشێر و قاتوقڕی و دەرد سزای ئۆرشەلیمم دا.
14 ତହିଁରେ ଯିହୁଦାର ଯେଉଁ ଅବଶିଷ୍ଟ ଲୋକେ ଯିହୁଦା ଦେଶକୁ ଫେରିଯାଇ ସେଠାରେ ବାସ କରିବା ପାଇଁ ବାଞ୍ଛା କରି ମିସର ଦେଶରେ ପ୍ରବାସ କରିବାକୁ ଆସିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ଉତ୍ତୀର୍ଣ୍ଣ କି ରକ୍ଷାପ୍ରାପ୍ତ ହେବେ ନାହିଁ: କାରଣ ପଳାତକ ଲୋକମାନଙ୍କ ଛଡ଼ା ଆଉ କେହି ଫେରିଯିବେ ନାହିଁ।”
پاشماوەکەی یەهودا، ئەوانەی هاتوون بۆ ئەوەی لە خاکی میسر لە ئاوارەیی بکەون، ئەوانەی تامەزرۆی گەڕانەوەن بۆ نیشتەجێبوون تێیدا، نە پاشماوە و نە دەربازبوویان نابێت بۆ ئەوەی بگەڕێنەوە بۆ خاکی یەهودا. کەسیان لێ ناگەڕێتەوە، جگە لە کەمینەیەکی دەربازبوو.»
15 ସେତେବେଳେ ଯେଉଁମାନେ, ଆପଣା ସ୍ତ୍ରୀମାନେ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାନ୍ତି ବୋଲି ଜାଣିଲେ, ସେମାନେ ଓ ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନଙ୍କର ମହାସମାଜ, ଅର୍ଥାତ୍‍, ମିସରର ପଥ୍ରୋଷ ପ୍ରଦେଶରେ ବାସକାରୀ ସମସ୍ତ ଲୋକ ଯିରିମୀୟଙ୍କୁ ଉତ୍ତର ଦେଇ କହିଲେ,
ئینجا هەموو ئەو پیاوانەی کە دەیانزانی ژنەکانیان بخوور بۆ خوداکانی دیکە دەسووتێنن، هەروەها هەموو ئەو ژنانەی ڕاوەستابوون، کۆمەڵێکی گەورە بوون، هەموو ئەو خەڵکەی لە پاشایەتی باکوور و پاشایەتی باشووری میسر نیشتەجێن، وەڵامی یەرمیایان دایەوە و گوتیان:
16 “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କୁ ଯେଉଁ କଥା କହିଅଛ, ତୁମ୍ଭର ସେହି କଥା ଆମ୍ଭେମାନେ ଶୁଣିବୁ ନାହିଁ।
«ئێمە گوێ لەم پەیامە ناگرین کە بە ناوی یەزدانەوە بە ئێمەت گوت.
17 ମାତ୍ର ଆମ୍ଭମାନଙ୍କ ମୁଖରୁ ଯେ ପ୍ରତ୍ୟେକ ବାକ୍ୟ ନିର୍ଗତ ହୋଇଅଛି, ତଦନୁସାରେ ଅବଶ୍ୟ କାର୍ଯ୍ୟ କରିବୁ, ଅର୍ଥାତ୍‍, ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ଆମ୍ଭମାନଙ୍କର ରାଜାଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ସେପରି ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବୁ ଓ ପେୟ-ନୈବେଦ୍ୟ ଢାଳିବୁ; କାରଣ ସେସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇ ସୁଖରେ ଥିଲୁ, କୌଣସି ଅମଙ୍ଗଳ ଦେଖିଲୁ ନାହିଁ।
بەڵکو هەر شتێک لە دەمی خۆمانەوە هاتووەتە دەرەوە، ئەوە دەکەین: بخوور بۆ شاژنی ئاسمان دەسووتێنین و شەرابی پێشکەشکراو پێشکەش دەکەین، وەک چۆن خۆمان و باوباپیرانمان و پاشاکانمان و پیاوە گەورەکانمان لە شارۆچکەکانی یەهودا و شەقامەکانی ئۆرشەلیم ئەنجاممان داوە. ئەو کاتە تێر نان بووین و لە خۆشیدا بووین و خراپەمان نەبینی.
