< ଯିରିମୀୟ 46 >

1 ଗୋଷ୍ଠୀଗଣ ବିଷୟରେ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।
ئەمە فەرمایشتی یەزدانە بۆ یەرمیای پێغەمبەر سەبارەت بە نەتەوەکان:
2 ମିସର ବିଷୟ। ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ବାବିଲର ରାଜା ନବୂଖଦ୍‍ନିତ୍ସର, ମିସରର ରାଜା ଫାରୋ ନଖୋର ଯେଉଁ ସୈନ୍ୟସାମନ୍ତକୁ ପରାଜୟ କଲା, ଫରାତ୍‍ ନଦୀ ନିକଟସ୍ଥ କର୍କମୀଶରେ ଉପସ୍ଥିତ ସେହି ସୈନ୍ୟସାମନ୍ତ ବିଷୟକ କଥା।
بۆ میسر: سەبارەت بە سوپاکەی نێخۆ فیرعەون، پاشای میسر، ئەوەی لەسەر ڕووباری فورات بوو لە کەرکەمیش، کە نەبوخودنەسری پاشای بابل لە ساڵی چوارەمی یەهۆیاقیمی کوڕی یۆشیای پاشای یەهودا لێیدا:
3 “ତୁମ୍ଭେମାନେ ଚର୍ମର ଢାଲ ଓ ଫଳକ ପ୍ରସ୍ତୁତ କର ଓ ଯୁଦ୍ଧ କରିବା ଲାଗି ନିକଟକୁ ଆସ।
«سپەر و قەڵغان ئامادە بکەن، پێشکەون بۆ جەنگ!
4 ହେ ଅଶ୍ୱାରୋହୀମାନେ, ତୁମ୍ଭେମାନେ ଅଶ୍ୱଗଣକୁ ସଜ୍ଜିତ କରି ଆରୋହଣ କର ଓ ମସ୍ତକର ଟୋପର ପିନ୍ଧି ସମ୍ମୁଖରେ ଠିଆ ହୁଅ; ବର୍ଚ୍ଛା ଚିକ୍କଣ କର, ସାଞ୍ଜୁଆ ପିନ୍ଧ।
ئەسپ زین بکەن، ئەی سوارەکان، سەربکەون! بە کڵاوی ئاسنینەوە لە ئامادەباشیدا بن! ڕمەکان تیژ بکەن، زرێیەکان بپۆشن!
5 ଆମ୍ଭେ ସେମାନଙ୍କୁ ଉଦ୍‍ବିଗ୍ନ ଓ ପଛକୁ ଫେରି ଯିବାର କାହିଁକି ଦେଖିଅଛୁ? ସେମାନଙ୍କର ବୀରଗଣ ପରାସ୍ତ ହୋଇଅଛନ୍ତି ଓ ଶୀଘ୍ର ଶୀଘ୍ର ପଳାଇ ପଛକୁ ଅନାଉ ନାହାନ୍ତି; ଚତୁର୍ଦ୍ଦିଗରେ ଆଶଙ୍କା ଅଛି, ଏହା ସଦାପ୍ରଭୁ କହନ୍ତି।
چی دەبینم؟ ئەوان تۆقیون، بەرەو پاش دەکشێنەوە، پاڵەوانەکانیان بەزین. بە پەلە هەڵاتن و ئاوڕیشیان نەدایەوە، لە هەموو لایەکەوە ترس و تۆقین هەیە.» ئەوە فەرمایشتی یەزدانە.
6 ଦ୍ରୁତଗାମୀ ପଳାୟନ ନ କରୁ, କିଅବା ବୀର ରକ୍ଷା ନ ପାଉ; ଉତ୍ତର ଦିଗରେ ଫରାତ୍‍ ନଦୀ ନିକଟରେ ସେମାନେ ଝୁଣ୍ଟି ପଡ଼ିଅଛନ୍ତି।
«ئەوەی تیژڕەوە هەڵنایەت و پاڵەوان دەرباز نابێت. لە باکوور لەلای ڕووباری فورات ساتمەیان کرد و کەوتن.
7 ନୀଳ ନଦୀ ପରି ଯେ ଉଠୁଅଛି, ଯାହାର ଜଳରାଶି ନଦୀସମୂହର ତୁଲ୍ୟ ଉତ୍‍କ୍ଷିପ୍ତ ହେଉଅଛି, ସେ କିଏ?
