< ଯିରିମୀୟ 45 >

1 ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ, ନେରୀୟର ପୁତ୍ର ବାରୂକ ଏହି ସମସ୍ତ କଥା ଯିରିମୀୟଙ୍କ ମୁଖରୁ ଶୁଣି ନଳାକାର ପୁସ୍ତକରେ ଲେଖିଲା ବେଳେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ତାହାକୁ ଏହି କଥା କହିଲେ,
以下是耶肋米亞先知對乃黎雅的兒子巴路克說的話:他在猶大王約史雅的兒子約雅金第四年,由耶肋米亞口授,在卷冊上記錄了這些話:「
2 “ହେ ବାରୂକ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ତୁମ୍ଭକୁ ଏହି କଥା କହନ୍ତି;
上主,以色列的天主論及你,巴路克,這樣說:
3 ତୁମ୍ଭେ କହିଲ, ‘ହାୟ, ହାୟ, ମୁଁ ଏବେ ସନ୍ତାପର ପାତ୍ର! କାରଣ ସଦାପ୍ରଭୁ ମୋʼ ବେଦନାରେ ଦୁଃଖ ଯୋଗ କରିଅଛନ୍ତି; ମୁଁ କାତରୋକ୍ତି କରି କରି କ୍ଳାନ୍ତ ହେଉଅଛି ଓ ମୋର କିଛି ବିଶ୍ରାମ ନାହିଁ।’
你曾說:我多麼可憐! 因為上主在我的愁苦上還加添痛苦;我呻吟憔悴,得不到安寧!
4 ତୁମ୍ଭେ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯାହା ନିର୍ମାଣ କରିଅଛୁ, ତାହା ଆମ୍ଭେ ଭାଙ୍ଗି ପକାଇବା ଓ ଯାହା ରୋପଣ କରିଅଛୁ, ତାହା ଆମ୍ଭେ ଉପାଡ଼ି ପକାଇବା, ଆଉ, ସମୁଦାୟ ଦେଶରେ ଏହା କରିବା।
你應這樣對他說:上主這樣說:看! 我拆毀的,是我所建造的;我拔除的,是我所栽培的;我要打擊全地,
5 ତୁମ୍ଭେ କି ଆପଣା ପାଇଁ ମହତ ବିଷୟମାନ ଚେଷ୍ଟା କରୁଅଛ? ତାହା ଚେଷ୍ଟା କର ନାହିଁ, କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପରେ ଅମଙ୍ଗଳ ଘଟାଇବା; ମାତ୍ର ତୁମ୍ଭେ ଯେ ଯେ ସ୍ଥାନକୁ ଯାଉଅଛ, ସେସକଳ ସ୍ଥାନରେ ଲୁଟଦ୍ରବ୍ୟ ତୁଲ୍ୟ ଆମ୍ଭେ ତୁମ୍ଭର ପ୍ରାଣ ତୁମ୍ଭକୁ ଦେବା।”
你還有什麼大事可為自己請求;不必請求了。看,我給一切血肉招來災禍──上主的斷語──至於你,不論你到什麼地方去,我必賜你獲得性命,如獲勝利品。」

< ଯିରିମୀୟ 45 >