18 ମାତ୍ର ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାର ଓ ପେୟ-ନୈବେଦ୍ୟ ଢାଳିବାର ଛାଡ଼ିଦେବା ସମୟଠାରୁ ଆମ୍ଭମାନଙ୍କର ସବୁ ବିଷୟରେ ଅଭାବ ହୋଇଅଛି ଓ ଆମ୍ଭେମାନେ ଖଡ୍ଗ ଓ ଦୁର୍ଭିକ୍ଷରେ ଲୁପ୍ତ ହୋଇଅଛୁ।”
بەڵام لەو کاتەوەی وازمان لە بخوور سووتاندن هێناوە بۆ شاژنی ئاسمان و پێشکەشکردنی شەرابی پێشکەشکراو بۆی، پێویستمان بە هەموو شتێکە و بە شمشێر و قاتوقڕی لەناوچووین.»
19 ପୁଣି, “ଆମ୍ଭେମାନେ ଯେଉଁ ସମୟରେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲୁ ଓ ପେୟ-ନୈବେଦ୍ୟ ଢାଳିଲୁ, ସେତେବେଳେ ଆପଣା ଆପଣା ସ୍ୱାମୀର ଅନୁମତି ବିନା କି ତାହାର ପୂଜା ନିମନ୍ତେ ପିଷ୍ଟକ ପ୍ରସ୍ତୁତ କଲୁ ଓ ତାହା ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଲୁ?”
ژنەکانیش گوتیان: «ئێمە کاتێک کە بخوورمان بۆ شاژنی ئاسمان دەسووتاند و شەرابی پێشکەشکراومان پێشکەشی دەکرد، ئایا بەبێ ئاگاداری پیاوەکانمان کولێرەمان بۆ دەکرد لەسەر وێنەی ئەو و شەرابی پێشکەشکراومان پێشکەش دەکرد؟»
20 ତହିଁରେ ଯିରିମୀୟ ସମସ୍ତ ଲୋକଙ୍କୁ, ଅର୍ଥାତ୍‍, ସେହି ପ୍ରତ୍ୟୁତ୍ତରକାରୀ ପୁରୁଷ ଓ ସ୍ତ୍ରୀ ସମସ୍ତଙ୍କୁ କହିଲେ,
ئینجا یەرمیا بە هەموو خەڵکەکەی گوت، پیاو و ژنەکان، بە هەموو ئەو خەڵکەی بەم قسەیە وەڵامیان دایەوە:
21 “ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ପଥରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ, ତୁମ୍ଭମାନଙ୍କର ରାଜାଗଣ, ଓ ଅଧିପତିଗଣ ଓ ଦେଶସ୍ଥ ଲୋକ ସମସ୍ତେ ଯେଉଁ ଧୂପ ଜ୍ୱଳାଇଲେ, ସଦାପ୍ରଭୁ କି ତାହା ସ୍ମରଣ କଲେ ନାହିଁ ଓ ତାହା କି ତାଙ୍କ ମନରେ ପଡ଼ିଲା ନାହିଁ?
«ئایا یەزدان بیری لەو بخوورە نەکردەوە و بەیادیدا نەهات کە لە شارۆچکەکانی یەهودا و لە شەقامەکانی ئۆرشەلیم سووتاندتان، ئێوە و باوباپیر و پاشا و میر و هەموو گەلی خاکەکە؟
22 ତହିଁରେ ତୁମ୍ଭମାନଙ୍କର ଦୁଷ୍କ୍ରିୟା ସକାଶୁ ଓ ତୁମ୍ଭମାନଙ୍କର କୃତ ଘୃଣାଯୋଗ୍ୟ କର୍ମ ସକାଶୁ ସଦାପ୍ରଭୁ ଆଉ ସହ୍ୟ କରି ପାରିଲେ ନାହିଁ; ଏହେତୁ ତୁମ୍ଭମାନଙ୍କର ଦେଶ ଆଜିର ସଦୃଶ୍ୟ ଉତ୍ସନ୍ନ ଓ ବିସ୍ମୟଜନକ, ଅଭିଶପ୍ତ ଓ ନିବାସୀବିହୀନ ହୋଇଅଛି।
ئیتر یەزدان لەبەر کردەوە خراپەکان و شتە قێزەونەکانتان کە ئەنجامتان داوە زیاتر بەرگەی نەگرت، جا خاکەکەتان بووە ڕووخاوی و وێرانە و نەفرەت و بێ ئاوەدانی، وەک ئەمڕۆ.