«ئەمە کێیە وەک ڕووباری نیل هەڵدەستێتەوە، وەک ئەو ڕووبارانەی ئاوەکەیان شەپۆل دەدات؟
8 ମିସର ନୀଳ ନଦୀ ତୁଲ୍ୟ ଉଠୁଅଛି, ତାହାର ଜଳରାଶି ନଦୀସମୂହର ତୁଲ୍ୟ ଉତ୍‍କ୍ଷିପ୍ତ ହେଉଅଛି, ଆଉ ସେ କହୁଅଛି, ମୁଁ ଉଚ୍ଛୁଳି ଉଠିବି, ମୁଁ ପୃଥିବୀକୁ ପ୍ଲାବିତ କରିବି; ମୁଁ ନଗର ଓ ତନ୍ନିବାସୀମାନଙ୍କୁ ନଷ୍ଟ କରିବି।
میسرە وەک ڕووباری نیل هەڵدەستێتەوە، وەک ئەو ڕووبارانەی ئاوەکەیان شەپۆل دەدات. دەڵێت:”هەڵدەستم و زەوی دادەپۆشم، شار و دانیشتووانەکەی لەناو دەبم.“
9 ହେ ଅଶ୍ୱଗଣ, ଉଠିଯାଅ; ହେ ରଥସକଳ, ଗର୍ଜ୍ଜନ କର; ଆଉ, ବୀରମାନେ ବାହାର ହେଉନ୍ତୁ; ଢାଲବାହକ କୂଶ ଓ ପୂଟ୍‍, ଆଉ ଧନୁର୍ଦ୍ଧାରୀ ଓ ଧନୁରେ ଗୁଣଦାୟୀ ଲୁଦୀୟମାନେ, ବାହାର ହେଉନ୍ତୁ।
ئەی ئەسپەکان، سەربکەون! ئەی گالیسکەکان، سەرەڕۆ بن! با پاڵەوانان بەرەو پێش بچن، کوش و پووت قەڵغان بەدەستن، لوودییەکان تیرەکانیان لە کەوانەکانیان ڕادەکێشن.
10 କାରଣ ସେଦିନ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ଓ ତାହାଙ୍କ ବିପକ୍ଷମାନଙ୍କୁ ପ୍ରତିଫଳ ଦେବାର ଦିନ ଅଟେ; ଖଡ୍ଗ ଗ୍ରାସ କରି ତୃପ୍ତ ହେବ ଓ ସେମାନଙ୍କର ରକ୍ତ ପାନ କରି ପରିତୃପ୍ତ ହେବ; କାରଣ ଫରାତ୍‍ ନଦୀ ନିକଟସ୍ଥ ଉତ୍ତର ଦେଶରେ ପ୍ରଭୁଙ୍କର ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଯଜ୍ଞ ଅଛି।
بەڵام ئەمڕۆ ڕۆژی یەزدانە، پەروەردگاری سوپاسالار، ڕۆژی تۆڵەیە، تۆڵەسەندنەوە لە دوژمنانی. جا شمشێر دەخوات و تێر دەبێت، لە خوێنیان تێر دەخواتەوە، چونکە یەزدان، پەروەردگاری سوپاسالار، قوربانی سەربڕاو پێشکەش دەکات لە خاکی باکوور لەلای ڕووباری فورات.
11 ଗୋ ମିସରର ଅନୁଢ଼ା କନ୍ୟେ, ତୁମ୍ଭେ ଗିଲୀୟଦକୁ ଉଠିଯାଇ ଔଷଧ ନିଅ। ତୁମ୍ଭେ ବ୍ୟର୍ଥରେ ଅନେକ ଔଷଧ ବ୍ୟବହାର କରୁଅଛ; ତୁମ୍ଭ ପାଇଁ ଆରୋଗ୍ୟ ନାହିଁ।
«سەربکەوە بۆ گلعاد و هەتووان بهێنە، ئەی میسری کچە پاکیزە. بەڵام بێهوودە داوودەرمان زۆر دەکەیت، چاکبوونەوەت نییە.
