< ଯିରିମୀୟ 45 >
1 ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ, ନେରୀୟର ପୁତ୍ର ବାରୂକ ଏହି ସମସ୍ତ କଥା ଯିରିମୀୟଙ୍କ ମୁଖରୁ ଶୁଣି ନଳାକାର ପୁସ୍ତକରେ ଲେଖିଲା ବେଳେ ଯିରିମୀୟ ଭବିଷ୍ୟଦ୍ବକ୍ତା ତାହାକୁ ଏହି କଥା କହିଲେ,
The word that Jeremiah the prophet spoke to Baruch the son of Nerijah, when he wrote these words in a book at the mouth of Jeremiah, in the fourth year of Jehoiakim the son of Josiah, the king of Judah, saying,
2 “ହେ ବାରୂକ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ତୁମ୍ଭକୁ ଏହି କଥା କହନ୍ତି;
Thus saith Jehovah, the God of Israel, concerning thee, Baruch:
3 ତୁମ୍ଭେ କହିଲ, ‘ହାୟ, ହାୟ, ମୁଁ ଏବେ ସନ୍ତାପର ପାତ୍ର! କାରଣ ସଦାପ୍ରଭୁ ମୋʼ ବେଦନାରେ ଦୁଃଖ ଯୋଗ କରିଅଛନ୍ତି; ମୁଁ କାତରୋକ୍ତି କରି କରି କ୍ଳାନ୍ତ ହେଉଅଛି ଓ ମୋର କିଛି ବିଶ୍ରାମ ନାହିଁ।’
Thou didst say, Woe unto me! for Jehovah hath added grief to my sorrow; I am weary with my sighing, and I find no rest.
4 ତୁମ୍ଭେ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯାହା ନିର୍ମାଣ କରିଅଛୁ, ତାହା ଆମ୍ଭେ ଭାଙ୍ଗି ପକାଇବା ଓ ଯାହା ରୋପଣ କରିଅଛୁ, ତାହା ଆମ୍ଭେ ଉପାଡ଼ି ପକାଇବା, ଆଉ, ସମୁଦାୟ ଦେଶରେ ଏହା କରିବା।
Thus shalt thou say unto him, Thus saith Jehovah: Behold, what I have built do I overthrow, and what I have planted I pluck up, even this whole land.
5 ତୁମ୍ଭେ କି ଆପଣା ପାଇଁ ମହତ ବିଷୟମାନ ଚେଷ୍ଟା କରୁଅଛ? ତାହା ଚେଷ୍ଟା କର ନାହିଁ, କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପରେ ଅମଙ୍ଗଳ ଘଟାଇବା; ମାତ୍ର ତୁମ୍ଭେ ଯେ ଯେ ସ୍ଥାନକୁ ଯାଉଅଛ, ସେସକଳ ସ୍ଥାନରେ ଲୁଟଦ୍ରବ୍ୟ ତୁଲ୍ୟ ଆମ୍ଭେ ତୁମ୍ଭର ପ୍ରାଣ ତୁମ୍ଭକୁ ଦେବା।”
And seekest thou great things for thyself? seek [them] not; for behold, I will bring evil upon all flesh, saith Jehovah; but thy life will I give unto thee for a prey in all places whither thou shalt go.