23 ତୁମ୍ଭେମାନେ ଧୂପ ଜ୍ୱଳାଇଅଛ, ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛ ଓ ସଦାପ୍ରଭୁଙ୍କ ରବରେ ମନୋଯୋଗ କରି ନାହଁ, ପୁଣି ତାହାଙ୍କର ବ୍ୟବସ୍ଥା ବିଧି ଓ ପ୍ରମାଣ-ବାକ୍ୟାନୁସାରେ ଆଚରଣ କରି ନାହଁ; ଏଥିପାଇଁ ଆଜିର ସଦୃଶ୍ୟ ଏହି ଅମଙ୍ଗଳ ତୁମ୍ଭମାନଙ୍କ ପ୍ରତି ଘଟିଅଛି।”
لەبەر ئەوەی بخوورتان سووتاند و گوناهتان کرد لە دژی یەزدان، گوێڕایەڵی یەزدان نەبوون و ڕێگای فێرکردن و فەرز و یاساکانی ئەوتان نەگرتەبەر، لەبەر ئەوە تووشی ئەم بەڵایە بوون، وەک ئەمڕۆ.»
24 ଆହୁରି, ଯିରିମୀୟ ସମସ୍ତ ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ କହିଲେ, “ହେ ମିସର ଦେଶରେ ଥିବା ଯିହୁଦାର ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ:
ئینجا یەرمیا بە هەموو گەل و بە تایبەتیش بە هەموو ژنەکانی گوت: «ئەی هەموو خەڵکی یەهودا، ئەوانەی کە لە خاکی میسرن، گوێ لە فەرمایشتی یەزدان بگرن:
25 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଓ ପେୟ-ନୈବେଦ୍ୟ ଢାଳିବା ପାଇଁ ଯେଉଁ ମାନତ କରିଅଛୁ, ତାହା ଅବଶ୍ୟ ସିଦ୍ଧ କରିବୁ, ଏହି କଥା ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସ୍ତ୍ରୀମାନେ ମୁଖରେ କହି ହସ୍ତ ଦ୍ୱାରା ତାହା ସମ୍ପନ୍ନ କରିଅଛ। ତେବେ ତୁମ୍ଭମାନଙ୍କର ମାନତ ଦୃଢ଼ କର ଓ ତୁମ୍ଭମାନଙ୍କର ମାନତ ସିଦ୍ଧ କର।
یەزدانی سوپاسالار، خودای ئیسرائیل ئەمە دەفەرموێت: ئێوە و ژنەکانتان بە قسە بەڵێنتان دا و بە ئەنجامتان گەیاند، گوتتان”بێگومان ئێمە ئەو نەزرانەمان جێبەجێ دەکەین کە نەزرمان کردبوو بۆ شاژنی ئاسمان، بخوور دەسووتێنین و شەرابی پێشکەشکراوی پێشکەش دەکەین.“«کەواتە فەرموون، بەڵێنەکانتان بهێننە دی و نەزرەکانتان بپارێزن!