12 ସମସ୍ତ ଜାତିଗଣ ତୁମ୍ଭ ଅପମାନର କଥା ଶୁଣିଅଛନ୍ତି, ତୁମ୍ଭର କାତରୋକ୍ତିରେ ପୃଥିବୀ ପରିପୂର୍ଣ୍ଣ; କାରଣ ବୀର ବୀର ଉପରେ ଝୁଣ୍ଟି ପଡ଼ିଅଛି; ସେ ଦୁହେଁ ଏକତ୍ର ପଡ଼ିଅଛନ୍ତି।”
نەتەوەکان سووکایەتی تۆیان بیستووە، قیژەت دنیای پڕکردووە، چونکە پاڵەوانێک ساتمە لە پاڵەوانێک دەکات، هەردووکیان پێکەوە دەکەون.»
13 ବାବିଲର ରାଜା ନବୂଖଦ୍‍ନିତ୍ସର ମିସର ଦେଶକୁ ଆସି ତାହା ପରାସ୍ତ କରିବା ବିଷୟରେ ସଦାପ୍ରଭୁ ଯିରିମୀୟଙ୍କୁ ଯେଉଁ କଥା କହିଲେ, ତାହା ଏହି, ଯଥା,
ئەمە ئەو پەیامەیە کە یەزدان بە یەرمیای پێغەمبەری ڕاگەیاند، لەبارەی هێرشکردنی نەبوخودنەسری پاشای بابل بۆ سەر خاکی میسر:
14 “ତୁମ୍ଭେମାନେ ମିସରରେ ପ୍ରଚାର କର, ମିଗ୍‍ଦୋଲରେ ଘୋଷଣା କର, ଆଉ ନୋଫ ଓ ତଫନ୍‍ହେଷରରେ ଘୋଷଣା କର; ତୁମ୍ଭେମାନେ କୁହ, ତୁମ୍ଭେ ଠିଆ ହୁଅ, ଆପଣାକୁ ପ୍ରସ୍ତୁତ କର, କାରଣ ଖଡ୍ଗ ତୁମ୍ଭ ଚାରିଆଡ଼େ ସବୁ ଗ୍ରାସ କରିଅଛି।
«ئەمە لە میسر ڕابگەیەنن، لە شاری مگدۆل جاڕبدەن، هەروەها لە مەمفیس و تەحپەنحێس، بڵێن:”وریابە و لە ئامادەباشیدا بە، چونکە شمشێر دەوروبەرت دەخوات.“
15 ତୁମ୍ଭର ବଳବାନ ଲୋକମାନେ କାହିଁକି ଭାସିଗଲେ? ସେମାନେ ସ୍ଥିର ରହି ପାରିଲେ ନାହିଁ, କାରଣ ସଦାପ୍ରଭୁ ସେମାନଙ୍କୁ ତଡ଼ିଦେଲେ।
بۆچی توانادارەکانت بە زەویدا دران؟ نەوەستان، چونکە یەزدان ئەوانی خست.
16 ସେ ଅନେକଙ୍କୁ ଝୁଣ୍ଟାଇ ପକାଇଲେ, ସେମାନେ ପରସ୍ପର ଉପରେ ପଡ଼ିଲେ; ପୁଣି, ସେମାନେ କହିଲେ, ‘ଉଠ, ଆମ୍ଭେମାନେ ଉତ୍ପୀଡ଼କ ଖଡ୍ଗରୁ ପଳାଇ ଆପଣା ଲୋକମାନଙ୍କ ନିକଟକୁ ଓ ଆପଣା ଜନ୍ମ ଦେଶକୁ ପୁନର୍ବାର ଯାଉ।’
بەردەوام ساتمە دەکەن، بەسەر یەکتریدا دەکەون. دەڵێن:”هەستن با بگەڕێینەوە، بۆ ناو گەلەکەمان و خاکی لەدایکبوونمان، دوور لە شمشێری ستەمکاری.“
17 ସେସ୍ଥାନରେ ଲୋକମାନେ ଉଚ୍ଚସ୍ୱରରେ କହିଲେ, ‘ମିସରର ରାଜା ଫାରୋ ଶବ୍ଦ ମାତ୍ର; ସେ ନିରୂପିତ ସମୟ ବହି ଯିବାକୁ ଦେଇଅଛି।’
لەوێ هاواریان دەکرد:”فیرعەونی پاشای میسر تەنها هاتوهەرای هەیە، دەرفەتی ئەو بەسەرچوو!“»
18 ରାଜା ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କ ନାମ, ସେ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ପର୍ବତଗଣ ମଧ୍ୟରେ ତାବୋରର ସଦୃଶ କିଅବା ସମୁଦ୍ର ନିକଟସ୍ଥ କର୍ମିଲର ସଦୃଶ ସେ ନିଶ୍ଚୟ ଆସିବ।
پاشا کە ناوی یەزدانی سوپاسالارە دەفەرموێت: «بە گیانی خۆم، کەسێک دێت وەک تاڤۆرە لەنێو چیاکان، وەک کارمەلە لەلای دەریاوە دێت.