26 ଏହେତୁ ହେ ମିସର ଦେଶ ନିବାସୀ ଯିହୁଦାର ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଆପଣା ମହାନାମ ନେଇ ଶପଥ କରିଅଛୁ ଯେ, ‘ପ୍ରଭୁ ସଦାପ୍ରଭୁ ଜୀବିତ’ ବୋଲି ମିସର ଦେଶସ୍ଥ କୌଣସି ଯିହୁଦୀ ଲୋକ ଆମ୍ଭର ନାମ ଆଉ ମୁଖରେ ଘେନିବ ନାହିଁ।
بەڵام ئەی هەموو ئەو خەڵکەی یەهودا کە لە میسر نیشتەجێن، گوێ لە فەرمایشتی یەزدان بگرن:”من بە ناوی مەزنی خۆم سوێند دەخۆم، لەمەودوا کەس لە خەڵکی یەهودا لە هەموو خاکی میسر ناوی من بەسەر زاریدا نایەت، کە بڵێت:’بە یەزدانی زیندووی باڵادەست.‘
27 ଦେଖ, ଆମ୍ଭେ ସେମାନଙ୍କର ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳ ନିମନ୍ତେ ଜଗି ରହିବା; ତହିଁରେ ମିସର ଦେଶସ୍ଥ ସମୁଦାୟ ଯିହୁଦୀ ଲୋକ ନିଃଶେଷ ନ ହେବା ପର୍ଯ୍ୟନ୍ତ ଖଡ୍ଗ ଓ ଦୁର୍ଭିକ୍ଷରେ ଲୁପ୍ତ ହେବେ।
ئەوەتا من بۆ خراپە نەک بۆ چاکە چاودێرییان دەکەم، جا هەموو پیاوانی یەهودا، ئەوانەی لە خاکی میسرن، بە شمشێر دەکوژرێن و بە قاتوقڕی دەمرن، هەتا ئەوەی کەسیان لێ نامێنێتەوە.
28 ପୁଣି, ଖଡ୍ଗରୁ ରକ୍ଷାପ୍ରାପ୍ତ ଅଳ୍ପସଂଖ୍ୟକ ଲୋକ ମିସର ଦେଶରୁ ଯିହୁଦା ଦେଶକୁ ଫେରିଯିବେ; ତହିଁରେ ଯେଉଁମାନେ ପ୍ରବାସ କରିବା ପାଇଁ ମିସର ଦେଶକୁ ଯାଇଅଛନ୍ତି, ଯିହୁଦାର ସେହି ଅବଶିଷ୍ଟାଂଶ ଲୋକ ସମସ୍ତେ, ଆମ୍ଭର କି ସେମାନଙ୍କର କାହାର ବାକ୍ୟ ଅଟଳ ହେବ, ଏହା ଜାଣିବେ।
ئەوانەش کە لە شمشێر دەرباز دەبن لە خاکی میسرەوە دەگەڕێنەوە بۆ خاکی یەهودا، خەڵکانێکی کەم دەبن. ئینجا هەموو پاشماوەی یەهودا ئەوانەی هاتنە میسر تاکو لەوێ بژین، دەزانن قسەی کێ سەردەگرێت، هی من یان هی ئەوان.“»
29 ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦଣ୍ଡ ଦେବା ଓ ତାହା ତୁମ୍ଭମାନଙ୍କ ପ୍ରତି ଚିହ୍ନସ୍ୱରୂପ ହେବ, ତହିଁରେ ତୁମ୍ଭମାନଙ୍କର ଅମଙ୍ଗଳ ନିମନ୍ତେ ଆମ୍ଭର ବାକ୍ୟ ଯେ ନିଶ୍ଚୟ ଅଟଳ ହେବ, ଏହା ତୁମ୍ଭେମାନେ ଜାଣିବ।
یەزدان دەفەرموێت: «”ئەمەش نیشانەیە بۆ ئێوە، من لەم شوێنە سزاتان دەدەم، بۆ ئەوەی بزانن هەر دەبێت قسەی من سەربگرێت کە لە دژی ئێوەیە و بۆ خراپەیە.“
30 ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯେପରି ଯିହୁଦାର ରାଜା ସିଦିକୀୟକୁ ତାହାର ପ୍ରାଣନାଶର ଚେଷ୍ଟାକାରୀ ଶତ୍ରୁ ବାବିଲର ରାଜା ନବୂଖଦ୍‍ନିତ୍ସର ହସ୍ତରେ ସମର୍ପଣ କଲୁ, ସେପରି ଆମ୍ଭେ ମିସରର ରାଜା ଫାରୋ ହଫ୍ରାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ଓ ତାହାର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା।”
یەزدان ئەمە دەفەرموێت:”ئەوەتا من حۆفرەعی فیرعەونی میسر دەدەمە دەست دوژمنەکانی کە دەیانەوێ بیکوژن، وەک چۆن سدقیای پاشای یەهودام دایە دەست نەبوخودنەسری پاشای بابل، ئەو دوژمنەی دەیویست بیکوژێت.“»

< ଯିରିମୀୟ 44 >