19 ଆଗୋ ମିସର ନିବାସିନୀ କନ୍ୟେ, ତୁମ୍ଭେ ବନ୍ଦୀତ୍ୱକୁ ଯିବା ପାଇଁ ଆପଣାର ସମ୍ବଳ ପ୍ରସ୍ତୁତ କର; କାରଣ ନୋଫ ଧ୍ୱଂସିତ, ଦଗ୍ଧ ଓ ନିବାସୀବିହୀନ ହେବ।
ئەی دانیشتووانی میسر، کەلوپەلەکانتان بۆ ڕاپێچ کۆ بکەنەوە، چونکە مەمفیس وێران دەبێت، دەبێتە چۆڵەوانییەکی بێ ئاوەدانی.
20 ମିସର ଅତି ସୁନ୍ଦରୀ ତରୁଣୀ ଗାଭୀ; ମାତ୍ର ଉତ୍ତର ଦିଗରୁ ବିନାଶ ଆସିଅଛି, ତାହା ଆସିଅଛି।
«میسر مانگایەکی زێدە جوانە، بەڵام مێشومەگەز لە باکوورە بۆی دێت.
21 ଆହୁରି, ମିସରର ମଧ୍ୟବର୍ତ୍ତୀ ବେତନଗ୍ରାହୀ ଲୋକମାନେ ଗୋଶାଳାର ଗୋବତ୍ସ ତୁଲ୍ୟ; କାରଣ ସେମାନେ ମଧ୍ୟ ଫେରି ଯାଇଅଛନ୍ତି, ସେମାନେ ଏକତ୍ର ପଳାଇଅଛନ୍ତି, ସେମାନେ ସ୍ଥିର ହୋଇ ରହିଲେ ନାହିଁ, କାରଣ ସେମାନଙ୍କର ବିପଦର ଦିନ, ପ୍ରତିଫଳ ପାଇବାର ସମୟ ସେମାନଙ୍କର ନିକଟରେ ଉପସ୍ଥିତ ହେଲା।
هەروەها سەربازە بەکرێگیراوەکانت لە ڕیزەکانی جەنگ، وەک جوانەگای قەڵەون، چونکە ئەوانیش ڕوو وەردەگێڕن، تێکڕا هەڵدێن و ناوەستن، چونکە ڕۆژی کارەسات گەیشتە سەریان، کاتی سزادانیان.
22 ଶତ୍ରୁମାନେ ସୈନ୍ୟ ସହିତ ଅଗ୍ରସର ହେବେ ଓ କାଠକଟାଳୀମାନଙ୍କ ପରି କୁହ୍ରାଡ଼ି ନେଇ ତାହା ବିରୁଦ୍ଧରେ ଆସିବେ, ତହିଁରେ ତାହାର ଶବ୍ଦ ସର୍ପ ତୁଲ୍ୟ ଅଗ୍ରସର ହେବ।
میسر وەک ماری هەڵاتوو فیشک دەدات، چونکە دوژمنەکانی بە سوپاوە دێنە پێش، هەروەک داربڕەکان بە تەورەوە بۆی هاتن.
23 ସଦାପ୍ରଭୁ କହନ୍ତି, ତାହାର ଅରଣ୍ୟ ଅଗମ୍ୟ ହେଲେ ହେଁ ସେମାନେ ତାହା ହାଣି ପକାଇବେ; କାରଣ ସେମାନେ ପଙ୍ଗପାଳ ଅପେକ୍ଷା ଅନେକ ଓ ଅସଂଖ୍ୟ ଅଟନ୍ତି।
دارستانەکەی دەبڕنەوە، هەرچەندە زۆر چڕە، چونکە لە کوللە زۆرترن، لە ژمارە نایەن.» ئەوە فەرمایشتی یەزدانە.
24 ମିସରର କନ୍ୟା ଲଜ୍ଜିତା ହେବ; ସେ ଉତ୍ତର ଦେଶୀୟ ଲୋକମାନଙ୍କ ହସ୍ତରେ ସମର୍ପିତା ହେବ।”
«دانیشتووانی میسر شەرمەزار دەبن، درانە دەست گەلی باکوور.»
25 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି: “ଦେଖ, ଆମ୍ଭେ ନୋ ଦେଶୀୟ ଆମୋନ୍‍କୁ, ଆଉ ଫାରୋ, ମିସର ଓ ତାହାର ଦେବଗଣ ଓ ରାଜାଗଣଙ୍କୁ; ହଁ, ଫାରୋ ଓ ତାହାର ଶରଣାପନ୍ନ ସମସ୍ତଙ୍କୁ ଦଣ୍ଡ ଦେବା;
یەزدانی سوپاسالار، خودای ئیسرائیل فەرمووی: «من خەریکم سزا دەسەپێنم، لەسەر ئامۆنی خودای تیب و فیرعەون، لەسەر میسر و خوداوەندەکان و پاشاکانی، هەروەها لەسەر ئەوانەش کە پشتیان بە فیرعەون بەستووە.
26 ପୁଣି, ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀ ଲୋକମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖଦ୍‍ନିତ୍ସର ଓ ତାହାର ଦାସମାନଙ୍କ ହସ୍ତରେ ଆମ୍ଭେ ସେମାନଙ୍କୁ ସମର୍ପଣ କରିବା। ପୁଣି, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ସେ ଦେଶ ପୂର୍ବକାଳର ନ୍ୟାୟ ବସତି ସ୍ଥାନ ହେବ।
دەیاندەمە دەست ئەوانەی دەیانەوێت بیانکوژن، دەست نەبوخودنەسری پاشای بابل و دەست خزمەتکارەکانی. پاش ئەمە میسر وەک ڕۆژانی پێشتری ئاوەدان دەبێتەوە.» ئەمە فەرمایشتی یەزدانە.
27 ମାତ୍ର ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ, କିଅବା ହେ ଇସ୍ରାଏଲ, ତୁମ୍ଭେ ନିରାଶ ହୁଅ ନାହିଁ: କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବା; ତହିଁରେ ଯାକୁବ ଫେରିଆସି ନିର୍ଭୟ ଓ ନିଶ୍ଚିନ୍ତରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।
«ئەی یاقوبی بەندەم، مەترسە، ئەی ئیسرائیل، مەتۆقە. بە دڵنیاییەوە من لەم شوێنە دوورە ڕزگارت دەکەم، نەوەکەشت لەو خاکەوەی بۆی ڕاپێچ کراوە. یاقوب دەگەڕێتەوە و ئاسوودە دەبێت، دڵنیا دەبێت و کەس نایتۆقێنێت.
28 ସଦାପ୍ରଭୁ କହନ୍ତି, ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ: ଯେଉଁମାନଙ୍କ ମଧ୍ୟକୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ, ସେହି ସବୁ ଗୋଷ୍ଠୀଙ୍କୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା, ମାତ୍ର ଆମ୍ଭେ ତୁମ୍ଭକୁ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ତୁମ୍ଭକୁ ବିବେଚନାପୂର୍ବକ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଅଦଣ୍ଡିତ କରି ଛାଡ଼ିବା ନାହିଁ।”
ئەی یاقوبی بەندەم، مەترسە، چونکە من لەگەڵتدام. هەرچەندە کۆتایی دەهێنم بە هەموو ئەو نەتەوانەی کە بۆ ناویان پەرتەوازەم کردیت، بەڵام تۆ بە تەواوی لەناو نابەم. لە سزا ناتبوورم، بە دادپەروەری تەمبێت دەکەم.» ئەمە فەرمایشتی یەزدانە.

< ଯିରିମୀୟ 46 >